Rath Jatra 2023 - The Sakala

ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା; ସିଂହଦ୍ୱାର ସମ୍ମୁଖରେ ଶ୍ରୀଜିଉଙ୍କ ଅପେକ୍ଷାରେ ତିନି ରଥ
ପୁରୀ: ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରତ୍ନ ସିଂହାସନ ଛାଡ଼ି ଭକ୍ତଙ୍କ ଗହଣକୁ ଆସିବେ ମହାବାହୁ କାଳିଆ ସାଆନ୍ତ । ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ମହାପ୍ରଭୁ । ଭାଇଭଉଣୀଙ୍କୁ ସାଥୀରେ ନେଇ ସିଂହଦ୍ୱାର ସମ୍ମୁଖରେ ଅପେକ୍ଷାରତ ତିନି ରଥରେ ବିରାଜିବେ କାଳିଆଠାକୁର । ଶ୍ରୀଜିଉଙ୍କ ଘୋଷଯାତ୍ରା ପାଇଁ ବଡ ଦାଣ୍ଡରେ ରଥ, ପଥ ପ୍ରସ୍ତୁତ । ରଥାରୂଢ଼ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ହେବ ଜନ ସମୁଦ୍ର ।

ଆଜି ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଛି ତିନି ରଥ । ଶ୍ରୀମନ୍ଦିରରୁ ଶୋଭାଯାତ୍ରାରେ ଆଜ୍ଞାମାଳ ଆସିବା ପରେ ତିନି ରଥରେ ବିଜେ କରାଯାଇଥିଲା । ପୂଜାପାଠ ଓ ରୀତିନୀତି ଶେଷ ହେବା ପରେ ରଥଖଳାରୁ ଶ୍ରୀମନ୍ଦିର ସମ୍ମୁଖକୁ ତିନି ରଥକୁ ଅଣାଯାଇଛି । ଭକ୍ତ ଓ ଦାୟିତ୍ବରେ ଥିବା ସୁରକ୍ଷାକର୍ମୀମାନେ ଗୋଟିଏ ପରେ ଗୋଟିଏ ରଥକୁ ଟାଣି ନେଇଥିଲେ । ଏବେ ସିଂହଦ୍ବାର ସମ୍ମୁଖରେ ଉଭା ହୋଇଛନ୍ତି ନନ୍ଦିଘୋଷ, ଦେବ ଦଳନ ଓ ତାଳଧ୍ବଜ ।

ରଥଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ସାରିଛି। ସୂଚନା ଅନୁସାରେ, ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୯ଟାରେ ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍‌ଣ ୪ଟାରେ ଗଡ଼ିବା ଆରମ୍ଭ କରିବ ।