Ratha Jatra - The Sakala

ହେରାପଞ୍ଚମୀରେ ମାନବୀୟ ଲୀଳା: ଅଭିମାନରେ ନନ୍ଦିଘୋଷ ରଥ ଭାଙ୍ଗିଲେ ମା’ ଲକ୍ଷ୍ମୀ ସାଆନ୍ତାଣୀ
ପୁରୀ: ଭାଇ, ଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଏବେ ଜନ୍ମବେଦୀରେ ଲୀଳା କରୁଛନ୍ତି। ଆଡପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡିବେ। ଏବେ ଗୁଣ୍ଡିଚା ମନ୍ଦିର ମୁଖ୍ୟ ଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ଅଛନ୍ତି ତିନିରଥ। ବିଧି ମୁତାବକ ନବଦିନାତ୍ମକ ଯାତ୍ରାରେ ଆସି ଆଡପ ମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି। ଜନ୍ମବେଦୀରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ତେବେ ରଥଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ଦାରୁବିଗ୍ରହଙ୍କ ମାନବୀୟ ଲୀଳାର ଏହା ଏକ ଅଂଶ। ଗୁରୁବାର ଗୁଣ୍ଡିଚା ମନ୍ଦିରରେ ଏହି ନୀତି ସମ୍ପନ୍ନ ହୋଇଛି।

ମହାପ୍ରଭୁ ଏବଂ ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କ ବିବାହ ସରିଥିଲା। ହେଲେ ଗଇଁଠାଳ ଫିଟି ନ ଥିଲା। ଅର୍ଥାତ୍‌ ବିବାହ କର୍ମ ଅଧାରେ ରହିଛି। ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ଅତ୍ୟଧିକ ସ୍ନାନ କରି ଜ୍ୱରରେ ପଡିଲେ। ବିଭିନ୍ନ ପଥି ସେବନ କରି ଆରୋଗ୍ୟ ଲାଭ କଲେ। ଦ୍ୱିତୀୟା ତିଥିରେ ମହାପ୍ରଭୁ ଲକ୍ଷ୍ମୀଙ୍କୁ ସାକ୍ଷାତ୍‌ ନ କରି ଭାଇଭଉଣୀଙ୍କୁ ସାଥୀରେ ଧରି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରି ଆଡପ ମଣ୍ଡପରେ ଅବସ୍ଥାନ କରିଛନ୍ତି। ବିରହ ବେଦନାରେ ଥିବା ଲକ୍ଷ୍ମୀ ଠାକୁରାଣୀ ମହାପ୍ରଭୁଙ୍କୁ ଫେରାଇ ନେବା ଲାଗି ଆସିଥିଲେ। ମହାପ୍ରଭୁ ଦର୍ଶନ ଦେଲେ, କିନ୍ତୁ ମହାଲକ୍ଷ୍ମୀଙ୍କ ଫେରିବା ଅନୁରୋଧକୁ ରଖିଲେ ନାହିଁ। ଏଥିରେ ରୋଷ କରି ଲକ୍ଷ୍ମୀ ସାଆନ୍ତାଣୀ ମହାପ୍ରଭୁଙ୍କ ନନ୍ଦିଘୋଷ ରଥର କିଛି ଅଂଶକୁ ଭାଙ୍ଗି ଦେଇ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ବାହୁଡିଥିଲେ। ଫେରିବା ସମୟରେ ପନ୍ତି ଭୋଗ ଗ୍ରହଣ କରିଥିଲେ।

ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ସନ୍ଧ୍ୟାଧୂପ ପୂର୍ବରୁ ଲକ୍ଷ୍ମୀ ଠାକୁରାଣୀଙ୍କ ମାଜଣା ହୋଇଥିଲା। ଏହାପରେ ମହାଲକ୍ଷ୍ମୀ ପାଲିଙ୍କିରେ ବିଜେ ହୋଇ ଘଣ୍ଟ, ଛତା, କାହାଳୀ ସହିତ ପଟୁଆରରେ ଶ୍ରୀଗୁଣ୍ଡିଚା ଅଭିମୁଖେ ବାହାରିଥିଲେ। ନନ୍ଦିଘୋଷ ରଥ ନିକଟରେ ଲକ୍ଷ୍ମୀ ଠାକୁରାଣୀ ପହଞ୍ଚିବା ପରେ ପତି ମହାପାତ୍ର ବନ୍ଦାପନା, ଚାମର ଆଲଟ, ଘଷା ବିଡ଼ିଆ ଓ ଦହିପଟି ମଣୋହୀ କରିଥିଲେ। ସନ୍ଧ୍ୟାଧୂପ ପୂଜା ବସିଥିବା ସମୟରେ ଲକ୍ଷ୍ମୀ ଠାକୁରାଣୀ ଜଗମୋହନକୁ ବିଜେ କରି ଜୟ ବିଜୟ ଦ୍ୱାର ନିକଟକୁ ଆସିଥିଲେ। ପତିମହାପାତ୍ର ସେବକ ମହାପ୍ରଭୁଙ୍କ ଆଜ୍ଞାମାଳ ଆଣି ଲକ୍ଷ୍ମୀ ଠାକୁରାଣୀଙ୍କୁ ପ୍ରଦାନ କରିଥିଲେ। କିନ୍ତୁ ମହାପ୍ରଭୁ ମହାଲକ୍ଷ୍ମୀଙ୍କ ସହିତ ଫେରି ନ ଥିଲେ। ଏହାପରେ ଲକ୍ଷ୍ମୀ ଠାକୁରାଣୀ ଅଭିମାନ କରି ନାକଚଣା ଦ୍ୱାର ଦେଇ ନନ୍ଦିଘୋଷ ରଥ ନିକଟକୁ ଯାଇଥିଲେ। ସେଠାରେ ରଥର କିଛି ଅଂଶ ଭାଙ୍ଗିଥିଲେ। ମହାପ୍ରଭୁଙ୍କ ମାନବୀୟ ଲୀଳାର ଏହି ମହାନ ନୀତିକୁ ଭକ୍ତମାନେ ଦର୍ଶନ କରିଥିଲେ।

ଆସନ୍ତା ୧୫ ତାରିଖରେ ବାହୁଡ଼ା ଯାତ୍ରା। ବାହୁଡ଼ା ପାଇଁ ଶୁକ୍ରବାର ତିନିରଥର ହେବ ଦକ୍ଷିଣ ମୋଡ। ଅର୍ଥାତ୍‌ ତିନିରଥଙ୍କୁ ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିକୁ ନିଆଯିବ। ରଥରେ କେଉଁଠି କ’ଣ ତ୍ରୁଟି ଥାଇପାରେ ସେଥିଲାଗି ଗୁରୁବାର ସ୍ୱତନ୍ତ୍ର ବୈଷୟିକ ଟିମ୍‌ ଓ ପୂର୍ତ୍ତ ବିଭାଗ ନେତୃତ୍ୱରେ ଯାଞ୍ଚ କରାଯାଇଥିଲା। କେତେକ ଜାଗାରେ କଣ୍ଟା ଖସିଥିବା ବେଳେ ଏମିତି ଛୋଟ ଛୋଟ ମରାମତି କରାଯାଇଛି। ତିନିରଥର ମହାରଣା ସେବକ, ଭୋଇ ସେବକ, କମାର ସେବକଙ୍କ ଉପସ୍ଥିତିରେ ଆବଶ୍ୟକ ଛୋଟ ମୋଟ ମରାମତି ହୋଇଛି। ଫାଟ ଜାଗାରେ ପହିପାତିଆ ଓ ଲୁହା କ୍ଲାମ୍ପ ଦିଆଯାଇ ମରାମତି ହୋଇଛି। ସେହିପରି ଖସିଥିବା ବଳାକୁ ଠିକ୍‌ ଭାବେ ଲଗାଯାଇଥିବା ବେଳେ ଅନ୍ୟ ଛୋଟମୋଟ ଯାହା ବି ତ୍ରୁଟି ଥିଲା ତାହାର ମରାମତି କରାଯାଇଛ। ସୂଚନାଥାଉ କି, ଦକ୍ଷିଣମୋଡ଼ ପୂର୍ବରୁ ବୈଷୟିକ ଟିମ୍‌ ଦ୍ୱାରା ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଏହି ଯାଞ୍ଚ କରାଯାଇଥିଲା। ଶୁକ୍ରବାର ତିନିରଥର ହେବ ଦକ୍ଷିଣ ମୋଡ଼। ତେବେ ରଥ ଦକ୍ଷିଣ ମୋଡ଼ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବଡ଼ଦାଣ୍ଡରେ ବାଲି ବି ପକାଯାଇଛି। ପ୍ରଥମେ ସୁଭଦ୍ରାଙ୍କ ରଥ ଏବଂ ପରେ ଅନ୍ୟ ଦୁଇରଥ ମୋଡ଼ କରାଯାଇ ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିରେ ରହିବ। ଦକ୍ଷିଣ ମୋଡ଼ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ତେବେ ଶୁକ୍ରବାର ମଧ୍ୟାହ୍ନ ସାଢେ ୧୨ଟାରେ ରଥ ଆଜ୍ଞାମାଳ ବିଜେ ପରେ ଦକ୍ଷିଣ ମୋଡ଼ ହେବ ବୋଲି ସ୍ଥିର କରାଯାଇଛି।

