2023 Jagannath Rath Yatra - The Sakala

ପହଣ୍ଡି ବିଜେ ପରେ ସୁବର୍ଣ୍ଣ ଖଡିକାରେ ଛେରାପହଁରା କଲେ ଗଜପତି ମହାରାଜା ଶ୍ରୀ ଦିବ୍ୟ ସିଂହ ଦେବ
ପୁରୀ: ନୀଳକନ୍ଦରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ନୀଳାଦ୍ରିନାଥ। ରଥରେ ବସି ଯିବେ ଆଡ଼ପମଣ୍ଡପ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପାଉଛନ୍ତି ବିଶ୍ୱନିୟନ୍ତାଙ୍କ ଦୁର୍ଲ୍ଲଭ ଦର୍ଶନ। ରଥାରୁଢ ହୋଇ ସାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କ ପହଣ୍ଡି ବିଜେ ପରେ ଆରମ୍ଭ ହୋଇଥିଲା ‘ଛେରାପହଁରା ନୀତି’। ସୁବର୍ଣ୍ଣ ଖଡିକା ଧରି ଛେରାପହଁରା କରିଥିଲେ ଗଜପତି ମହାରାଜା ଶ୍ରୀ ଦିବ୍ୟ ସିଂହ ଦେବ। ପାରମ୍ପରିକ ରୀତିରେ ଗଜପତି ଛେରା ପହଁରା କରନ୍ତି। ପ୍ରଥମେ ତାଳଧ୍ୱଜ, ପରେ ନନ୍ଦିଘୋଷ ଓ ଶେଷରେ ଦେବଦଳନ ରଥରେ ଛେରା ପହଁରା କରାଯାଏ। ଗଜପତି ମହାରାଜା ହେଉଛନ୍ତି ଆଦ୍ୟ ସେବକ। ରଥରେ ଦୋଳବେଦୀରେ ଗଜପତି ଛେରା ପହଁରା କରନ୍ତି। ରଥ ଉପରେ ମାଳଫୁଲ, ବେଶ ଓ ଚିତା ନୀତି ହୁଏ। ପରେ ପୁରୀ ଜଗତଗୁରୁ ଶଙ୍କରାଚାର୍ଯ୍ୟ ଶ୍ରୀଜିଉଙ୍କୁ ଦର୍ଶନ କରନ୍ତି।

ଆଜି ସକାଳ ୬ଟାରେ ମଙ୍ଗଳ ଆଳତି ହୋଇଛି। ସକାଳ ୯ଟାରେ ରଥ ପ୍ରତିଷ୍ଠା ପରେ ମଙ୍ଗଳାର୍ପଣ ହୋଇ ପହଣ୍ଡି ଆରମ୍ଭ ହୋଇଥିଲା। ମଧ୍ୟାହ୍ନ ସାଢେ ୧୨ଟା ସୁଦ୍ଧା ପହଣ୍ଡି ଶେଷ ହୋଇଥିଲା। ଅପରାହ୍ନ ୧ଟାରେ ରଥକୁ ରାମକୃଷ୍ଣ, ମଦନମୋହନ ବିଜେ ପରେ ଅପରାହ୍ନ ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ଛେରାପହଁରା ନୀତି ସରିଛି। ୪ଟା ସୁଦ୍ଧା ରଥ ଟାଣିବା ଲାଗି ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି।

ଅନ୍ୟପକ୍ଷରେ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ କରିବା ଲାଗି ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। କଡ଼ା ସୁରକ୍ଷା ବଳୟରେ ରହିଛି ପୁରୀ। ସିସିଟିଭି କ୍ୟାମେରା ସହରକୁ ଜଗିଛି। ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଅପରପକ୍ଷେ ପ୍ରବଳ ଖରା ସତ୍ତ୍ବେ ରଥଯାତ୍ରା ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ବେଶ୍‌‌ ଭିଡ଼ ହୋଇଛି।

