ଓସିଏ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ପ୍ରଣବ ପ୍ରକାଶ ଦାସ

The Sakala Picture
Published On

କଟକ : ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ । ୨୮ତାରିଖରେ ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର କର୍ମକର୍ତ୍ତା ନେଇ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଆଜି ଏଥି ପାଇଁ ନାମାଙ୍କନ ପତ୍ର ଦାଖଲ ହୋଇଥିଲା। ତେବେ ଓସିଏ ସଭାପତି ସହ ସମସ୍ତ ପଦ ପାଇଁ ଜଣେ ଲେଖାଏଁ ପ୍ରାର୍ଥୀ ଥିବାରୁ ସମସ୍ତେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସଭାପତି ଭାବେ […]

କଟକ : ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ । ୨୮ତାରିଖରେ ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର କର୍ମକର୍ତ୍ତା ନେଇ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଆଜି ଏଥି ପାଇଁ ନାମାଙ୍କନ ପତ୍ର ଦାଖଲ ହୋଇଥିଲା। ତେବେ ଓସିଏ ସଭାପତି ସହ ସମସ୍ତ ପଦ ପାଇଁ ଜଣେ ଲେଖାଏଁ ପ୍ରାର୍ଥୀ ଥିବାରୁ ସମସ୍ତେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସଭାପତି ଭାବେ ପ୍ରଣବ ପ୍ରକାଶ ଦାସ , ସାଧାରଣ ସଂପାଦକ ହେଲେ ସଂଜୟ ବେହେରା, ଉପସଭାପତି ପଙ୍କଜ ଲୋଚନ ମହାନ୍ତି, କୋଷାଧ୍ୟକ୍ଷ ବିକାଶ ପ୍ରଧାନ,ପ୍ରଭାତ ଭୋଳ ସହ ସମ୍ପାଦକ ଓ ପ୍ରତାପ ଚନ୍ଦ୍ର ପ୍ରଧାନ ଆପେକ୍ସ କାଉନ୍ସିଲ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆସନ୍ତା ୨୮ରେ ଏଥିନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବ।

ଆହୁରି ପଢ଼ନ୍ତୁ: ଭାରତର ନୂଆ 'ରେସଲିଂ କିଙ୍ଗ୍': ହରିୟାଣାର ଇମଲୋଟା ଗାଁର ସୁଜିତ କଲକଲଙ୍କ କମାଲ

ଆହୁରି ପଢ଼ନ୍ତୁ: ଆରସିବିଠାରୁ ଶୋଚନୀୟ ପରାଜୟ ପରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଶଂସକଙ୍କୁ ଅକ୍ଷର ପଟେଲଙ୍କ ଭାବୁକ ନିବେଦନ

ସୂଚନାଯୋଗ୍ୟ ଅକ୍ଟୋବର ୧୪ରେ ଓଡ଼ିଶା କ୍ରିକେଟ୍ ଆସୋସିଏସନ ନିର୍ବାଚନ ନେଇ ପୁରୀରେ ଅନୁଷ୍ଠିତ ବୈଠକରେ ଯାଜପୁରର ବିଧାୟକ ତଥା ବିଜେଡିର ସାଂଗଠିନକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓଡ଼ିଶା କ୍ରିକେଟ ଆସୋସିଏସନର ସଭାପତି ପଦ ପାଇଁ ସର୍ବସମ୍ମତ ପ୍ରାର୍ଥୀ ହୋଇଥିଲେ। ପ୍ରଣବ ପ୍ରକାଶ ଦାସଙ୍କୁ ଓସିଏ ସଭାପତି କରିବାକୁ ବିଭିନ୍ନ ଜିଲ୍ଲା କ୍ରିକେଟ ଆସୋସିଏସନର ସଦସ୍ୟ ମାନେ ମତଜଣାଇଥିଲେ। ଏଥି ସହ ୨୧ରେ ନିର୍ବାଚନ ନେଇ ନାମାଙ୍କନ ଦାଖଲ, ୨୨ରେ ଯାଞ୍ଚ ଓ ଅଭିଯୋଗ ଗ୍ରହଣ କରାଯିବା ସହିତ ନାମ ପ୍ରକାଶ ଏବଂ ୨୩ ତାରିଖରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ସହ ଚୁଡାନ୍ତ ତାଲିକା ପ୍ରକାଶ କରାଯିବାର କାର୍ଯ୍ୟକ୍ରମ ରହିଛି। ଏଥି ସହିତ  ୨୮ତାରିଖରେ ନିର୍ବାଚନ ଅନୁଷ୍ଠିତ ବୋଲି ଜଣାପଡିଥିଲା। ତେବେ ସମସ୍ତ ପଦ ପାଇଁ ଜଣେ ଲେଖାଏଁ ପ୍ରାର୍ଥୀ ଆଜି ନାମାଙ୍କନ ପତ୍ର ଦାଖଲ କରିଥିବାରୁ ଆଉ ନିର୍ବାଚନ ଅନୁଷ୍ଠିତ ହେବ ନାହିଁ। କେବଳ ୨୮ ତାରିଖରେ ବିଧିବଦ୍ଧ ଭାବେ ନିର୍ବାଚିତ କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯିବ।

