laxmi bus - The Sakala
ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ନୟାଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ।
ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଆଜିର ଶୁଭାରମ୍ଭ ପରେ ୬ଟି ଜିଲ୍ଲାର ୧୩୬୩ଟି ପଞ୍ଚାୟତରେ ୧୯୮ଟି ବସ୍‌ ଚାଲିଲା। ଏହା ଦ୍ୱାରା ୭୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ ୨୨ଟି ବସ୍‌ ଚାଲିଲା ଏବଂ, ୧୫.୫୦ଲକ୍ଷ ଲୋକ ଉପକୃତ ହେଲେ । ପୁରୀର ୪୩୩ଟି ପଞ୍ଚାୟତରେ ୪୪ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୬୦ ହଜାର ଲୋକ ଉପକୃତ ହେଲେ । କେନ୍ଦ୍ରାପଡାର ୧୯୬ଟି ପଞ୍ଚାୟତରେ ୩୭ଟି ବସ୍‌ ଚାଲିଲା ଏବଂ ୧୧ ଲକ୍ଷ ୩୭ ହଜାର ଲୋକ ଉପକୃତ ହେଲେ । ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ଏବଂ ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ। ଯାଜପୁରର ୨୩୩ଟି ପଞ୍ଚାୟତରେ ୩୯ଟି ବସ୍‌ ଚାଲିଲା ଏବଂ ୧୩ ଲକ୍ଷ ୭୦ ହଜାର ଲୋକ ଉପକୃତ ହେଲେ। ସେହିଭଳି ନୟାଗଡର ୧୮୯ଟି ପଞ୍ଚାୟତରେ ୩୧ଟି ବସ୍‌ ଚାଲିଲା ଏବଂ ଏହା ଦ୍ୱାରା ୯ ଲକ୍ଷ ୩୪ ହଜାର ଲୋକ ଉପକୃତ ହେଲେ।
ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ।
ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।
ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ। ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।
ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।
କାର୍ଯ୍ୟକ୍ରମରେ ଯାଜପୁରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଟୁକୁନି ସାହୁ, କେନ୍ଦ୍ରାପଡାରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଖୋର୍ଦ୍ଧାରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଶ୍ୱେତସ୍ନିଗ୍ଧା ମିଶ୍ର, ବିଧାୟକ ରାଜେନ୍ଦ୍ର କୁମାର ସାହୁ, ପୁରୀରୁ ବିଧାୟକ ରୁଦ୍ର ପ୍ରତାପ ମହାରଥୀ, ପୂର୍ବତନ ବିଧାୟକ ସଞ୍ଜୟ କୁମାର ଦାସବର୍ମା, କେନ୍ଦ୍ରାପଡାରୁ ବିଧାୟକ ଧ୍ରୁବ ଚରଣ ସାହୁ, ଭଦ୍ରକରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଡ. ସଞ୍ଜୟ ଦାସ, ବିଧାୟକ ଶ୍ରୀ ବିଷ୍ଣୁବ୍ରତ ରାଉତରାୟ, ନୟାଗଡରୁ ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ବିଧାୟକ ଡ. ଅରୁଣ କୁମାର ସାହୁ, କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନା, ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି। ଏହା ମାଧ୍ୟମରେ ଗରୀବ ପରିବାର ଆର୍ଥିକ ଖର୍ଚ୍ଚାନ୍ତରୁ ମୁକ୍ତ ହୋଇ ସଂଚୟ କରିପାରିବେ। ଲକ୍ଷ୍ମୀ ଯୋଜନା ପଞ୍ଚାୟତର ବିକାଶକୁ ଗତିଶୀଳ କରିବ। ଗ୍ରାମାଞ୍ଚଳ ଜନଜୀବନରେ ଉନ୍ନତି ଆଣିବ। ଏକ ଉତ୍ତରଦାୟୀ ସରକାର ଭାବରେ ଓଡିଶା ସରକାରଙ୍କ ରାଜ୍ୟବାସୀଙ୍କ ପାଖରେ ସୁନାମ ରହିଛି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ଆଜି ରାଜ୍ୟରେ ମା’ମାନେ ସବୁ କ୍ଷେତ୍ରରେ ଆଗକୁ ବଢି ଗତିଶୀଳ ହୋଇଛନ୍ତି ବୋଲି ସେମାନେ କହିଥିଲେ।
