Maa Budhi Thakurani Temple - The Sakala
ଭୁୁବନେଶ୍ବର: ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଅନୁମୋଦନ କରିଛନ୍ତି ।  ଦୁଇଟି ପର୍ଯ୍ୟାୟରେ ଏହି କାମ କରାଯିବ ଏବଂ ଏଥିପାଇଁ ୧୮ କୋଟି ୯୧ ଲକ୍ଷ ଟଙ୍କା ଖର୍ଚ୍ଚ ହେବ । ନିର୍ଦ୍ଧାରିତ ସମୟରେ କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ବ୍ରହ୍ମପୁରର ଆରାଧ୍ୟ ଦେବୀ ମା ବୁଢୀ ଠାକୁରାଣୀ କେବଳ ଗଞ୍ଜାମ ବା ଓଡିଶା ନୁହେଁ, ପଡୋଶୀ ଆନ୍ଧ୍ରପ୍ରଦେଶରେ ମଧ୍ୟ ପ୍ରସିଦ୍ଧ ଅଟନ୍ତି। ମା’ଙ୍କ ପୂଜା ନିମନ୍ତେ ପ୍ରତିଦିନ ଓଡିଶା ଓ ଆନ୍ଧ୍ର ପ୍ରଦେଶରୁ ବହୁ ଭକ୍ତ ଆସିଥାନ୍ତି । ତେଣୁ ଭକ୍ତ ମାନଙ୍କ ସୁବିଧା ତଥା ମନ୍ଦିରର ବିକାଶ ତଥା ସୌନ୍ଦର୍ଯ୍ୟୀକରଣ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ଏଥିରେ ମୁଖ୍ୟ ମନ୍ଦିରର  ବିକାଶ ସହ ମନ୍ଦିର କାନ୍ଥ ତଥା ଚଟାଣରେ ପଥର ବିଛାଯିବ । ଯଜ୍ଞ କୁଣ୍ଡ, ମନ୍ଦିର କାର୍ଯ୍ୟାଳୟର ପୁନଃନିର୍ମାଣ,  ପାଚେରୀ, ଉଦ୍ୟାନ, ସୁସଜ୍ଜିତ ପ୍ରବେଶ Chit ସହିତ ମନ୍ଦିରକୁ କଳିଙ୍ଗ ସ୍ଥାପତ୍ୟରେ ସୁଶୋଭିତ କରାଯିବ।
ସେହିପରି ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ ହସ୍ତ ପଦ ଧୋଇବା ପାଇଁ ପାଣିର ବ୍ୟବସ୍ଥା,  ପ୍ରେକ୍ଷାଳୟ ଆଦି ନିର୍ମାଣ କରାଯିବ। ଏହାସହିତ ବିଭିନ୍ନ  କାର୍ଯ୍ୟ ରେ ବ୍ୟବହାର ପାଇଁ ହଲ, ପୂଜକ ମାନଙ୍କ ପାଇଁ ଗୃହ, ମନ୍ଦିର ରୋଷଘର, ଭୋଗମଣ୍ଡପ   ମଧ୍ୟ ନିର୍ମାଣ କରାଯିବ। ମନ୍ଦିରକୁ ଆହୁରି ଆକର୍ଷଣୀୟ କରିବା ପାଇଁ ଆଲୋକ ସଜ୍ଜା ମଧ୍ୟ କରାଯିବ ।
ମନ୍ଦିରକୁ ଯାଇଥିବା ରାସ୍ତାର ଉନ୍ନତୀକରଣ, ପାର୍କିଂ ବ୍ୟବସ୍ଥା, ଶୌଚାଳୟ,  landscaping   ସହିତ  ବୃକ୍ଷରୋପଣ ପାଇଁ ପଦକ୍ଷେପ ନିଆଯିବ ବୋଲି ଜଣାଯାଇଛି ।
ସୂଚନାଯୋଗ୍ୟ  ଯେ,  ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ  କ୍ରମେ  ୫ଟି ସଚିବ ଭି କେ ପାଣ୍ଡିଆନ୍  ନିକଟରେ ବୁଢୀ  ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ  କରିବା ସହ ମନ୍ଦିରର  ବିକାଶ  ସମ୍ପର୍କରେ ପୂଜକ,  ସ୍ଥାନୀୟ  ଜନତା, ଲୋକ ପ୍ରତିନିଧି ଓ ଜିଲ୍ଲା  ପ୍ରଶାସନ ସହ ଆଲୋଚନା କରିଥିଲେ ।