Actress Jiah Khan - The Sakala

ବହୁଚର୍ଚ୍ଚିତ ଅଭିନେତ୍ରୀ ଜିୟା ଖାଁ ଆତ୍ମହତ୍ୟା ମାମଲା: ଅଭିନେତା ସୂରଜ ପାଞ୍ଚୋଲି ନିର୍ଦ୍ଦୋଷରେ ଖଲାସ
ମୁମ୍ବାଇ: ଅଭିନେତା ସୂରଜ ପାଞ୍ଚୋଲିଙ୍କୁ ମିଳିଛି ବଡ ଆଶ୍ୱସ୍ତି । ବହୁଚର୍ଚ୍ଚିତ ଅଭିନେତ୍ରୀ ଜିୟା ଖାଁ ଆତ୍ମହତ୍ୟା ମାମଲାରେ ସୂରଜ ପାଞ୍ଚୋଲି ନିର୍ଦ୍ଦୋଷରେ ଖଲାସ । ସିବିଆଇ କୋର୍ଟ ତାଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ତାଙ୍କ ବିରୁଦ୍ଧରେ ଆତ୍ମହତ୍ୟା ପାଇଁ ଉସୁକାଇଥିବା ଅଭିଯୋଗ ଥିଲା । ଉପଯୁକ୍ତ ପ୍ରମାଣ ଅଭାବରୁ ମୁମ୍ବାଇ ସିବିଆଇ କୋର୍ଟ ସୂରଜ ପାଞ୍ଚୋଲିଙ୍କୁ ଦୋଷମୁକ୍ତ କରିଥିବା ସୂଚନା ।

ସୂଚନାଯୋଗ୍ୟ, ଗତ ୨୦୧୩ ଜୁନ ୩ରେ ମୁମ୍ବାଇ ଜୁହୁସ୍ଥିତ ଘରୁ ଜିୟା ଖାଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେବା ସହ ଏକ ୬ ପୃଷ୍ଠାର ଚିଠି ଜବତ ହୋଇଥିଲା । ସେଥିରେ ସେ ଅଭିନେତା ଆଦିତ୍ୟ ପାଞ୍ଚୋଲିଙ୍କ ପୁଅ ସୂରଜ ଓ ତାଙ୍କ ପରିବାରଙ୍କ ସହ ସମ୍ପର୍କ ନେଇ ପ୍ରତିକୂଳ ମନ୍ତବ୍ୟ ଦର୍ଶାଇଥିଲେ । ଆତ୍ମହତ୍ୟାକୁ ପ୍ରୋତ୍ସାହନ ଦେବା ଅଭିଯୋଗରେ ସୂରଜଙ୍କୁ ଗିରଫ କରାଯାଇଥିଲା ।

ମାତ୍ର ପରେ ସୂରଜଙ୍କୁ ଜାମିନ ମିଳିଯାଇଥିଲା । ସୂରଜଙ୍କୁ ଜାମିନ ବିରୋଧରେ ଜିୟାଙ୍କ ମା’ ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଏବଂ ମାମଲାକୁ ସିବିଆଇକୁ ହସ୍ତାନ୍ତର କରିବା ଲାଗି ପ୍ରାର୍ଥନା କରିଥିଲେ । ଫଳରେ ୨୦୧୪ରେ ମାମଲାର ତଦନ୍ତ ଭାର ସିବିଆଇ ହାତକୁ ଯାଇଥିଲା । ଡିସେମ୍ବର ୨୦୧୫ରେ ସିବିଆଇ ଚାର୍ଜସିଟ ଦାୟର କରିଥିଲା ।