ଆଇପିଏଲ ୨୦୨୨: ଚେନ୍ନାଇକୁ ୧୭୪ରନର ଟାର୍ଗେଟ ଦେଲା ବାଙ୍ଗାଲୋର

The Sakala Picture
Published On

ନୂଆଦିଲ୍ଲୀ: ଚଳିତ ଆଇପିଏଲର ୪୯ତମ ଲିଗ୍ ମୁକାବିଲାରେ ଚେନ୍ନାଇ ସୁପରକିଙ୍ଗ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମୁହାଁମୁହିଁ  ହୋଇଛନ୍ତି। ମୁକାବିଲାରେ ଟସ୍ ଜିତି ଚେନ୍ନାଇ ସୁପର କିଙ୍ଗ୍ସ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ବ୍ଯାଟିଂ କରି ୧୭୩ ରନ କରିଛି। ଏହି ମ୍ଯାଚକୁ ଜିତିବାକୁ ହେଲେ ଚେନ୍ନାଇ ସୁପର କିଙ୍ଗ୍ସ  ୧୭୪ ରନର ଆବଶ୍ଯକତା ରହିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପକ୍ଷରୁ ଫାଫ୍ ଡୁ ପ୍ଲେସିସ୍  ୨୨ ବଲରେ ୩୮ […]

ନୂଆଦିଲ୍ଲୀ: ଚଳିତ ଆଇପିଏଲର ୪୯ତମ ଲିଗ୍ ମୁକାବିଲାରେ ଚେନ୍ନାଇ ସୁପରକିଙ୍ଗ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମୁହାଁମୁହିଁ  ହୋଇଛନ୍ତି। ମୁକାବିଲାରେ ଟସ୍ ଜିତି ଚେନ୍ନାଇ ସୁପର କିଙ୍ଗ୍ସ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ବ୍ଯାଟିଂ କରି ୧୭୩ ରନ କରିଛି। ଏହି ମ୍ଯାଚକୁ ଜିତିବାକୁ ହେଲେ ଚେନ୍ନାଇ ସୁପର କିଙ୍ଗ୍ସ  ୧୭୪ ରନର ଆବଶ୍ଯକତା ରହିଛି।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପକ୍ଷରୁ ଫାଫ୍ ଡୁ ପ୍ଲେସିସ୍  ୨୨ ବଲରେ ୩୮ ରନ କରି ଆଉଟ ହୋଇଥିବା ବେଳେ ବିରାଟ କୋହଲି ୩୩ ବଲରେ ୩୦ ରନ କରି ଆଉଟ ହୋଇଥିଲେ। ଗ୍ଲେନ୍ ମ୍ୟାକ୍ସୱେଲ ୩ ରନ୍ କରି ରନଆଉଟ ହୋଇଥିଲେ। ରଜତ ପାଟିଦାର ୧୫ ବଲରେ ୨୧ ରନ କରି ଆଉଟ ହୋଇଥିଲେ। ମହିପାଲ ଲୋମୋର ଏକ ବିସ୍ପୋରକ ଇଂନିସ ଖେଲି ୨୭ ବଲରେ ୪୨ ରନ କରି ଆଉଟ ହୋଇଥିଲେ। ଦିନେଶ କାର୍ତ୍ତିକ ଅପରାଜିତ ରହି ୧୬ ବଲରେ ୨୪ ରନ କରିଥିଲେ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ମହେଶ ଥାକଶାନା ସର୍ବାଧିକ ୩ଟି ୱିକେଟ ନେଇଥିବା ବେଳେ ମୋଇନ୍ ଅଲ୍ଲୀ ୨ଟି ଓ ଡ୍ଵେନ ପ୍ରିଟୋରିୟସ୍ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୭ରେ ଖେଳିବେ କି ଏମ୍.ଏସ୍ ଧୋନି? ପୂର୍ବତନ ସାଥୀ ଖେଳାଳି କଲେ ବଡ଼ ଖୁଲାସା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp