Tirupati Temple - The Sakala

ଚନ୍ଦ୍ରାୟନ-୩ ପାଇଁ ତିରୁପତି ମନ୍ଦିରରେ ପୂଜାର୍ଚ୍ଚନା କଲେ ଇସ୍ରୋ ବୈଜ୍ଞାନିକ
ତିରୁପତି: ଆସନ୍ତାକାଲି ଲଞ୍ଚ ହେବ ବହୁ ପ୍ରତୀକ୍ଷିତ ଚନ୍ଦ୍ରୟାନ-୩ ।  ତାପୂର୍ବରୁ ଆନ୍ଧ୍ରପ୍ରଦେଶର ତିରୁପତି ଭେଙ୍କଟଚଲାପାଥି ମନ୍ଦିର ପୂଜାର୍ଚ୍ଚନା କରିଛନ୍ତି ଇସ୍ରୋର ବୈଜ୍ଞାନିକ । ଚନ୍ଦ୍ରୟାନ-୩ ମିଶନର ସଫଳତା ନେଇ କାମ କରିଛନ୍ତି । ଆଜି ଦିନ ଗୋଟାଏରୁ କାଉଣ୍ଟଡାଉନ ଆରମ୍ଭ ହେବ । ଆସନ୍ତାକାଲି ଦିନ ୨ଟା ୩୫ ଉତକ୍ଷେପଣ ହେବ ଚନ୍ଦ୍ରୟାନ-୩ । ସେପଟେ ଇସ୍ରୋର ପ୍ରସ୍ତୁତି ଚୁଡାନ୍ତ ହୋଇଛି । ଏଥରକ ଚନ୍ଦ୍ର ପୃଷ୍ଠରେ ସଫଳ ଲ୍ୟାଣ୍ଡିଂକୁ ଫୋକସ କରାଯାଇଥିବାବେଳେ ଏନେଇ ପୂର୍ବାପେକ୍ଷା ଅଧିକ ଇନ୍ଧନ, ବିଫଳ ନହେବା ପାଇଁ ଅଧିକ ପଦକ୍ଷେପ ଏବଂ ଏକ ବିଶାଳ ଲ୍ୟାଣ୍ଡିଂ ସାଇଟ ପ୍ରସ୍ତୁତ କରାଯାଇଛି । ଲଞ୍ଚର ମାସକ ପରେ ଚନ୍ଦ୍ରୟାନ-୩ ତା’ର କକ୍ଷ ପଥରେ ଅବସ୍ଥାପିତ ହେବ।

ତେବେ ଲ୍ୟାଣ୍ଡର ବିକ୍ରମ, ରୋଭର ପ୍ରଜ୍ଞାନ ଅଗଷ୍ଟ ୨୩ରେ ଚନ୍ଦ୍ରରେ ଚନ୍ଦ୍ରୟାନ-୩କୁ ଲ୍ୟାଣ୍ଡ କରିବେ ବୋଲି ଅନୁମାନ କରାଯାଉଛି । ଆନ୍ଧ୍ର ପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍ ଷ୍ଟେସନ ଲଞ୍ଚ ପ୍ୟାଡରେ ଚନ୍ଦ୍ରାୟନ ପହଞ୍ଚି ଇତିମଧ୍ୟରେ ରିହର୍ସାଲ ଶେଷ ହୋଇଛି । LVM-3 ରକେଟ ଯୋଗେ ଚନ୍ଦ୍ରୟାନ-୩ ଉତକ୍ଷେପଣ କରାଯିବ । ଏହି ଅଭିଯାନ ଲାଗି ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଲ୍ୟାଣ୍ଡର ମଡ୍ୟୁଲ ଯାହାର ନାମ ବିକ୍ରମ, ଏକ ପ୍ରପଲସନ ମଡ୍ୟୁଲ ଓ ଏକ ରୋଭର ଯାହାର ନାମ ପ୍ରଜ୍ଞାନ ପ୍ରସ୍ତୁତ ହୋଇଛି । ଚନ୍ଦ୍ରପୃଷ୍ଠରେ ସେଫ ଓ ସଫ୍ଟ ଲ୍ୟାଣ୍ଡିଂ ସହ ରୋଭିଂକୁ ଅଧିକ ସୁଗମ କରିବା ଚନ୍ଦ୍ରୟାନ-୩ର ଲକ୍ଷ୍ୟ ।

ଏହା ସହ ଚନ୍ଦ୍ର ପୃଷ୍ଠରେ ରୋଭରର ପ୍ରଦିକ୍ଷଣ, ବିଭିନ୍ନ ବୈଜ୍ଞାନିକ ଗବେଷଣା ଆଦି ଲାଗି ଏହି ଅଭିଯାନ ଉଦ୍ଦିଷ୍ଟ । ୨୦୦୮-୦୯ରେ ହୋଇଥିବା ଚନ୍ଦ୍ରୟାନ-୧ ମିଶନ ଦ୍ବାରା ଚନ୍ଦ୍ର ପୃଷ୍ଠରେ ଜଳର ସନ୍ଧାନ ମିଳିଥିଲା । ମାତ୍ର ୨୦୧୯ ଅଗଷ୍ଟରେ ହୋଇଥିବା ଚନ୍ଦ୍ରୟାନ-୨ ବିଫଳ ହୋଇଥିଲା । କିନ୍ତୁ ଚନ୍ଦ୍ରୟାନ-୨ରେ ଚନ୍ଦ୍ର ପୃଷ୍ଠକୁ ପଠାଯାଇଥିବା ଅର୍ବିଟର ଏବେ ବି ସଫଳତାର ସହ କାର୍ଯ୍ୟ କରୁଛି । ତେବେ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୩ ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ଆଶା ପ୍ରକାଶ କରିଛନ୍ତି ଇସ୍ରୋ ମୁଖ୍ୟ ଏସ. ସୋମନାଥ । ଚନ୍ଦ୍ର ପୃଷ୍ଠରେ ଚନ୍ଦ୍ରୟାନ-୩ ସୁରକ୍ଷିତ ଲ୍ୟାଣ୍ଡିଂ କଲେ ଏଭଳି କରିବାରେ ଆମେରିକା, ରୁଷ, ଚୀନ ପରେ ଚତୁର୍ଥ ଦେଶ ହେବ ଭାରତ ।