ରଥଖଳା ହାଲଚାଲ: ତୃତୀୟ ଭୂଇଁରେ କଇଞ୍ଚି ଓ ତାଗ ବାଡିଆ ଶେଷ
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ। ହାତରେ ଆଉ ମାତ୍ର ୧୦ ଦିନ ସମୟ। ଦିନ ପାଖେଇ ଆସୁଥିବାରୁ ଜୋରସୋରରେ ରଥ ନିର୍ମାଣ କାର୍ଯ୍ୟରେ ଲାଗିପଡିଛନ୍ତି କାରିଗର। ଜୁଲାଇ ୭ତାରିଖରେ ବଡଦେଉଳରୁ ବାହାରି ନବଦିନାତ୍ମକ ଯାତ୍ରାରେ ମାଉସୀ ଘରକୁ ଯିବେ ତିନି ଠାକୁର। ଏଥିପାଇଁ ଜୋରସୋରରେ ଚାଲିଛି ତିନି ରଥର ନିର୍ମାଣ କାର୍ଯ୍ୟ। ବର୍ତମାନ ସୁଦ୍ଧା ତିନି ରଥର ମୂଳ କବଂଚି, ଭିତର ପାର୍ଶ୍ୱ ଉଭୟ ପଟରେ ଚାରି ନାହାକା ପଡ଼ିବା ସହ ତିନି ରଥକୁ ବଡଧରା ପୋଟଳ ଉଠିଛି। ଏହାସହ ତିନି ଭୂଇଁରେ ପଡ଼ିଛି କଇଂଚି ଓ ଅନ୍ଧାରୀ ତାଗ। ତିନିରଥର ମହାରଣା ସେବକ ଏବଂ ଭୋଇ ସେବକ ମାନଙ୍କ ମିଳିତ ସହଯୋଗରେ ତିନି ରଥର ପ୍ରଥମ ଭୂଇଁରେ କଇଂଚି ପଡ଼ିବା ସହ ଦ୍ୱିତୀୟ ଭୂଇଁ ଉଭୟ ପାର୍ଶ୍ୱରେ ଅନ୍ଧାରୀ ତାଗ ବାଡିଆ ଯାଇ ଅଗ ଭୂଇଁ ବା ତୃତୀୟ ଭୂଇଁରେ କଇଂଚି ସହ ଅନ୍ଧାରୀ ତାଗ ବାଡିଆ ଶେଷ ହୋଇଛି। ପ୍ରବଳ ବର୍ଷାକୁ ଖାତିର ନକରି ନିଷ୍ଠାର ସହ ମହାପ୍ରଭୁଙ୍କ ସେବାରେ ଲାଗିଥିବା କହିଛନ୍ତି ମହାରଣା ଓ ଭୋଇ ସେବକ।

