new police stations - The Sakala

ଖୋର୍ଦ୍ଧାରେ ଶିଳ୍ପାଞ୍ଚଳ ପୁଲିସ ଷ୍ଟେସନ ଓ କେନ୍ଦୁଝର, ବଡବିଲରେ ଟ୍ରାଫିକ ପୁଲିସ ଷ୍ଟେସନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ବର: ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୁଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି ଏବଂ ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ଏ ସମ୍ପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ।

ଏହି ପୁଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ସବ୍‌ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍‌ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି । ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୁଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି । ଏଥିପାଇଁ ୨୪ଟି ନୂତନ ପଦବୀ ମଞ୍ଜୁର କରାଯାଇଛି । ଏ ସଂପର୍କୀୟ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ଏହାଦ୍ଵାରା ଏହି ଦୁଇଟି ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏହି ଦୁଇଟି ଟ୍ରାଫିକ ପୁଲିସ ଷ୍ଟେସନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍‌ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବ୍‌ଇନସ୍‌ପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି।