Rainfall Alert - The Sakala

ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଅବପାତ, ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା
ଭୁବନେଶ୍ୱର: ‘ଦାନା’ ସୁଦୃଶ ଲଘୁଚାପରେ ପରିଣତ । ଦୁର୍ବଳ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବାତ୍ୟା ଦାନା। ଆଗାମୀ ୧୨ ଘଣ୍ଟାରେ ଆହୁରି ଦୁର୍ବଳ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। । ଏହା ବର୍ତ୍ତମାନ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଉପରେ ସକ୍ରିୟ ରହିଛି। ଦୁର୍ବଳ ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳରେ ବର୍ଷା ଲାଗିରହିବ। ଉପକୂଳ ଓଡିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବାକି ଓଡ଼ିଶାର ସବୁ ଜିଲ୍ଲାରେ ମେଘୁଆ ପାଗ ରହିବ। ଲଘୁଚାପ ଦୁର୍ବଳ ହୋଇଥିବାରୁ ସମସ୍ତ ବନ୍ଦରକୁ ଦିଆଯାଇଥିବା ବିପଦ ସଂକେତ ଉଠାଇ ଦିଆଯାଇଛି। ଆଜି ଦିନ ତମାମ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପାଗ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସମୁଦ୍ର ଅଶାନ୍ତ ଥିବାରୁ ଆଜି ସଂଧ୍ୟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ଜାରି ରହିଛି ବର୍ଷା, ଆହୁରି ୨ ଦିନ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇଛି ଏବଂ ଏହି ସ୍ଥିତି ଆହୁରି ୨/୩ ଦିନ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ବେଳେ ବୁଧବାର ବର୍ଷାର ପ୍ରଭାବ ଆହୁରି ବଢ଼଼ି ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ସୂଚନା ଅନୁସାରେ ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ୭-୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ଏବଂ ଏହାକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି ହୋଇଛି।

ଅନ୍ୟପଟେ ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‌‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହେବାକୁ ଥିବାରୁ ଏହି ଜିଲ୍ଲାଗୁଡ଼ିକରେ ସବୁ ପ୍ରକାର ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସଆରସି କହିଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ବର୍ତ୍ତମାନ ଗୋଟିଏ ଟ୍ରଫ ଲାଇନ୍‌‌ ରାଜସ୍ଥାନଠାରୁ ଓଡ଼ିଶା ପର୍ଯ୍ୟନ୍ତ ଲମ୍ବିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ସୋମବାର ଅପରାହ୍ଣରେ ଭୁବନେଶ୍ୱରେ ପ୍ରବଳ ବର୍ଷା ଅନୁଭୂତ ହୋଇଥିବା ବେଳେ ୩୦-୪୦ ମିନିଟ୍‌‌ ମଧ୍ୟରେ ୪୩.୯ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି କଟକରେ ୨୯.୪ ମିମି ବର୍ଷା ଅନୁଭୂତ ହୋଇଥିବା ବେଳେ ତାଳଚେର ୨୧ ଓ ନୟାଗଡ଼ରେ ୧୯ ମିମି ବର୍ଷା ରେକର୍ଡ କରାଯାଇଛି।

ଓଡ଼ିଶା ସମେତ ଛତିଶଗଡ଼ରେ ମଧ୍ୟ ବର୍ଷା ଜାରି ରହିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମହାନଦୀକୁ ବନ୍ୟାଜଳ ପ୍ରବେଶ ବଢ଼ିବାରେ ଲାଗିଛି। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ରହିଛି ୬୦୯.୭୩ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ ୨ ଲକ୍ଷ ୪୬ ହଜାର ୧୮୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି। ସ୍ଥିତିକୁ ଦେଖି ୧୪ ଟି ଗେଟରେ ଜଳନିଷ୍କାସନ ଜାରି ରହିଛି। ଛତିଶଗଡ଼ରେ ପ୍ରବଳ ବର୍ଷା ଲାଗିରହିଥିବାରୁ ଆଗକୁ ଅଧିକ ପାଣି ପ୍ରବେଶ କରିପାରେ। ଫଳରେ ଅଧିକ ଗେଟ ଖୋଲିବାର ସମ୍ଭାବନା ରହିଛି। ଏଥିପାଇଁ ମହାନଦୀ ତଳ ମୁଣ୍ଡରେ ଥିବା ଜିଲ୍ଲା ଗୁଡ଼ିକୁ ସତର୍କତା ଜାରି କରାଯାଇଛି।

୨୪ରେ ଆଉ ଏକ ଲଘୁଚାପ ସମ୍ଭାବନା; ରାଜ୍ୟରେ ମାସ ଶେଷ ଯାଏ ଲାଗି ରହିବ ବର୍ଷା
ଭୁବନେଶ୍ୱର: ରାଜ୍ୟରେ ମାସ ଶେଷ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ବର୍ତ୍ତମାନ ଗୋଟିଏ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିଥିବା ବେଳେ ଆଗକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ଛତିଶଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ମହାନଦୀ ଓ ଦକ୍ଷିଣ ଓଡ଼ିଶାର ଅନେକ ନଦୀ ଫୁଲିବାର ଆଶଙ୍କା ସୃଷ୍ଟି ହୋଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ କାଲିର ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ଥିବା ବେଳେ ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ଶନିବାର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଦେବଗଡ଼ ଓ ବୌଦ୍ଧରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆସନ୍ତା ୨୪ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ପ୍ରଭାବରେ ୨୫ରୁ ପୁଣି ବର୍ଷାର ପ୍ରକୋପ ବଢ଼ିବ ବୋଲି କେନ୍ଦ୍ର କହିଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ୨୫ରେ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାପ୍ରଭାବରେ ୨୬ ତାରିଖରେ ଏକ ଲଘୁଚାପ ସୃଷ୍ଟି ହୋଇ ୨୭ରେ ଘନୀଭୂତ ହୋଇ ଏହା ଏକ ଅବପାତରେ ପରିଣତ ହେବ। ୨୬ ତାରିଖରେ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣରେ ଲଘୁଚାପ ବର୍ଷା ଆରମ୍ଭ ହେବ।