Textile - The Sakala

ଚୌଦ୍ବାରରେ ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଚୌଦ୍ୱାରରେ ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଶିଳାନ୍ୟାସ କରିଛନ୍ତି। ଏହା ସହିତ ଚୌଦ୍ୱାରରେ ଆରମ୍ଭ ହୋଇଛି ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜି ଚୌଦ୍ବାର ପାଇଁ ବହୁତ ଖୁସିର ଦିନ।  ଚୌଦ୍ବାର ଆଜି ତାର ଗୌରବ ଫେରି ପାଇବାକୁ ଯାଉଛି। ପଚାଶ ଦଶକର ଆରମ୍ଭରେ  ବିଜୁ ବାବୁ ଚୌଦ୍ବାରରେ ଶିଳ୍ପ ବିକାଶର ଭିତ୍ତି ରଖିଥିଲେ । ଆଜି ପୁଣି ଥରେ ଚୌଦ୍ବାର ପାଇଁ, କଟକ ଜିଲ୍ଲା ପାଇଁ, ସାରା ଓଡିଶା ପାଇଁ ଶିଳ୍ପ କ୍ଷେତ୍ରରେ ନୂଆ ଇତିହାସ ଲେଖାଗଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ ୱେଲସ୍ପନ ଗ୍ରୁପ ବିଶ୍ୱର ଏକ ପ୍ରସିଦ୍ଧ ବୟନ ସାମଗ୍ରୀ ଉତ୍ପାଦନ କମ୍ପାନୀ। ଚୌଦ୍ୱାରରେ ଏହା ଏକ ଇଣ୍ଟିଗ୍ରେଟେଡ୍‌ ଟେକ୍ସଟାଇଲ ମାନୁଫାକ୍ଚରିଂ ଫାସିଲିଟି ଏବଂ ୱେୟାରହାଉସିଂ କମ୍ପ୍ଲେକ୍ସ ନିର୍ମାଣ କରୁଛି। ଏଥିପାଇଁ କମ୍ପାନୀ ୩,୦୫୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରୁଛି। ଏହା ଦ୍ୱାରା ୧୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏହା ସହିତ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପଗୁଡିକୁ ବ୍ୟାପାର କ୍ଷେତ୍ରରେ ବିପୁଳ ସମ୍ଭାବନା ସୃଷ୍ଟି ହେବା ସହିତ ରାଜ୍ୟର ଶିଳ୍ପ ବାତାବରଣରେ ଉନ୍ନତି ଆସିବ। ୨୦୨୨ ମେକ-ଇନ୍‌-ଓଡିଶା କାର୍ଯ୍ୟକ୍ରମ ସମୟରେ ରାଜ୍ୟ ଶିଳ୍ପ ବିଭାଗ ଓ ଇପିକଲ୍‌ ପକ୍ଷରୁ ଏକ ଟିମ୍‌ ୱେଲସ୍ପନ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ବି.କେ. ଗୋଏଙ୍କାଙ୍କୁ ଓଡିଶାରେ ଏହି ଶିଳ୍ପ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦେଇଥିଲେ। ଓଡିଶାର ଶିଳ୍ପନୀତି ଓ ଅନୁକୂଳ ଶିଳ୍ପ ବାତାବରଣକୁ ଉପଲବ୍ଧି କରି ଏହି ଗୃପ ଓଡିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ସମ୍ମତି ପ୍ରକାଶ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଶିଳ୍ପ  ଦ୍ବାରା ଆମର କଳାହାଣ୍ଡି, ବଲାଙ୍ଗୀର, ରାୟଗଡା ଓ ଗଜପତି ପରି ଜିଲ୍ଲାର କପା ଚାଷୀ ମାନେ ମଧ୍ୟ ଉପକାର ପାଇବେ। ବୟନ ଶିଳ୍ପରେ ମା ମାନଙ୍କ ପାଇଁ ବହୁତ ସୁଯୋଗ ଅଛି ବୋଲି ମତ ଦେଇ ସେ କହିଥିଲେ ଯେ ସେମାନଙ୍କର ଦକ୍ଷତା ବିକାଶ  କରାଯାଇ ସେମାନଙ୍କର ନିଯୁକ୍ତି ପାଇଁ ବହୁତ ସୁଯୋଗ ଆସିବ।