ମହାରଣା ଏବଂ ଭୋଇ ସେବାୟତଙ୍କ ସହ ତିନି ରଥର ରୂପକାର, ଚିତ୍ରକାର ଏବଂ ଦରଜୀ ସେବକ ମାନେ ମଧ୍ୟ ଜୋରଦାର କାମ ଜାରି ରଖିଛନ୍ତି। ନାଟ ଗୋଡ଼ରେ ରୂପ ଖୋଦେଇ ସହ ତିନି ରଥର ପଟା ଗୁଜରେ ସିଂହ ବିରାଳ, ଗଜ ବିରାଳ, ନର ବିରାଳ ରୂପ ଖୋଦେଇ ଜାରି ରଖିଛନ୍ତି। ଚିତ୍ରକାର ସେବକ ମାନେ ତିନି ରଥର ପାର୍ଶ୍ୱ ଦେବାଦେବୀ ମାନଙ୍କ ମୂର୍ତିରେ ରଙ୍ଗ କାର୍ଯ୍ୟ ସହ ରଥ ବାହ୍ୟ ଅଂଶ କୋଣଗୁଜ, ପଟାଗୁଜରେ ଧଳା ପ୍ରାଇମର ଦେବା ପରେ ରୂପ ଗୁଡିକରେ ରଙ୍ଗ କାର୍ଯ୍ୟ ଜାରି ରଖିଛନ୍ତି। ସେହିପରି ଦରଜୀ ସେବକ ମାନେ ତିନି ରଥର କନା କଟିଙ୍ଗ ପରେ ବତା କନାରେ ବିଳାସ ପଟି ସହ ଲେସ ପକା କାର୍ଯ୍ୟ ଜାରି ରଖିଛନ୍ତି।

ବାଇଟ -ରାଜେନ୍ଦ୍ର କୁମାର ମହାପାତ୍ର,ନନ୍ଦିଘୋଷ ରଥର ରୂପକାର ସେବକ ରଥଯାତ୍ରା ପାଇଁ ଦିନ ପାଖେଇ ଆସୁଥିବା ବେଳେ ବର୍ତମାନ ସୁଦ୍ଧା ୩ରଥର ପ୍ରାୟ ୮୦ ପ୍ରତିଶତ କାମ ଶେଷ ହୋଇଛି। ମଝିରେ ମଝିରେ ବର୍ଷା କାରଣରୁ କାମ ସାମାନ୍ୟ ଧୀମା ରହୁଥିବା ବେଳେ ନିର୍ଦ୍ଦାରିତ ସମୟ ପୂର୍ବ ମହାପ୍ରଭୁଙ୍କ ୩ରଥ କାମ ସମ୍ପୂର୍ଣ୍ଣ ହେବ ବୋଲି ଲକ୍ଷ୍ୟ ରଖିଛନ୍ତି କାରିଗର।

ଚଳଚଞ୍ଚଳ ପୁରୀ ରଥ ଖଳା; ଗଢ଼ାଚାଲିଛି ତିନିରଥ, ଆରମ୍ଭ ହୋଇଛି ତୁମ୍ବ କାମ
ପୁରୀ: ଶ୍ରୀଜଗନ୍ନାଥ ମହାପ୍ରଭୁ ହେଉଛନ୍ତି ବୈଦିକ ଦେବତା। ତାଙ୍କର ସମସ୍ତ ରୀତିନୀତି ବୈଦିକ ବିଧିସମ୍ମତ। ଏହି ବିଧି ଅନୁଯାୟୀ ପବିତ୍ର ଅକ୍ଷୟ ତୃତୀୟାରେ ରଥଖଳାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ହେବା ପରେ ରଥ ନିର୍ମାଣ ଅନୁକୂଳ କରାଯାଇଥିଲା। ଶନିବାରଠାରୁ ବିଧିବଦ୍ଧ ଭାବେ ନିର୍ମାଣ କାମ ଆରମ୍ଭ ହୋଇଛି। ପ୍ରଥମେ କରତି ସେବକ ତୁମ୍ବ ପାଇଁ କାଠ କାଟିଥିଲେ। ଏହାପରେ ମହାରଣା ସେବକମାନେ ତୁମ୍ବ ନିର୍ମାଣ କାମ ଆରମ୍ଭ କରିଛନ୍ତି। ନନ୍ଦିଘୋଷ ରଥର ମୁଖ୍ୟ ବିଶ୍ୱକର୍ମା ବିଜୟ ମହାପାତ୍ର, ତାଳଧ୍ୱଜ ରଥର ମୁଖ୍ୟ ବିଶ୍ୱକର୍ମା ନରସିଂହ ମହାପାତ୍ର ଓ ଦର୍ପଦଳନ ରଥର ମୁଖ୍ୟ ବିଶ୍ୱକର୍ମା କୃଷ୍ଣଚନ୍ଦ୍ର ମହାରଣାଙ୍କ ନେତୃତ୍ୱରେ କାମ ଚାଲିଛି। ସେମାନଙ୍କୁ ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଭୋଇସେବକ ସହଯୋଗ କରୁଛନ୍ତି।

