Ayub Khan Multi- speciality Hospital - The Sakala

କଣ୍ଟାବାଞ୍ଜିରେ ଆୟୁବ ଖାଁ ମଲ୍ଟି ସ୍ପେସିଆଲିଟି ହସ୍‌ପିଟାଲ୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଠାରେ ଆୟୁବ ଖାଁ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ୍ ଉଦ୍‌ଘାଟନ କରିଛନ୍ତି । ଏହା ଦ୍ୱାରା ବଲାଙ୍ଗୀର ଜିଲ୍ଲା ବିଶେଷ କରି କଣ୍ଟାବାଞ୍ଜି ଓ ଟିଟିଲାଗଡ ଅଞ୍ଚଳର ଗରିବ ଲୋକମାନେ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ପାଇ ପାରିବେ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଶିଷ୍ଟ ଜନନେତା ତଥା ସମାଜସେବୀ ଆୟୁବ ଖାଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାରର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହି ଆଦର୍ଶରେ ଆମେ କାମ କରୁଛୁ ଏବଂ ସମାଜର ସବୁଠାରୁ ଗରିବ ଲୋକକୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ କାମ କରୁଛୁ ।

ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ଦଶ ବର୍ଷ ମଧ୍ୟରେ ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ରୂପାନ୍ତର ଆସିଛି । ନୂଆ ନୂଆ ମେଡିକାଲ କଲେଜ ସ୍ଥାପନ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ ନିରାମୟ ଆଦି ଯୋଜନାର କାର୍ଯ୍ୟକାରିତା ଯୋଗୁ ଗରୀବ ଲୋକମାନେ ବିନା ମୂଲ୍ୟରେ ଉତ୍ତମ ଚିକତ୍ସା ଓ ଔଷଧ ପାଇ ପାରୁଛନ୍ତି । ବଲାଙ୍ଗୀରରେ ସନ୍ଥ ଭୀମଭୋଇ ମେଡିକାଲ କଲେଜ ସହିତ ରାଜ୍ୟରେ ୮ଟି ନୂଆ ମେଡିକାଲ କଲେଜ ସ୍ଥାପନ ଦ୍ୱାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ଉନ୍ନତ ହୋଇଛି ବୋଲି ସେ କହିଥିଲେ । ପ୍ରତି ବର୍ଷ ଏବେ ରାଜ୍ୟରୁ ୨୦୦୦ରୁ ଆଧିକ ଡକ୍ଟର ବାହାରୁଛନ୍ତି ବୋଲି ପ୍ରକାଶ କରିବା ସହିତ ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଡାକ୍ଟର ପଦବୀ ପୂରଣ କରାଯିବ ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ, ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ସାଂସଦ ଶ୍ରୀ ବସନ୍ତ ପଣ୍ଡା, ସାଂସଦ ଶ୍ରୀ ନିରଞ୍ଜନ ବିଶି ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।