Rath Yatra 2023 - The Sakala

ସେବାୟତ ବେଶରେ ରଥ ଉପରେ ଅଣସେବାୟତ; ଭାଇରାଲ ହେଲା ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଛୁଇଁ ଫଟୋ ଉଠାଇବା ସହ କରିଥିବା ରିଲ୍ସ
ପୁରୀ: ରଥ ଉପରେ ଅଣ ସେବାୟତଙ୍କ ରିଲ୍ । ଚଳିତ ବର୍ଷ ମହାପ୍ରଭୁଙ୍କ ରଥଯାତ୍ରାବେଳେ  ସେବାୟତ ବେଶରେ ରଥ ଉପରକୁ ଚଢିଛନ୍ତି ଅଣସେବାୟତ । ରଥରେ ରଢ଼ି ରିଲ୍ ତିଆରି କରି ସୋସିଆଲ ମିଡିଆରେ ଛାଡ଼ିଛନ୍ତି ଜଣେ ଅଣ ସେବାୟତ । ଏହି ରିଲ୍ ଏବଂ କିଛି ଫଟୋ ଭାଇରାଲ ହୋଇଛି । ସେମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ଛୁଇଁବା ସହ ତାଙ୍କ ନିକଟରେ ବସି ଫଟୋ ବି ଉଠାଇଛନ୍ତି । କେବଳ ସେତିକି ନୁହେଁ ସେହି ଫଟୋକୁ ସେମାନେ ସୋସିଆଲ ମିଡିଆରେ ବି ଅପଲୋଡ କରିଛନ୍ତି । ଯାହାକୁ ନେଇ ଏବେ ବିବାଦ ଦେଖାଦେଇଛି ।

ଗତ ରଥଯାତ୍ରାରେ ସେବାୟତ ବେଶରେ ବହୁ ଅଣ ସେବାୟତ ମହାପ୍ରଭୁଙ୍କ ରଥ ଉପରେ ଚଢିଥିବା ନଜରକୁ ଆସିଛି । ରଥ ଉପରେ ଏହି ଅଣସେବାୟତ ଚଢି ଫଟୋ ସହିତ ରିଲ୍ କରିଥିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଜଣାପଡ଼ିଛି । ଏପରିକି ଶ୍ରୀଅଙ୍ଗକୁ ଛୁଇଁବା ସହ ଶ୍ରୀବିଗ୍ରହଙ୍କ ପାଖରେ ବସି ଫୋଟୋ ଓ ରିଲ୍ ମଧ୍ୟ କରିଥିବା ନଜରକୁ ଆସିଛି । ଏମାନେ ସେବାୟତ କି ନୁହେଁ ତାହା ସନ୍ଦେହ ଜାତ ହୋଇଥିବା ବେଳେ ଏହି ଫଟୋ ଓ ଭିଡ଼ିଓକୁ ନେଇ ତର୍ଜମାର ଆବଶ୍ୟକତା ରହିଛି ।

ରଥ ଉପରକୁ କିଭଳି ଗଲେ ଆଉ ସୁରକ୍ଷା ବ୍ୟବସ୍ଥା ଦାୟିତ୍ୱରେ ଥିବା ଅଧିକାରୀ କଣ ସୁରକ୍ଷା ରକ୍ଷା କରୁଥିଲେ ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ କି ସେବାୟତ ମାନଙ୍କ ପକ୍ଷରୁ ବର୍ତ୍ତମାନ ପର୍ଯ୍ୟନ୍ତ ଥାନାରେ କୌଣସି ଅଭିଯୋଗ ଦିଆଯାଇନଥିବା ବେଳେ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଆଲୋଡନ ସୃଷ୍ଟି ହୋଇଛି ।

