metro rail - The Sakala

ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜଧାନୀରେ ଆରମ୍ଭ ହେଲା ସର୍ଭେ
ଭୁବନେଶ୍ୱର: ସାକାର ହେଉଛି ଓଡ଼ିଶାର ମେଟ୍ରୋ ସ୍ବପ୍ନ । ବହୁପ୍ରତିକ୍ଷୀତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜଧାନୀରେ ଆରମ୍ଭ ହୋଇଛି ସର୍ଭେ । ବାଣୀବିହାରରୁ ଶିଶୁଭବନ ଛକ ତଥା ଜନପଥରେ ସର୍ଭେ କରାଯାଉଛି । ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ ଲିମିଟେଡ ଦ୍ବାରା କରାଯାଉଥିବା । ଏଥିରେ ବିଡିଏ, ବିଏମସି, ୱାଟକୋ, ଟିପିସିଓଡିଏଲ, ଗେଲ୍‌ ବିଏସଏନଏଲ, ଟ୍ରାଫିକ ପୋଲିସ ଟିମ୍ ନିୟୋଜିତ ଅଛନ୍ତି । ମେଟ୍ରୋ ଯିବାକୁ ଥିବା ରାସ୍ତାରେ ଗଛ, ବିଦ୍ଯୁତ ଖୁଣ୍ଟକୁ ନଜରରେ ରଖି ସର୍ଭେ କରାଯାଉଛି । ମେଟ୍ରୋ ପାଇଁ ରାସ୍ତାରୁ ହଟିବ ୟୁଟିଲିଟି ଲାଇନ ।

ଜାନୁଆରୀ ପହିଲାରେ ମେଟ୍ରୋ ଟ୍ରେନ ପାଇଁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିସ୍ଥାପନ କରିଥିଲେ । ୪ ବର୍ଷରେ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି । କଟକ-ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଟେଣ୍ଡର ଆହ୍ୱାନ କରିଛି ଦିଲ୍ଲୀ ମେଟ୍ରୋ ରେଳ ନିଗମ। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୂଳିଆ ଯାଏଁ ୨୬ କିଲୋମିଟର ମେଟ୍ରୋ ଟ୍ରେନ ଚାଲିବାକୁ ନିଷ୍ପତ୍ତି ହୋଇଛି । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ସମସ୍ତ ଖର୍ଚ୍ଚ ୬୨୨୫ କୋଟି ଟଙ୍କା ରାଜ୍ୟ ସରକାର ବହନ କରିବେ ।କ୍ୟାପିଟାଲ ହସ୍ପିଟାଲରୁ ବାପୁଜୀନଗର, ଭୁବନେଶ୍ବର ରେଳ ଷ୍ଟେସନ, ରାମ ମନ୍ଦିର ଛକ, ବାଣୀବିହାର ଦେଇ ଆଚାର୍ଯ୍ୟବିହାର ଛକ ଯାଏଁ ପ୍ରାୟ ୭ କିଲୋମିଟର ପାଇଁ ପ୍ରଥମ ପର୍ଯ୍ୟାୟରେ ୬୬୮କୋଟି ଟଙ୍କାର ଟେଣ୍ଡର ଡକାଯାଇଛି । ଏପଟେ ବାରଙ୍ଗ ଅଞ୍ଚଳର ରତାଗଡ଼ରେ ମେଟ୍ରୋ ରେଳର କେନ୍ଦ୍ରୀୟ ଡିପୋ ପାଇଁ ୪୦ଏକର ଜାଗାରେ କାମ ଆରମ୍ଭ ହୋଇଛି।