ତିନିବାଡ଼ର ତିନୋଟି ତୁମ୍ବ ପାଇଁ ପରମ୍ପରା ଅନୁଯାୟୀ, ହାତ କରତରେ କାଠ ଚିରଟ କରାଯାଇଛି। ପ୍ରଥମେ ତାଳଧ୍ୱଜ ରଥର ତୁମ୍ବ କାଠ ଚିରଟ ହେଲା ପରେ ନନ୍ଦିଘୋଷ ଏବଂ ଶେଷରେ ଦର୍ପଦଳନ ରଥର ତୁମ୍ବ କାଠ ଚିରଟ କରାଯାଇଥିଲା। କୁଅଁର ଦ୍ୱାରା କାଠକୁ ଗୋଲେଇ କରି ବାରିସିରେ ତୁମ୍ବ କଟାଯାଇଥିଲା। ପ୍ରତି ଚକରେ ତୁମ୍ବ ରହିଥାଏ। ଚକର ମଝି ଅଂଶକୁ ତୁମ୍ବ କୁହାଯାଏ। ତୁମ୍ବ ନିର୍ମାଣ ସରିବା ପରେ ଅର ଲାଗିଥାଏ। ଅରରେ ପହି ଖଞ୍ଜା ହୋଇ ଚକ ନିର୍ମାଣ କରାଯାଏ। ତୁମ୍ବ ମଝିରେ ଅଖ ପଶିବା ଲାଗି କଣା ରହିଥାଏ। ତିନିରଥ ପାଇଁ ମୋଟ ୪୨ଟି ତୁମ୍ବ ନିର୍ମାଣ କରାଯିବ। ନନ୍ଦିଘୋଷ ରଥ ପାଇଁ ୧୬ଟି, ତାଳଧ୍ୱଜ ୧୪ ଓ ଦର୍ପଦଳନ ରଥ ପାଇଁ ୧୨ଟି ତୁମ୍ବ ତିଆରି ହେବ। ତାଳଧ୍ୱଜ ରଥରେ ନାହାକା ତୁମ୍ବ ୨ଟି, ପଡ଼ି ନାହାକା ତୁମ୍ବ ୪ଟି, ବଡ଼ ଉଛୁଳା ତୁମ୍ବ ୪ ଏବଂ ସାନ ଉଛୁଳା ତୁମ୍ବ ୪ଟି ରହିବ। ଦର୍ପଦଳନ ରଥରେ ନାହାକା ତୁମ୍ବ ୪ଟି, ପଡ଼ି ନାହାକା ତୁମ୍ବ ୪ ଏବଂ ଉଛୁଳା ତୁମ୍ବ ୪ଟି ରହିଥାଏ। ସେହିପରି ନନ୍ଦିଘୋଷ ରଥରେ ନାହାକା ତୁମ୍ବ ୪ଟି, ପଡ଼ି ନାହାକା ତୁମ୍ବ ୪, ବଡ଼ ଉଛୁଳା ତୁମ୍ବ ୪ ଏବଂ ସାନ ଉଛୁଳା ତୁମ୍ବ ୪ଟି ରହିଥାଏ। ପ୍ରଥମ ପର୍ଯ୍ୟାୟରେ ରଥ ନିର୍ମାଣରେ ପ୍ରାୟ ୩୦ଜଣ ସେବକ ନିୟୋଜିତ ହୋଇଛନ୍ତି। ଆଗକୁ ସଂଖ୍ୟା ଆହୁରି ବୃଦ୍ଧି ପାଇବ।

