Death Anniversary - The Sakala

ଦିଲ୍ଲୀରୁ ଆଭାସୀ ଜରିଆରେ ବିଜୁ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଲେ ନବୀନ, କହିଲେ 'ଓଡ଼ିଆ ସ୍ୱାଭିମାନ ଆଜି ବିପଦରେ'
ଭୁବନେଶ୍ୱର: ଭାରତର ଗୌରବ, ସାହସ ସଂକଳ୍ପର ଜୀବନ୍ତ ପ୍ରତୀକ ବିଜୁ ପଟ୍ଟନାୟକଙ୍କ ୨୯ତମ ତିରୋଧାନ ଦିବସରେ ବିଜୁ ଜନତା ଦଳ ତରଫରୁ ଶ୍ରଦ୍ଧା ଓ ଗରିମାମୟ ଭାବରେ ‘ପ୍ରବାଦ ପୁରୁଷ ଦିବସ’ ଭାବେ ପାଳନ କରାଯାଇଛି।  ଶଙ୍ଖ ଭବନରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଦିଲ୍ଲୀରୁ ଆଭାସୀ  ମାଧ୍ୟମରେ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ନିଜର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ନବୀନ କହିଛନ୍ତି ଯେ ଦେଶରେ ମହିଳା ମାନଙ୍କୁ ସଶକ୍ତୀକରଣ କରିବା ଲକ୍ଷ୍ୟରେ ସେମାନଙ୍କୁ ସାମ୍ୱିଧାନିକ ପଦରେ ସ୍ଥାପିତ କରିବା ପାଇଁ ୯୦ ଦଶକରେ ବିଜୁ ବାବୁ ମୁଖ୍ୟମନ୍ତ୍ରୀ ଥିବା ସମୟରେ ପଦକ୍ଷେପ ନେଇଥିଲେ। ସଂଯୋଗ ବଶତଃ ବିଜୁ ବାବୁଙ୍କ ତିରୋଧାନ ଦିବସରେ ସଂସଦରେ ମହିଳା ସରଂକ୍ଷଣ ବିଲ୍‌ ବିଷୟରେ ଚୂଡାନ୍ତ ନିଷ୍ପତ୍ତି ନିଆଯାଉଛି । ତେଣୁ ବିଜୁ ଜନତା ଦଳ ମହିଳା ସଂରକ୍ଷଣ ବିଲ୍‌କୁ ସମର୍ଥନ ଜଣାଉଛି । ମାତ୍ର ଇତିହାସ ସାକ୍ଷୀ ଅଛି, ଓଡିଶା ଲଗାତର ଭାବେ କେନ୍ଦ୍ରୀୟ ଅବହେଳାର ଶିକାର ହୋଇଆସୁଛି । ଏବେ ଡିଲିମିଟେସନ ବିଲ୍‌ ମାଧ୍ୟମରେ ଓଡିଶାର ରାଜନୈତିକ ପରିଚୟ ଉପରେ ଏକ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଓଡିଆ ସ୍ୱାଭିମାନ ଆଜି ବିପଦରେ । ସଂସଦରେ ଓଡିଶାର ପ୍ରତିନିଧିତ୍ୱ କମିଯାଉଥିବା ଆଶଙ୍କା ଉପୁଜିଥିବାରୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି ବିଧାନସଭାର ଏକ ବିଶେଷ ଅଧିବେଶନ ଡାକି, ଓଡିଶାର ସ୍ୱାର୍ଥକୁ ସୁରକ୍ଷିତ ରଖିବା ପାଇଁ ଅନୁରୋଧ କରିଥିଲି ; କିନ୍ତୁ ଏବେ ଲାଗୁଛି ରାଜ୍ୟ ବିଜେପି ସରକାର ଏହିଭଳି ରାଜ୍ୟ ସ୍ୱାର୍ଥ ଦୃଷ୍ଟିରୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନୀରବଦ୍ରଷ୍ଟା ସାଜିବାକୁ ପସନ୍ଦ କରୁଛି । ରାଜ୍ୟ ବିଜେପି ସରକାର ଓଡିଆ କି ଓଡିଶାର ସ୍ୱାର୍ଥ ନୁହେଁ ବରଂ ଦଳୀୟ ସ୍ୱାର୍ଥ ପୂରଣ ପାଇଁ ଗୁରୁତ୍ୱ ଦେଉଥିବା ସ୍ପଷ୍ଟ ହେଉଛି।  