5T ତଥା ନବୀନ ଓଡିଶା ଅଧ୍ୟକ୍ଷ  କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ପୁରୀରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ  ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମସ୍ତ ଜିଲ୍ଲାରେ ବହୁ ଜନ ସମାଗମ ହୋଇଥିଲା।
ଖୋର୍ଦ୍ଧାରେ ଲକ୍ଷ୍ମୀ ବସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୫ଟଙ୍କାରେ ଯାତ୍ରା କରିବେ ମହିଳା ଓ ଛାତ୍ରଛାତ୍ରୀ
ଭୁବନେଶ୍ବର: ଖୋର୍ଦ୍ଧାରେ ଶୁଭାରମ୍ଭ ହେଲା ଲକ୍ଷ୍ମୀ ବସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକ ଶୁଭାରମ୍ଭ କରିଛନ୍ତି। ହାବେଳି ପଡିଆରେ ଆୟୋଜିତ ଉତ୍ସବରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ରାଜେନ୍ଦ୍ର କୁମାର ସାହୁ, ବିଧାୟକ ସୁରେଶ ଚନ୍ଦ୍ର ରାଉତରାୟ, ବିଧାୟକ ଜିତୁ ମିତ୍ର, ବିଧାୟକ ସୁଶାନ୍ତ ରାଉତ, ନିର୍ମାଣ ଶ୍ରମିକ ଅଧ୍ୟକ୍ଷା ଶ୍ରିମୟୀ ମିଶ୍ର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ରୂପ ଶ୍ରୀ ରାଣୀ ଗୁମାନ ସିଂ ପ୍ରମୁଖ ଉପସ୍ଥିତ ଅଛନ୍ତି। ଜିଲ୍ଲାର ୬ଟି ବ୍ଲକ ସହ ପଞ୍ଚାୟତ ଯିବ ଲକ୍ଷ୍ମୀ ବସ୍। ମହିଳା ଏବଂ ଛାତ୍ର ଛାତ୍ରୀ ମାନେ ୫ଟଙ୍କାରେ ଯାତ୍ରା କରିବେ।
ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି।  ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ୫ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ।
୨୧ ସୁଦ୍ଧା ସାରା ରାଜ୍ୟରେ ଗଡ଼ିବ ‘ଲକ୍ଷ୍ମୀ’
ଭୁବନେଶ୍ୱର : ଚଳିତ ମାସ ସୁଦ୍ଧା ସବୁ ଜିଲ୍ଲାରେ ପହଞ୍ଚିବ ଲକ୍ଷ୍ମୀ ବସ୍‌ ସେବା। ୧୨ରୁ ୨୧ ତାରିଖ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ କରିବେ। ସୂଚନା ଅନୁସାରେ ୧୨ ତାରିଖରେ ବରଗଡ଼, ବଲାଙ୍ଗିର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍‌ ସେବାର ଶୁଭାରମ୍ଭ କରିବେ। ସେହିପରି ୧୬ ତାରିଖରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ନୟାଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଗଡିବା ଆରମ୍ଭ କରିବ।
୧୯ ତାରିଖରେ ସମ୍ବଲପୁର, ସୋନପୁର, କଟକ, ଝାରସୁଗୁଡ଼ା ଓ କନ୍ଧମାଳରେ ଏବଂ ୨୧ ତାରିଖରେ ବାଲେଶ୍ୱର, ନୂଆପଡ଼ା, ବୌଦ୍ଧ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ସେବା ଆରମ୍ଭ ହେବ। ଗତ ଜାନୁଆରୀ ୩୧ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଢେ଼ଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ କରିଥିଲେ। ରାଜ୍ୟର ବହୁ ଜିଲ୍ଲାରେ ସଡ଼କ ପରିବହନ ବ୍ୟବସ୍ଥାର ଅଭାବ ରହିଥିବା ବେଳେ ତାହା ସାମାଜିକ ଓ ଅର୍ଥନୈତିକ ବିକାଶରେ ଅନ୍ତରାୟ ସୃଷ୍ଟି କରୁଥିଲା। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଲକ୍ଷ୍ମୀ ବସ୍‌ ସେବା ଆରମ୍ଭ କରିଥିଲେ।