ସରିଲା ଛେରାପହଁରା ନୀତି, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା
ପୁରୀ: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିଥିଲେ। ଏବେ ତିନି ରଥରେ ଘୋଡା ଏବଂ ଦଉଡି ବନ୍ଧା କାର୍ଯ୍ୟ ଚାଲିଛି। ଏହାପୂର୍ବରୁ ଧାଡି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ରଥ ବିଜେ କରିଥିଲେ। ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂ ହେବା ପରେ ଶ୍ରୀବଳଭଦ୍ର ଓ ପରେ ହେଲା ଦେବୀ ସୁଭଦ୍ରାଙ୍କ ପହଣ୍ଡି। ପରେ ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ।

ସରିଲା ପହଣ୍ଡି: ରଥାରୂଢ଼ ହେଲେ ଚତୁର୍ଦ୍ଧା ବିଗ୍ରହ
ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ ଦିନ ରହିବା ପରେ ବୁଧବାର ଭାଇ ଭଉଣୀଙ୍କୁ ସାଥୀରେ ଧରି ବାହୁଡ଼ିଲେ କାଳିଆ ଠାକୁର। ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷାରେ ଅଛନ୍ତି ତିନିରଥ । ବାହୁଡ଼ା ଯାତ୍ରା ଅବସରରେ ବଡ଼ ଠାକୁର ଓ ଦେବୀ ମା’ ସୁଭଦ୍ରାଙ୍କ ପହଣ୍ଡି ପରେ ଆରମ୍ଭ ହୋଇଛି ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ଶରଧାବାଲିରେ ଗହଳି ଲଗେଇ ରଥରେ ବିଜେ କରିଛନ୍ତି ଦାରୁବ୍ରହ୍ମ ।

ଦିବ୍ୟ ଟାହିଆରେ ଝୁଲିଝୁଲି ରଥାରୂଢ଼ ହୋଇଛନ୍ତି ମହାପ୍ରଭୁ । ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ୧୮୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ଆଇନ ଶୃଙ୍ଖଳା, ଟ୍ରାଫିକ ଓ ଶୃଙ୍ଖଳିତ ରଥଟଣା ଉପରେ ଫୋକସ କରାଯାଇଛି । ସ୍ବତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ୍ ଆପଣାଯାଇଛି । ଜରୁରୀକାଳୀନ ସେବା ପାଇଁ ଗ୍ରୀନ୍ କରିଡର ବ୍ୟବସ୍ଥା ହୋଇଛି । ସୁନାବେଶରେ ମଧ୍ୟ ଭକ୍ତଙ୍କ ସମାଗମକୁ ଲକ୍ଷ୍ୟ ରଖି ସ୍ୱତନ୍ତ୍ର ବ୍ୟାରିକେଡ୍ ଆଦିର ବ୍ୟବସ୍ଥା କରାଯିବ ।

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ସମସ୍ତକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ରଥଯାତ୍ରା ଅବସରରେ ସମସ୍ତକୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ବଡ଼ଦାଣ୍ଡରେ ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ରତ୍ନ ସିଂହସନ ଛାଡ଼ି ରଥକୁ ଆସିବେ ତିନି ଠାକୁର ।

ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ କାଳିଆ ସାଆନ୍ତ ଧାଡ଼ି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ ।

ଚଳଚଞ୍ଚଳ ଶ୍ରୀକ୍ଷେତ୍ର : ଅପରାହ୍ନ ୪ଟାରୁ ଗଡିବ ରଥ, ସକାଳ ସାଢ଼େ ୯ଟାରୁ ଶ୍ରୀଜିଉଙ୍କ ପହଣ୍ଡି
ପୁରୀ : ରାତି ପାହିଲେ କାଳିଆର ରଥ ଯାତରା। ଶ୍ରୀମନ୍ଦିରରୁ ଆସି ରଥାରୂଢ଼ ହେବେ ଚତୁର୍ଦ୍ଧାମୂର୍ତ୍ତି। ନବଦିନାତ୍ମକ ଯାତ୍ରାରେ ମାଉସୀଘରକୁ ଯିବେ ଶ୍ରୀଜିଉ। ବଡ଼ଦାଣ୍ଡରେ ଗଡିବ ତିନିରଥ । ଏଥିପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ । ଦେଶବିଦେଶରୁ ଲକ୍ଷ ଲକ୍ଷ ଭକ୍ତଙ୍କ ଆଗମନ ହେବାରେ ଲାଗିଛି। ମହାପ୍ରଭୁଙ୍କ ରଥରେ ବିରାଜମାନ ହେବାର ଦୃଶ୍ୟ ସ୍ୱଚକ୍ଷୁରେ ଦେଖିବାକୁ ସମସ୍ତେ ଚାହିଁ ବସିଛନ୍ତି। ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି । ରଥଯାତ୍ରା ନୀତି କାନ୍ତି ଠିକ୍ ସମୟରେ ସମ୍ପନ୍ନ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି।