ଆଉ ଏକ ଚିଠି ମାଧ୍ୟମରେ ମୁଁ ଏହି ପ୍ରସଙ୍ଗରେ ରାଜ୍ୟର ସମସ୍ତ ସାଂସଦମାନଙ୍କୁ ଅବଗତ କରିବା ସହିତ ରାଜ୍ୟର ହିତ ଦୃଷ୍ଟିରୁ ଦଳଗତ ରାଜନୀତିରୁ ଊର୍ଦ୍ଧ୍ବରେ ରହି, ଏ ପ୍ରସଙ୍ଗରେ ସ୍ୱର ଉତ୍ତୋଳନ କରିବାକୁ ଅନୁରୋଧ କରିଛି । ବିଜୁ ବାବୁ ଓଡିଆ ସ୍ୱାଭିମାନର ପ୍ରତୀକ ଥିଲେ । ଆଜି ତାଙ୍କ ତିରୋଧାନ ଦିବସରେ ଓଡିଆ ସ୍ୱାଭିମାନର ସୁରକ୍ଷା ପାଇଁ ଆମର ସମ୍ମିଳିତ ଉଦ୍ୟମ ହେବ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ।

ତିରୋଧାନ ଦିବସ ଅବସରରେ ସକାଳେ ବିନ୍ଦୁ ସାଗରଠାରେ ବିଜେଡି ପକ୍ଷରୁ ତିଳତର୍ପଣ ଅର୍ପଣ କରାଯାଇଥିଲା। ପରେ ଫରେଷ୍ଟ ପାର୍କ ଓ ଏୟାରପୋର୍ଟ ଛକରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। କ୍ୟାପିଟାଲ ହସ୍ପିଟାଲରେ ରୋଗୀ ମାନଙ୍କୁ ଫଳ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଶ୍ରଦ୍ଧାଞ୍ଜଳି ସଭା ପରେ ଏକ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ୱର ଜିଲ୍ଲା ସଭାପତି ଅଶୋକ ପଣ୍ଡା, ଦଳର ଗଣମାଧ୍ୟମ ସଂଯୋଜକ ତଥା ମୁଖପାତ୍ର ଡଃ ଲେନିନ ମହାନ୍ତି ଓ ଡଃ ପ୍ରିୟବ୍ରତ ମାଝୀ ଆଜିର କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଶଙ୍ଖ ଭବନରେ ଆୟୋଜିତ ‘ପ୍ରବାଦ ପୁରୁଷ ଦିବସ’ କାର୍ଯ୍ୟକ୍ରମକୁ ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ସଂଯୋଜନା କରିଥିବା ବେଳେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା ସ୍ୱାଗତ ଭାଷଣ ଦେଇଥିଲେ। ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ,  କଳିକେଶ ନାରାୟଣ ସିଂଦେଓ, ବିଜୁ ଯୁବ ଜନତା ଦଳର ସଭାପତି ଚିନ୍ମୟ ସାହୁ, ବିଜୁ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁ ଇତ୍ୟାଦି ନିଜର ବକ୍ତବ୍ୟ ରଖିବା ସହିତ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭୁବନେଶ୍ୱର ମେୟର ସୁଲୋଚନା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବିଜୟ ନାୟକ, ତୁମ୍ୱନାଥ ପଣ୍ଡା, ମିହିର ରାୟ, ମନ୍ମଥ ରାଉତରାୟ, ସୁମିତ୍ରା ଜେନା, ବିପ୍ଳବ ପାତ୍ର, ଅମରେଶ ପତ୍ରି, ଦୁର୍ଗା ସାମନ୍ତରାୟ, ତନ୍ମୟ ସ୍ୱାଇଁ, ଡେପୁଟି ମେୟର ମଞ୍ଜୁଲତା କହଁର, ପୂର୍ବତନ ବିଧାୟକ ଆୟୁବ ଖାନ୍‌, ବାସନ୍ତୀ ମଲ୍ଲିକ, ରମାରଞ୍ଜନ ବଳିଆରସିଂହ, ପୂର୍ବତନ ମେୟର ମିହିର ମହାନ୍ତି, କର୍ପୋରେଟର ମାନସୀ ସୁନ୍ଦରରାୟ, ପ୍ରୀତିନନ୍ଦା ରାଉତରାୟ, ଭାରତୀ ସିଂହ, ଆସିଆ ବେଗମ, ରଞ୍ଜୁଲତା ରାୟ, ଛବି ଦାସ, ପୁଷ୍ପାଞ୍ଜଳି ସେଠୀ, ପିଙ୍କି ସ୍ୱାଇଁ, ଅଲିଅଳି ମଲ୍ଲିକ, ପ୍ରଭାସିନୀ ମହାନ୍ତି, ପୁଷ୍ପା ରାଉତଙ୍କ ସମେତ ବହୁ ନେତୃବୃନ୍ଦ ଉପସ୍ଥିତ ଥିଲେ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ
ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ । ମହାନ୍ ଜନନାୟକ, ପ୍ରବାଦ ପୁରୁଷ, ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କର ଆଜି ୨୯ ତମ ତିରୋଧାନ ଦିବସ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସୋସିଆଲ ମିଡିଆରେ ନବୀନ ପୋଷ୍ଟ କରିଛନ୍ତି, ଓଡ଼ିଶାର ଗୌରବ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଦେଶର ସ୍ଵାଧୀନତା ସଂଗ୍ରାମରେ ବଳିଷ୍ଠ ଭୂମିକା ଗ୍ରହଣ କରିଥିଲେ। ଲୋକଙ୍କ ହାତରେ କ୍ଷମତା ପ୍ରଦାନ କରି ସେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିଥିଲେ । ରାଜନୀତିରେ ମହିଳାଙ୍କ ପାଇଁ ସଂରକ୍ଷଣ, ଶିଳ୍ପଠୁ ଆରମ୍ଭ କରି ଓଡ଼ିଆ ସ୍ଵାଭିମାନ ରକ୍ଷାରେ ତାଙ୍କର ଅବଦାନ ଅତୁଳନୀୟ । ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ବିଜୁ ଜନତା ଦଳ ଓଡ଼ିଶା ମାଟିର ସେବାରେ ସଦା ସମର୍ପିତ ।

ସେହିପରି ଶ୍ରଦ୍ଧା ଓ ସମ୍ମାନର ସହିତ ବିଜୁ ଜନତା ଦଳର କର୍ମୀ, କର୍ମକର୍ତ୍ତା, ନେତୃବୃନ୍ଦ, ଯୁବ, ଛାତ୍ର, ମହିଳା ଶାଖା ତଥା ସମସ୍ତ ପ୍ରମୁଖ ଦଳୀୟ ସଂଗଠନର କର୍ମକର୍ତ୍ତା ଏବଂ ସଦସ୍ୟମାନଙ୍କ ଦ୍ବାରା ସାରା ରାଜ୍ୟରେ ପାଳିତ ହେଉଛି ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ। ବିଜେଡି ତରଫରୁ ଭୁବନେଶ୍ବର ଫରେଷ୍ଟ ପାର୍କ ନିକଟରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଶଅଦ୍ଧାଞ୍ଜଳି ପ୍ରଦାନ କରାଯାଇଛି । ଏଥିରେ ବିଜେଡିର ବହୁ ନେତା ସାମିଲ ହୋଇ ବିଜୁ ବାବୁଙ୍କ ଅବଦନାକୁ ସ୍ମରଣ କରିଥିଲେ । ଦଳ ତରଫରୁ ବିନ୍ଦୁସାଗରରେ ତିଳତର୍ପଣ କରାଯାଉଛି । ଏହି ତିଳତର୍ପଣରେ ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା, ଦେବୀ ମିଶ୍ର, ମେୟର ସୁଲୋଚନା ଦାସଙ୍କ ସମେତ ବହୁ ବରିଷ୍ଠ ବିଜେଡି ନେତା-ନେତ୍ରୀ, ବିଜୁ ପ୍ରେମୀ ସାମିଲ ହୋଇଛନ୍ତି ।

ଆଜି ମହାନ୍ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ତିରୋଧାନ ଦିବସ
ଭୁବନେଶ୍ୱର: ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ, ମହାନ୍ ଜନନାୟକ, ପ୍ରବାଦ ପୁରୁଷ, ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କର ଆଜି ୨୯ ତମ ତିରୋଧାନ ଦିବସ । ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶାର ଗର୍ବ, ଗୌରବ ଓ ଗରିମାକୁ ପ୍ରତିପାଦିତ କରିଥିବା ଓଡ଼ିଆ ବୀରଙ୍କ ମଧ୍ୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକ ଶାଣିତ ବ୍ୟକ୍ତିତ୍ବ । ଆଜି ଏପ୍ରିଲ ୧୭ ତାରିଖ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ । ୧୯୯୭ ମସିହା ଏପ୍ରିଲ ୧୭ରେ ବିଜୁବାବୁଙ୍କ ତିରୋଧାନ ହୋଇଥିଲା । ଆଧୁନିକ ଓଡ଼ିଶାର ବିଶ୍ବକର୍ମା, ସ୍ବାଭିମାନୀ ସ୍ବର ସମ୍ଭାଷର ଉଦଗାତା ବିଜୁବାବୁ ଯଥାର୍ଥରେ ଏକ କିମ୍ବଦନ୍ତୀ ପୁରୁଷ । ଜଣେ ନିର୍ଭୀକ ସ୍ୱାଧୀନତା ସଂଗ୍ରାମୀ, ସାହସୀ ପାଇଲଟ୍, ସଫଳ ଶିଳ୍ପପତି ଏବଂ ଦୂରଦର୍ଶୀ ରାଜନେତା ଭାବେ ସେ ଥିଲେ ଆଧୁନିକ ଓଡ଼ିଶାର ନିର୍ମାତା ।

ବିଜୟାନନ୍ଦ ପଟ୍ଟନାୟକ ଓରଫ ବିଜୁ ପଟ୍ଟନାୟକ ଗୋଟିଏ ଜାତି ଓ ଗୋଟିଏ ରାଜ୍ୟର ପରିଚୟ। ସେ ଏଭଳି ଜଣେ ବିଚକ୍ଷଣ ବ୍ୟକ୍ତିତ୍ବ; ଯାହାଙ୍କର ପ୍ରଭାବ ଓଡ଼ିଶା ରାଜନୀତିକୁ ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ପ୍ରଭାବିତ କରିଥିଲା। ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର ସେ କିମ୍ବଦନ୍ତୀ ପୁରୁଷ। ୧୯୧୬ ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ୍ ୧୭ ତାରିଖ- ୮୧ ବର୍ଷର ଜୀବନ। ସମଗ୍ର ଜୀବନରେ ତାଙ୍କର ପ୍ରତିଟି ମୁହୂର୍ତ୍ତ ଥିଲା କର୍ମମୟ। ଦୁର୍ଦ୍ଧର୍ଷ ପାଇଲଟ୍‌, ଦକ୍ଷ ଶିଳ୍ପପତି, ଓଡ଼ିଶା ରାଜନୀତିର ବେତାଜ୍‌ ବାଦଶାହ ଥିଲେ ବିଜୁ ବାବୁ। ଦୂରଦ୍ରଷ୍ଟା,ସ୍ବାଭିମାନୀ, ସ୍ପଷ୍ଟବାଦୀ, ନିର୍ଭୀକ ବ୍ୟକ୍ତିତ୍ବର ଅଥିକାରୀ ଏହି ସର୍ବମାନ୍ୟ ନେତା। ପ୍ରବାଦପୁରୁଷ, ଭୂମିପୁତ୍ର, କଳିଙ୍ଗବୀର, ଦ୍ବିତୀୟ ଖାରବେଳ ଆଦି ଉପାଥିରେ ଭୂଷିତ ହୋଇଥିଲେ ବିଜୁବାବୁ ।

ଯୁବାବସ୍ଥାରୁ ରାଜନୀତିରେ ସେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ପାଇଲଟ୍‌ ହେବାର ଇଚ୍ଛା ଥିବାରୁ ସେ ରେଭେନ୍ସା ଛାଡି ବିମାନ ଚାଳନାରେ ତାଲିମ୍‌ ନେଲେ। ପ୍ରତ୍ୟେକ ଆହ୍ବାନକୁ ସାମ୍ନା କରିବାର ଅଦମ୍ୟ ସାହସ ତାଙ୍କଠାରେ ଥିଲା। ସେ କୌଣସି ଛୋଟ ଛୋଟ ଘଟଣାରେ ମଧ୍ୟ ଦୁଃସାହସିକ ପଦକ୍ଷେପ ନେଉଥିଲେ। ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଅତି ପ୍ରିୟ ଥିଲେ ବିଜୁ ବାବୁ। ୧୯୬୨ ଭାରତ-ଚୀନ୍‌ ଯୁଦ୍ଧବେଳେ ସେ ଥିଲେ ପ୍ରଧାନମନ୍ତ୍ରୀ ନେହେରୁଙ୍କର ଅଘୋଷିତ ସାମରିକ ପରାମର୍ଶଦାତା। ୧୯୪୮ରେ ଇଣ୍ଡୋନେସିଆ ମୁକ୍ତି ସଂଗ୍ରାମର ଗାଥା ଆଜି ବି ସ୍ମରଣ ହୋଇରହିଛି। ୧୯୪୮ ମସିହାରେ ନେହେରୁଙ୍କର ପରାମର୍ଶ କ୍ରମେ ବିଜୁ ପଟ୍ଟନାୟକ ଇଣ୍ଡୋନେସିଆର ପ୍ରମୁଖ ସ୍ୱାଧୀନତା ସଂଗ୍ରାମୀ ସୁଲତାନ ସାହରିର, ସୁକର୍ଣ୍ଣୋ ଓ ଅନ୍ୟମାନଙ୍କୁ ନେଇ ସିଙ୍ଗାପୁର ଦେଇ ସୁରକ୍ଷିତ ଭାବେ ନୂଆଦିଲ୍ଲୀ ଆଣିଥିଲେ। ଏଥିପାଇଁ ଇଣ୍ଡୋନେସିଆ ସରକାର ତାଙ୍କୁ ଭୂମିପୁତ୍ର ଉପାଧିରେ ଭୂଷିତ କରିଥିଲେ, ଯାହା ତାଙ୍କୁ ଆନ୍ତର୍ଜାତିକ ଖ୍ୟାତି ପ୍ରଦାନ କରିଥିଲା। ସେ ମଧ୍ୟ ମହିଳା ସଶକ୍ତୀକରଣ ଓ ପଞ୍ଚାୟତିରାଜ ବ୍ୟବସ୍ଥାର ପ୍ରବର୍ତ୍ତକ ଥିଲେ।