ୱେଲସ୍ପନ ଗ୍ରୁପ ସାରା ପୃଥିବୀର ଏକ ପ୍ରସିଦ୍ଧ ପ୍ରସିଦ୍ଧ ବୟନ ଶିଳ୍ପ କମ୍ପାନୀ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇଉରୋପ, ଆମେରିକା ପରି ବିଶ୍ବର ଧନୀ ଦେଶ ମାନଙ୍କୁ ଏହାର ସାମଗ୍ରୀ  ବହୁ ସଂଖ୍ୟାରେ ରପ୍ତାନୀ ହୁଏ । ଏପରି କମ୍ପାନୀ ଓଡିଶାକୁ ଆସିବା, ବହୁତ ଖୁସିର କଥା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚୌଦ୍ବାରରେ ଏହି କମ୍ପାନୀ ପୁଞ୍ଜିନିବେଶ ଓ ନିଯୁକ୍ତି କ୍ଷେତ୍ରରେ ଓଡିଶା ପାଇଁ ଏକ ନୂଆ ପରିଚୟ ସୃଷ୍ଟି କରିବ।

ୱେଲସ୍ପନ ଗ୍ରୁପର ଅଧ୍ୟକ୍ଷ  ବି.କେ. ଗୋଏଙ୍କାଙ୍କୁ ଓଡିଶାରେ ପୁଞ୍ଜି ବିନିଯୋଗ ପାଇଁ ଧନ୍ୟବାଦ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିକାଶ ଯାତ୍ରାରେ ୱେଲସ୍ପନ ଗ୍ରୁପର ପାର୍ଟନରସିପ୍  ଅଭିବୃଦ୍ଧିର ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ସେ ମତ ଦେଇଥିଲେ। ଏହି ଶିଳ୍ପର ସଫଳତା ପାଇଁ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ସେ ପ୍ରତିଶୃତି ଦେଇଥିଲେ।

ଶିଳ୍ପ କ୍ଷେତ୍ରରେ ଆଜିର ଏହି ଯାତ୍ରା କଟକ ଜିଲ୍ଲାର ବିକାଶକୁ ଉଜ୍ଜଳ କରିବ ବୋଲି ପ୍ରକାଶ କରି ସେ କହିଥିଲେ ଯେ ସମସ୍ତଙ୍କ ସହଯୋଗରେ ଓଡିଶା  ଏକ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବରେ ସାରା ପୃଥିବୀରେ ସୁନାମ କରିବ ।

