PadmaAwards - The Sakala

ପଦ୍ମ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାରଦିନ ରାଷ୍ଟ୍ରପତି ଭବନଠାରେ ବର୍ଷ ୨୦୨୩ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ପଦ୍ମ ପୁରସ୍କାର ବିଜେତାଙ୍କ ନାମ ଗତ ଜାନୁଆରି ୨୫ ତାରିଖରେ କେନ୍ଦ୍ର ସରକାର ଘୋଷଣା କରିଥିଲେ । ଏଥର ୬ ଜଣ ପଦ୍ମବିଭୂଷଣ ପାଇଥିବାବେଳେ ୯ ଜଣ ପଦ୍ମଭୂଷଣ, ୯୧ ଜଣ ପଦ୍ମଶ୍ରୀ ପୁରସ୍କାର ପାଇଛନ୍ତି ।

ଓଡ଼ିଶାରୁ ୪ ଜଣଙ୍କ ନାମ ପଦ୍ମଶ୍ରୀ ପୁରସ୍କାର ପାଇଁ ଘୋଷଣା କରାଯାଇଥିଲା । ସେମାନେ ହେଲେ କଳା ପାଇଁ ମାଗୁଣି ଚରଣ କୁଅଁର, ସାହିତ୍ୟ ଓ ଶିକ୍ଷା ପାଇଁ ପଣ୍ଡିତ ଅନ୍ତର୍ଯ୍ଯାମୀ ମିଶ୍ର, ରଂଗବତୀର ଗାୟିତା କ୍ରିଷ୍ଣା ପଟେଲ ଓ କୃଷି ପାଇଁ ପଟାୟତ ସାହୁ । କଣ୍ଢେଇ ନୃତ୍ୟ ପାଇଁ ପରିଚିତ ମାଗୁଣୀ ଚରଣ କୁଅଁର ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି ।

ପଦ୍ମବିଭୂଷଣ ପୁରସ୍କାର ପାଇଁ ୬ ଜଣଙ୍କ ନାଁ ଘୋଷଣା କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଆଜି ପୁରସ୍କାର ଦିଆଯାଇଥିଲା । ବାସ୍ତୁକଳା ପାଇଁ ପ୍ରଫେସର ବାଳକୃଷ୍ଣ ଦୋଶୀ (ମରଣୋତ୍ତର), ପୂର୍ବତନ ମନ୍ତ୍ରୀ ଏସ.ଏମ.କୃଷ୍ଣାଙ୍କୁ ପଦ୍ମବିଭୂଷଣ ପ୍ରଦାନ କରାଯାଇଛି । ଦୋଶୀଙ୍କ ପାଇଁ ତାଙ୍କ ପୌତ୍ରୀ ଖୁସନୁ ପନ୍ତକି ଏହି ପୁରସ୍କାର ଗ୍ରହଣ କରିଥିଲେ । ସେହିପରି ଶିଳ୍ପପତି କୁମାର ମଙ୍ଗଳମ ବିରଲା ପଦ୍ମଭୂଷଣ ପୁରସ୍କାର ଗ୍ରହଣ କରିଛନ୍ତି।