୧୯୬୧ରେ ମଧ୍ୟବର୍ତ୍ତୀକାଳୀନ ବିଧାନସଭା ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସର ୧୪୦ ସିଟ୍‌ରୁ ୮୨ଟିରେ ବିଜୟ ହାସଲ କରିଥିଲେ। ଏହି ସମୟରେ ବିଜୁବାବୁ ମାତ୍ର ୨ବର୍ଷ ୩ ମାସ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହି ସ୍ବଳ୍ପ ସମୟରେ ବି ସେ ରାଜ୍ୟର ଦୃଢ଼ ଭିତ୍ତିଭୂମି ପ୍ରତିଷ୍ଠା କରିଥିଲେ। ପାରାଦୀପ ବନ୍ଦର, ଏକ୍ସପ୍ରେସ୍‌ ହାଇୱେ, ମିଗ୍‌ ବିମାନ କାରଖାନା, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ, ସୈନିକ ସ୍କୁଲ ଆଦି ଅନେକ କୀର୍ତ୍ତି ତାଙ୍କ ମୁଖ୍ୟମନ୍ତ୍ରୀତ୍ବ ଅମଳରେ ଆରମ୍ଭ ହୋଇଥିଲା। ୧୯୯୦ରେ ତାଙ୍କ ନେତୃତ୍ବରେ ଗଠିତ ଜନତାଦଳ ବିଧାନସଭାରେ ରେକର୍ଡ ସଂଖ୍ୟକ ୧୨୩ଟି ଆସନ ଦଖଲ କରିଥିଲା ଓ ସେ ଦ୍ବିତୀୟ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ। ୧୯୯୭ ମସିହା ଏପ୍ରିଲ ୧୭ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ବିଜୁବାବୁଙ୍କ ପରଲୋକ ସହ ଏକ ଯୁଗର ପରିସମାପ୍ତି ହେଲା। ଆଜି ବିଜୁବାବୁ ନାହାନ୍ତି ସତ କିନ୍ତୁ ପ୍ରତିଟି ଓଡ଼ିଆଙ୍କ ହୃଦୟରେ ସେ ଅମର ହୋଇରହିଛନ୍ତି।

ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ମହାନ୍‌ ଜନନାୟକ ବିଜୁ ପଟ୍ଟନାୟକ
ଭୁବନେଶ୍ବର: ବିଜୟାନନ୍ଦ ପଟ୍ଟନାୟକ ଓରଫ ବିଜୁ ପଟ୍ଟନାୟକ ଗୋଟିଏ ଜାତି ଓ ଗୋଟିଏ ରାଜ୍ୟର ପରିଚୟ। ସେ ଏଭଳି ଜଣେ ବିଚକ୍ଷଣ ବ୍ୟକ୍ତିତ୍ବ; ଯାହାଙ୍କର ପ୍ରଭାବ ଓଡ଼ିଶା ରାଜନୀତିକୁ ପ୍ରାୟ ଅର୍ଦ୍ଧ ଶତାବ୍ଦୀ ଧରି ପ୍ରଭାବିତ କରିଥିଲା। ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର ସେ କିମ୍ବଦନ୍ତୀ ପୁରୁଷ। ୧୯୧୬ ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ୍ ୧୭ ତାରିଖ- ୮୧ ବର୍ଷର ଜୀବନ। ସମଗ୍ର ଜୀବନରେ ତାଙ୍କର ପ୍ରତିଟି ମୁହୂର୍ତ୍ତ ଥିଲା କର୍ମମୟ। ଦୁର୍ଦ୍ଧର୍ଷ ପାଇଲଟ୍‌, ଦକ୍ଷ ଶିଳ୍ପପତି, ଓଡ଼ିଶା ରାଜନୀତିର ବେତାଜ୍‌ ବାଦଶାହ ଥିଲେ ବିଜୁ ବାବୁ। ଦୂରଦ୍ରଷ୍ଟା,ସ୍ବାଭିମାନୀ, ସ୍ପଷ୍ଟବାଦୀ, ନିର୍ଭୀକ ବ୍ୟକ୍ତିତ୍ବର ଅଥିକାରୀ ଏହି ସର୍ବମାନ୍ୟ  ନେତା। ପ୍ରବାଦପୁରୁଷ, ଭୂମିପୁତ୍ର, କଳିଙ୍ଗବୀର, ଦ୍ବିତୀୟ ଖାରବେଳ ଆଦି ଉପାଥିରେ ଭୂଷିତ ବିଜୁବାବୁ ଗଞ୍ଜାମ ଜିଲ୍ଲାର ଜି-ନୂଆ ଗାଁରେ ସ୍କୁଲ ଶିକ୍ଷା ସାରି ରେଭେନ୍ସା କଲେଜରେ ନାମ ଲେଖାଇଥିଲେ।