ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଦୁଇ ପଦକ : ଟେବୁଲ ଟେନିସରେ ସ୍ୱର୍ଣ୍ଣ, ଭାରତ୍ତୋଳନରେ ବିକାଶ ଠାକୁରଙ୍କୁ ରୌପ୍ୟ

The Sakala Picture
Published On

ବର୍ମିଂହାମ : ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଭାରତକୁ ଆଉ ଦୁଇ ପଦକ। ପୁରୁଷ ଟେବୁଲ ଟେନିସ ଟିମ୍‌ ସିଙ୍ଗାପୁରକୁ ହରାଇ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ୯୬ କିଲୋ ଭାରତ୍ତୋଳନରେ ବିକାଶ ଠାକୁରଙ୍କୁ ରୌପ୍ୟ ପଦକ ମିଳିଛି । ଏହା ସହ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଏଥିରେ ୫ ସ୍ୱର୍ଣ୍ଣ, ୪ ଟି ରୌପ୍ୟ ଓ ୩ ବ୍ରୋଞ୍ଜ ପଦକ ରହିଛି। ଭାରତୀୟ ପୁରୁଷ ଦଳ ଟେବୁଲ୍ ଟେନିସରେ […]

ବର୍ମିଂହାମ : ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଭାରତକୁ ଆଉ ଦୁଇ ପଦକ। ପୁରୁଷ ଟେବୁଲ ଟେନିସ ଟିମ୍‌ ସିଙ୍ଗାପୁରକୁ ହରାଇ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ୯୬ କିଲୋ ଭାରତ୍ତୋଳନରେ ବିକାଶ ଠାକୁରଙ୍କୁ ରୌପ୍ୟ ପଦକ ମିଳିଛି । ଏହା ସହ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଏଥିରେ ୫ ସ୍ୱର୍ଣ୍ଣ, ୪ ଟି ରୌପ୍ୟ ଓ ୩ ବ୍ରୋଞ୍ଜ ପଦକ ରହିଛି।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଭାରତୀୟ ପୁରୁଷ ଦଳ ଟେବୁଲ୍ ଟେନିସରେ ଚମତ୍କାର ପ୍ରଦର୍ଶନ କରି ସ୍ଵର୍ଣ୍ଣ ପଦକ ହାସଲ କରିଛି। ଫାଇନାଲ୍ ମୁକାବିଲାରେ ଭାରତ ସିଙ୍ଗାପୁରକୁ ୩-୧ରେ ହରାଇ ଏହି ସଫଳତା ପାଇଛି। ଭାରତପକ୍ଷରୁ ହରମୀତ ଦେଶାଇ ଏବଂ ଜି ସାଥିୟାନ ଡବଲ୍ସ ମ୍ୟାଚ୍ ଜିତି ଭାରତକୁ ଦମଦାର ଆରମ୍ଭ ଦେଇଛନ୍ତି। ଦୁଇ ଖେଳାଳି ନିଜ ନିଜ ମୁକାବିଲା ଜିତି ଭାରତକୁ ସ୍ଵର୍ଣ୍ଣ ପଦକ ଜିତାଇଛନ୍ତି।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ


ଆଜିର ସ୍ୱର୍ଣ୍ଣ ଲଢ଼େଇର ପ୍ରଥମ ଟାଇରେ ହରମିତ ଦେଶାଇ ଓ ସାଥିୟାନ ଗଣଶେଖରନଙ୍କ ଯୋଡ଼ି ୩-୦ରେ ସିଙ୍ଗାପୁରର ୟୋଙ୍ଗ ଇଜାକ କ୍ୟୁ ଓ ୱା ପାଙ୍ଗଙ୍କୁ ହରାଇଥିଲେ। ତେବେ ଦ୍ୱିତୀୟ ଟାଇରେ ଅଭିଜ୍ଞ ଶରତ କମଲ ୩-୧ ସେଟରେ ହାରି ଯାଇଥିଲେ। ଫଳରେ ସ୍ଥିତି ୧-୧ରେ ବରାବର ହୋଇ ଯାଇଥିଲେ।ଏହାପରେ ସାଥିୟାନ ନିଜର ଏକକ ବର୍ଗରେ ଦମଦାର ପ୍ରଦର୍ଶନ କରି ୩-୧ରେ ଟାଇକୁ ଜିତି ପୁଣି ଭାରତକୁ ଆଗୁଆ କରି ଦେଇଥିଲେ। ୪ର୍ଥ ଟାଇରେ ଦେଶାଇଙ୍କ ମୁକାବିଲା ଶରତ କମଲଙ୍କୁ ହରାଇଥିବା ଝେ ଚେୱିଙ୍କ ସହ ହୋଇଥିଲା। କିନ୍ତୁ ଦେଶାଇ ନିଜର ଜଲୱା ଦେଖାଇ ତାଙ୍କୁ ୩-୦ରେ ପରାସ୍ତ କରି ଦେଇଥିଲେ। ଏଥିସହ ଆଉ ଗୋଟିଏ ଟାଇ ପୂର୍ବରୁ ହିଁ ଭାରତୀୟ ଟିମ୍‌ ସ୍ୱର୍ଣ୍ଣ ପଦକୁ କବଜା କରି ନେଇଥିଲା।


ସେହିପରି ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ଭାରତ୍ତୋଳନେର ଆଉ ଗୋଟିଏ ସଫଳତା ପାଇଛି । ୯୬ କିଲୋ ଭାରତ୍ତୋଳନରେ ବିକାଶ ଠାକୁରଙ୍କୁ ରୌପ୍ୟ ପଦକ ମିଳିଛି । ୩୪୬ କେଜି ଭାର ଉଠାଇ ସେ ଦେଶ ପାଇଁ ପଦକ ହାସଲ କରିଛନ୍ତି । ସ୍ନାଚରେ ସେ ୧୫୫ କିଲୋ ଭାର ଉଠାଇଥିବା ବେଳେ କ୍ଲିନ ଆଣ୍ଡ ଜର୍କରେ ୧୯୧ କେଜି ଭାର ଉଠାଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର