Ram Navami 2023 - The Sakala

ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି, ୩ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
ପୁରୀ : ଗୁରୁବାର ପବିତ୍ର ଶ୍ରୀରାମ ନବମୀ। ଜନ୍ମ ନେବେ ମର୍ଯ୍ୟାଦା ପୁରୁଷୋତ୍ତମ। ପ୍ରଭୁ ଶ୍ରୀରାମଙ୍କ ଜନ୍ମ ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପ୍ରସ୍ତୁତି। ବୁଧବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟା ଆଳତି ପରେ ଭିତରେ ପାଣି ପଡ଼ି ଟେରା ବନ୍ଧା ହୋଇ ରୋଷରେ ସନ୍ଧ୍ୟାଧୂପ ଛେକ ଛାମୁକୁ ଆସିଥିଲା। ସନ୍ଧ୍ୟା ଧୂପ ପୂଜା ପରେ ଭିତରେ ପାଣି ପଡ଼ି ଜୟ ବିଜୟ ଦ୍ୱାର ବନ୍ଦ ହୋଇଥିଲା। ଟେରା ବନ୍ଧାଯାଇ ଜେଉଟ ଭୋଗ (ସାଗ, ତରକାରୀ, ପିଠା, ଝିଲି, ଓରିଆ ଖିରୀ ଆଦି) ରୋଷରୁ ଆସି ବଲ୍ଲଭ ପିଣ୍ଡିଠାରେ ରଖାଯାଇଥିଲା।

ମୁଦିରସ୍ତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ। ତିନିଜଣ ପୂଜାପଣ୍ଡା ସାମନ୍ତ ପଞ୍ଚୋପଚାରରେ ପୂଜା କରିଥିଲେ। ପାଣିପଡ଼ି ଧୋ ପଖାଳ ପରେ ପଣ୍ଡା, ପତି ଓ ମୁଦିରସ୍ତ ତିନିବାଡ଼ରେ ବନ୍ଦାପନା କରିଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଗୋଟିଏ ଅଧିକ ବନ୍ଦାପନା ହୋଇଥିଲା। ଏହି ବନ୍ଦାପନାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଏହାପରେ ଅନ୍ୟାନ୍ୟ ନୀତି ବଢ଼ିଥିଲା। ଗୁରୁବାର ରାମ ଜନ୍ମନୀତି ଥିବାରୁ ମଧ୍ୟାହ୍ନ ଧୂପ ଛେକ ଆସିବା ପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ହୋଇପାରେ ବୋଲି ଜଣାପଡ଼ିଛି।

ଜେଉଟ ଭୋଗ ଏବଂ ଗର୍ଭର୍ଉଦକ ବନ୍ଦାପନା ସମ୍ପର୍କରେ ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କୁହନ୍ତି, ଗର୍ଭବତୀ ନାରୀମାନେ ସୁଖପ୍ରସବ ପାଇଁ ଜେଉଟ ଫଳ ଖାଇଥାନ୍ତି। ଶ୍ରୀରାମ ନବମୀ ପୂର୍ବଦିନ ଅର୍ଥାତ୍‌‌ ଅଷ୍ଟମୀରେ ଶ୍ରୀଜଗନ୍ନାଥ କୌଶଲ୍ୟା ରୂପ ଧାରଣ କରି ଜେଉଡ଼ ଭୋଗ ଖାଇଥାନ୍ତି। ମହାପ୍ରଭୁଙ୍କ ଗର୍ଭରେ ଶ୍ରୀରାମଚନ୍ଦ୍ର ରହିଥିବାରୁ ତାଙ୍କୁ ଗୋଟିଏ ଅଧିକ ବନ୍ଦାପନା କରାଯାଏ। ତାହାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଲୀଳାମୟ ଠାକୁରଙ୍କ ଏହା ଏକ ଅଲୌକିକ ଲୀଳା। ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତାଙ୍କଠାରୁ ଶ୍ରୀରାମଚନ୍ଦ୍ର ସୃଷ୍ଟି ହେବେ ବୋଲି ଗବେଷକ ଡ. ଦାଶ କହିଛନ୍ତି।