ଆହୁରି ପଢ଼ନ୍ତୁ: ଡ୍ରେସିଂ ରୁମରେ ଇ-ସିଗାରେଟ୍ ଟାଣି ଫସିଲେ ରିୟାନ୍ ପରାଗ, ବିସିସିଆଇ ଲଗାଇଲା ଜୋରିମାନା

21 Oct 2022 By The Sakala

ଓସିଏ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ପ୍ରଣବ ପ୍ରକାଶ ଦାସ

କଟକ : ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ । ୨୮ତାରିଖରେ ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର କର୍ମକର୍ତ୍ତା ନେଇ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଆଜି ଏଥି ପାଇଁ ନାମାଙ୍କନ ପତ୍ର ଦାଖଲ ହୋଇଥିଲା। ତେବେ ଓସିଏ ସଭାପତି ସହ ସମସ୍ତ ପଦ ପାଇଁ ଜଣେ ଲେଖାଏଁ ପ୍ରାର୍ଥୀ ଥିବାରୁ ସମସ୍ତେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସଭାପତି ଭାବେ ପ୍ରଣବ ପ୍ରକାଶ ଦାସ , ସାଧାରଣ ସଂପାଦକ ହେଲେ ସଂଜୟ ବେହେରା, ଉପସଭାପତି ପଙ୍କଜ ଲୋଚନ ମହାନ୍ତି, କୋଷାଧ୍ୟକ୍ଷ ବିକାଶ ପ୍ରଧାନ,ପ୍ରଭାତ ଭୋଳ ସହ ସମ୍ପାଦକ ଓ ପ୍ରତାପ ଚନ୍ଦ୍ର ପ୍ରଧାନ ଆପେକ୍ସ କାଉନ୍ସିଲ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆସନ୍ତା ୨୮ରେ ଏଥିନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବ।

ସୂଚନାଯୋଗ୍ୟ ଅକ୍ଟୋବର ୧୪ରେ ଓଡ଼ିଶା କ୍ରିକେଟ୍ ଆସୋସିଏସନ ନିର୍ବାଚନ ନେଇ ପୁରୀରେ ଅନୁଷ୍ଠିତ ବୈଠକରେ ଯାଜପୁରର ବିଧାୟକ ତଥା ବିଜେଡିର ସାଂଗଠିନକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓଡ଼ିଶା କ୍ରିକେଟ ଆସୋସିଏସନର ସଭାପତି ପଦ ପାଇଁ ସର୍ବସମ୍ମତ ପ୍ରାର୍ଥୀ ହୋଇଥିଲେ। ପ୍ରଣବ ପ୍ରକାଶ ଦାସଙ୍କୁ ଓସିଏ ସଭାପତି କରିବାକୁ ବିଭିନ୍ନ ଜିଲ୍ଲା କ୍ରିକେଟ ଆସୋସିଏସନର ସଦସ୍ୟ ମାନେ ମତଜଣାଇଥିଲେ। ଏଥି ସହ ୨୧ରେ ନିର୍ବାଚନ ନେଇ ନାମାଙ୍କନ ଦାଖଲ, ୨୨ରେ ଯାଞ୍ଚ ଓ ଅଭିଯୋଗ ଗ୍ରହଣ କରାଯିବା ସହିତ ନାମ ପ୍ରକାଶ ଏବଂ ୨୩ ତାରିଖରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ସହ ଚୁଡାନ୍ତ ତାଲିକା ପ୍ରକାଶ କରାଯିବାର କାର୍ଯ୍ୟକ୍ରମ ରହିଛି। ଏଥି ସହିତ  ୨୮ତାରିଖରେ ନିର୍ବାଚନ ଅନୁଷ୍ଠିତ ବୋଲି ଜଣାପଡିଥିଲା। ତେବେ ସମସ୍ତ ପଦ ପାଇଁ ଜଣେ ଲେଖାଏଁ ପ୍ରାର୍ଥୀ ଆଜି ନାମାଙ୍କନ ପତ୍ର ଦାଖଲ କରିଥିବାରୁ ଆଉ ନିର୍ବାଚନ ଅନୁଷ୍ଠିତ ହେବ ନାହିଁ। କେବଳ ୨୮ ତାରିଖରେ ବିଧିବଦ୍ଧ ଭାବେ ନିର୍ବାଚିତ କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର