ଏସିଆ କପ୍: ବର୍ଷା ଯୋଗୁଁ ଭାରତ-ପାକିସ୍ତାନ ମ୍ୟାଚ ସ୍ଥଗିତ

କଲମ୍ବୋ: ଭାରତ-ପାକିସ୍ତାନ ହାଇଭୋଲଟେଜ ଲଢ଼େଇରେ ପୁଣି ବର୍ଷା ସାଜିଛି ବାଧକ। ଶ୍ରୀଲଙ୍କାର ଆର ପ୍ରେମାଦାସା ଷ୍ଟାଡିୟମରେ ହଠାତ୍‌ ବର୍ଷା ମାଡ଼ି ଆସିବାରୁ ମ୍ୟାଚ୍‌କୁ ଅଧାରୁ ସ୍ଥଗିତ ରଖାଯାଇଛି। ଆଜିର ମ୍ୟାଚ ଆସନ୍ତାକାଲି ଅର୍ଥାତ ରିଜର୍ଭ ଡେ’ ରେ ଖେଳାଯିବ। ଅଚାନକ ପବନ ସହ ବର୍ଷା ମାଡ଼ି ଆସିବାରୁ ଷ୍ଟାଡିୟମ କର୍ମଚାରୀମାନେ ପାଲ ଘୋଡ଼ାଇବାକୁ ବେଶ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏଥିଯଥଗୁ ଆଉଟ ଫିଲ୍ଡ ପ୍ରଭାବିତ ହୋଇଥିଲା। ଆଉଟ ଫିଲ୍ଡ ସଂପୂର୍ଣ୍ଣ ଭାବେ ଓଦା ହୋଇଯାଇଛି। ଠିକ ସମୟରେ […]

କଲମ୍ବୋ: ଭାରତ-ପାକିସ୍ତାନ ହାଇଭୋଲଟେଜ ଲଢ଼େଇରେ ପୁଣି ବର୍ଷା ସାଜିଛି ବାଧକ। ଶ୍ରୀଲଙ୍କାର ଆର ପ୍ରେମାଦାସା ଷ୍ଟାଡିୟମରେ ହଠାତ୍‌ ବର୍ଷା ମାଡ଼ି ଆସିବାରୁ ମ୍ୟାଚ୍‌କୁ ଅଧାରୁ ସ୍ଥଗିତ ରଖାଯାଇଛି। ଆଜିର ମ୍ୟାଚ ଆସନ୍ତାକାଲି ଅର୍ଥାତ ରିଜର୍ଭ ଡେ’ ରେ ଖେଳାଯିବ।

ଅଚାନକ ପବନ ସହ ବର୍ଷା ମାଡ଼ି ଆସିବାରୁ ଷ୍ଟାଡିୟମ କର୍ମଚାରୀମାନେ ପାଲ ଘୋଡ଼ାଇବାକୁ ବେଶ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏଥିଯଥଗୁ ଆଉଟ ଫିଲ୍ଡ ପ୍ରଭାବିତ ହୋଇଥିଲା। ଆଉଟ ଫିଲ୍ଡ ସଂପୂର୍ଣ୍ଣ ଭାବେ ଓଦା ହୋଇଯାଇଛି। ଠିକ ସମୟରେ ଏହାକୁ ଘୋଡ଼ାଇବା ସମ୍ଭବ ହୋଇ ପାରି ନ ଥିଲା । ଫଳରେ ମ୍ୟାଚକୁ ଆସନ୍ତାକାଲି ଘୁଞ୍ଚାଯାଇଛି।

ସୂଚନା ଅନୁଯାୟୀ, ଟସ ଜିତି ପାକିସ୍ତାନ ଭାରତକୁ ବ୍ୟାଟିଂ ଆମନ୍ତ୍ରଣ ଦେଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୨୪.୧ ଓଭରରେ ୨ଟି ୱିକେଟ ହରାଇ ୧୪୭ ରନ କରିଛି। ରୋହିତ ଶର୍ମା ୪୯ ବଲରେ ୫୬ ରନ କରି ଆଉଟ ହୋଇଥିବା ବେଳେ ଶୁଭମନ୍ ଗିଲ ୫୨ ବଲରେ ୫୮ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ଲୋକେଶ ରାହୁଲ ଓ ବିରାଟ କୋହଲି ସମ୍ଭାଳିଥିଲେ। ରାହୁଲ ୨୮ ବଲରେ ୧୭ ରନ କରି ଅପରାଜିତ ଥିବାବେଳେ ବିରାଟ ୧୬ ବଲରେ ୮ ରନ କରି ଅପରାଜିତ ରହିଛନ୍ତି। ସହିପରି, ପାକିସ୍ତାନ ପକ୍ଷରୁ ଶାହିନ ଆଫ୍ରିଦି ଓ ଶଦାବ ଖାନ୍‌‌ ଗୋଟିଏ ଲେଖାଏଁ ୱିକେଟ ନେଇଛନ୍ତି।

ବର୍ଷା ପାଇଁ ଆଜିର ମ୍ୟାଚ ସ୍ଥଗିତ ରଖାଯାଇଥିବା ବେଳେ ବଳକା ମ୍ୟାଚ ଆସନ୍ତାକାଲି ରିଜର୍ଭ ଡେ’ ରେ ଖେଳାଯିବ ବୋଲି କୁହାଯାଇଛି।

About The Author: The Sakala