Anil Deshmukh - The Sakala

ମନି ଲଣ୍ଡରିଂ ମାମଲା: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଲେ କୋର୍ଟ
ମୁମ୍ବାଇ: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମହାରାଷ୍ଟ୍ର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଲେ କୋର୍ଟ । ଦେଶମୁଖଙ୍କୁ ଅଧିକ ୯ ଦିନ ରିମାଣ୍ଡରେ ନେବାକୁ ଇଡି ପକ୍ଷରୁ ହୋଇଥିବା ଆବେଦନକୁ କୋର୍ଟ ଖାରଜ କରିବା ସହ ଦେଶମୁଖଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି ।

୧୨ ଘଣ୍ଟାର ପଚରାଉଚରା ପରେ ଗତ ସୋମବାର ରାତିରେ ଦେଶମୁଖଙ୍କୁ ଇଡି ଗିରଫ କରିଥିଲା । ମଙ୍ଗଳବାର କୋର୍ଟ ଦେଶମୁଖଙ୍କୁ ୬ ତାରିଖ ଅର୍ଥାତ ଆଜି ପର୍ଯ୍ୟନ୍ତ ରିମାଣ୍ଡରେ ନେବାକୁ ଇଡିକୁ ଅନୁମତି ଦେଇଥିଲେ । କେବଳ ଦେଶମୁଖ ନୁହେଁ ଏହି ମାମଲାରେ ଇଡି କୁନ୍ଦନ ସିନ୍ଧେ ଏବଂ ସଞ୍ଜୀବ ପାଲାଣ୍ଡେଙ୍କୁ ମଧ୍ୟ ଗିରଫ କରିଛି ।

ସୂଚନାଯୋଗ୍ୟ, ଗତ ମାର୍ଚ୍ଚରେ ପରମବୀର ସିଂଙ୍କୁ ମୁମ୍ବାଇ ପୋଲିସର କମିଶନର ପଦରୁ ହଟାଇ ହୋମଗାର୍ଡ ଡିଜି କରାଯାଇଥିଲା । ଏହାପରେ ପରମବୀରଙ୍କ ଏକ ଚିଠି ପଦାକୁ ଆସିଥିଲା । ଚିଠିଟି ସେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଲେଖିଥିଲେ । ଚିଠିରେ ସେ ଦାବି କରିଥିଲେ ଯେ, ଅନୀଲ ଦେଶମୁଖ ଗୃହମନ୍ତ୍ରୀ ଥିବାବେଳେ ସଚିନ୍ ଓ୍ବାଜେଙ୍କୁ ପ୍ରତିମାସ ୧୦୦ କୋଟି ଦେବାକୁ ଦାବି କରିଥିଲେ । ଏହାସହ ପୋଲିସ ଅଧିକାରୀଙ୍କ ବଦଳି ଓ ପୋଷ୍ଟିଂ ପାଇଁ ଦେଶମୁଖ ଟଙ୍କା ନେଉଥିବା ଅଭିଯୋଗ ହୋଇଥିଲା ।

୫ ଥର ସମନ ପରେ ଗତ ସୋମବାର ଇଡିରେ ହାଜର ହୋଇଥିଲେ ଦେଶମୁଖ । ଗୃହମନ୍ତ୍ରୀ ଥିବା ବେଳେ ଦେଶମୁଖ ପଦବୀର ଅପବ୍ୟବହାର କରି ପୋଲିସ ଅଧିକାରୀ ସଚିନ ଓ୍ବାଜେଙ୍କୁ ପ୍ରତିମାସ ୧୦୦ କୋଟି ଦେବାକୁ ଦାବି କରିବା ଓ ତାଙ୍କୁ ବରଖାସ୍ତ କରିବା, ବିଭିନ୍ନ ବାର୍ ଓ ରେଷ୍ଟୁରାଣ୍ଟରୁ ୪.୭୦ କୋଟି ଟଙ୍କା ବଟି ଆଦାୟ କରିବାକୁ ନେଇ ଇଡି ମାମଲା ରୁଜୁ କରି ତଦନ୍ତ ଚଲାଇଛି ।

ମହାରାଷ୍ଟ୍ରର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ଇସ୍ତଫା
ମୁମ୍ବାଇ: ମହାରାଷ୍ଟ୍ରର ଗୃହମନ୍ତ୍ରୀ ଅନିଲ ଦେଶମୁଖ ନିଜ ପଦରୁ ଇସ୍ତଫା ଦେଇଛନ୍ତି।  ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ସେ ତାଙ୍କର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଚାନ୍ଦା ଆଦାୟ ଘଟଣାରେ ବମ୍ୱେ ହାଇକୋର୍ଟ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବା ପରେ ଅନୀଲ ଦେଶମୁଖ  ଇସ୍ତଫା ଦେଇଛନ୍ତି ।

ସୂଚନାଯୋଗ୍ଯ, ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ହୋଇଥିବା ୧୦୦ କୋଟି ଟଙ୍କା ଆଦାୟ ମାମଲାରେ ଶୁଣାଣି କରି ବମ୍ବେ ହାଇକୋର୍ଟ ସିବିଆଇ ତଦନ୍ତ ନିର୍ଦେଶ ଦେଇଥିଲେ। ଏଥିସହିତ ଯାଞ୍ଚ ରିପୋର୍ଟ ୧୫ ଦିନ ଭିତରେ ଦାଖଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ଏହାପରେ ନୈତିକତା ଦୃଷ୍ଟିରୁ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖ ନିଜ ପଦରୁ ଇସ୍ତଫା ଦେଇଛନ୍ତି।

After the high court order, Home Minister Anil Deshmukh met Pawar Ji & party leaders & said he doesn't want to remain in the post. He went to tender his resignation to the CM. Party has requested to the CM to accept his resignation: State Minister & NCP leader Nawab Malik pic.twitter.com/oukzN05833

— ANI (@ANI) April 5, 2021

ଆଜି ବମ୍ବେ ହାଇକୋର୍ଟ ଏହି ମାମଲାର ଶୁଣାଣି କରି କହିଛନ୍ତି ଯେ, କମିଶନର ପରମବୀର ସିଂଙ୍କ ଆବେଦନ ଅତ୍ୟନ୍ତ ଗମ୍ଭୀର ପ୍ରସଙ୍ଗ । ତେଣୁ ଏହି ମାମଲାର ଏଫଆଇଆର୍ ହୋଇଯାଇଛି ଏବଂ ପୁଲିସ୍ ଯାଞ୍ଚ ପାଇଁ ଆବେଦନ ମଧ୍ୟ କରାଯାଇଛି । ଯେହେତୁ ଅନିଲ ଦେଶମୁଖ ହେଉଛନ୍ତି ରାଜ୍ୟର ଗୃହମନ୍ତ୍ରୀ, ତେଣୁ ଏହାର ଉଚ୍ଚସ୍ତରୀୟ ତଦନ୍ତର ଆବଶ୍ୟକତା ରହିଛି । ଏହାକୁ ନଜରରେ ରଖି ଏବେ ସିବିଆଇ ହସ୍ତାନ୍ତର କରାଯାଇଛି । ତେବେ କୋର୍ଟର ନିର୍ଦ୍ଦେଶ ଅନୁସାରେ ସିବିଆଇ ପ୍ରାଥମିକ ସ୍ତରରୁ ତଦନ୍ତ ଆରମ୍ଭ କରୁ ଏବଂ ସମସ୍ତେ ତାଙ୍କୁ ସହଯୋଗ ମଧ୍ୟ କରନ୍ତୁ ।

ସୁଚନା ଥାଉ କି, ଆଣ୍ଟିଲିୟା କେସ୍ ରେ ମୁମ୍ବାଇ ପୁଲିସ୍ ଅଧିକାରୀ ସଚିନ ବାଜେଙ୍କ ଗିରଫଦାରୀ ପରେ ପୁର୍ବତନ ପୋଲିସ୍ ଅଧିକାରୀ ପରମବୀର ସିଂଙ୍କୁ ବଦଳି କରାଯାଇଥିଲା । ଏହି ମାମଲାରେ ସେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଥିଲେ । ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ୧୦୦ କୋଟି ଟଙ୍କା ଆଦାୟ କରାଯିବା କଥା ମଧ୍ୟ ଉଲ୍ଲେଖ କରାଯାଇଥିଲା । ଏହା ବ୍ୟତୀତ ସେ ଗୃହମନ୍ତ୍ରୀଙ୍କ ଉପରେ ଅନେକ ଗୁଡିଏ ଆରୋପ ଲଗାଇଥିଲେ ।