ଗୋଟି ପହଣ୍ଡିରେ ଜନ୍ମବେଦୀକୁ ବିଜେ କଲେ ଶ୍ରୀଜିଉ, ଆସନ୍ତାକାଲିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ
ପୁରୀ: ଶେଷ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡ଼ପ ପହଣ୍ଡି ବିଜେ । ରଥଯାତ୍ରାର ଆଜି ତୃତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ । ଗୋଟି ପହଣ୍ଡିରେ ଚତୁର୍ଦ୍ଧା ବିଗ୍ରହ ଆଡ଼ପ ମଣ୍ଡପ(ଜନ୍ମବେଦି)କୁ ବିଜେ କରିଛନ୍ତି । ପରମ୍ପରା ଅନୁସାରେ ସନ୍ଧ୍ୟା ଧୂପ ପରେ ରଥରୁ ଘୋଡା ଖୋଲାଯାଇ ଚାରମାଳ ବନ୍ଧାଯାଇଥିଲା । ଏହାପରେ ପୁଷ୍ପାଞ୍ଜଳି ବନ୍ଦାପନା ଅନୁଷ୍ଠିତ ହୋଇ ଆରମ୍ଭ ହୋଇଥିଲା ପହଣ୍ଡି ନୀତି । ପ୍ରଥମେ ଚଳନ୍ତି ପ୍ରତିମା ମଦନମୋହନ, ରାମ କୃଷ୍ଣ ଶ୍ରୀଗୁଣ୍ଡିଚାକୁ ବିଜେ କରିବା ପରେ ଗୋଟି ପହଣ୍ଡିରେ ଯାଇଥିଲେ ଚକ୍ରରାଜ ସୁଦର୍ଶନ ।

ଘଣ୍ଟ, ଘଣ୍ଡା ଧ୍ବନୀରେ ପ୍ରକମ୍ପିତ ହୋଇଥିଲା ଶରଧାବାଲି । ଏହାପରେ ଟାହିଆ ଲଗାଇ ଶ୍ରୀଗୁଣ୍ଡିଚା ବିଜେ କରିଥିଲେ ବଡ଼ଭାଇ ବଳଭଦ୍ର । ଦେବୀ ସୁଭଦ୍ରାଙ୍କ ପରେ ଶେଷରେ ଶ୍ରୀଜଗନ୍ନାଥ ପହଣ୍ଡିରେ ଜନ୍ମବେଦୀକୁ ବିଜେ କରିଥିଲେ । ଆସନ୍ତାକାଲି ସକାଳୁ ଆଡ଼ପ ମଣ୍ଡପରେ ମହାପ୍ରଭୁ ଦର୍ଶନ ଦେବାପରେ ସଂଧ୍ୟାରେ ହେବ ବନକଲାଗି ନୀତି । ଏଥିପାଇଁ ସଂଧ୍ୟାରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ସମସ୍ତକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ରଥଯାତ୍ରା ଅବସରରେ ସମସ୍ତକୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ବଡ଼ଦାଣ୍ଡରେ ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ରତ୍ନ ସିଂହସନ ଛାଡ଼ି ରଥକୁ ଆସିବେ ତିନି ଠାକୁର ।

ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ କାଳିଆ ସାଆନ୍ତ ଧାଡ଼ି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ ।

ଆଜି ପବିତ୍ର ଘୋଷଯାତ୍ରା; ବଡ଼ଦାଣ୍ଡରେ ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ
ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ରତ୍ନବେଦୀ ଛାଡି ରଥାରୁଢ଼ ହୋଇ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧାମୂରତି । ମହାପ୍ରଭୁଙ୍କ ୯ ଦିନିଆ ରଥଯାତ୍ରା ପାଇଁ ରଥ-ପଥ ଓ ଭକ୍ତ ପ୍ରସ୍ତୁତ । ବଡ଼ଦାଣ୍ଡରେ ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ନନ୍ଦିଘୋଷ, ତାଳଧ୍ୱଜ, ଦର୍ପଦଳନ ରଥ ପ୍ରସ୍ତୁତ ହୋଇ ରହିଛି । ଧାଡି ପହଣ୍ଡିରେ ରଥକୁ ବିଜେ କରିବେ ଠାକୁର । ଆରମ୍ଭ ହେବ ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା। ଭାଇଭଉଣୀଙ୍କ ସହିତ କାଳିଆ ସାଆନ୍ତ ଘୋଷଯାତ୍ରାରେ ବାହାରିବେ। ଆଜି ଆଷାଢ଼ ଶୁକ୍ଲ ପକ୍ଷ ଦ୍ବିତୀୟା ତିଥିରେ ବଡ଼ଦାଣ୍ଡରେ ଭଗବାନ-ଭକ୍ତ-ରଥ-ପଥର ମହାମିଳନ ପର୍ବ ଅନୁଷ୍ଠିତ ହେବ।

