Metro Train - The Sakala

ସାକାର ହେବ ରାଜ୍ୟବାସୀଙ୍କ ସ୍ୱପ୍ନ : ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପର ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସାକାର ହେବାକୁ ଯାଉଛି ରାଜ୍ୟବାସୀଙ୍କ ‘ମେଟ୍ରୋ’ ରେଳ ସ୍ୱପ୍ନ। ଆଉ କିଛି ସମୟ ପରେ ବହୁପ୍ରତୀକ୍ଷିତ ମେଟ୍ରୋ ରେଳ ପ୍ରକଳ୍ପକୁ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତ ୧ ଏପ୍ରିଲ୍‌ ଅର୍ଥାତ୍‌ ଉତ୍କଳ ଦିବସରେ ରାଜ୍ୟରେ ମେଟ୍ରୋ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମାତ୍ର ୮ ମାସ ମଧ୍ୟରେ ଏହି ପ୍ରକଳ୍ପ ପାଇଁ ପ୍ରସ୍ତୁତି ସହ ଅର୍ଥ ବରାଦ କରାଯାଇଛି ଏବଂ ଆଜି ୨୦୨୪ ମସିହାର ପ୍ରଥମ ଦିନ ଅର୍ଥାତ୍‌ ନୂଆ ବର୍ଷରେ ଏହାର ଶିଳାନ୍ୟାସ କରାଯିବ।

ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ମୋଟ୍‌ ୫ ହଜାର ୯୨୯ କୋଟି ୩୮ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଛି । ୨୬ କିଲୋମିଟର ଦୈର୍ଘ୍ୟର ମେଟ୍ରୋ ପ୍ରକଳ୍ପ କ୍ୟାପିଟାଲ ହସ୍ପିଟାଲ, ରାଜମହଲ ଛକ, ବାଣୀବିହାର ଛକ, ଜୟଦେବ ବିହାର ଛକ ଓ ପଟିଆ ଛକ ସମେତ ମୋଟ୍‌ ୨୦ଟି ମେଟ୍ରୋ ରେଳ ଷ୍ଟେସନ ନିର୍ମାଣ କରାଯିବା ନେଇ ଯୋଜନା ରହିଛି। ପରବର୍ତ୍ତୀ ସମୟରେ ଏହା ଉଭୟ ଦିଗରେ କଟକ ଓ ପୁରୀକୁ ସମ୍ପ୍ରସାରିତ କରାଯିବ। ରାଜଧାନୀର ମେଡିଆନ ଉପରେ ପିଲର ନିର୍ମାଣ କରାଯାଇ ରାସ୍ତା ଉପରେ ମେଟ୍ରୋ ଚଳାଚଳ କରିବ। ସେହିପରି ଅତ୍ୟାଧୁନିକ ରେଳ କୋଚ୍‌ର ବ୍ୟବହାର କରାଯିବାକୁ ରହିଥିବା ବେଳେ ଅତ୍ୟାଧୁନିକ ଟିକେଟ୍‌ ବ୍ୟବସ୍ଥା ଏବଂ ସିଗ୍‌ନାଲ ବ୍ୟବହାର କରାଯିବ। ଭୁବନେଶ୍ୱର ମେଟ୍ରୋ ରେଳ ନିଗମର ତତ୍ତ୍ୱାବଧାନରେ ଦ୍ଲିଲୀ ମେଟ୍ରୋ ରେଳ ନିଗମ (ଟର୍ଣ୍ଣ-କି ପରାମର୍ଶଦାତା) ପ୍ରକଳ୍ପର ନିର୍ମାଣ କରିବ।