ୱେଲସ୍ପନ ଗ୍ରୁପର ଅଧ୍ୟକ୍ଷ  ବି. କେ. ଗୋଏଙ୍କା କହିଲେ ଯେ ଗତ ୨୦ ବର୍ଷ ମଧ୍ୟରେ ଓଡିଶାରେ ବ୍ୟାପକ ଉନ୍ନତି ଆସିଛି। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନ ଓ କଠିନ ପରିଶ୍ରମ ଯୋଗୁ ଆଜି ଓଡିଶାରେ ଏପରି ପରିବର୍ତ୍ତନ ଦେଖିବାକୁ ମିଳିଛି ବୋଲି ସେ କହିଥିଲେ। ରାଜ୍ୟ ସରକାରଙ୍କ 5T ଉପକ୍ରମ ସମ୍ପର୍କରେ ମଧ୍ୟ ସେ ଆଲୋକପାତ କରି କହିଥିଲେ ଯେ ଏହି ନୀତି ଯୋଗୁ ଆଜି ଓଡିଶାର ସରକାରୀ ସ୍କୁଲ ଗୁଡିକ ପ୍ରାଇଭେଟ ସ୍କୁଲଠାରୁ ଅଧିକ ଭଲ ହୋଇ ପାରିଛି। ଭାରତରେ ସବୁଠାରୁ ଅଧିକ ପୁଞ୍ଜି ଓଡିଶାକୁ ହିଁ ଆସୁଛି। ଓଡିଶାରେ ଶିଳ୍ପ ବିକାଶର ଭିତ୍ତି ବିଷୟରେ ଆଲୋକପାତ କରି ସେ ବିଜୁ ବାବୁଙ୍କ ଉଦ୍ୟମ ସଂପର୍କରେ କହିଥିଲେ। ଓଡିଶାର କପା ଚାଷୀଙ୍କ ଉନ୍ନତି ପାଇଁ ମଧ୍ୟ ସେ ଉଦ୍ୟମ କରିବେ ବୋଲି ପ୍ରକାଶ କରି ସେ କହିଥିଲେ ଓଡିଶାର ଶିଳ୍ପ ବାତାବରଣକୁ ଆହୁରି ଉନ୍ନତ କରିବା ପାଇଁ ସେ ତାଙ୍କର ଅବଦାନ ରଖିବେ ବୋଲି କହିଥିଲେ। ଏହି ପ୍ରକଳ୍ପ ଦ୍ୱାରା ୧୦ ହଜାର ପ୍ରତ୍ୟକ୍ଷ ନିଯୁକ୍ତି ସହିତ ୨୦ ହଜାର ପରୋକ୍ଷ ନିଯୁକ୍ତି ମିଳିବ ବୋଲି ସେ ସୂଚନା ଦେଇଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ କହିଲେ ଯେ ଚୌଦ୍ୱାର ହେଉଛି ଓଡିଶାର ପ୍ରଥମ ଶିଳ୍ପ ନଗରୀ। ଆଜି ପୁଣି ଥରେ ଏହା ବିକାଶ ପଥରେ ଅଗ୍ରସର ହେଲା। ଏହି ଶିଳ୍ପ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସହିତ ବ୍ୟାପକ ଆତ୍ମନିଯୁକ୍ତି ମଧ୍ୟ ସୃଷ୍ଟି କରିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଜନସାଧାରଣଙ୍କ ସହ ମତ ବିନିମୟ କରି ବିଭିନ୍ନ ଯୋଜନାର ବର୍ଦ୍ଧିତ ଭତ୍ତା ସଂପର୍କରେ ଆଲୋଚନା କରିଥିଲେ। ମଧୁବାବୁ ପେନ୍‌ସନ୍‌, ମମତା, ଲକ୍ଷ୍ମୀ ଓ କଳାକାର ଭତ୍ତା ଯୋଜନା ସଂପର୍କରେ ସେ ବଢିଥିବା ଭତ୍ତା ସଂପର୍କରେ ଲୋକଙ୍କୁ ସଚେତନ କରିଥିଲେ। ନୂଆ-ଓ ଛାତ୍ରବୃତ୍ତି ସଂପର୍କରେ ସୂଚନା ଦେଇ ସେ କହିଥିଲେ ଯେ ଚଳିତ ମାସ ୨୫ ତାରିଖ ସୁଦ୍ଧା ଛାତ୍ରଛାତ୍ରୀମାନେ ଏହି ଛାତ୍ରବୃତ୍ତି ପାଇବେ ।

ବୟନଶିଳ୍ପ ପାଇଁ ୬୫୦ ପରିବାରର ଘର ସମସ୍ୟା ସୃଷ୍ଟି ହେଉଥିବା ସଂପର୍କରେ ସୂଚନା ଦେଇ ସେ କହିଥିଲେ ଏହି ସମସ୍ୟା ଶୀଘ୍ର ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଧାୟକ  ଦେବୀ ପ୍ରସାଦ ମିଶ୍ର, ବିଧାୟକ ସୌଭିକ ବିଶ୍ୱାଳ ପ୍ରମୁଖ କାର୍ଯ୍ୟକ୍ରମରେ  ଉଦବୋଧନଦେଇଥିଲେ । ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।

