Puri Odisha - The Sakala

ପୁରୀ ସମୁଦ୍ରରେ ଗାଧୋଇବା ହେଲା କାଳ, ଚାଲିଗଲା ମା'-ପୁଅଙ୍କ ଜୀବନ
ପୁରୀ: ପୁଣି ସମୁଦ୍ରରେ ଅଘଟଣ। ସମୁଦ୍ର ସ୍ନାନ ହେଲା କାଳ। ସମୁଦ୍ର ସ୍ନାନ ବେଳେ ଚାଲିଗଲା ମା' ପୁଅଙ୍କର ଜୀବନ। ମୃତକ ହେଉଛନ୍ତି ଝାଡ଼ଖଣ୍ଡ ରାଞ୍ଚି ଅଞ୍ଚଳର କୁସୁମ ଗୁପ୍ତା ଓ ଅଙ୍କିତ ଗୁପ୍ତା । ପୁରୀ ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର। ଘଟଣାସ୍ଥଳରେ ପୁରୀ ଏସପି ଓ ଥାନା ଅଧିକାରୀଙ୍କ ତଦନ୍ତ ଜାରି।‌

ସୂଚନା ଅନୁସାରେ, ପରିବାର ଲୋକଙ୍କ ସହ କୁସୁମ ଓ ଅଙ୍କିତ ପୁରୀ ଚକ୍ରତୀର୍ଥ ରୋଡ ପିଙ୍କ ହାଉସ ନିକଟ ସମୁଦ୍ରରେ ଗାଧୋଉଥିଲେ । ଏକ ବଡ଼ ଲହଡ଼ି ସାଙ୍ଗକୁ ରିପ କରେଣ୍ଟରେ ପଡ଼ି କୁସୁମ ସମୁଦ୍ର ଭିତରକୁ ଚାଲି ଯାଇଥିଲେ। ମା’ଙ୍କୁ ବଞ୍ଚାଇବାକୁ ଯାଇ ପୁଅ ଅଙ୍କିତ ସମୁଦ୍ର ଭିତରକୁ ଯିବାରୁ ସେ ମଧ୍ୟ ରିପ୍ କରେଣ୍ଟରେ ପଡ଼ି ଗଭୀର ସମୁଦ୍ର ଭିତରକୁ ଚାଲି ଯାଇଥିଲେ। ପରିବାରର ଅନ୍ୟ ସଦସ୍ୟ ମାନେ ଚିତ୍କାର କରିବାରୁ ସେଠାରେ ଉପସ୍ଥିତ ଥିବା ପ୍ରାଇଭେଟ୍ ଲାଇଫ ଗାର୍ଡ ଓ ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯାଇ ଦୁଇଜଣ ମା’ ପୁଅଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲକୁ ପଠାଇଥିଲେ। କିନ୍ତୁ ହସ୍ପିଟାଲରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

ଆଜିଠୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲିଦେଖିବେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ
ପୁରୀ: ଜାନୁଆରୀ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ।ଏହି ମହତ୍ୱକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି।ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଶ୍ରୀଜଗନ୍ନାଥ ଚେତନା ଓ ଭାବଧାରା ଆଧାରରେ ସମଗ୍ର ରାଜ୍ୟରେ ପରିଭ୍ରମଣ କରିଥିଲା ଅର୍ପଣ ରଥ। ପ୍ରତ୍ୟେକ ବ୍ୟକ୍ତି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥିଲେ ଅକ୍ଷତ, ଗୁଆ। ସେତେବେଳେ ସରକାର ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ଏହି ପ୍ରକଳ୍ପ ପରିକ୍ରମଣ କରାଯିବ ବୋଲି ସୂଚନା ଦେଇଥିଲେ। ସେହି ଆଧାରରେ ସୋମବାର ଅର୍ଥାତ ଜାନୁଆରୀ ୨୯ ତାରିଖଠାରୁ ପର୍ଯ୍ୟାୟକ୍ରମେ ଶ୍ରଦ୍ଧାଳୁଙ୍କ ଆଗମନ ପାଇଁ ବ୍ୟବସ୍ଥା କରାଯାଇଛି। ପ୍ରଥମ ଦିନ ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳର ଜନସାଧାରଣ ଆସିବେ।