ରଥଯାତ୍ରା ପାଇଁ ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ସକାଳ ସାଢ଼େ ୯ଟାରେ ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ ।

ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା; ସିଂହଦ୍ୱାର ସମ୍ମୁଖରେ ଶ୍ରୀଜିଉଙ୍କ ଅପେକ୍ଷାରେ ତିନି ରଥ
ପୁରୀ: ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରତ୍ନ ସିଂହାସନ ଛାଡ଼ି ଭକ୍ତଙ୍କ ଗହଣକୁ ଆସିବେ ମହାବାହୁ କାଳିଆ ସାଆନ୍ତ । ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ମହାପ୍ରଭୁ । ଭାଇଭଉଣୀଙ୍କୁ ସାଥୀରେ ନେଇ ସିଂହଦ୍ୱାର ସମ୍ମୁଖରେ ଅପେକ୍ଷାରତ ତିନି ରଥରେ ବିରାଜିବେ କାଳିଆଠାକୁର । ଶ୍ରୀଜିଉଙ୍କ ଘୋଷଯାତ୍ରା ପାଇଁ ବଡ ଦାଣ୍ଡରେ ରଥ, ପଥ ପ୍ରସ୍ତୁତ । ରଥାରୂଢ଼ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ହେବ ଜନ ସମୁଦ୍ର ।

ଆଜି ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଛି ତିନି ରଥ । ଶ୍ରୀମନ୍ଦିରରୁ ଶୋଭାଯାତ୍ରାରେ ଆଜ୍ଞାମାଳ ଆସିବା ପରେ ତିନି ରଥରେ ବିଜେ କରାଯାଇଥିଲା । ପୂଜାପାଠ ଓ ରୀତିନୀତି ଶେଷ ହେବା ପରେ ରଥଖଳାରୁ ଶ୍ରୀମନ୍ଦିର ସମ୍ମୁଖକୁ ତିନି ରଥକୁ ଅଣାଯାଇଛି । ଭକ୍ତ ଓ ଦାୟିତ୍ବରେ ଥିବା ସୁରକ୍ଷାକର୍ମୀମାନେ ଗୋଟିଏ ପରେ ଗୋଟିଏ ରଥକୁ ଟାଣି ନେଇଥିଲେ । ଏବେ ସିଂହଦ୍ବାର ସମ୍ମୁଖରେ ଉଭା ହୋଇଛନ୍ତି ନନ୍ଦିଘୋଷ, ଦେବ ଦଳନ ଓ ତାଳଧ୍ବଜ ।

ରଥଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ସାରିଛି। ସୂଚନା ଅନୁସାରେ, ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୯ଟାରେ ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍‌ଣ ୪ଟାରେ ଗଡ଼ିବା ଆରମ୍ଭ କରିବ ।