ସାକାର ହେବ ରାଜ୍ୟବାସୀଙ୍କ ସ୍ୱପ୍ନ : ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପର ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସାକାର ହେବାକୁ ଯାଉଛି ରାଜ୍ୟବାସୀଙ୍କ ‘ମେଟ୍ରୋ’ ରେଳ ସ୍ୱପ୍ନ। ଆଉ କିଛି ସମୟ ପରେ ବହୁପ୍ରତୀକ୍ଷିତ ମେଟ୍ରୋ ରେଳ ପ୍ରକଳ୍ପକୁ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତ ୧ ଏପ୍ରିଲ୍‌ ଅର୍ଥାତ୍‌ ଉତ୍କଳ ଦିବସରେ ରାଜ୍ୟରେ ମେଟ୍ରୋ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମାତ୍ର ୮ ମାସ ମଧ୍ୟରେ ଏହି ପ୍ରକଳ୍ପ ପାଇଁ ପ୍ରସ୍ତୁତି ସହ ଅର୍ଥ ବରାଦ କରାଯାଇଛି ଏବଂ ଆଜି ୨୦୨୪ ମସିହାର ପ୍ରଥମ ଦିନ ଅର୍ଥାତ୍‌ ନୂଆ ବର୍ଷରେ ଏହାର ଶିଳାନ୍ୟାସ କରାଯିବ।

ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ମୋଟ୍‌ ୫ ହଜାର ୯୨୯ କୋଟି ୩୮ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଛି । ୨୬ କିଲୋମିଟର ଦୈର୍ଘ୍ୟର ମେଟ୍ରୋ ପ୍ରକଳ୍ପ କ୍ୟାପିଟାଲ ହସ୍ପିଟାଲ, ରାଜମହଲ ଛକ, ବାଣୀବିହାର ଛକ, ଜୟଦେବ ବିହାର ଛକ ଓ ପଟିଆ ଛକ ସମେତ ମୋଟ୍‌ ୨୦ଟି ମେଟ୍ରୋ ରେଳ ଷ୍ଟେସନ ନିର୍ମାଣ କରାଯିବା ନେଇ ଯୋଜନା ରହିଛି। ପରବର୍ତ୍ତୀ ସମୟରେ ଏହା ଉଭୟ ଦିଗରେ କଟକ ଓ ପୁରୀକୁ ସମ୍ପ୍ରସାରିତ କରାଯିବ। ରାଜଧାନୀର ମେଡିଆନ ଉପରେ ପିଲର ନିର୍ମାଣ କରାଯାଇ ରାସ୍ତା ଉପରେ ମେଟ୍ରୋ ଚଳାଚଳ କରିବ। ସେହିପରି ଅତ୍ୟାଧୁନିକ ରେଳ କୋଚ୍‌ର ବ୍ୟବହାର କରାଯିବାକୁ ରହିଥିବା ବେଳେ ଅତ୍ୟାଧୁନିକ ଟିକେଟ୍‌ ବ୍ୟବସ୍ଥା ଏବଂ ସିଗ୍‌ନାଲ ବ୍ୟବହାର କରାଯିବ। ଭୁବନେଶ୍ୱର ମେଟ୍ରୋ ରେଳ ନିଗମର ତତ୍ତ୍ୱାବଧାନରେ ଦ୍ଲିଲୀ ମେଟ୍ରୋ ରେଳ ନିଗମ (ଟର୍ଣ୍ଣ-କି ପରାମର୍ଶଦାତା) ପ୍ରକଳ୍ପର ନିର୍ମାଣ କରିବ।

ଏହି ମେଟ୍ରୋ ପ୍ରକଳ୍ପ ଦ୍ୱାରା ଭୁବନେଶ୍ୱର ଓ କଟକ ମଧ୍ୟରେ ତ୍ରିଶୁଳିିଆ ଏକ ପ୍ରମୁଖ ଜଙ୍କସନ ହେବ। ଏହା ସହିତ ବାଙ୍କୀ ଓ ଆଠଗଡ଼ ପଟରୁ ଦ୍ୱୈତ ନଗରୀର ଗୁରୁତ୍ୱପୂର୍ଣ୍ଣ ପ୍ରବେଶ ପଥ ଭାବରେ ତ୍ରିଶୁଳିଆ ବିବେଚିତ ହେବ। ମେଟ୍ରୋ ରେଳ ପ୍ରକଳ୍ପର କେନ୍ଦ୍ରୀୟ ଡିପୋ ତ୍ରିଶୁଳିଆ ନିକଟରେ ନିର୍ମାଣ କରାଯିବ। ଏଠାରେ ପ୍ରକଳ୍ପର କମାଣ୍ଡ ଓ କଣ୍ଟ୍ରୋଲ୍‌ ବ୍ୟବସ୍ଥା ସହିତ ମେଟ୍ରୋ ଟ୍ରେନର ମରାମତି ଓ ଷ୍ଟାବଲିଂ ସୁବିଧା ମଧ୍ୟ ରହିବ। ତ୍ରିଶୁଳିଆ ଛକରେ ଏକ ନୂଆ ବସ ଷ୍ଟାଣ୍ଡ ମଧ୍ୟ ନିର୍ମାଣ କରାଯାଉଛି। ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ମେଟ୍ରୋ ଷ୍ଟେସନ ସହିତ ସମନ୍ୱିତ କରାଯାଇ ଏକକ ରହଣି ସ୍ଥଳ ଭାବରେ ବିକଶିତ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ଆକାଂକ୍ଷୀ ଓଡ଼ିଶା ପାଇଁ ଏକ ବିଶ୍ୱ ସ୍ତରୀୟ ସହରାଞ୍ଚଳ ଗମନାଗମନ ବ୍ୟବସ୍ଥାର ବିକାଶ ଲକ୍ଷ୍ୟ ହାସଲରେ ଏହି ପ୍ରକଳ୍ପ ପ୍ରମୁଖ ଭୂମିକା ଗ୍ରହଣ କରିବ ।

ଏଥିପାଇଁ ପ୍ରସ୍ତୁତ ଡିପିଆର୍‌କୁ ଅନୁମୋଦନ ମିଳିସାରିଥିବା ବେଳେ ଭୁବନେଶ୍ୱରରୁ ଖୋର୍ଦ୍ଧା, ପୁରୀ ଓ କଟକ ସହରରେ ମେଟ୍ରୋ ରେଳ ସମ୍ପ୍ରସାରିତ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଜରିଆରେ ମାଷ୍ଟର ପ୍ଳାନ ପ୍ରସ୍ତୁତ କରାଯାଉଛି। ସୋମବାର ତ୍ରିଶୁଳିଆ ଛକ ସ୍ଥିତ ରତାଗଡ଼ ଲେଙ୍କାସାହି ନିକଟରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ସହ ଏକ ସମାବେଶରେ ଉଦ୍‌ବୋଧନ ଦେବେ । ଏହି ଅବସରରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟକୁ ନେଇ ପ୍ରସ୍ତୁତ ଏକ କ୍ଷୁଦ୍ର ବୃତ୍ତଚିତ୍ରକୁ କାର୍ଯ୍ୟକ୍ରମ ସ୍ଥଳରେ ପ୍ରଦର୍ଶିତ କରାଯିବ। କାର୍ଯ୍ୟକ୍ରମରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ସ୍ୱଗତ ଭାଷଣ ଓ କଟକ ମେୟର ସୁବାଷ ସିଂ ଧନ୍ୟବାଦ ଦେବେ। ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, କଟକ ଚୌଦ୍ୱାର ବିଧାୟକ ସୌଭିକ୍‌ ବିଶ୍ୱାଳ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଭୁବନେଶ୍ୱର-କଟକ ‘ମେଟ୍ରୋ’ ପ୍ରକଳ୍ପ: ଡିପିଆର ପ୍ରସ୍ତୁତ କରିବ ଓଆରଆଇଡିଏଲ, ସର୍ବନିମ୍ନ ସମୟରେ ପ୍ରସ୍ତୁତ କରିବାକୁ ଗୁରୁତ୍ବ
ଭୁବନେଶ୍ୱର: ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପ୍ରକଳ୍ପ ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର) ପ୍ରସ୍ତୁତ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ପାଇଁ ଆରମ୍ଭ ହୋଇଥିବା ବେଳେ ସର୍ବନିମ୍ନ ସମୟସୀମା ମଧ୍ୟରେ ଡିପିଆର ପ୍ରସ୍ତୁତିକୁ ଗୁରୁତ୍ୱ ଦିଆଯାଇଛି। ଡିପିଆର୍‌‌ ପ୍ରସ୍ତୁତି ସମୟରେ ଯେଉଁ ବିଭାଗଗୁଡ଼ିକର ସହାୟତା ଆବଶ୍ୟକ ପଡ଼ିବ, ଅଗ୍ରାଧିକାର ଭିତ୍ତିରେ ସହଯୋଗ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯାହାଦ୍ୱାରା ଅତି କମ୍‌‌ ସମୟ ମଧ୍ୟରେ ଏହି ପ୍ରକଳ୍ପର ଡିପିଆର୍‌‌ ପ୍ରସ୍ତୁତି ଶେଷ ହୋଇ ପ୍ରକଳ୍ପ କାମ ଆରମ୍ଭ କରିବାକୁ ରାଜ୍ୟ ସରକାର ଯୋଜନା ରଖିଛନ୍ତି। ଡିପିଆର୍‌‌ ପ୍ରସ୍ତୁତ ପାଇଁ ଓଡ଼ିଶା ରେଳ ଭିତ୍ତିଭୂମି ଉନ୍ନୟନ ଲିମିଟେଡ୍‌‌ (ଓଆରଆଇଡିଏଲ୍‌‌)କୁ ଦାୟିତ୍ୱ ପ୍ରଦାନ କରାଯାଇଛି ଏବଂ ଏହି କାମ ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ବୈଷୟିକ ସହାୟତା ଯୋଗାଇ ଦେବେ। ଏହା ସହିତ ସହରର ବିଭିନ୍ନ ସେବା ଯୋଗାଣକାରୀ ସଂସ୍ଥା ମଧ୍ୟ ଏହି ଡିପିଆର୍‌‌ କମିଟିରେ ସ୍ଥାନିତ ହେବୋଲି ଜଣାପଡ଼ିଛି। ଏହି କାର୍ଯ୍ୟର ସମନ୍ୱୟ ନିମନ୍ତେ ବିଡିଏ ଉପାଧ୍ୟକ୍ଷ ବଳବନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଏକ ‘ସହର ସମନ୍ୱୟ କମିଟି’ (ସିସିସି) ଗଠନ କରାଯାଇଛି। ଏହି କମିଟିରେ ଗୁରୁତ୍ୱପୂର୍ଣ୍ଣ ବିଭାଗର ଅଧିକାରୀମାନଙ୍କୁ ସଦସ୍ୟ ଭାବେ ସାମିଲ କରାଯାଇଛି।

ପରିବହନ କ୍ଷେତ୍ରରେ ରୂପାନ୍ତରଣ ଆଣିବା ଲକ୍ଷ୍ୟରେ ରାଜ୍ୟ ସରକାର ଓଡ଼ିଶାରେ ମେଟ୍ରୋ ସେବା ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଡ୍ରିମ୍‌‌ ପ୍ରୋଜେକ୍ଟ ଭାବେ ଏହାକୁ ଗ୍ରହଣ କରାଯାଉଥିବା ବେଳେ ଅଳ୍ପ ଦିନ ମଧ୍ୟରେ ପ୍ରକଳ୍ପ କାମ ଶେଷ କରି ଓଡ଼ିଶା ମାଇଲଖୁଣ୍ଟ ସ୍ଥାପନ କରିବାକୁ ଯୋଜନା କରିଛି। ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଟ୍ରୋ ଟ୍ରେନ୍‌‌ ପ୍ରକଳ୍ପକୁ ଅନୁମୋଦନ କରିବା ପରଠାରୁ ଦ୍ରୁତ ଗତିରେ ଏନେଇ କାମ ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଅଧୀନରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ କଟକ ତ୍ରିଶୁଳିଆ ମଧ୍ୟରେ ପ୍ରଥମେ ମେଟ୍ରୋ ଟ୍ରେନ୍‌‌ ଚଳାଚଳ କରିବାକୁ ଥିବା ବେଳେ ପରେ ପୁରୀ ଓ ଖୋର୍ଦ୍ଧା ପର୍ଯ୍ୟନ୍ତ ଏହାକୁ ସମ୍ପ୍ରସାରଣ କରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ୫-ଟି