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି: ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସେବାକୁ ଦିଆଯିବ ପ୍ରାଥମିକତା
ଭୁବନେଶ୍ବର: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ସହ ସମଗ୍ର ସୁରକ୍ଷା ବ୍ୟବସ୍ଥାକୁ ବିଭିନ୍ନ ଭାଗରେ ବିଭକ୍ତ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସେବାକୁ ପ୍ରାଥମିକତା ଦିଆଯାଇଥିବା ବେଳେ ଆଜି ପୁରୀ ପୌର ସଦନରେ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ ବୈଠକ କରି ପୁଲିସ ମହାନିର୍ଦ୍ଧେଶକ ଏହି ସୂଚନା ଦେଇଛନ୍ତି। ଟ୍ରାଫିକ ବ୍ୟବସ୍ଥାକୁ ୩ଟି ଭାଗରେ ବିଭକ୍ତ କରାଯାଇଥିବା ବେଳେ ସ୍ଵତନ୍ତ୍ର ପ୍ଲାନ୍ ସହ ଟ୍ରାଫିକ ବ୍ୟବସ୍ଥାର ସୁପରିଚାଳନା ପାଇଁ ହୋଇଛି ସ୍ଵତନ୍ତ୍ର ବ୍ୟବସ୍ଥା ।

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ସିସିଟିଭି କ୍ୟାମେରା ଓ କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ତୀକ୍ଷ୍ଣ ନଜର ରଖାଯିବ। ଚଳିତ ବର୍ଷ ବ୍ୟାପକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆଜି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଏଡିଜି, ଆଇଜି ଓ ବରିଷ୍ଠ ପୁଲିସ ଅଧିକାରୀଙ୍କୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ସୁରକ୍ଷା,ଶୃଙ୍ଖଳିତ ଦର୍ଶନ ଓ ପୁଲିସ ସେବା ମନୋଭାବ ନେଇ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରାଥମିକତା ଦିଆଯାଇଛି। ରେଳବାଇ ଓ ତଟ ସୁରକ୍ଷା ସହ ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ। ସେହିପରି ପହଣ୍ଡି,ରଥଟଣା, ଜନଗହଳି ନିୟନ୍ତ୍ରଣ,  ଭିଆଇପିଙ୍କ ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ବଛା ବଛା ୧୦୦୦ ରୁ ଉର୍ଦ୍ଧ୍ବ ଅଧିକାରୀ ମୁତୟନ କରାଯିବ ବୋଲି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ କହିଛନ୍ତି।

ଅନ୍ୟପଟେ ଟ୍ରାଫିକ ବ୍ୟବସ୍ଥା ସୁପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ କରାଯାଇଛି । ବଡଦାଣ୍ଡ ଓ ସହରକୁ ୧୪ଟି ଜୋନ ଓ ୨୯ଟି ସେକ୍ଟରରେ ବିଭକ୍ତ କରାଯାଇଛି। କଣ୍ଟ୍ରୋଲ ରୁମ୍ ସହ ସହର ଭିତରେ ଦୁଇଟି ଓ ସହର ବାହାରେ ଗୋଟିଏ ଭାଗରେ ଟ୍ରାଫିକ ବ୍ୟବସ୍ଥା ନେଇ ବ୍ୟବସ୍ଥା କରାଯାଇଛି। ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ସହ ଖୁବଶୀଘ୍ର ରୁଟଚାର୍ଟ ପ୍ରସ୍ତୁତ କରାଯିବ। ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ଟ୍ରାଫିକ ବ୍ୟବସ୍ଥାର ନିୟନ୍ତ୍ରଣ କରାଯିବ। ଏଥିସହ ନବଯୌବନ ଦର୍ଶନ,ରଥଯାତ୍ରା, ସନ୍ଧ୍ୟା ଦର୍ଶନ, ବାହୁଡା଼ ଯାତ୍ରା, ସୁନାବେଶ ଓ ରଥର ଅନ୍ୟ ଦିନ ଓ ଜରୁରୀକାଳୀନ ପରିସ୍ଥିତି ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି ।  ଏ ନେଇ ଟ୍ରାଫିକ ବ୍ୟବସ୍ଥା ଦାୟିତ୍ବରେ ଥିବା ଆଇଜି ଅମିତାଭ ଠାକୁର ସୂଚନା ଦେଇଛନ୍ତି।