10th student odisha - The Sakala

ଖୁବଶୀଘ୍ର ଶେଷହେବ ଚୟନ ପ୍ରକ୍ରିୟା: ଚଳିତବର୍ଷରୁ ଛାତ୍ରଛାତ୍ରୀଙ୍କୁ ମିଳିବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ଭୁବନେଶ୍ୱର: ଚଳିତବର୍ଷ ଦଶମ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରଛାତ୍ରୀଙ୍କୁ ମିଳିବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର। ଏନେଇ ପ୍ରଥମ ରାଜ୍ୟସ୍ତରୀୟ କମିଟି ବୈଠକ ଗୁରୁବାର ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା)ର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଛାତ୍ରଛାତ୍ରୀ ମେଧାବୀ ପୁରସ୍କାର ଓ ଛାତ୍ରଛାତ୍ରୀ ମେଧା-ବୃତ୍ତି ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ରାଜ୍ୟସ୍ତରୀୟ ଛାତ୍ରଛାତ୍ରୀଙ୍କ ତାଲିକାକୁ ବୈଠକରେ ଉପସ୍ଥାପିତ କରାଯାଇଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଅଶ୍ୱଥୀ ଏସ୍‌‌ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଶ୍ରୀମତୀ ଅଶ୍ୱଥୀ କହିଥିଲେ, ମେଧାବୀ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ପ୍ରୋତ୍ସାହିତ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।

ରାଜ୍ୟସ୍ତରରେ ଛାତ୍ରଛାତ୍ରୀ ମେଧାବୀ ପୁରସ୍କାର ଓ ଛାତ୍ରଛାତ୍ରୀ ମେଧା-ବୃତ୍ତି ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ତାଲିକାକୁ ରାଜ୍ୟସ୍ତରୀୟ କମିଟି ଅନୁମୋଦନ କରିବା ପରେ ପୁରସ୍କାର ରାଶି ସିଧାସଳଖ ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଜିଲ୍ଲାସ୍ତରୀୟ ମେଧାବୀ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ତାଲିକାକୁ ଖୁବଶୀଘ୍ର ଜିଲ୍ଲାସ୍ତରୀୟ କମିଟିକୁ ଅନୁମୋଦନ ପାଇଁ ପଠାଇବାକୁ ଶ୍ରୀମତୀ ଅଶ୍ୱଥୀ କହିଥିଲେ। ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଏବଂ ଅନୁସୂଚିତତ ଜନଜାତି ଓ ଜାତି ବିଦ୍ୟାଳୟରେ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଏହି ପୁରସ୍କାର ମିଳିବ। ଛାତ୍ରଛାତ୍ରୀ ମେଧାବୀ ପୁରସ୍କାର ଦଶମ ବୋର୍ଡ ପରୀକ୍ଷାରେ ସର୍ବାଧିକ ନମ୍ୱର ରଖିଥିବା ଛାତ୍ରଛାତ୍ରୀଙ୍କୁ ରାଜ୍ୟ, ଜିଲ୍ଲା ଓ ବ୍ଲକ ସ୍ତରରେ ଦିଆଯିବ।

ରାଜ୍ୟସ୍ତରରେ ଶ୍ରେଷ୍ଠ ୧୦୦ ଜଣଙ୍କୁ ୫୦ ହଜାର ଟଙ୍କା, ଜିଲ୍ଲାସ୍ତରରେ ଶ୍ରେଷ୍ଠ ୩୦୦୦ ଜଣଙ୍କୁ ୧୦ ହଜାର ଟଙ୍କା ଏବଂ ବ୍ଲକସ୍ତରରେ ପ୍ରତି ବ୍ଲକରୁ ଶ୍ରେଷ୍ଠ ୧୦୦ ଜଣଙ୍କୁ ୫ ହଜାର ଟଙ୍କା ଲେଖାଏଁ ପୁରସ୍କାର ରାଶି ମିଳିବ। ଅନ୍ୟପକ୍ଷରେ ଦଶମବୋର୍ଡ ପରୀକ୍ଷାରେ ସର୍ବାଧିକ ନମ୍ୱର ରଖିଥିବା ଆର୍ଥିକ ଅନଗ୍ରସର ପରିବାରର ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହିତ କରିବାକୁ ଛାତ୍ରଛାତ୍ରୀ ମେଧା-ବୃତ୍ତି ପୁରସ୍କାର ମିଳିବ।

ରାଜ୍ୟରେ ସର୍ବାଧିକ ନମ୍ୱର ରଖିଥିବା ୨ ହଜାର ଜୀତୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌‌ଏଫ୍‌‌ଏସ୍‌‌ଏ) ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌‌ଏଫ୍‌‌ଏସ୍‌‌ଏସ୍‌‌) ରେସନକାର୍ଡ ହିତାଧିକାରୀ ପରିବାରର ଛାତ୍ରଛାତ୍ରୀଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ପୁରସ୍କାର ଦିଆଯିବ। ଏହା ପରେ ବିଦ୍ୟାଳୟସ୍ତରରେ ନେତୃତ୍ୱ ନେବାର କଳା ଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରିବାକୁ ମିଳିବ ଛାତ୍ରଛାତ୍ରୀ ନେତୃତ୍ୱ ପୁରସ୍କାର। ପ୍ରତ୍ୟେକ ସ୍କୁଲରୁ ଦଶମ ଶ୍ରେଣୀର ଜଣେ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଏହି ପୁରସ୍କାର ଦିଆଯିବ। ସମୁଦାୟ ୮୩୧୧ ଛାତ୍ର ଓ ୮୮୦୭ ଛାତ୍ରୀଙ୍କୁ ଏହି ପୁରସ୍କାର ମିଳିବ। କାର୍ଯ୍ୟକ୍ରମରେ ଓସେପା ନିର୍ଦ୍ଦେଶକ ଅନୁପମ ସାହା ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ‘ମୋ ସ୍କୁଲ ଅଭିଯାନ’ର ଭାରପ୍ରାପ୍ତ ଅଧିକାରୀ କାବେରୀ ମୁଦୁଲି ଚୟନ ପ୍ରକ୍ରିୟା ଉପରେ ସୂଚନା ଦେଇଥିଲେ।