red alert - The Sakala

ଅସହ୍ୟ ତାତିରେ ଅସ୍ତବ୍ୟସ୍ତ ରାଜଧାନୀ ଦିଲ୍ଲୀବାସୀ, ୪୭ ଡିଗ୍ରୀ ଡେଇଁଲା ତାତି
ନୂଆଦିଲ୍ଲୀ: ଦିଲ୍ଲୀରେ ଅସହ୍ୟ ତାତି। ତତଲା କଡେଇରେ ଭାଜି ହେଉଛନ୍ତି ରାଜଧାନୀ ଦିଲ୍ଲୀବାସୀ। ୪୭ ଡିଗ୍ରୀ ଡେଇଁ ରେକର୍ଡ ଭେଙ୍ଗିଛି ରାଜଧାନୀ ପାରଦ। ଆସନ୍ତା ଶୁକ୍ରବାର ଯାଏଁ ତାତିରୁ ତ୍ରାହି ମିଳିବ ନାହିଁ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ । ଏଥିପାଇଁ ଆଗାମୀ ୫ ଦିନ ଯାଏଁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏଥିସହ ସ୍କୁଲଗୁଡିକୁ ମଧ୍ୟ ଛୁଟି ଘୋଷଣା କରାଯାଇଛି।

ସେପଟେ, ପ୍ରବଳ ଗରମ ଯୋଗୁଁ ଦିଲ୍ଲୀରେ ବିଦ୍ୟୁତର ଚାହିଦା ମେ’ ମାସରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଦିଲ୍ଲୀ ସରକାର ଗ୍ରୀଷ୍ମ ଛୁଟି ସତ୍ତ୍ୱେ ଯେଉଁ ବେସରକାରୀ ବିଦ୍ୟାଳୟଗୁଡ଼ିକୁରେ କ୍ଲାସ ହେଉଛି ତାହାକୁ ତୁରନ୍ତ ବନ୍ଦ କରିବାକୁ କହିଛନ୍ତି।

ରାଜ୍ୟରେ ୧୬ ତାରିଖ ଯାଏଁ ଲାଗି ରହିବ ବର୍ଷା, ଆଜି ପାଇଁ ୫ ଜିଲ୍ଲାକୁ ରେଡ୍ ଓ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି
ଭୁବନେଶ୍ବର: ଘନୀଭୁତ ହେଉଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେବ ଓ୍ବେଲମାର୍କ ଲୋପ୍ରେସରର ରୂପ । ପରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଦକ୍ଷିଣ ଛତିଶଗଡ ଦେଇ ଅତିକ୍ରମ କରିବ । ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଅତି ଭୀଷଣ ବର୍ଷା ନେଇ ୫ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର ଏବଂ ବଲାଙ୍ଗିରରେ ୨ଶହ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ଥିବାରୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ୭୦ ରୁ ୨୦୦ ମିଲିମିଟର ବର୍ଷା ନେଇ ନବରଙ୍ଗପୁର, ନୂଆପଡା, ବରଗଡ, ସମ୍ବଲପୁର, ନୟାଗଡ, କଟକ, ଅନୁଗୁଳ ଏବଂ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ଉପକୂଳ ଓଡ଼ିଶାର ପୁରୀ, ଖେର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ଦେବଗଡ, ଝାରସୁଗୁଡା, ଗଜପତି, ରାୟଗଡା, ଢେଙ୍କାନାଳ ଏବଂ କୋରାପୁଟକୁ ସତର୍କତା ଜାରି କରାଯାଇଛି ।

ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କଳହାଣ୍ଡି, ନୂଆପଡା, ବଲାଙ୍ଗିର, ବରଗଡ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନବରଙ୍ଗପୁର ଏବଂ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ । ୧୭ ଏବଂ ୧୮ ତାରିଖରେ ବର୍ଷାର ପରିମାଣ କମିବା ସହ ପୁଣି ୧୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

ତେବେ ରେଡ ଏବଂ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲା ଗୁଡିକରେ ଫ୍ଳାସ ଫ୍ଳଡ୍ ସହ ଜଳମଗ୍ନ ପରିସ୍ଥିତି ଦେଖାଦେବ । ବର୍ଷା ସମୟରେ ଦୃଶ୍ୟମାନ କ୍ଷମତା କମିବା ସହ ଦକ୍ଷିଣ ଓଡ଼ିଶାରେ ନଦୀ ଫୁଲିବ । କିଛି ସ୍ଥାନରେ ଭୂସ୍ଖଳନ ହେବା ନେଇ ସତର୍କତା ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩.୩ ମିଲିମିଟର ବର୍ଷା ହୋଇଥିବା ବେଳେ ଏହା ସ୍ବାଭାବିକ ତୁଳନାରେ ୧୫୮ ପ୍ରତିଶତ ଅଧିକ । ରାୟଗଡାର ଆମ୍ବାଦୋଳାରେ ୧୮୭.୫ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ କଳାହାଣ୍ଡିର ଲାଞ୍ଜିଗଡରେ ୧୫୬.୪, କନ୍ଧମାଳର ଦାରିଂବାଡିରେ ୧୨୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ତେବେ ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ୯ଟି ଜିଲ୍ଲାରେ ୨୦ ରୁ ୩୮ ପ୍ରତିଶତ ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୨୧ ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ଆଜି ପାଇଁ ୬ ଜିଲ୍ଲାକୁ ରେଡ ଆଲର୍ଟ ଜାରି
ଭୁବନେଶ୍ବର: ଘନୀଭୁତ ହେଉଛି ଘୂର୍ଣ୍ଣିବଳୟ । ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ ।  ପରେ ଘନୀଭୁତ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶକୁ ଗତି କରିବ।  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ହେବ କେନ୍ଦ୍ରୀଭୁତ ।

ଏହାରି ପ୍ରଭାବରେ ଆଜି ଅତିଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଛିି। କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, ମାଲକାନଗିରିକୁ ରେଡ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ଭୀଷଣ ବର୍ଷା ସମ୍ଭାବନା ରହିଥିବା ବେଳେ  ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, ବୌଦ୍ଧ, ସୋନପୁର, ନୂଆପଡାକୁ ସତର୍କ ସୂଚନା ଜାରି ହୋଇଛି। ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି।

ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୨୨ ଜିଲ୍ଲାକୁ ସତର୍କତା ଜାରି ହୋଇଛି।  ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନ ରହିଛି।

୧୪ ତାରିଖରେ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହେଇଛି।  କଟକ, ଢେଙ୍କାନାଳ, ଅନୁଗୁଳ, ଢେଙ୍କାନାଳ, ନୟାଗଡ, ବୌଦ୍ଧ, ସୋନପୁର, କନ୍ଧମାଳ, ଗଞ୍ଜାମରେ ଭୀଷଣ ବର୍ଷିବ॥  ସେହପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।  ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ବରଗଡ଼, ସମ୍ବଲପୁରକୁ ସତର୍କତା ସୂଚନା ଜାରି କରାଯାଇଛି।

ଏହି ବର୍ଷା ଦ୍ବାରା  କଚ୍ଚା ଘର ଓ କଚ୍ଚା ରାସ୍ତା ପ୍ରଭାବିତ ହେବାର ସମ୍ଭାବନା ରହିଛି। ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇପାରେ ।  ଦୃଶ୍ୟମାନ କ୍ଷମତା କମିବାସହ ସୃଷ୍ଟି ହେବ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇପାରେ।

ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
ଭୁବନେଶ୍ବର: ସୃଷ୍ଟି ହେଲା ଗଭୀରଅବପାତ । ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଘନୀଭୂତ ହୋଇ ଏକ ଗଭୀର ଅବପାତରେ ପରିଣତ ହୋଇଛି । ଏହିରି ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି।  ତେବେ ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ଭୀଷଣ ଓ ପ୍ରବଳରୁ – ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି।। ଏ ନେଇ ଭୀଷଣ ବର୍ଷ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ରେଡ ଆଲର୍ଟ ଜାରି କରାଯାଇଛି। ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୪ ଜିଲ୍ଲାକୁ ଭୀଷଣ ବର୍ଷ ନେଇ ରେଡ ଆଲର୍ଟ ଜାରି କରାଯାଇଛି। ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟରୁଭଞ୍ଜରେ ଭୀଷଣ ବର୍ଷା ସମ୍ଭାବନା ରହିଛି। ଏ ନେଇ କାନ୍ଥ ଭୁଶିଡିବା, ଲ୍ୟାଣ୍ଡ ସ୍ଲାଇଡ, ଜଳବନ୍ଦୀ ଭଳି ସମସ୍ୟା ଉପୁଜିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଅତି ପ୍ରବଳବର୍ଷା ନେଇ ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ବର ଆଦି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।