ମଙ୍ଗଳବାର ସକାଳ ସାଢ଼େ ୯ଟାରେ ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହେବ। ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ। ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ତିନି ରଥ ଅପରାହ୍‌ଣ ୪ଟାରେ ଗଡ଼ିବା ଆରମ୍ଭ କରିବ।

ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ନୀତି) ପକ୍ଷରୁ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇସାରିଥିବା ସୂଚନା ଦିଆଯାଇଛି। ମଙ୍ଗଳବାର ସକାଳ ୬ଟାରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ହେବ। ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି, ରୋଷହୋମ ଓ ୭ଟାରେ ଅବକାଶ ପରେ ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଏବଂ ବେଶ ଶେଷ କରାଯିବ। ସେହିପରି ସକାଳ ୮ଟାରୁ ୯ଟା ଯାଏଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ପରେ ୯ଟା ୧୫ରେ ମଙ୍ଗଳାର୍ପଣ କରାଯିବ। ପହଣ୍ଡି ଶେଷ ହେଲା ପରେ ଦିନ ୨ଟା ୩୦ରୁ ୩ଟା ୩୦ ଯାଏଁ ଛେରାପହଁରା, ୩ଟାରୁ ୪ଟା ପର୍ଯ୍ୟନ୍ତ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲଗାଯିବ। ଏହାପରେ ରଥଟଣା ହେବ ।

ଅନ୍ୟପଟେ ରଥଯାତ୍ରା ବେଳେ ପୁରୀକୁ ଜଗିବେ ୧୮୦ ପ୍ଲାଟୁନ୍ ପୁଲିସ ଫୋର୍ସ । ସିସିଟିଭି କ୍ୟାମେରା ଓ କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ସହର ଉପରେ ରଖାଯିବ ତୀକ୍ଷ୍ଣ ନଜର । ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଓ ପୁଲିସ ସେବା ମନୋଭାବ ନେଇ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରାଥମିକତା ଦିଆଯାଇଛି । ରେଳବାଇ ଓ ତଟ ସୁରକ୍ଷା ସହ, ପହଣ୍ଡି, ରଥଟଣା, ଜନଗହଳି ନିୟନ୍ତ୍ରଣ, ଭିଆଇପିଙ୍କ ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ବଛା ବଛା ୧୦୦୦ରୁ ଉର୍ଦ୍ଧ ଅଧିକାରୀ ମୁତୟନ କରାଯିବ । ଅନ୍ୟପଟେ ଟ୍ରାଫିକ ବ୍ୟବସ୍ଥା ସୁପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ କରାଯାଇଛି ।

