ଭାରତରେ ହେବାକୁ ଥିବା ବିଶ୍ୱକପକୁ ବୟକଟ୍ କରିବାକୁ ଧମକ ଦେଲେ ପାକିସ୍ତାନ କ୍ରୀଡାମନ୍ତ୍ରୀ, କହିଲେ ଭାରତ ଏସିଆ କପ୍ ଖେଳିବାକୁ ପାକିସ୍ତାନ ନଆସିଲେ ଆମେ ବି ଯିବୁନି..

The Sakala Picture
Published On

ନୂଆଦିଲ୍ଲୀ: ବିଶ୍ୱକପ୍ ଖେଳିବାକୁ ପାକିସ୍ତାନ କ୍ରିକେଟ୍ ଟିମ୍ ଭାରତ ଆସିବା ଉପରେ ଏବେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଅକ୍ଟୋବର ୫ ରୁ ଭାରତରେ ଆରମ୍ଭ ହେବାକୁ ଯାଉଛି ଦିନିକିଆ କ୍ରିକେଟ୍ ବିଶ୍ୱକପ । ଏହାରି ଭିତରେ ପାକିସ୍ତାନର କ୍ରୀଡାମନ୍ତ୍ରୀ ବିଶ୍ୱକପରୁ ପାକିସ୍ତାନର ଓହରିବା ପାଇଁ ଧମକ ଦେଇଛନ୍ତି । ସେ କହିଛନ୍ତି ଯେ, ଭାରତ ନ୍ୟୁଟାଲ ଭେନ୍ୟୁରେ ଏସିଆ କପ୍ ଖେଳିବା କଥା ଛାଡୁ, ନଚେତ୍ ପାକିସ୍ତାନ ମଧ୍ୟ ବିଶ୍ୱକପରେ ସେହି ଦାବି କରିବ […]

