ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଘୋଷଣା ହେଲା ଭାରତୀୟ ଟିମ୍; ବାଦ୍ ପଡିଲେ ପୂଜାରା, ନବାଗତଙ୍କୁ ସୁଯୋଗ

The Sakala Picture
Published On

ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଟିମ୍ ଘୋଷଣା କରିଛି ବିସିସିଆଇ । ଆସନ୍ତା ମାସରୁ ଆରମ୍ଭ ହେଉଥିବା ୱେଷ୍ଟଇଣ୍ଡିଜ୍ ଗସ୍ତର ଟେଷ୍ଟ ଏବଂ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଗସ୍ତରେ ଭାରତୀୟ ଦଳ ଦୁଇଟି ଟେଷ୍ଟ, ତିନୋଟି ଦିନିକିଆ ଏବଂ ପାଞ୍ଚ ଟି-୨୦ ମ୍ୟାଚ୍ ଖେଳିବ । ତେବେ ୱେଷ୍ଟଇଣ୍ଡିଜ ବିପକ୍ଷରେ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ହେବାକୁ ଥିବାବେଳେ, ଏଥିପାଇଁ ଆଗାମୀ ଦିନରେ ଦଳ ଘୋଷଣା […]

ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଟିମ୍ ଘୋଷଣା କରିଛି ବିସିସିଆଇ । ଆସନ୍ତା ମାସରୁ ଆରମ୍ଭ ହେଉଥିବା ୱେଷ୍ଟଇଣ୍ଡିଜ୍ ଗସ୍ତର ଟେଷ୍ଟ ଏବଂ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଗସ୍ତରେ ଭାରତୀୟ ଦଳ ଦୁଇଟି ଟେଷ୍ଟ, ତିନୋଟି ଦିନିକିଆ ଏବଂ ପାଞ୍ଚ ଟି-୨୦ ମ୍ୟାଚ୍ ଖେଳିବ । ତେବେ ୱେଷ୍ଟଇଣ୍ଡିଜ ବିପକ୍ଷରେ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ହେବାକୁ ଥିବାବେଳେ, ଏଥିପାଇଁ ଆଗାମୀ ଦିନରେ ଦଳ ଘୋଷଣା ହେବ ବୋଲି କୁହାଯାଇଛି ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଟେଷ୍ଟ ଏବଂ ଦିନିକିଆ ସିରିଜରେ ରୋହିତ ଶର୍ମା ଦଳର ଅଧିନାୟକ ହେବେ ବୋଲି ଜଣାପଡ଼ିଛି। ଅଜିଙ୍କ୍ୟ ରାହାଣେଙ୍କୁ ଟେଷ୍ଟ ଦଳର ଉପଅଧିନାୟକ ଭାବେ ନିଯୁକ୍ତ କରାଯାଇଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ଦିନିକିଆ ଦଳର ଉପ ଅଧିନାୟକ ରହିଛନ୍ତି। ତେବେ ସବୁବେଳେ ଟେଷ୍ଟ ସ୍କ୍ୱାଡରେ ନିଜ ସ୍ଥାନର ପକ୍କା କରୁଥିବା ବ୍ୟାଟ୍ସମ୍ୟାନ୍ ଚେତେଶ୍ୱର ପୂଜାରାଙ୍କୁ ଟେଷ୍ଟ ଦଳରୁ ବାଦ ଦିଆଯାଇଛି । ଅନ୍ୟପଟେ ୧୭ଜଣିଆ ଦିନିିକିଆ ସ୍କ୍ବାଡରେ ସଞ୍ଜୁ ସାମସନଙ୍କୁ ସାମିଲ କରାଯାଇଛି। ଋତୁରାଜ ଗାଏକୱାଡ ଏବଂ ୟଶସ୍ୱୀ ଜୟସୱାଲଙ୍କୁ ମଧ୍ୟ ସୁଯୋଗ ମିଳିଛି । କେଏସ ଭରତ ଟିମରେ ନିଜ ସ୍ଥାନ ବଜାୟ ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଆସନ୍ତା ଜୁଲାଇ ୧୨ରୁ ଟେଷ୍ଟ ସିରିଜ୍ ଆରମ୍ଭ ହେବାକୁ ଯାଉଥିବାବେଳେ, ଜୁଲାଇ ୨୭ରୁ ଦିନିକିଆ ସିରିଜ୍ ଆରମ୍ଭ ହେବ ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁବମାନ ଗିଲ, ଋତୁରାଜ ଗାଇକୱାଡ, ବିରାଟ କୋହଲି, ଯଶସ୍ୱୀ ଜୟସ୍ବାଲ, ଆଜିଙ୍କ୍ୟ ରାହାଣେ (ଉପ-ଅଧିନାୟକ), କେ.ଏସ୍ ଭରତ (ୱିକେଟ୍ କିପର), ଈଶାନ କିଶନ (ୱିକେଟ୍ କିପର), ଆର. ଅଶ୍ୱିନ୍, ରବୀନ୍ଦ୍ର ଜାଦେଜା, ଶାର୍ଦ୍ଦୁଲ ଠାକୁର, ଅକ୍ଷର ପଟେଲ, ମହମ୍ମଦ ସିରାଜ, ମୁକେଶ କୁମାର, ଜୟଦେବ ଉନାଦକଟ, ନବଦୀପ ସୈନି।

ଦିନିକିଆ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁବମାନ ଗିଲ, ଋତୁରାଜ ଗାଇକୱାଡ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ସଞ୍ଜୁ ସାମସନ (ୱିକେଟ୍ କିପର), ଈଶାନ କିଶନ (ୱିକେଟ୍ ରକ୍ଷକ), ହାର୍ଦ୍ଦିକ ପାଣ୍ଡ୍ୟା (ଉପ-ଅଧିନାୟକ), ଶାର୍ଦ୍ଦୁଲ ଠାକୁର, ରବୀନ୍ଦ୍ର ଜାଦେଜା, ଅକ୍ଷର ପଟେଲ, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଜୟଦେବ ଉନାଦକଟ, ମହମ୍ମଦ ସିରାଜ, ଉମ୍ରାନ ମଲ୍ଲିକ, ମୁକେଶ କୁମାର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର