Jharsuguda byelection - The Sakala

ଝାରସୁଗୁଡ଼ା ଉପନିର୍ବାଚନ: ଆଜି ବିଜେଡି ପ୍ରାର୍ଥିନୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିବେ। ଏନେଇ ପ୍ରସ୍ତୁତି ଚୂଡ଼ାନ୍ତ ହୋଇସାରିଛି। ବିଜୁ ଜନତା ଦଳର ରାଜ୍ୟ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ନିଜେ ସ୍ଥିତି ପରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କର୍ମୀ ଓ ଭୋଟର ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି।

ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଅପରାହ୍ନ ୩.୩୫ରେ ବାହାରି ସ୍ବତନ୍ତ୍ର ବିମାନ ଯୋଗେ ଅପରାହ୍ନ ୩.୪୫ରେ ଝାରସୁଗୁଡ଼ା ଅଭିମୁଖେ ଯାତ୍ରା କରିବେ। ଅପରାହ୍ନ ୪.୩୦ରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚି ୪.୫୦ରେ ଅମଲିପାଲିଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ସଂଧ୍ୟା ୫ଟା ୧୫ରେ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଚାର କାର୍ଯ୍ୟକ୍ରମରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଝାରସୁଗୁଡ଼ାରେ ୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଅନ୍ୟ ଜିଲ୍ଲାରୁ ମଧ୍ୟ ପୁଲିସ ଅଧିକାରୀ ଓ ଫୋର୍ସ ଆସିବାର କାର୍ଯ୍ୟକ୍ରମ ରହିଥିବା ଝାରସୁଗୁଡ଼ା ଏସଡିପିଓ ନିର୍ମଳ ମହାପାତ୍ର ସୂଚନା ଦେଇଛନ୍ତି।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ କଂଗ୍ରେସର ୪୦ ଜଣିଆ ଷ୍ଟାର ପ୍ରଚାରକ ନାମ ଘୋଷଣା
ଭୁବନେଶ୍ୱର:  ଚଳିତ ଝାରସୁଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କ ନିମନ୍ତେ ପ୍ରଚାର କରିବା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ୪୦ ଜଣିଆ ତାରକା ପ୍ରଚାରକ ମାନଙ୍କ ନାମ ତାଲିକା ଘୋଷଣା କରାଯାଇଛି । ଏହି ତାଲିକାରେ ଓଡ଼ିଶା ପ୍ରଭାରୀ ତଥା ଏ.ଆଇ.ସି.ସି. ସାଧାରଣ ସମ୍ପାଦକ ସାଂସଦ ଡଃ ଏ. ଚେଲା କୁମାର, ପି.ସି.ସି. ସଭାପତି ଶରତ ପଟ୍ଟନାୟକଙ୍କ ସମେତ କାର୍ଯ୍ୟକାରୀ ସଭାପତି ଚିରଞ୍ଜିବ ବିଶ୍ୱାଳ, କଂଗ୍ରେସ ଦଳର ବିଧାୟକ ନେତା ନରସିଂହ ମିଶ୍ର ଏ.ଆଇ.ସି.ସିର କେନ୍ଦ୍ରୀୟ ନେତା କହ୍ମେୟା କୁମାର, ପୂର୍ବତନ ପି.ସି.ସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ ପ୍ରମୁଖ ରହିଥିବାବେଳେ ସାଂସଦ ଶପ୍ତଗିରୀ ଉଲ୍ଲକା, ଏ.ଆଇ.ସି.ସି. ସାଧାରଣ ସମ୍ପାଦକ – ଭକ୍ତ ଚରଣ ଦାସ, ଏଆଇସିସି ସମ୍ପାଦକ ଶରତ ରାଉତ, ପୂର୍ବତନ ଏ.ଆଇ.ସି.ସି. ସମ୍ପାଦକ – ବିଶ୍ୱରଞ୍ଜନ ମହାନ୍ତି, ପୂର୍ବତନ ସାଂସଦ ଡଃ ରାମଚନ୍ଦ୍ର ଖୁଂଟିଆ, ସୁଶିଲା ତିରିଆ, ଅନନ୍ତ ସେଠୀ, ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ, ପଂଚାନନ କାନୁନ୍‌ଗୋ, ଗଣେଶ୍ୱର ବେହେରା, ବିଜୟଲକ୍ଷ୍ମୀ ସାହୁ, ଯୁଧିଷ୍ଟିର ଜେନା, ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକ ପ୍ରମୁଖ ରହିଥିବାବେଳେ ବିଧାୟକ ସୁରେଶ କୁମାର ରାଉତରାୟ, ସନ୍ତୋସ ସିଂ ସାଲୁଜା, ତାରା ପ୍ରସାଦ ବାହିନପତି, ଅଧିରାଜ ମୋହନ ପାଣିଗ୍ରାହୀ, ରମେଶ ଜେନା, ସି.ଏସ୍‌. ରାଜନ ଏକା ପ୍ରମୁଖ ମଧ୍ୟ ରହିଛନ୍ତି ।

ଏହି କମିଟିରେ ଅନ୍ୟମାନଙ୍କ ମଧ୍ୟରେ ଏ.ଆଇ.ସି.ସି. ମହିଳା ସମ୍ପାଦକ ଶସ୍ମିତା ବେହେରା, ବରିଷ୍ଠ କଂଗ୍ରେସ ନେତା ଶିବାନନ୍ଦ ରାୟ, ପୂର୍ବତନ ବିଧାୟକ ଭୂଜବଳ ମାଝୀ, ଦେବାଶିଷ ପଟ୍ଟନାୟକ, ମହିଳା କଂଗ୍ରେସର ସଭାନେତ୍ରୀ – ବନ୍ଦିତା ପରିଡ଼ା, ଛାତ୍ର ସଭାପତି – ୟାଶିର ନୱାଜ, ଯୁବ କଂଗ୍ରେସ ସଭାପତି – ସ୍ମୁତିରଞ୍ଜନ ଲେଙ୍କା, ଅନୁସୂଚିତ ଜାତି ଅଧ୍ୟକ୍ଷ – ବାଙ୍କନିଧି ବେହେରା, ସଂଖ୍ୟାଲଘୁ ଅଧ୍ୟକ୍ଷ – ଜିୟା ଉଲ୍ଲ ହକ୍‌, କିଷାନ ସେଲ୍‌ର ଅଧ୍ୟକ୍ଷ – ଅମୀୟ ପଟ୍ଟନାୟକ, ରାଜ୍ୟ ମୁଖପାତ୍ର – ଅମୀୟ ପାଣ୍ଡବ, ଅମିତା ବିଶ୍ୱାଳ ଓ ମହେନ୍ଦ୍ର ନାୟକ ପ୍ରମୁଖ କଂଗ୍ରେସ ନେତୃବୃନ୍ଦ ରହିଛନ୍ତି । ଏହି ପ୍ରଚାରକମାନେ ଚଳିତ ମାସ ଅପ୍ରିଲ ୨୫ ତାରିଖ ରୁ ମଇ ୮ ତାରିଖ ପର୍ଯ୍ୟନ୍ତ ଝାରସୁଗୁଡ଼ାରେ ଉପସ୍ଥିତ ରହି କଂଗ୍ରେସ ପ୍ରାର୍ଥୀ ଶ୍ରୀ ପାଣ୍ଡେଙ୍କ ସପକ୍ଷରେ ପ୍ରଚାର କରିବାକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଅନୁରୋଧ କରିଛନ୍ତି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ ଜଣାଇଛନ୍ତି