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି: ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସେବାକୁ ଦିଆଯିବ ପ୍ରାଥମିକତା
ଭୁବନେଶ୍ବର: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ସହ ସମଗ୍ର ସୁରକ୍ଷା ବ୍ୟବସ୍ଥାକୁ ବିଭିନ୍ନ ଭାଗରେ ବିଭକ୍ତ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସେବାକୁ ପ୍ରାଥମିକତା ଦିଆଯାଇଥିବା ବେଳେ ଆଜି ପୁରୀ ପୌର ସଦନରେ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ ବୈଠକ କରି ପୁଲିସ ମହାନିର୍ଦ୍ଧେଶକ ଏହି ସୂଚନା ଦେଇଛନ୍ତି। ଟ୍ରାଫିକ ବ୍ୟବସ୍ଥାକୁ ୩ଟି ଭାଗରେ ବିଭକ୍ତ କରାଯାଇଥିବା ବେଳେ ସ୍ଵତନ୍ତ୍ର ପ୍ଲାନ୍ ସହ ଟ୍ରାଫିକ ବ୍ୟବସ୍ଥାର ସୁପରିଚାଳନା ପାଇଁ ହୋଇଛି ସ୍ଵତନ୍ତ୍ର ବ୍ୟବସ୍ଥା ।

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ସିସିଟିଭି କ୍ୟାମେରା ଓ କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ତୀକ୍ଷ୍ଣ ନଜର ରଖାଯିବ। ଚଳିତ ବର୍ଷ ବ୍ୟାପକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆଜି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଏଡିଜି, ଆଇଜି ଓ ବରିଷ୍ଠ ପୁଲିସ ଅଧିକାରୀଙ୍କୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ସୁରକ୍ଷା,ଶୃଙ୍ଖଳିତ ଦର୍ଶନ ଓ ପୁଲିସ ସେବା ମନୋଭାବ ନେଇ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରାଥମିକତା ଦିଆଯାଇଛି। ରେଳବାଇ ଓ ତଟ ସୁରକ୍ଷା ସହ ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ। ସେହିପରି ପହଣ୍ଡି,ରଥଟଣା, ଜନଗହଳି ନିୟନ୍ତ୍ରଣ,  ଭିଆଇପିଙ୍କ ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ବଛା ବଛା ୧୦୦୦ ରୁ ଉର୍ଦ୍ଧ୍ବ ଅଧିକାରୀ ମୁତୟନ କରାଯିବ ବୋଲି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ କହିଛନ୍ତି।

ଅନ୍ୟପଟେ ଟ୍ରାଫିକ ବ୍ୟବସ୍ଥା ସୁପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ କରାଯାଇଛି । ବଡଦାଣ୍ଡ ଓ ସହରକୁ ୧୪ଟି ଜୋନ ଓ ୨୯ଟି ସେକ୍ଟରରେ ବିଭକ୍ତ କରାଯାଇଛି। କଣ୍ଟ୍ରୋଲ ରୁମ୍ ସହ ସହର ଭିତରେ ଦୁଇଟି ଓ ସହର ବାହାରେ ଗୋଟିଏ ଭାଗରେ ଟ୍ରାଫିକ ବ୍ୟବସ୍ଥା ନେଇ ବ୍ୟବସ୍ଥା କରାଯାଇଛି। ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ସହ ଖୁବଶୀଘ୍ର ରୁଟଚାର୍ଟ ପ୍ରସ୍ତୁତ କରାଯିବ। ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ଟ୍ରାଫିକ ବ୍ୟବସ୍ଥାର ନିୟନ୍ତ୍ରଣ କରାଯିବ। ଏଥିସହ ନବଯୌବନ ଦର୍ଶନ,ରଥଯାତ୍ରା, ସନ୍ଧ୍ୟା ଦର୍ଶନ, ବାହୁଡା଼ ଯାତ୍ରା, ସୁନାବେଶ ଓ ରଥର ଅନ୍ୟ ଦିନ ଓ ଜରୁରୀକାଳୀନ ପରିସ୍ଥିତି ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି ।  ଏ ନେଇ ଟ୍ରାଫିକ ବ୍ୟବସ୍ଥା ଦାୟିତ୍ବରେ ଥିବା ଆଇଜି ଅମିତାଭ ଠାକୁର ସୂଚନା ଦେଇଛନ୍ତି।