ସମସ୍ତ ଶ୍ରଦ୍ଧାଳୁଙ୍କୁ ନେଇ ଆସୁଥିବା ବସଗୁଡିକ ବୀରହରେକୃଷ୍ଣପୁର ଡାହାଣ ପାର୍ଶ୍ବରେ ଯାଇ ସମଙ୍ଗ ପାର୍କିଂ ସ୍ଥଳରେ ପହଞ୍ଚିବେ। ସେଠାରୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫିଡ଼ର ବସ୍‌‌ ମାଧ୍ୟମରେ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଲଭ ପିଲଗ୍ରିମ ସେଣ୍ଟରକୁ ନିଆଯିବ। ସେଠାରୁ ଶ୍ରୀମାର୍ଗ ଦେଇ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ କରାଯିବ।ଏହି କାର୍ଯ୍ୟରେ ବିଭିନ୍ନ ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ପ୍ରଥମ ଦିନର କାର୍ଯ୍ୟସୂଚୀ ଅନୁସାରେ ସକାଳ ୯ ଟାରେ କଟକ ମହାନଗର ନିଗମ ଓ ୧୦ଟାରେ କଟକ ଜିଲ୍ଲାର ଅନ୍ୟ ବ୍ଲକ ଅଞ୍ଚଳର ଶ୍ରଦ୍ଧାଳୁ ପହଞ୍ଚିବେ। ସେହିପରି ମୟୂରଭଞ୍ଜ, ବାଲେଶ୍ୱର ସକାଳ ୧୦ ଘଟିକା, ଗଞ୍ଜମ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳର ଶ୍ରଦ୍ଧାଳୁ ମାନେ ଦିବା ୧୨ ଘଟିକାରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁଚାରୁ ରୁପେ ପରିଚାଳନା କରିବା ପାଇଁ ପଞ୍ଚାୟତରାଜ ବିଭାଗ ଓ ଜିଲ୍ଲା ପ୍ରଶାସନ କ୍ୟାଲେଣ୍ଡର ସହ ନୋଡ଼ାଲ ଅଫିସରମାନଙ୍କୁ ନିୟୋଜିତ କରିଛନ୍ତି ବୋଲି ସୂଚନା ମିଳିଛି।

ଶ୍ରୀଜିଉଙ୍କୁ ଦର୍ଶନ କଲେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପଦ୍ମଶ୍ରୀ ଶଙ୍କର ମହାଦେବନ୍
ପୁରୀ: ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକ ପଦ୍ମଶ୍ରୀ ଶଙ୍କର ମହାଦେବନ୍ ଆଜି ସକାଳୁ ସକାଳୁ ପୁରୀ ଆସି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ତାଙ୍କ ସହ ଶ୍ରୀଜିଉଙ୍କୁ ତାଙ୍କ ପତ୍ନୀ ମଧ୍ୟ ଦର୍ଶନ କରିବାର ସୁଯୋଗ ପାଇଛନ୍ତି । ସିଂହଦ୍ଵାର ଦେଇ ଭିତରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ମା’ ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଛନ୍ତି । ତେବେ ମନ୍ଦିର ଭିତରକୁ ପ୍ରବେଶ କରିବା ପୂର୍ବରୁ ଏକ ସୁନ୍ଦର ଭଜନ ଗାଇଥିଲେ ଏହି ପ୍ରଖ୍ୟାତ କଣ୍ଠଶିଳ୍ପୀ।

ମହାପ୍ରଭୁଙ୍କ ଦର୍ଶନ ସାରି ଫେରିବା ପରେ ଶଙ୍କର କହିଛନ୍ତି ଯେ, ମହାପ୍ରଭୁଙ୍କ ଦର୍ଶନ ସାଙ୍ଗକୁ ଶ୍ରୀକ୍ଷେତ୍ର ଆସୁଥିବା ଭକ୍ତ ମାନେ ଏକ ନୂଆ ଅନୁଭୂତି ନେଇ ଫେରୁଛନ୍ତି। ମୋର ସୌଭାଗ୍ୟ ମୁଁ ମହାପ୍ରଭୁଙ୍କ ଏହି ପରିକ୍ରମା ପ୍ରକଳ୍ପ ଦେଖିବାର ସୁଯୋଗ ପାଇଲି । ଚାରିଧାମ ମଧ୍ୟରୁ ଶ୍ରେଷ୍ଠ ଧାମ ଶ୍ରୀଜଗନ୍ନାଥଙ୍କ ଧାମ ଶ୍ରୀକ୍ଷେତ୍ର ଏବେ ନୂଆ ରୂପ ନେବାରେ ଲାଗିଛି। ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ଚାଲିଥିବା ପରିକ୍ରମା ପ୍ରକଳ୍ପ ଦୂରଦୂରାନ୍ତରୁ ଆସୁଥିବା ଭକ୍ତମାନଙ୍କୁ ଏକ ନୂଆ ଅନୁଭୂତି ଆଣିଦେଉଛି। ମହାପ୍ରଭୁଙ୍କର ଜଣେ ଭକ୍ତ ହିସାବରେ ଏହି ପ୍ରକଳ୍ପ କାର୍ଯ୍ୟକୁ ମୁଁ ମଧ୍ୟ ସ୍ୱାଗତ କରୁଛି ବୋଲି କହିଛନ୍ତି ଗାୟକ ଶଙ୍କର ।

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ପର୍ଯ୍ୟଟକ; ଜଣେ ମୃତ, ଅନ୍ୟଜଣେ ନିଖୋଜ
ପୁରୀ: ପୁରୀ ସମୁଦ୍ରରେ ପୁଣିଥରେ ଅଘଟଣ ଘଟିଛି । ଗୁରୁବାର ଅପରାହ୍ନରେ ସ୍ୱର୍ଗଦ୍ୱାର ନିକଟ ୧୩ ନମ୍ବର ସେକ୍ଟର ସମୁଦ୍ରରେ ସ୍ନାନ କରୁଥିବା ବେଳେ ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି । ଅନ୍ୟ ଜଣେ ସମୁଦ୍ରରେ ନିଖୋଜ ହୋଇଯାଇଛନ୍ତି । ମୃତ ପର୍ଯ୍ୟଟକ ହେଲେ ପଶ୍ଚିମବଙ୍ଗ ହୁଗୁଳି ଜିଲ୍ଲାର ଅରିନ୍ଦମ ଦାସ । ନିଖୋଜ ପର୍ଯ୍ୟଟକଙ୍କୁ ଲାଇଫ୍‌ଗାର୍ଡ ଖୋଜାଖୋଜି କରୁଛନ୍ତି । ହେଲେ ତାଙ୍କର କୌଣସି ସନ୍ଧାନ ମିଳି ନାହିଁ ।

ସୂଚନାଥାଉ କି, ବୁଧବାର ମଧ୍ୟ ସମୁଦ୍ରରେ ସ୍ନାନ ବେଳେ ବାପା, ପୁଅଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ । ଲାଇଫ୍‌ଗାର୍ଡଙ୍କ ବାରଣ ସତ୍ତ୍ୱେ ପର୍ଯ୍ୟଟକମାନେ ମନଇଚ୍ଛା ସମୁଦ୍ରରେ ସ୍ନାନ କରୁଥିବା ବେଳେ ଏଭଳି ଅଘଟଣ ଘଟୁଛି । ମାତ୍ର କେହି ବି ସଚେତନ ହେଉନାହାନ୍ତି ।