ଝାରସୁଗୁଡ଼ା ଉପ-ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ
ଝାରସୁଗୁଡ଼ା: ଆଜି ବିଜୁ ଜନତା ଦଳ ପକ୍ଷରୁ ଦୀପାଳି ଦାସ ନାମାଙ୍କନ ପତ୍ର ଦାଖଲ କରିବେ। ଏନେଇ ବିଜୁ ଜନତା ଦଳ ପକ୍ଷରୁ ସୋମବାର ସଂଧ୍ୟାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦୀପାଳି ଦାସଙ୍କ ନାମାଙ୍କନପତ୍ର ଦାଖଲ ଶୋଭାଯାତ୍ରାରେ ୨୦ ହଜାରରୁ ଊର୍ଦ୍ଧ୍ବ ସମର୍ଥକ ଓ ବିଜୁ ଜନତା ଦଳର ରାଜ୍ୟସ୍ତରୀୟ ନେତୃବୃନ୍ଦ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ପୁଲିସ ପକ୍ଷରୁ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ପୂର୍ବରୁ ୧୫ ତାରିଖରେ ନବୀନ ନିବାସ ଯାଇ ଦଳର ନେତା, ସଂଗଠନ ସଂପାଦକ ଏବଂ ଦଳୀୟ ପର୍ଯ୍ୟବେଶକଙ୍କ ଉପସ୍ଥିତିରେ ଆଲୋଚନା କରି ଫେରିଥିଲେ ଦୀପାଳି । ବିଜେଡି ସୁପ୍ରିମୋ ନବୀନଙ୍କଠାରୁ ଦଳୀୟ ଟିକେଟ ଗ୍ରହଣ କରିଥିଲେ ପ୍ରାର୍ଥୀ ଦୀପାଳି ଦାସ ।

ନବ ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡ଼ିଛି । ଆଉ ସେହି ଆସନରୁ ନବ ଦାସଙ୍କ ଝିଅ ଦୀପାଳିଙ୍କୁ ପ୍ରାର୍ଥୀ କରିଛି ବିଜେଡି ।

ଝାରସୁଗୁଡ଼ା ଉପନିର୍ବାଚନ: ବିଜେଡି ସୁପ୍ରିମୋଙ୍କଠାରୁ ଦଳୀୟ ଟିକେଟ୍ ନେଲେ ପ୍ରାର୍ଥୀ ଦୀପାଳି ଦାସ
ଭୁବନେଶ୍ୱର: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନବୀନ ନିବାସରୁ ଦଳୀୟ ଟିକେଟ ଗ୍ରହଣ କରିଛନ୍ତି । ବିଜେଡି ସୁପ୍ରିମୋଙ୍କ ଆଶୀର୍ବାଦ ନେବା ସହ ନବୀନ ପଟ୍ଟନାୟକଙ୍କୁ ଗୌରବାନ୍ବିତ କରିବେ ବୋଲି କହିଛନ୍ତି ଦୀପାଳି । ବିଜୟ ନେଇ ସମ୍ପୂର୍ଣ୍ଣ ଆଶାବାଦୀ ଥିବା କହିଛନ୍ତି ଦୀପାଳି । ଯେଉଁମାନେ କହୁଛନ୍ତି ଝାରସୁଗୁଡ଼ାର ବିକାଶ ହୋଇନି ସେମାନେ ଅନ୍ଧ ବୋଲି କହିଛନ୍ତି ଦୀପାଳି । ଝାରସୁଗଡ଼ାରେ ବିମାନ ବନ୍ଦରଠୁ ନେଇ ପାନୀୟ ଜଳ ଭଳି ଅନେକ କାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ହୋଇଛି । ମୁଖ୍ୟମନ୍ତ୍ରୀଙ୍କୁ ଝାରସୁଗୁଡ଼ାର ସବୁ ବିକାଶ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦୀପାଳି ।

ଆଜି ଦୀପାଳି ଭାଇ ବିଶାଲଙ୍କ ସହ ନବୀନ ନିବାସରେ ପହଞ୍ଚି ନବୀନ ପଟ୍ଟନାୟକଙ୍କଠାରୁ ଟିକେଟ୍ ନେଇଛନ୍ତି । ଆସନ୍ତା ୧୮ ତାରିଖରେ ସେ ନାମାଙ୍କନ ପତ୍ର ଦାଖଲ କରିବେ । ଉପନିର୍ବାଚନରେ ବିଜୟ ନେଇ ସମ୍ପୂର୍ଣ୍ଣ ଆଶାବାଦୀ ଥିବା କହିଛନ୍ତି ଦୀପାଳି । ଦୀପାଳି ଦାସଙ୍କୁ ଜିତାଇବା ପାଇଁ ବିଜେଡି ଜୋରଦାର ପ୍ରସ୍ତୁତି ଚଳାଇଛି । ଗ୍ରାଉଣ୍ଡରେ ଲାଗିପଡ଼ିଛନ୍ତି ବିଜେଡିର ବରିଷ୍ଠ ନେତା । ଦୀପାଳିଙ୍କୁ ବଡ଼ ବ୍ୟବଧାନରେ ଜିତାଇବାକୁ ସ୍ବତନ୍ତ୍ର ରଣନୀତି କରିଛି ଦଳ ।

ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦରୁ ବିପୁଳ ଭୋଟରେ ଜିତିବୁ, ମୋ ଉପରେ ଭରସା ରଖିଥିବାରୁ ଧନ୍ୟବାଦ : ଦୀପାଳି ଦାସ
ଝାରସୁଗୁଡା : ଆସନ୍ତା ମେ ୧୦ରେ ଝାରସୁଗୁଡା ଉପନିର୍ବାଚନ ପାଇଁ ହେବ ଭୋଟ ଗ୍ରହଣ। ଏନେଇ ଗତ ୨୯ ତାରିଖ ଅର୍ଥାତ ବୁଧବାର ଭାରତୀୟ ନିର୍ବାଚନ ଆୟୋଗ ଘୋଷଣା କରିବା ପରେ ୪୮ ଘଣ୍ଟା ମଧ୍ୟରେ ବିଜୁ ଜନତା ଦଳ ପ୍ରତମ ଦଳ ଭାବେ ତାର ପ୍ରାର୍ଥୀ ଘୋଷା କରିଛି। ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ନେଇ ଦୀପାଳିଙ୍କ ନାଁରେ ମୋହର ମାରିଛନ୍ତି । ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ନିଜର ପ୍ରଥମ ବୟାନରେ ଦୀପାଳି ଦାସ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେବା ସହ ଉପନିର୍ବାଚନରେ ବିଜେଡି ବିପୁଳ ଭୋଟରେ ବିଜୟ ହାସଲ କରିବ ବୋଲି ଦମ୍ଭୋକ୍ତିର ସହ କହିଛନ୍ତି।

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଝାରସୁଗୁଡା ଉପନିର୍ବାଚନ ପାଇଁ ଦୀପାଳିଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିବ ପରେ ଦୀପାଳି କହିଛନ୍ତି‘ମୋ ଉପରେ ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ’ ମୁଖ୍ୟମନ୍ତ୍ରୀଙ୍କ କାମ ଲୋକଙ୍କ ପାଖରେ ପହଞ୍ଚାଇବି। ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦରୁ ଏହି ଉପନିର୍ବାଚନ ବିପୁଳ ଭୋଟରେ ଜିତିବୁ। ମୋ ବାପା ଝାରସୁଗୁଡାକୁ ନେଇ ଯେଉଁ ସ୍ବପ୍ନ ଦେଖିଥିଲେ  ତାହା ସବୁ ପୂରଣ ପାଇଁ ଚେଷ୍ଟା କରିବି ।

ଅନ୍ୟପଟେ ବିଜେଡି ଉପ ସଭାନେତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି, ଝାରସୁଗୁଡାରେ ବିଜେଡି ୫୦ ହଜାରରୁ ଅଧିକ ଭୋଟରେ ଜିତିବ।ଦିପାଳୀ ଜଣେ ଉଚ୍ଚଶିକ୍ଷିତା ମହିଳା । ବିରୋଧୀଙ୍କ ଉପରେ ସେ ଭାରି ପଡିବେ । ଝାରସୁଗୁଡାରେ ଅନୁକମ୍ଫା ଫ୍ୟାକ୍ଟର କାମ କରିପାରେ । ତେବେ ବିଜେଡି କିନ୍ତୁ ଝାରସୁଗୁଡାରେ ୫୦ ହଜାରରୁ ଅଧିକ ଭୋଟରେ ଜିତିବ । ତେବେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ବୈଠକ ଡାକିଛନ୍ତି । ଯାହା ରଣନୀତି ପ୍ରସ୍ତୁତ ହେବ, ମୁଖ୍ୟମନ୍ତ୍ରୀ ଯାହା ନିର୍ଦ୍ଦେଶ ଦେବେ ସେଇ ଅନୁସାରେ ବିଜେଡି ନିର୍ବାଚନ ମଇଦାନକୁ ଓହ୍ଲାଇବ ବୋଲି ସେ କହିଛନ୍ତି ।