ରଥଯାତ୍ରାରେ ପ୍ରବଳ ଜନସମାଗମ ହେବ। ତେବେ କେମିତି ପୁରୀରେ ଟ୍ରାଫିକ ନିୟନ୍ତ୍ରଣ ସୁରୁଖୁରୁରେ ହେବ ସେନେଇ ସୁବ୍ୟବସ୍ଥା କରାଯାଇଛି । ଟ୍ରାଫିକ ନିୟନ୍ତ୍ରଣ ପାଇଁ ୪୪ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ମୋଟ୍ ୨୪ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା ହୋଇଛି। ଟ୍ରାଫିକ୍ ନିୟନ୍ତ୍ରଣକୁ ୩ ଭାଗରେ ବିଭକ୍ତ କରାଯାଇଛି । କୁମ୍ଭାରପଡ଼ା ଥାନାରେ ରହିବ ଟ୍ରାଫିକ୍ କଣ୍ଟ୍ରୋଲ ରୁମ୍ । ମୋଟ ୨୪ ସ୍ଥାନରେ ହୋଇଛି ପାର୍କିଂ ବ୍ୟବସ୍ଥା । ଟୁରିଷ୍ଟ ବସ୍ ସବୁ ମାଳତୀପାଟପୁର ବସଷ୍ଟାଣ୍ଡରେ ରହିବ । କୋଣାର୍କ ଆଡ଼ୁ ଆସୁଥିବା ଗାଡ଼ି ତାଳବଣିଆରେ ରହିବ । ୪ ଚକିଆ ଗାଡ଼ି ତାଳବଣିଆର ୬ ପାର୍କିଂ ପ୍ଲେସରେ ରହିବ ଓ ବ୍ରହ୍ମଗିରି ଆଡୁ ଆସୁଥିବା ଗାଡ଼ି ଲୋକନାଥ ମନ୍ଦିର ପାଖେ ରହିବ ବୋଲି ଏଡିଜି ସୂଚନା ଦେଇଛନ୍ତି। ଦୁଇ ଚକିଆ ଗାଡ଼ି ସବୁ ଜଗନ୍ନାଥବଲଭ ପାର୍କିଂ, ମାଟିତୋଟା କ୍ରିକେଟ ଫିଲ୍ଡ, ମଶାଣି ଚଣ୍ଡୀ,ନୀଳାଚଳ ହୋଟେଲ ଓ ବ୍ଲୁ ଫ୍ଲାଗ୍ ବିଚ୍ ପାର୍କିଂରେ ରହିବ । ଭିନ୍ନକ୍ଷମ ଓ ବୟସ୍କଙ୍କ ପାଇଁ ମାଗଣା ଇ-ଯାନ ବ୍ୟବସ୍ଥା କରାଯାଇଛି। ଏହାଛଡା ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ହେଲ୍ପଲାଇନ ନମ୍ବର ବି ଜାରି କରାଯାଇଛି। ସେହି ନମ୍ବର ହେଲା ୬୩୭୦୯୬୭୧୦୦ । ଆମ୍ବୁଲାନ୍ସ ପାଇଁ ଇ-କରିଡର ବ୍ୟବସ୍ଥା କରାଯାଇଛି। ଏଥି ସହିତ ବଡ଼ଦାଣ୍ଡରେ ଜରୁରୀ ସେବା ପାଇଁ ସ୍ୱାସ୍ଥ୍ୟକେନ୍ଦ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି।

ରଥଯାତ୍ରାବେଳେ ପୁରୀରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ
ପୁରୀ: ଶ୍ରୀଜିଉଙ୍କ ରଥଯାତ୍ରା ବେଳେ ଶ୍ରୀକ୍ଷେତ୍ର ପୁରୀରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଭିଡ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ଵରେ ରହିବେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ । ଏନେଇ ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ । ଆସନ୍ତା ୨୦ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାବେଳେ ଆଜି ପୋଲିସ ଏଡିଜି ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ ଜନଗହଳି ନିୟନ୍ତ୍ରଣ ସହ ଟ୍ରାଫିକ ସୁପରିଚାଳନା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି । କେବଳ ଭିଡ ନିୟନ୍ତ୍ରଣ ଓ ଟ୍ରାଫିକ ସୁପରିଚାଳନା ପାଇଁ ସ୍ବତନ୍ତ୍ର ଭାବେ ୪୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ଏଥିସହ ପୁରୀ ସହର, ଶ୍ରୀମନ୍ଦିର ଭିତର, ବାହାର ଓ ଏହାର ଚତୁଃପାର୍ଶ୍ଵ ସହ ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ସିସିଟିଭି କ୍ୟାମେରା, ପୋଲିସ କଣ୍ଟ୍ରୋଲ ରୁମ୍ ସହ ଅନ୍ୟାନ୍ୟ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଥିବା କହିଛନ୍ତି ଏଡିଜି । ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ, ଆଡିସନାଲ୍ ସିପି ଉମାଶଙ୍କର ଦାସ, ଡିଆଇଜି ଅଖିଳେଶ୍ବର ସିଂଙ୍କ ସହ ଜଗତସିଂହପୁର ଓ ପୁରୀ ଏସପି ଉପସ୍ଥିତ ଥିଲେ ।