Grievance - The Sakala

ଆଜିଠୁ ଦୈନିକ ଦୁଇ ଘଣ୍ଟା ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

ସୂଚନା ଯୋଗ୍ୟ ଯେ, ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।

ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରୁ ଆସୁଥିବା ସମସ୍ତ ଅଭିଯୋଗର ହେବ ତ୍ୱରିତ୍‌‌ ସମାଧାନ
ଭୁବନେଶ୍ୱର: ଆସନ୍ତାମାସ ୧୫ ତାରିଖ ସୁଦ୍ଧା ୨୦୨୨-୨୩ ଓ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ସମସ୍ତ ପ୍ରକଳ୍ପଗୁଡ଼ିକର ଡିପିଆର୍‌‌ ଚୂଡ଼ାନ୍ତ ହେବ। ବିଜୁ ସେତୁ ଯୋଜନାରେ ଥିବା ଅସମ୍ପୂର୍ଣ୍ଣ କାମ ଆସନ୍ତା ମାସ ସୁଦ୍ଧା ଶେଷ ହେବ। ବିଭାଗୀୟ କାର୍ଯ୍ୟର ସମୀକ୍ଷା ଅବସରରେ ଏପରି ନିର୍ଦ୍ଦେଶ ଦେଇଛନ୍ତି ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ।

ଗୁରୁବାର ଅନୁଷ୍ଠିତ ସମୀକ୍ଷା ବୈଠକରେ ଶ୍ରୀ ସିଂହ ପ୍ରସ୍ତାବିତ ଓ ନିର୍ମାଣାଧୀନ ପ୍ରକଳ୍ପର କାର୍ଯ୍ୟାନ୍ୱୟନ ଉପରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରୁ ଆସୁଥିବା ବିଭାଗ ସମ୍ୱନ୍ଧୀୟ ସମସ୍ତ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ପୂର୍ବକ ଏହାର ରିପୋର୍ଟ ବିଭାଗରେ ପହଞ୍ଚାଇବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏପରିକି ବିଭାଗୀୟ ଯନ୍ତ୍ରୀମାନେ ସମସ୍ତ ଡିଭିଜନ ମୁଖ୍ୟଙ୍କୁ ଫୋନ କରି ସମାଧାନ ଦିଗରେ ଯତ୍ନବାନ ହେବାକୁ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଛନ୍ତି।

ରାସ୍ତା ଓ ସେତୁ ଯୋଜନା ଅଧୀନରେ ସ୍ଥଗିତ ଥିବା ପ୍ରକଳ୍ପଗୁଡ଼ିକର ଡିପିଆର୍‌‌ ୭ ଦିନ ଭିତରେ ପ୍ରଦାନ କରିବା ଓ ଅନୁମୋଦିତ ହୋଇଥିବା ପ୍ରକଳ୍ପର ଜିଲ୍ଲାୱାରୀ ତାଲିକା ପ୍ରସ୍ତୁତ କରି ଆସନ୍ତା ୩ ଦିନ ମଧ୍ୟରେ ବିଭାଗକୁ ପଠାଇବାକୁ ଶ୍ରୀ ସିଂହ ମୁଖ୍ୟଯନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ବର୍ତ୍ତମାନ ସୁଧା ବିଭାଗର ପ୍ରକଳ୍ପଜନିତ ବ୍ୟୟ ୪୩ ପ୍ରତିଶତରୁ ଊର୍ଦ୍ଧ୍ବ ରହିଛି। ଆସନ୍ତା ସେପ୍ଟେମ୍ୱର ଶେଷ ସୁଧା ସମସ୍ତ ଡିଭିଜନ ଅନ୍ୟୁନ ୪୫ ପ୍ରତିଶତ ଅନୁଦାନ ଖର୍ଚ୍ଚ କରିବାର ଆବଶ୍ୟକତା ରହିଛି। ୨୦୨୧-୨୨ ଆର୍ଥିକ ବର୍ଷ ପୂର୍ବରୁ ବାକି ରହିଥିବା ୧୩ଟି ପ୍ରକଳ୍ପର ଟେଣ୍ଡର ପ୍ରକ୍ରିୟା ୧୫ ସେପ୍ଟେମ୍ୱର ସୁଧା ସାରିବାକୁ ମୁଖ୍ୟଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବିଭାଗୀୟ ସଚିବ ଶ୍ରୀ ସିଂହ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ଚାଲୁ ରହିଥିବା ପ୍ରକଳ୍ପଗୁଡ଼ିକୁ ଅଗ୍ରାଧିକାର ଭିତ୍ତିରେ ସାରିବା ସହିତ ୨୦୨୧-୨୨ ପୂର୍ବରୁ ଅସମ୍ପୂର୍ଣ୍ଣ ଥିବା ୧୫ ଗୋଟି ପ୍ରକଳ୍ପକୁ ସମ୍ପୁକ୍ତ ମୁଖ୍ୟଯନ୍ତ୍ରୀମାନେ କ୍ଷେତ୍ର ପରିଦର୍ଶନ କରି ବିଭାଗକୁ ରିପୋର୍ଟ ପ୍ରଦାନ କରିବେ ଏବଂ ଆସନ୍ତା ଡିସେମ୍ୱର ସୁଧା ଏହି ପ୍ରକଳ୍ପଗୁଡ଼ିକ ସମ୍ପୂର୍ଣ୍ଣ ହେବା ଜରୁରୀ ବୋଲି ଶ୍ରୀ ସିଂହ କହିଛନ୍ତି। ଏଥି ସହିତ ୨୦୨୨-୨୩ ଏବଂ ୨୦୨୩-୨୪ ଆର୍ଥିକ ବର୍ଷରେ ଶତ ପ୍ରତିଶତ ପ୍ରଶାସନିକ ଅନୁମୋଦନ ପାଇଁ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ, ସ୍ୱତନ୍ତ୍ର ଶାସନ ସଚିବ ସୁଦର୍ଶନ ପରିଡ଼ା, ଇଆଇସି ଅକ୍ଷୟ କୁମାର ପ୍ରଧାନ, ଇଆଇସି ପ୍ରଦୀପ ସାମଲ ଉପସ୍ଥିତ ଥିଲେ।