ଉପକ୍ରମ ଅଧୀନରେ ରାଜ୍ୟ ସରକାର ଏହି ମହତ୍ୱାକାଂକ୍ଷୀ ପ୍ରକଳ୍ପ ହାତକୁ ନେଇଛନ୍ତି। ମେଟ୍ରୋ ଟ୍ରେନ୍‌‌ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ। ପର୍ଯ୍ୟଟନ, ଆର୍ଥିକ ଓ ସାମାଜିକ ଦୃଷ୍ଟି କୋଣରୁ ମେଟ୍ରୋ ଟ୍ରେନ୍‌‌ ପ୍ରକଳ୍ପ ରାଜ୍ୟ ପାଇଁ ସମୃଦ୍ଧିର ପଥ ଉନ୍ମୁକ୍ତ କରିବ ବୋଲି ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ସହର ସମନ୍ୱୟ କମିଟିରେ ପରିବହନ ବିଭାଗ, ୱାଟକୋ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌‌, ବିଏସ୍‌‌ଏନ୍‌‌ଏଲ, ଶକ୍ତି ବିଭାଗ, ଗେଲ୍‌‌, ପୂର୍ତ୍ତ ବିଭାଗ, ଜଳ ସମ୍ପଦ ବିଭାଗ, ବିଡିଏ, ଏନ୍‌‌ଏଚ୍‌‌ଏଆଇ, କ୍ରୁଟ୍‌‌, ବୈଦ୍ୟୁତିକ ଓ ସୂଚନା ପ୍ରଯୁକ୍ତି ବିଦ୍ୟା, ଇଡ୍‌‌କୋ, ବିଏମସି ଓ କମିସନରେଟ ପୁଲିସର ବରିଷ୍ଠ ଅଧିକାରକାରୀମାନେ ସାମିଲ ଅଛନ୍ତି। ଏହି ବିଭାଗଗୁଡ଼ିକ ଜଣେ ଜଣେ ସ୍ୱତନ୍ତ୍ର ଅଧିକାରୀଙ୍କୁ ଏହି କମିଟି ପାଇଁ ନିଯୁକ୍ତ କରିଛନ୍ତି ଓ ଏମାନେ ଆଗକୁ ଏହି ପ୍ରକଳ୍ପ ସମ୍ପର୍କିତ ସମସ୍ତ କାର୍ଯ୍ୟରେ ସହାୟତା ପ୍ରଦାନ କରିବେ ବୋଲି ନିଷ୍ପତ୍ତି ହୋଇଛି।

ଇତି ମଧ୍ୟରେ ଏହି କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିବା ବେଳେ ଓଆରଆଇଡିଏଲ୍‌‌ ଦ୍ୱାରା ପ୍ରସ୍ତୁତ ଏକ ପିପିଟି ପ୍ରଦର୍ଶନ କରାଯାଇ ଅଧିକାରୀମାନଙ୍କୁ ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ଭାବରେ ଅବଗତ କରାଯାଇଛି। ଏହି ଡିପିଆର୍‌‌ ସହିତ ଭୁବନେଶ୍ୱର, ଖୋର୍ଦ୍ଧା, କଟକ ଓ ପୁରୀକୁ ମେଟ୍ରୋ ଚଳାଚଳ ନେଇ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତିତ ସମ୍ପର୍କରେ ମଧ୍ୟ ଏଠାରେ ଆଲୋଚନା ହୋଇଛି। କମ୍‌‌ ସମୟ ମଧ୍ୟରେ କିପରି ଉନ୍ନତ ମାନର ଜ୍ଞାନକୌଶଳ ବ୍ୟବହାର କରି ଏହି ମେଟ୍ରୋ ପ୍ରକଳ୍ପ ପାଇଁ ଡିପିଆର ପ୍ରସ୍ତୁତ କରାଯାଇପାରିବ ସେନେଇ ସମସ୍ତ ଅଧିକାରୀ ସୁନିଶ୍ଚିତ କରିଥିବା ଜଣାପଡ଼ିଛି।

ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାରଙ୍କ ସମ୍ବଳରେ ନିର୍ମାଣ ହେବ ମେଟ୍ରୋ ରେଳ ପ୍ରକଳ୍ପ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ପୂରଣ ହେବ ରାଜ୍ୟବାସୀଙ୍କର ଆଉ ଏକ ସ୍ବପ୍ନ। ରାଜ୍ୟରେ ଗଡିବ ମେଟ୍ରୋ ରେଳ। ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି ବଡ଼ ଉପହାର। ମେଟ୍ରୋ ଟ୍ରେନ୍‌ ଚଳାଚଳ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ତ୍ରିଶୂଳିଆ ପର୍ଯ୍ୟନ୍ତ କାମକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର-କଟକ-ପୁରୀକୁ ସଂଯୋଗ କରିବ ମେଟ୍ରୋ ଟ୍ରେନ୍‌, ଭିଡ଼ କମାଇବା ପାଇଁ ମେଟ୍ରୋ ଚଳାଇବାକୁ ରାଜ୍ୟ ସରକାର ଏହି ବଡ ପଦକ୍ଷେପ ନେଇଛନ୍ତି।

ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ ମେଟ୍ରୋ ରେଳ ପ୍ରକଳ୍ପକୁ ଅନୁମୋଦନ ପ୍ରଦାନ କରିବା ଓଡ଼ିଶା ଦିବସ ଅବସରରେ ନିଜ ଅଭିଭାଷଣରେ କହିଛନ୍ତି ମହାନ ଜନନାୟକ ବିଜୁବାବୁ ଚାହୁଁଥିଲେ ଏକ ସଶକ୍ତ ଓଡ଼ିଶା। ‌ସେହି ଦିଗରେ ମେଟ୍ରୋ ରେଳ ପ୍ରକଳ୍ପ ଏକ ବହୁତ ବଡ଼ ପଦକ୍ଷେପ ହୋଇପାରିଛି। ଏହା ଏକ ସଶକ୍ତ ଓ ନୂଆ ଓଡ଼ିଶା ପାଇଁ ଭିତ୍ତି ପକାଇଲା।  ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଭିନ୍ନ କ୍ଷେତ୍ରରେ ଓଡ଼ିଶା ଆଜି ରୋଲ ମଡେଲ ସାଜିଛି। ବିପର୍ଯ୍ୟୟ ପରିଚାଳନା, ମହିଳା ସଶକ୍ତୀକରଣ, କ୍ରୀଡ଼ା, ବିଶ୍ବସ୍ତରୀୟ ଦକ୍ଷତା କାର୍ଯ୍ୟକ୍ରମ, ଭିତ୍ତିଭୂମି ପାଇଁ ସୁନାମ ଆଣିଛି। ରାଜ୍ୟ ସରକାର ଏବେ ଭୁବନେଶ୍ବରରୁ, କଟକ, ପୁରୀ ଓ ଖୋର୍ଦ୍ଧାକୁ ମେଟ୍ରୋ ରେଳ ପ୍ରକଳ୍ପ ସଂଯୋଗୀକରଣ ପାଇଁ ଆଗେଇଛନ୍ତି। ଏହି ପ୍ରକଳ୍ପର ଡିପିଆର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତ ହେବ। ଏଥି ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଏଲିଭେଟେଡ ପ୍ରସ୍ତାବ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମେଟ୍ରୋ ରେଳ ପ୍ରକଳ୍ପ ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାରଙ୍କ ସମ୍ବଳରେ ନିର୍ମାଣ ହେବ। ଏହି ମେଟ୍ରୋ ରେଳ ପ୍ରକଳ୍ପ ବିଶ୍ବସ୍ତରୀୟ ହେବ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପ କଟକରୁ ଭୁବନେଶ୍ବରକୁ ସଂଯୋଗ କରିବ। ପରେ ଏହା ପୁରୀ ଓ ଖୋର୍ଦ୍ଧାକୁ ସଂପ୍ରସାରିତ ହେବ। ପ୍ରଥମ ପର୍ଯ୍ୟାୟରେ ମେଟ୍ରୋ ରେଳ ପ୍ରକଳ୍ପର କାର୍ଯ୍ୟ ତ୍ରିଶୁଳିଆ ଠାରୁ ବିଜୁପଟ୍ଟନାୟକ ବିମାନବନ୍ଦର ପର୍ଯ୍ୟନ୍ତ ସଂପ୍ରସାରିତ ହେବ। ମେଟ୍ରୋ‌ ରେଳ ପ୍ରକଳ୍ପ ତ୍ରିଶୁଳିଆଠାରୁ ବିମାନବନ୍ଦର ମଧ୍ୟରେ ନନ୍ଦନକାନନ, ପଟିଆ, ବାଣୀବିହାର, ମୁଖ୍ୟ ରେଳଷ୍ଟେସନକୁ ସଂଯୋଗ କରିବ। ସେହିଭଳି ଏହି ପ୍ରକଳ୍ପ କଟକର ମୁଖ୍ୟ ସ୍ଥାନଗୁଡ଼ିକୁ ସଂଯୋଗ କରିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସ୍ବତନ୍ତ୍ର ଓଡ଼ିଶା ପାଇଁ ଆମର ବହୁଦିନର ସ୍ବପ୍ନ ଆଜିର ଦିନରେ ସାକାର ହୋଇଥିଲା ବୋଲି କହିଛନ୍ତି। ଏହି ଦିବସ ସବୁ ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଏହି ପବିତ୍ର ଦିନ ଅବସରରେ ଆମର ବରପୁତ୍ରମାନଙ୍କୁ ମୋର ଶ୍ରଦ୍ଧାଜ୍ଞଳି ଅର୍ପଣ କରୁଛି। ସ୍ବତନ୍ତ୍ର ଓ ସମୃଦ୍ଧ ଓଡ଼ିଶା ପାଇଁ କାମ କରିଯାଇଥିବା ବରପୁତ୍ରମାନଙ୍କର ମାର୍ଗ ଦର୍ଶନରେ ଓଡ଼ିଶା ଆଜି ଆଗକୁ ବଢ଼ିଛି ବୋଲି କହିଛନ୍ତି।

ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହିତ ୫ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ୍, ଉନ୍ନୟନ କମିଶନର ଅନୁ ଗର୍ଗ, ପରିବହନ ସଚିବ ଉଷା ପାଢ଼ୀ, ଗୃହ ଓ ନଗର ଉନ୍ନୟନ ବିଭାଗର ସଚିବ ଜି ମାଥିଭାଥନ, ଆଇଟି ବିଭାଗ ପ୍ରମୁଖ ସଚିବ ମନୋଜ ମିଶ୍ର ଓ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଏହି ପ୍ରସ୍ତାବିତ କାର୍ଯ୍ୟର ସମୀକ୍ଷା କରିଥିଲେ। ବରିଷ୍ଠ ଅଧିକାରୀଙ୍କ ଏହି ଟିମ୍‌ ବିମାନ ବନ୍ଦରରୁ ରେଲୱେ ଷ୍ଟେସନ, ବାଣୀବିହାର, ଜୟଦେବ ବିହାର, ପଟିଆ ଓ ନନ୍ଦନକାନନ ଦେଇ ତ୍ରିଶୁଳିଆ ପର୍ଯ୍ୟନ୍ତ ଯାଇଥିଲେ। ଏହି ସବୁ ସ୍ଥାନ ସହିତ ଅନ୍ୟାନ୍ୟ ବିଭିନ୍ନ ସ୍ଥାନରେ ଗ୍ରାଉଣ୍ଡ ଜିରୋରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଟିମ୍‌ ରିଭ୍ୟୁ କରିଥିଲା। ସର୍ଭେ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପକୁ ଅନୁମତି ଦେଇଛନ୍ତି । ମେଟ୍ରୋ ରେଳ ପ୍ରକଳ୍ପର ନିର୍ମାଣ କାମ ଆସନ୍ତା ଅଗଷ୍ଟ ୧୫ ତାରିଖ ଠାରୁ ଆରମ୍ଭ ହୋଇପାରେ।