ବୟନଶିଳ୍ପ କ୍ଷେତ୍ରରେ ଓଡ଼ିଶା ହେବ ଆଗୁଆ, ବେଙ୍ଗାଲୁରୁ ସମ୍ମିଳନୀରେ ୧୧,୫୦୦ କୋଟିର ନିବେଶ ପ୍ରସ୍ତାବ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟରେ ବିକାଶର ପର୍ବ ଆଗେଇ ଚାଲିଥିବା ବେଳେ ପୋଷାକ ଶିଳ୍ପ କ୍ଷେତ୍ରରେ ଓଡ଼ିଶା ଦେଶର ପ୍ରାଣକେନ୍ଦ୍ର ହେବାକୁ ଯାଉଛି। ବେଙ୍ଗାଲୁରୁରେ ଆୟୋଜିତ ଓଡ଼ିଶା ନିବେଶକ ସମ୍ମିଳନୀରେ ଓଡ଼ିଶାକୁ ବଡ଼ ସଫଳତା ମିଳିଛି। ଦୁଇଦିନ ଧରି ଚାଲିଥିବା ଏହି ସମ୍ମେଳନରେ ରାଜ୍ୟକୁ ପ୍ରାୟ ୧୧,୫୦୦ କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି ମିଳିଛି। ଏହାଦ୍ୱାରା ରାଜ୍ୟର ପ୍ରାୟ ୩୧,୫୦୦ରୁ ଅଧିକ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇପାରିବ।

ବୟନ, ପୋଷାକ ଓ ବୈଷୟିକ ବୟନ ଶିଳ୍ପ କ୍ଷେତ୍ରରେ ବିଶେଷ ଧ୍ୟାନ ଦେଇ ଓଡ଼ିଶା ସରକାର ମେ ୧୭ ଓ ୧୮ ତାରିଖରେ ବେଙ୍ଗାଲୁରୁଠାରେ ଏକ ନିବେଶ ପ୍ରୋତ୍ସାହନ ରୋଡ୍‌‌ ସୋ’ ଓଡ଼ିଶା ନିବେଶକ ସମ୍ମିଳନୀ ଆୟୋଜନ କରିଥିଲେ। ମେ ୧୭ ତାରିଖରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ନେତୃତ୍ୱରେ ଓଡ଼ିଶାର ବରିଷ୍ଠ ପ୍ରତିନିଧି ଦଳ ବିଭିନ୍ନ କ୍ଷେତ୍ରର ୨୨ ଜଣ ନିବେଶକଙ୍କୁ ନେଇ ଗୋଟିଏ ପରେ ଗୋଟିଏ ବୈଠକ କରିଥିଲେ। ମେ ୧୮ ତାରିଖରେ ଏହି ପ୍ରତିନିଧି ଦଳ ମୁଖ୍ୟତଃ ବୟନ ଓ ପୋଷାକ, ବୈଷୟିକ ବୟନ ଶିଳ୍ପ ଏବଂ ପରିଧାନଯୋଗ୍ୟ କ୍ଷେତ୍ରର ୨୪ଟି ଶିଳ୍ପକୁ ନେଇ ବୈଠକ ଆୟୋଜନ କରିଥିଲେ। ଯାହାର ସୁଫଳ ସ୍ୱରୂପ ଓଡ଼ିଶାକୁ ଉପରୋକ୍ତ ପରିମାଣର ନିବେଶ ପ୍ରସ୍ତାବ ମିଳିଥିବା ବେଳେ ଆଗକୁ ଓଡ଼ିଶା ଟେକ୍ସଟାଇଲ୍‌‌ ହବରେ ପରିଣତ ହେବା ନେଇ ଆଶା କରାଯାଉଛି। ନିବେଶକମାନେ ରାଜ୍ୟର ନୂତନ ପୋଷାକ ଏବଂ ବୈଷୟିକ-ବୟନ ନୀତି ୨୦୨୨ ଏବଂ ଶିଳ୍ପ ନୀତି ସଂକଳ୍ପ ୨୦୨୨ରେ ଅତ୍ୟନ୍ତ ଖୁସି ବ୍ୟକ୍ତ କରିଛନ୍ତି। ରାଜ୍ୟ ଦ୍ୱାରା ବିକଶିତ ହେଉଥିବା ଶିଳ୍ପ ଭିତ୍ତିଭୂମିରେ ନିବେଶକମାନେ ମଧ୍ୟ ପ୍ରଭାବିତ ହୋଇଥିଲେ ଏବଂ ଓଡ଼ିଶା ଦେଶର ପରବର୍ତ୍ତୀ ଟେକ୍ସଟାଇଲ ହବ୍‌‌ ହେବାକୁ ଯାଉଥିବା ନେଇ ବିଶ୍ୱାସ ପ୍ରକଟ କରିଥିବା ଜଣାପଡ଼ିଛି।

ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ସମ୍ମେଳନରେ କହିଛନ୍ତି ଯେ ଓଡ଼ିଶା ଭାରତର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ମଧ୍ୟରୁ ଅନ୍ୟତମ ଏବଂ ଗତ ଦେଢ଼ ଦଶନ୍ଧି ମଧ୍ୟରେ କ୍ରମାଗତ ଭାବେ ଜାତୀୟ ହାରଠାରୁ ଅଧିକ ଅଭିବୃଦ୍ଧି ହାସଲ କରିଛି। ବିପୁଳ ପ୍ରାକୃତିକ ସମ୍ୱଳ ଏବଂ ପ୍ରମୁଖ ସ୍ଥାନରେ ଅବସ୍ଥିତି କାରଣରୁ ଆମେ ଦ୍ରୁତ ଗତିରେ ଭାରତର ଏକ ପ୍ରମୁଖ ଶିଳ୍ପ ଗନ୍ତବ୍ୟସ୍ଥଳ ଭାବରେ ଉଭା ହେଉଛୁ, ଯାହା ଦକ୍ଷିଣ-ପୂର୍ବ-ଏସୀୟ ଅଞ୍ଚଳର ଆବଶ୍ୟକତାକୁ ପୂରଣ କରିପାରିବ। ଓଡ଼ିଶାର ଦକ୍ଷ ଓ ଉତ୍ପାଦନଶୀଳ ମାନବ ସମ୍ୱଳ, ପ୍ରଗତିଶୀଳ ନୀତି ଏବଂ ସୁଦୃଢ଼ ଫଳାଫଳ ଭିତ୍ତିକ ଶାସନ ନିବେଶକମାନଙ୍କୁ ରାଜ୍ୟରେ ଶିଳ୍ପ ୟୁନିଟ୍‌‌ ସ୍ଥାପନ ପାଇଁ ଏକ ଅନନ୍ୟ ପରିବେଶ ପ୍ରଦାନ କରୁଛି। ଆମେ ଆଜି ସାରା ଦେଶରେ ନିବେଶକମାନଙ୍କ ପାଇଁ ପସନ୍ଦର ଗନ୍ତବ୍ୟସ୍ଥଳ ପାଲଟିଛୁ ବୋଲି ସେ କହିଛନ୍ତି। ସେହିପରି ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଇଡକୋ ତଥା ଇପିକଲର ଅଧ୍ୟକ୍ଷ ହେମନ୍ତ ଶର୍ମା ଓଡ଼ିଶା ଓଡ଼ିଶାର ଶିଳ୍ପ ଇକୋସିଷ୍ଟମ୍‌‌ ସମ୍ପର୍କରେ ଏକ ଉପସ୍ଥାପନା କରି ରାଜ୍ୟର ଶିଳ୍ପ ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ କରିଥିଲେ। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢ଼ୀ ଓଡ଼ିଶାର ବିକାଶନ୍ମୁଖୀ ଟେକ୍ସଟାଇଲ୍‌‌ ଓ ଟେକ୍ନିକାଲ-ଟେକ୍ସଟାଇଲ ଇକୋସିଷ୍ଟମ୍‌‌ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ପୋଷାକ ଓ ବୟନ ଶିଳ୍ପ କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ଏବଂ ରାଜ୍ୟରେ ନୂତନ ପୁଞ୍ଜିନିବେଶ ଆକୃଷ୍ଟ କରିବା ପାଇଁ ଓଡ଼ିଶା ସରକାର ଆଣିଥିବା ଅଭିବୃଦ୍ଧିଭିତ୍ତିକ ଏବଂ ଭବିଷ୍ୟତକୁ ଦୃଷ୍ଟିରେ ରଖି ପୋଷାକ ଓ ବୟନ ଶିଳ୍ପ ନୀତି ୨୦୨୨ ବିଷୟରେ ସେ ଆଲୋଚନା କରିଥିଲେ।