ଅନ୍ୟପଟେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଖୋଜିବାରେ ଲାଗିଛନ୍ତି। କାରଣ ଦୀପାଳି ଦାସଙ୍କୁ ଟକ୍କର ଦେଲା ଭଳି ବିରୋଧୀଙ୍କୁ ପ୍ରାର୍ଥୀ ମିଳୁନାହାନ୍ତି । ପୂର୍ବ ୨୦୧୯ ନିର୍ବାଚନରେ ବିଜେଡିର ଟାଣୁଆ ନେତା ଦୃଢ ସଙ୍ଗଠନ ସ୍ବର୍ଗତ ନବ କିଶୋର ଦାସ ବଡ଼ ବିଜୟ ହାସଲ କରିଥିଲେ। ତାଙ୍କ ଅବର୍ତ୍ତମାନରେ ହେଉଥିବା ଉପନିର୍ବାଚନରେ ଝାରସୁଗୁଡା ବାସୀ ପୁଣିଥରେ ବିଜେଡିକୁ ହିଁ ବିଜୟ ଦେବେ ବୋଲି ବିଜେଡି ବିଧାୟକ ଶଶୀ ଭୂଷଣ ବେହେରା କହିଛନ୍ତି।

ସୂଚନା ମୁତାବକ ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରେ ୨ ଲକ୍ଷ ୨୧ ହଜାର ଭୋଟର ରହିଥିବା ବେଳେ ପୁରୁଷ ଭୋଟର ୧ ଲକ୍ଷ ୧୦ ହଜାର ଓ ମହିଳା ଭୋଟର ୧ ଲକ୍ଷ ୨୦ ହଜାର ରହିଛନ୍ତି। ଏଥିରେ କିରିମିରା, ଲଇକେରା, କୋଲାବିରା ବ୍ଲକ, ଝାରସୁଗୁଡା ବ୍ଲକ ଓ ଝାରସୁଗୁଡା ପୌର ପରିଷଦର ୨୪ ୱାର୍ଡକୁ ନେଇ ଝାରସୁଗୁଡା ନିର୍ବାଚନ ମଣ୍ଡଳୀ । ୨୦୦୯ରୁ ସ୍ୱର୍ଗତ ନବକିଶୋର ଦାସ ଝାରସୁଗୁଡ଼ାରୁ ନିର୍ବାଚିତ ହୋଇଥିଲେ। ଦୁଇଥର କଂଗ୍ରେସ ଓ ଥରେ ବିଜେଡି ଟିକେଟରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ନିର୍ବାଚନରେ ସ୍ୱର୍ଗତ ନବ କିଶୋର ଦାସ ୯୮ ହାଜରରୁ ଅଧିକ ଭୋଟ ପାଇଥିଲେ । ଏହା ସହ ବିଜେପି ପ୍ରାର୍ଥୀ ଦୀନେଶ କୁମାର ଜୈନଙ୍କୁ ୪୫ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଥିଲେ ନବକିଶୋର ଦାସ। ଏଥି ସହିତ ଗତ ପଂଚାୟତ ନିର୍ବାଚନରେ ୫ଟି ଜିଲ୍ଲା ପରଷଦ ଓ ପୌର ନିର୍ବାଚନରେ ଝାରସଗୁଡା ପୌର ପରିଷଦ ଦଖଲ କରିଥିଲା ବିଜେଡି। ଏଣୁ ଉପନିର୍ବାଚନରେ ମଧ୍ୟ ବିଜେଡି ବିପୁଳ ଭୋଟରେ ବାଜିମାତ୍‌ କରିବ ବୋଲି ରାଜନୈତିକ ସମୀକକ୍ଷ ମାନେ ମତ ଦେଇଛନ୍ତି।