ଏହି ମେଟ୍ରୋ ପ୍ରକଳ୍ପ ଦ୍ୱାରା ଭୁବନେଶ୍ୱର ଓ କଟକ ମଧ୍ୟରେ ତ୍ରିଶୁଳିିଆ ଏକ ପ୍ରମୁଖ ଜଙ୍କସନ ହେବ। ଏହା ସହିତ ବାଙ୍କୀ ଓ ଆଠଗଡ଼ ପଟରୁ ଦ୍ୱୈତ ନଗରୀର ଗୁରୁତ୍ୱପୂର୍ଣ୍ଣ ପ୍ରବେଶ ପଥ ଭାବରେ ତ୍ରିଶୁଳିଆ ବିବେଚିତ ହେବ। ମେଟ୍ରୋ ରେଳ ପ୍ରକଳ୍ପର କେନ୍ଦ୍ରୀୟ ଡିପୋ ତ୍ରିଶୁଳିଆ ନିକଟରେ ନିର୍ମାଣ କରାଯିବ। ଏଠାରେ ପ୍ରକଳ୍ପର କମାଣ୍ଡ ଓ କଣ୍ଟ୍ରୋଲ୍‌ ବ୍ୟବସ୍ଥା ସହିତ ମେଟ୍ରୋ ଟ୍ରେନର ମରାମତି ଓ ଷ୍ଟାବଲିଂ ସୁବିଧା ମଧ୍ୟ ରହିବ। ତ୍ରିଶୁଳିଆ ଛକରେ ଏକ ନୂଆ ବସ ଷ୍ଟାଣ୍ଡ ମଧ୍ୟ ନିର୍ମାଣ କରାଯାଉଛି। ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ମେଟ୍ରୋ ଷ୍ଟେସନ ସହିତ ସମନ୍ୱିତ କରାଯାଇ ଏକକ ରହଣି ସ୍ଥଳ ଭାବରେ ବିକଶିତ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ଆକାଂକ୍ଷୀ ଓଡ଼ିଶା ପାଇଁ ଏକ ବିଶ୍ୱ ସ୍ତରୀୟ ସହରାଞ୍ଚଳ ଗମନାଗମନ ବ୍ୟବସ୍ଥାର ବିକାଶ ଲକ୍ଷ୍ୟ ହାସଲରେ ଏହି ପ୍ରକଳ୍ପ ପ୍ରମୁଖ ଭୂମିକା ଗ୍ରହଣ କରିବ ।

ଏଥିପାଇଁ ପ୍ରସ୍ତୁତ ଡିପିଆର୍‌କୁ ଅନୁମୋଦନ ମିଳିସାରିଥିବା ବେଳେ ଭୁବନେଶ୍ୱରରୁ ଖୋର୍ଦ୍ଧା, ପୁରୀ ଓ କଟକ ସହରରେ ମେଟ୍ରୋ ରେଳ ସମ୍ପ୍ରସାରିତ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଜରିଆରେ ମାଷ୍ଟର ପ୍ଳାନ ପ୍ରସ୍ତୁତ କରାଯାଉଛି। ସୋମବାର ତ୍ରିଶୁଳିଆ ଛକ ସ୍ଥିତ ରତାଗଡ଼ ଲେଙ୍କାସାହି ନିକଟରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ସହ ଏକ ସମାବେଶରେ ଉଦ୍‌ବୋଧନ ଦେବେ । ଏହି ଅବସରରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟକୁ ନେଇ ପ୍ରସ୍ତୁତ ଏକ କ୍ଷୁଦ୍ର ବୃତ୍ତଚିତ୍ରକୁ କାର୍ଯ୍ୟକ୍ରମ ସ୍ଥଳରେ ପ୍ରଦର୍ଶିତ କରାଯିବ। କାର୍ଯ୍ୟକ୍ରମରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ସ୍ୱଗତ ଭାଷଣ ଓ କଟକ ମେୟର ସୁବାଷ ସିଂ ଧନ୍ୟବାଦ ଦେବେ। ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, କଟକ ଚୌଦ୍ୱାର ବିଧାୟକ ସୌଭିକ୍‌ ବିଶ୍ୱାଳ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଟ୍ଵିନ୍ ସିଟିରେ ଗଡିବ ମେଟ୍ରୋ ଟ୍ରେନ୍, ପ୍ରକଳ୍ପକୁ ଅନୁମତି ଦେଲେ ମୁଖ୍ୟମନ୍ତ୍ରୀ; ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କାମ ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର: ଟ୍ଵିନ୍ ସିଟିରେ ଗଡିବ ମେଟ୍ରୋ ଟ୍ରେନ୍ । ରାଜ୍ୟ ରାଜଧାନୀ ଭୁବନେଶ୍ବରରୁ ରୌପ୍ୟନଗରୀ କଟକକୁ ଗଡ଼ିବ ମେଟ୍ରୋ ଟ୍ରେନ । ଆଜି ମେଟ୍ରୋ ଟ୍ରେନ୍‌ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କାମକୁ ଅନୁମୋଦନ ମିଳିଥିବାବେଳେ ଭୁବନେଶ୍ବର-କଟକ-ପୁରୀକୁ ସଂଯୋଗ କରିବ ମେଟ୍ରୋ ଟ୍ରେନ । ଗମନାଗମନରେ ଭିଡ଼ କମାଇବା ପାଇଁ ମେଟ୍ରୋ ଚଳାଇବାକୁ ରାଜ୍ୟ ସରକାର ଏହି ବଡ ପଦକ୍ଷେପ ନେଇଛନ୍ତି।

ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପୂର୍ବରୁ ଆଜି ଭୋରରେ ପ୍ରାରମ୍ଭିକ ସମୀକ୍ଷା କରିଥିଲେ ସଚିବ ସ୍ତରୀୟ କମିଟି । ଦୈତନଗରୀ ଭୁବନେଶ୍ବର ଓ କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ହେଲେ, କେଉଁଠି କି ପ୍ରକାର ସମସ୍ୟା ରହିବ, ତାହାର କିଭଳି ସ୍ଥାୟୀ ପ୍ରତିକାର କରାଯିବ, ସରକାରୀ ଜମି କେତେ ଅଛି, କେତେ ଜମି ଅଧିଗ୍ରହଣ କରିବାକୁ ହେବ, ଟ୍ରାଫିକ ସମସ୍ୟା କିଭଳି ଉପୁଜିବ ନାହିଁ, ସେଥିପାଇଁ କେଉଁ କେଉଁ ସ୍ଥାନରେ ଭୂତଳ ବା ଅଣ୍ଡର ଗ୍ରାଉଣ୍ଡ ବ୍ୟବସ୍ଥା କରିବାକୁ ହେବ। ସମ୍ପୂର୍ଣ୍ଣ ମେଟ୍ରୋ ବ୍ୟବସ୍ଥା କେତେ ଦୂରତା ବିଶିଷ୍ଟ ହେବ, ସେ ସମସ୍ତ ଦିଗକୁ ନେଇ ଗ୍ରାଉଣ୍ଡ ଜିରୋରେ ମ୍ୟାପ ସହ ଆଲୋଚନା କରିଛନ୍ତି 5T ସଚିବ ।

ଏହି ସମୀକ୍ଷାରେ ୫-ଟି ସଚିବ, ପରିବହନ ସଚିବ, ଆଇଟି ସଚିବ ପ୍ରମୁଖ ସାମିଲ ଥିଲେ। ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୂଳିଆ ରୁଟ୍‌ର ପ୍ରାରମ୍ଭିକ ସମୀକ୍ଷା ହୋଇଛି । ବିମାନ ବନ୍ଦର, ରେଳ ଷ୍ଟେସନ, ବାଣୀବିହାର, ଜୟଦେବ ବିହାର, ପଟିଆ, ନନ୍ଦନକାନନ ଏବଂ ତ୍ରିଶୂଳିଆ ଦେଇ ମେଟ୍ରୋ ଚଳାଇବାକୁ ଯୋଜନା ରହିଛି ।

ଟ୍ୱିନ୍ ସିଟିରେ ମେଟ୍ରୋ ଟ୍ରେନ ଚଳାଚଳ ପାଇଁ ସମୀକ୍ଷା, ସ୍ଥିତି ପରଖିଲେ ମୁଖ୍ୟ ଶାସନ ସଚିବ ଏବଂ 5T ସଚିବଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ
ଭୁବନେଶ୍ୱର: ରାଜଧାନୀରେ ମେଟ୍ରୋ ଟ୍ରେନ ଚଳାଚଳ ପାଇଁ ସମୀକ୍ଷା। ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଭୁବନେଶ୍ୱର ବିମାନ ବନ୍ଦର ଛକରୁ ଆରମ୍ଭ ହୋଇଛି ସଚିବ ସ୍ତରୀୟ କମିଟିର ଫିଲଡ୍ ଭିଜିଟ । 5T ସଚିବ ଭିକେ ପାଣ୍ଡିଆନଙ୍କ ସମେତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମନୋଜ ମିଶ୍ର, ଉଷା ପାଢ଼ୀ, ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି ମାଥିଭାଥନାନ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ଥିଲେ। ଭୋର ୪ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିମାନବନ୍ଦର ଛକରୁ ଶିଶୁଭବନ ଛକ, ରାଜମହଲ ଛକ, ମାଷ୍ଟର କ୍ୟାଣ୍ଟିନ, ବାଣୀବିହାର ଛକ, ଜୟଦେବବିହାର ଦେଇ କଳିଙ୍ଗ ହସ୍ପିଟାଲ ଛକ, ପଟିଆ, ନନ୍ଦନକାନନ ଛକ ଦେଇ ତ୍ରିଶୂଳିଆ ଛକରେ ପହଞ୍ଚିଥିଲେ ବରିଷ୍ଠ ଅଧିକାରୀମାନେ ।

ରାସ୍ତାରେ ବିଭିନ୍ନ ସ୍ଥାନରେ ସରଜମିନ ସ୍ଥିତି ଅନୁଧ୍ୟାନ କରିଥିଲେ ଟିମ୍ ସଦସ୍ୟ । ଦୈତ ନଗରୀ ଭୁବନେଶ୍ୱର ଓ କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ହେଲେ କେଉଁଠି କି ପ୍ରକାର ସମସ୍ୟା ରହିବ ତାହାର କିଭଳି ସ୍ଥାୟୀ ପ୍ରତିକାର କରାଯିବ, ସରକାରୀ ଜମି କେତେ ଅଛି, କେତେ ଜମି ଅଧିଗ୍ରହଣ କରିବାକୁ ହେବ, ଟ୍ରାଫିକ ସମସ୍ୟା କିଭଳି ଉପୁଜିବ ନାହିଁ ସେଥିପାଇଁ କେଉଁ କେଉଁ ସ୍ଥାନରେ ଭୂତଳ ବା ଅଣ୍ଡର ଗ୍ରାଉଣ୍ଡ ବ୍ୟବସ୍ଥା କରିବାକୁ ହେବ। ସମ୍ପୂର୍ଣ୍ଣ ମେଟ୍ରୋ ବ୍ୟବସ୍ଥା କେତେ ଦୂରତା ବିଶିଷ୍ଟ ହେବ ସେ ସମସ୍ତ ଦିଗକୁ ନେଇ ଗ୍ରାଉଣ୍ଡ ଜିରୋରେ ମ୍ୟାପ୍ ସହ ଆଲୋଚନା କରାଯାଇଛି । ତ୍ରିଶୂଳିଆ ଛକରେ କଟକ ଜିଲ୍ଲାପାଳ ଓ ସିଏମସି କମିଶନର ସାମିଲ ହୋଇଥିଲେ। ପରେ ଟିମ୍ ମଧୁପୁର ଓ ସତ୍ୟଭାମାପୁର ଗସ୍ତ କରିଥିଲେ । ମଧୁସୂଦନ ଦାସଙ୍କ ଜନ୍ମପୀଠରେ ମାଲ୍ୟାର୍ପଣ କରିବା ସହ ପୀଠ ସମ୍ପର୍କରେ ବୁଝିଲେ । ସ୍ଥାନୀୟ ଅଧିକାରୀମାନେ ପୀଠର ନକ୍ସା ଦେଖାଇବା ସହ ସଚିବଙ୍କ ସହ ଆଲୋଚନା କରିଥିଲେ । କଟକ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।