ନୂଆଦିଲ୍ଲୀ: ବିଶ୍ୱକପ୍ ଖେଳିବାକୁ ପାକିସ୍ତାନ କ୍ରିକେଟ୍ ଟିମ୍ ଭାରତ ଆସିବା ଉପରେ ଏବେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଅକ୍ଟୋବର ୫ ରୁ ଭାରତରେ ଆରମ୍ଭ ହେବାକୁ ଯାଉଛି ଦିନିକିଆ କ୍ରିକେଟ୍ ବିଶ୍ୱକପ । ଏହାରି ଭିତରେ ପାକିସ୍ତାନର କ୍ରୀଡାମନ୍ତ୍ରୀ ବିଶ୍ୱକପରୁ ପାକିସ୍ତାନର ଓହରିବା ପାଇଁ ଧମକ ଦେଇଛନ୍ତି । ସେ କହିଛନ୍ତି ଯେ, ଭାରତ ନ୍ୟୁଟାଲ ଭେନ୍ୟୁରେ ଏସିଆ କପ୍ ଖେଳିବା କଥା ଛାଡୁ, ନଚେତ୍ ପାକିସ୍ତାନ ମଧ୍ୟ ବିଶ୍ୱକପରେ ସେହି ଦାବି କରିବ । ଆଇସିସି ଜୁନ ୨୭ ତାରିଖରେ ବିଶ୍ୱକପ୍ ପାଇଁ ସିଡ୍ୟୁଲ ଜାରି କରିସାରିଛି । ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇଭୋଲ୍ଟେଜ ମ୍ୟାଚ୍ ୧୫ ଅକ୍ଟୋବରରେ ଅହମ୍ମଦାବାଦରେ ଖେଳାଯିବ ବୋଲି ସିଡ୍ୟୁଲ ହୋଇଛି ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ପାକିସ୍ତାନ ଖେଳମନ୍ତ୍ରୀ ଏହସାନ୍ ମଜାରୀ ଇଣ୍ଡିଆନ ଏକ୍ସପ୍ରେସକୁ ଦେଇଥିବା ଇଣ୍ଟରଭ୍ୟୁରେ କହିଛନ୍ତି, ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶମନ୍ତ୍ରୀ ବିଲୱାଲ ଭୁଟ୍ଟୋ ଜରଦାରୀଙ୍କ ଅଧ୍ୟକ୍ଷତାରେ ୧୪ ସଦସୀୟ କମିଟିର ଗଠନ କରିଛନ୍ତି । ସେଥିରେ ମୋ ସହ ମୋଟ ୧୧ମନ୍ତ୍ରୀ ରହିଛନ୍ତି । ଆମେ ଏହି ପ୍ରସଙ୍ଗ ଉପରେ ଚର୍ଚ୍ଚା କରିବୁ ଯେ ପାକିସ୍ତାନକୁ ଭାରତ ଯାଇ କ୍ରିକେଟ ଖେଳିବା ଉଚିତ କି ନାହିଁ । ଆମେ ଆମର ସୁପାରିଶ ପ୍ରଧାନମନ୍ତ୍ରୀଙ୍କୁ ପଠାଇବୁ ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ସେହି ଆଧାରରେ ପ୍ରଧାନମନ୍ତ୍ରୀ ବିଶ୍ୱକପରେ ପାକିସ୍ତାନ କ୍ରିକେଟ ଟିମ୍ କୁ ପଠାଇବର ଶେଷ ନିଷ୍ପତ୍ତି ନେବେ । ପିସିବି ମୋ ଭାଗରେ ଆସୁଛି । ତେଣୁ ମୋ ବିଚାରରେ ଭାରତ ମଧ୍ୟ ଏସିଆ କପ୍ ମ୍ୟାଚ୍ ନ୍ୟୁଟ୍ରାଲ ଭେନ୍ୟୁରେ ଖେଳିବାର ଜିଦକୁ ଛାଡିଦେଉ ନଚେତ ଆମେ ମଧ୍ୟ ବିଶ୍ୱକପରେ ପାକିସ୍ତାନର ମ୍ୟାଚ୍ ଭାରତ ବଦଳରେ ନ୍ୟୁଟ୍ରାଲ ଭେନ୍ୟୁରେ କରାଇବା ନେଇ ଦାବି କରିବୁ । ଏସିଆନ କ୍ରିକେଟ କାଉନ୍ସିଲ ବିଶ୍ୱକପ୍ ପୂର୍ବରୁ ଏସିଆ କପ୍ ଶ୍ରୀଲଙ୍କା ଏବଂ ପାକିସ୍ତାନରେ କରାଇବା ନେଇ ନିଷ୍ପତ୍ତି କରିଛି । ଏହି ଅନୁଯାୟୀ, ପାକିସ୍ତାନରେ ଟୁର୍ଣ୍ଣାମେଣ୍ଟର କେବଳ ୪ ମ୍ୟାଚ୍ ଖେଳାଯିବ ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ବାକି ୯ ମୁକାବିଲା ଶ୍ରୀଲଙ୍କାରେ ହେବ । ଗ୍ରୁପ ଷ୍ଟେଜର ଚାରି ମ୍ୟାଚ୍ ପାକିସ୍ତାନରେ ହେବ । ଏଥିରେ ଗୋଟିଏ ଗ୍ରୁପରୁ ପାକିସ୍ତାନ ବନାମ ନେପାଳ ମ୍ୟାଚ୍ ଏବଂ ଦ୍ୱିତୀୟ ଗ୍ରୁପରୁ ଆଫଗାନୀସ୍ତାନ ବନାମ ବାଂଲାଦେଶ, ଆଫଗାନୀସ୍ତାନ ବନାମ ଶ୍ରୀଲଙ୍କା ଏବଂ ବାଂଲାଦେଶ ବନାମ ଶ୍ରୀଲଙ୍କା ମ୍ୟାଚ୍ ସାମିଲ ରହିଛି । ଅର୍ଥାତ ପାକିସ୍ତାନରେ ଭାରତର ଗୋଟିଏ ମ୍ୟାଚ୍ ବି ହେବନାହିଁ । ଯଦି ଟିମ୍ ଇଣ୍ଡିଆ ଫାଇନାଲରେ ପହଞ୍ଚେ ତେବେ ଏହି ମ୍ୟାଚ୍ ମଧ୍ୟ ଶ୍ରୀଲଙ୍କାରେ ହେବ । ୩୧ ଅଗଷ୍ଟରୁ ୧୭ ସେପ୍ଟେମ୍ବର ମଧ୍ୟରେ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟର ସମ୍ପୂର୍ଣ୍ଣ ସୂଚୀ ବର୍ତ୍ତମାନ ସୁଦ୍ଧା ଜାରି କରାଯାଇନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର