ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ ସୌରଭ ଗାଙ୍ଗୁଲି

The Sakala Picture
Published On

ଭୁବନେଶ୍ବର : ଦୀର୍ଘ ଅଢ଼େଇ ବର୍ଷ ବ୍ୟବଧ୍ୟାନ ପରେ ପୁଣି ବାରବାଟୀରେ ହେବାକୁ ଯାଉଛି ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍। ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍। ଚଳିତ ୫ଟିକିଆ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଖେଳିବାକୁ ସେମାନେ ଏଠାରେ ପଡ଼ିଆକୁ ଓହ୍ଲାଇବେ। ଏହି ମ୍ୟାଚ୍‌କୁ ନେଇ ରାଜ୍ୟର କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍ସାହ ଦେଖିବାକୁ ମିଳିଛି। ତେବେ ଆଜିର ମ୍ୟାଚକୁ ଦେଖିବାକୁ ବହୁ ଭିଭିଆଇପିଙ୍କ ଭିଡ ହେବ ବାରବାଟୀ ଷ୍ଟାଡିୟମରେ […]

ଭୁବନେଶ୍ବର : ଦୀର୍ଘ ଅଢ଼େଇ ବର୍ଷ ବ୍ୟବଧ୍ୟାନ ପରେ ପୁଣି ବାରବାଟୀରେ ହେବାକୁ ଯାଉଛି ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍। ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍। ଚଳିତ ୫ଟିକିଆ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଖେଳିବାକୁ ସେମାନେ ଏଠାରେ ପଡ଼ିଆକୁ ଓହ୍ଲାଇବେ। ଏହି ମ୍ୟାଚ୍‌କୁ ନେଇ ରାଜ୍ୟର କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍ସାହ ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ତେବେ ଆଜିର ମ୍ୟାଚକୁ ଦେଖିବାକୁ ବହୁ ଭିଭିଆଇପିଙ୍କ ଭିଡ ହେବ ବାରବାଟୀ ଷ୍ଟାଡିୟମରେ । ଆଜିର ମ୍ୟାଚକୁ ଉପଭୋଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମତେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେବେ । ଏଥି ସହିତ ପୂର୍ବତନ ଭାରତୀୟ କ୍ରିକେଟର ତଥା ବର୍ତ୍ତମାନର ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ମଧ୍ୟ ଆଜିର ମ୍ୟାଚ ଦେଖିବାକୁ କଟକ ଆସୁଛନ୍ତି। ଓସିଏ ପକ୍ଷରୁ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ବାରବାଟୀ ଆସିବାକୁ ନିମନ୍ତ୍ରଣ କରାଯାଇଥିଲା। ଓସିଏର ନିମନ୍ତ୍ରଣ ରଖି ମ୍ୟାଚ ଦେଖିବାକୁ ସୌରଭ ଆସିବେ। ବାରବାଟୀ ମ୍ୟାଚ ଦେଖିବାକୁ ଆସୁଥିବା ସୌରଭ ଗାଙ୍ଗୁଲି ଅବରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ବାରବାଟୀ ମ୍ୟାଚ ପାଇଁ ଅପରାହ୍ନ ୨ ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ଭୁବନେଶ୍ୱର ପହଁଚିବା ପରେ ଅପରାହ୍ନ ୫ ଟାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ ସୌରଭ ଗାଙ୍ଗୁଲି।

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

ଅନ୍ୟପଟେ ବାରବାଟୀ ମ୍ୟାଚ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟାବସ୍ଥା ଗ୍ରହଣ କରାଯାଇଛି। ବାରବାଟୀ ମୁକାବିଲା ପାଇଁ ୬୨ ପ୍ଲାଟୁନ ପୁଲିସ୍ ଫୋର୍ସ ମୁତୟନ ହୋଇଛନ୍ତି। ୩ ଡିସିପି, ୭ ଅତିରିକ୍ତ ଡିସିପି, ୩୨ ଜଣ ଏସିପି, ୪୫ ଜଣ ଇନ୍ସପେକ୍ଟର ଓ ୨୭୦ ଜଣ ଏସ୍‌ଆଇ ଓ ଏଏସ୍‌ଆଇ ରାଙ୍କର ଅଧିକାରୀଙ୍କ ଉପରେ ସୁରକ୍ଷା ଦାୟିତ୍ୱ ନ୍ୟସ୍ତ ରହିଛି। ଏଥିସହ ୧୧୩ ଜଣ ଟ୍ରାଫିକ ପୁଲିସ, ୪୩ ଜଣ ମହିଳା କନଷ୍ଟେବଲ୍ ଓ ୧୭୦ ଜଣ ହୋମଗାର୍ଡ ମଧ୍ୟ ରହିବେ। ମ୍ୟାଚ୍ ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା କଟକ ଡିସିପି କହିଛନ୍ତି। ଗାଡ଼ି ପାର୍କିଂ ପାଇଁ ବାଲିଯାତ୍ରା ପଡ଼ିଆରେ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର