elementary education - The Sakala

ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ: ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ବୃଦ୍ଧି ପାଇଁ ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ
ଭୁବନେଶ୍ୱର: ୧୬ଟି ଜିଲ୍ଲାର ପ୍ରାଥମିକ ସ୍କୁଲ୍ ର ପରିବେଶ ବଦଳିବ । ଛାତ୍ରଛାତ୍ରୀଙ୍କ କୋମଳ ମନରେ ଶିକ୍ଷା ପ୍ରତି ଆଗ୍ରହ, କୌତୁହଳ, ଉତ୍ସାହ ଆଣିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବ୍ୟାପକ ବ୍ୟବସ୍ଥା କରିଛି । ଶ୍ରେଣୀଗୃହ ପରିବେଶକୁ ଆକର୍ଷଣୀୟ କରିବା ଉଦ୍ଦେଶ୍ୟରେ ମୌଳିକ ଭିତ୍ତିଭୂମିର ରକ୍ଷଣାବେକ୍ଷଣ ଏବଂ ମରାମତି ସୁବିଧା ଯୋଗାଇ ଦେବାକୁ ଆବଶ୍ୟକ ପାଣ୍ଠି ଯୋଗାଇ ଦେଇଛି ।

ପ୍ରଥମରୁ ତୃତୀୟ ଶ୍ରେଣୀର ପିଲାମାନେ ପଢ଼ିବା, ଲେଖିବା, ଆବଶ୍ୟକୀୟ ଶିକ୍ଷଣ ଦକ୍ଷତା ହାସଲ କରିବା ଲକ୍ଷ୍ୟରେ ଶ୍ରେଣୀଗୃହ ପରିବେଶକୁ ଅନୁକୂଳ କରିବାର ପଦକ୍ଷେପ ନିଆଯାଉଛି । ଶ୍ରେଣୀଗୃହକୁ ଶିଶୁ ସୁଲଭ, ଆକର୍ଷଣୀୟ, ଆନନ୍ଦମୟ କରିବା ପାଇଁ ବିଭିନ୍ନ କାନ୍ଥଚିତ୍ର, ବିଭିନ୍ନ ଆକୃତିର ଡେକ୍ସ, ଆଲମାରୀ/ଥାକ, ଗ୍ରୀନ୍ ବୋର୍ଡ, ପ୍ରଦର୍ଶନ ବୋର୍ଡ, ଶୈକ୍ଷିକ ଉପକରଣ ଝୁଲାଇବା ପାଇଁ ହୁକ, ବସିବା ପାଇଁ ଦରି, ଶ୍ରେଣୀଗୃହର ଆବଶ୍ୟକ ମରାମତି, ବିଦ୍ୟୁତିକରଣ ଓ ଆଲୋକୀକରଣ, ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନର ବ୍ୟବସ୍ଥା ଆଦି କରାଯିବ । ଏହା ପ୍ରାଥମିକ ଛାତ୍ରଛାତ୍ରୀଙ୍କର ଶୈକ୍ଷିକ ବିକାଶରେ ଅତ୍ୟନ୍ତ ସହାୟକ ହେବ ।

ଶିକ୍ଷାର ମୂଳଦୁଆ ହେଉଛି ପ୍ରାଥମିକ ଶିକ୍ଷା । ଏହି ମୂଳଦୁଆ ଉପରେ ଭବିଷ୍ୟତର ଉଚ୍ଚ ଶିକ୍ଷା ଗଢ଼ି ଉଠିଥାଏ । ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ ପ୍ରଚଳନର ଉଦ୍ଦେଶ୍ୟ ହେଉଛି ଏହି ମୂଳଦୁଆକୁ ମଜଭୁତ କରିବା । ପ୍ରତ୍ୟେକ ଛାତ୍ରଛାତ୍ରୀ ଯେପରି ଭାଷା ଓ ଗାଣିତିକ ଜ୍ଞାନରେ ପାରଦର୍ଶୀ ହୋଇପାରିବେ ସେଥୁପ୍ରତି ଲକ୍ଷ୍ୟ ସ୍ଥିର ହୋଇଛି । ଲକ୍ଷ୍ୟ ହାସଲ ପାଇଁ ସ୍ଵତନ୍ତ୍ର ଢାଞ୍ଚାରେ ପାଠ୍ୟକ୍ରମ ପ୍ରସ୍ତୁତି, ଚିତ୍ତାକର୍ଷକ ଶିକ୍ଷଣ ସାମଗ୍ରୀ (ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ), ଶିକ୍ଷକ ଦକ୍ଷତା ବିକାଶ, ମୂଲ୍ୟାଙ୍କନ ଶୈଳୀ ଇତ୍ୟାଦି ପର୍ଯ୍ୟାୟକ୍ରମ ବିକାଶ କରାଯାଇଛି ।

ଜିଲ୍ଲାରେ ଛାତ୍ରଛାତ୍ରୀ ଅନୁକୂଳ ଶ୍ରେଣୀଗୃହ ନିର୍ମାଣ ପୂର୍ବରୁ ପାଇଲଟ୍‌ ପ୍ରକଳ୍ପ ଭାବେ ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗ୍ରହଣ କରାଯାଇଥିଲା । ଏହି ପ୍ରାଥମିକ ବିଦ୍ୟାଳୟରେ ବିକାଶିତ ହୋଇଥିବା ଶ୍ରେଣୀଗୃହକୁ ସମସ୍ତ ବୈଷୟିକ ଶିକ୍ଷକ ଓ ବରିଷ୍ଠ ଶିକ୍ଷକ ପରିଦର୍ଶନ କରି ତାଲିମ ନେଇଛନ୍ତି । ଏହି ବିଦ୍ୟାଳୟରେ ସମସ୍ତ ସୁବିଧା ସୁଯୋଗ କରିବା ପରେ ଛାତ୍ରଛାତ୍ରୀଙ୍କ ଭିତରେ ଆକାଂକ୍ଷିତ ଶୈକ୍ଷିକ ବିକାଶ ହେଉଥିବା ଲକ୍ଷ୍ୟ କରାଯାଇଛି । ପରେ ସମାନ ଢାଞ୍ଚାରେ ଶ୍ରେଣୀଗୃହ ପ୍ରସ୍ତୁତି କରିବା ପାଇଁ ପଦକ୍ଷେପ ନିଆଯାଇଛି । ସମସ୍ତ ୧୬ଟି ଜିଲ୍ଲାରେ ବିଦ୍ୟାଳୟ ସ୍ତରରେ ଏସ୍ଏଲ୍‌ଏନ୍ କାର୍ଯ୍ୟକ୍ରମକୁ ସଫଳ ରୂପାୟନ ପାଇଁ ସମସ୍ତ ବରିଷ୍ଠ ବୈଷୟିକ ପରାମର୍ଶଦାତାଙ୍କ ସହ ବିଭାଗୀୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି ।