heavy rain in odisha - The Sakala
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ଓ ପରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ପଶ୍ଚିମ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ରହିଥିବା ବେଳେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।
ମଙ୍ଗଳବାର ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ ଗତି କରିବ। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆକଳନ କରାଯାଇଛି। ଏଥିପାଇଁ ମଙ୍ଗଳବାର ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ବଲାଙ୍ଗିର ଓ ରାୟଗଡ଼ା ପାଇଁ ପ୍ରବଳରୁ ଅତି ପ୍ରବଳ ଜନିତ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପଟେ ରାଜ୍ୟର ଅନ୍ୟସ୍ଥାନରେ ଧୀରେ ଧୀରେ ବର୍ଷାର ପ୍ରଭାବ ହ୍ରାସ ପାଇବାର ସମ୍ଭାବନା ରହିଛି। ମାତ୍ର ପୁଣି ୨୩-୨୪ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ଥିବାରୁ ରାଜ୍ୟରେ କ୍ରମାଗତ ଭାବେ ବର୍ଷା ଜାରି ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ସାଗର ପ୍ରବଳ ଅଶାନ୍ତ ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।
ଲଗାଣ ବର୍ଷା ଯୋଗୁଁ ଦକ୍ଷିଣ ଓଡ଼ିଶା ବ୍ୟାପକ ପ୍ରଭାବ ପଡ଼ିଛି। ବିଶେଷକରି ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅତ୍ୟଧିକ ବର୍ଷା ଯୋଗୁଁ ମାଲାକାନଗିରିରୁ ମୋଟୁକୁ ସଂଯୋଗ କରୁଥିବା ୩୨୬ ନମ୍ୱର ଜାତୀୟ ରାଜପଥର କାଙ୍ଗୁରୁକୋଣ୍ଡା ପୋଲ ଉପରେ ବନ୍ୟା ପାଣି ପ୍ରବାହିତ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ୯ଟି ସ୍ଥାନରେ ପ୍ରବଳ ଓ ଗୋଟିଏ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ କୋରାପୁଟ କୋଟପାଡ଼ର ସର୍ବାଧିକ ୧୩୩ ମିମି  ବର୍ଷା ରେକର୍ଡ କରାଯାଇଛ। କୋରାପୁଟରେ ମଧ୍ୟ ଆଜି ସାଢେ଼ ୫ଟା ସୁଦ୍ଧା ୬୪ ମିମି ବର୍ଷା ରେକର୍ଡ ହୋଇଛି। ପାରଳାଖେମୁୁଣ୍ଡିରେ ୪୯ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନବରଙ୍ଗପୁରରେ ୩୩ ମିମି ବର୍ଷା ରେକର୍ଡ ହୋଇଛି।
ଲଘୁଚାପ ବର୍ଷା ଭିତରେ ମୌସୁମୀ ଋତୁ ଅର୍ଥାତ୍‌ ଜୁନ୍‌ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୭୨୬ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟ ସୁଦ୍ଧା ସ୍ୱାଭାବିକ ବର୍ଷା ୭୭୨.୮ ମିମି ତୁଳନାରେ ରାଜ୍ୟରେ ୬ ପ୍ରତିଶତ କମ୍‌ ବର୍ଷା ରେକର୍ଡ ହୋଇଛି। ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା, ୨ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ଏବଂ ୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।
ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରବିବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨ରୁ ୩ ଦିନ ଯାଏଁ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ ଦେଇ ଗତି କରିବାର ସମ୍ଭାବନା ରହିଛି। ଫଳରେ ଆଗାମୀ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ ଅନୁଯାୟୀ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
କେନ୍ଦୁଝର, ଅନୁଗୋଳ, ଦେବଗଡ, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୟାଗଡ, କଟକ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ସତର୍କ ସୂଚନା ଜାରି କରାଯାଇଛି। ଏହାବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ ମୟୂରଭଞ୍ଜରେ ମଧ୍ୟ ବର୍ଷା ସମ୍ଭାବନା ଥିବା ଜଣାପଡ଼ିଛି। ୮ ତାରିଖରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବୁଲେଟିନରେ ସୂଚନା ପ୍ରଦାନ କରାଯାଇଛି। ଆସନ୍ତା ୧୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଏହାପରେ ପାଣିପାଗରେ ସାମାନ୍ୟ ପରିବର୍ତ୍ତନ ଘଟିବା ନେଇ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।
ଆଗାମୀ ତିନିଦିନ ପ୍ରବଳ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ଭୁବନେଶ୍ୱର: ମିଆଁମାର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଉତ୍ତର-ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପ୍ରବେଶ କରିବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବା ସହ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଆଗକୁ ବଢ଼଼ିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୯ ଓ ୩୦ରେ ପ୍ରବଳ ବର୍ଷା ଏବଂ ୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲାପାଇଁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ୟେଲୋ ଆଲର୍ଟ ଜାରି କରିଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।
ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।
ସେପ୍ଟେମ୍ୱର ମାସର ଏଯାବତ ରାଜ୍ୟରେ ୩୧୫.୯ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୨୨୦.୬ ମିମି ତୁଳନାରେ ୪୩ ପ୍ରତିଶତ ଅଧିକ ରହିଛି। ଏହି ୨୭ ଦିନର ବର୍ଷା ସେପ୍ଟେମ୍ୱର ମାସର ସ୍ୱାଭାବିକ ବର୍ଷା ୨୩୫.୭ ମିମି ତୁଳନାରେ ୩୪ ପ୍ରତିଶତ ଅଧିକ ରହିଛି। ଉପଗ୍ରହରୁ ଜଳୀୟବାଷ୍ପ ସମ୍ଭନ୍ଧୀତ ଉତ୍ତୋଳନ ହୋଇଥିବା ଚିତ୍ର ଅନୁଯାୟୀ ଦେଶର ଉତ୍ତର-ପଶ୍ଚିମ ଭାଗର କିଛି ଅଞ୍ଚଳରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ମାତ୍ରା ଦୃଷ୍ଟନ୍ତମୂଳକ ଭାବେ କମିଛି। ଯାହା ମୌସୁମୀ ଅପସାରଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରୁଛି ବୋଲି ପାଣିପାଗ କେନ୍ଦ୍ର କହିଛି।