ରାୟଗଡା ଜିଲ୍ଲାରେ ଆସନ୍ତା ୨୫ରୁ ଗଡିବ ଲକ୍ଷ୍ମୀ ବସ୍
ରାୟଗଡା: ରାୟଗଡା ଜିଲ୍ଲାରେ ଆସନ୍ତା ୨୫ରୁ ଗଡିବ ଲକ୍ଷ୍ମୀ ବସ୍ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଜିଲ୍ଲାର ୧୧ଟି ବ୍ଲକରେ ଆସନ୍ତା ୨୫ ତାରିଖରେ ଲକ୍ଷ୍ମୀ ବସ ଗଡ଼ିବା ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସ୍ୱଧା ଦେବ ସିଂଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ୧୧ଟି ବ୍ଲକରେ ମୋଟ ୨୯୮ ବସ ରହଣି ସ୍ଥଳ ରହିଥିବା ବେଳେ ଆସନ୍ତା ୨୫ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ ହେବ । ଲକ୍ଷ୍ମୀ ବସ ଏବଂ ସମସ୍ତ ରହଣି ସ୍ଥଳରେ ବସ ଅଟକିବା ସହ ଜନସାଧାରଣଙ୍କ ଯାତାୟତରେ ସମ୍ପୁର୍ଣ୍ଣ ସହଯୋଗ କରାଯିବ ।
ପଞ୍ଚାୟତ ସ୍ତରରୁ ଆସୁଥିବା ଯାତ୍ରୀ ଏବଂ କଲେଜରେ ପଢୁଥିବା ଛାତ୍ର ଛାତ୍ରୀ ମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଥିଲେ । ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସର ଶୁଭାରମ୍ଭକୁ ଜନସାଧାରଣ ଓ ଛାତ୍ରଛାତ୍ରୀ ଅପେକ୍ଷା କରି ରହିଥିଲେ ।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ । କଳାହାଣ୍ଡି ବିଶ୍ବବିଦ୍ୟାଳୟ ପଡିଆରେ ଏହି ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବ ଏବଂ ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ । ସାରା ରାଜ୍ୟରେ ଏହି ଯୋଜନାରେ ୧୦୦୦ଟି ବସ୍‌ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ ଭାବେ ନାମିତ କରିଥିଲେ ।
ସୂଚନାଯୋଗ୍ୟ ଯେ ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା । ଯୋଜନାର ଶୁଭାରମ୍ଭ ପରେ ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାଇଥିଲେ ଏବଂ ସେଠାରେ ଏକ ବିକ୍ୟୁଏସ୍‌ ଫ୍ୟାସିଲିଟିର ଉଦ୍‌ଘାଟନ କରିଥିଲେ ।
ଆଜି ଦିନଟି କଳାହାଣ୍ଡିର ବିକାଶ ଯାତ୍ରାରେ ଏକ ବଡ଼ ମାଇଲ ଖୁଣ୍ଟ ଓ ବହୁତ ଆନନ୍ଦର ଦିନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଏଠାରେ ୩୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ହେଲା। ଆଉ ୯୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖାଗଲା। ଏହା ଜିଲ୍ଲାର ବିକାଶ ଗତିକୁ ଆହୁରି ଜୋରଦାର କରିବ ବୋଲି ସେ କହିଥିଲେ ।
ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ଗାଁରେ ବସର ଅସୁବିଧା ବିଷୟ ରେ ଜାଣିବା ପରେ ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ବାରା ଆପଣଙ୍କର ପ୍ରତି ଦିନର ଚିନ୍ତା ଦୂର ହେବ । ରାଜ୍ୟରେ ଚାଲିବ ଏକ ହଜାରରୁ ଅଧିକ ବସ।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏଥିରେ ଆପଣଙ୍କ ଘର ପାଖକୁ ବସ ଆସିବ। ସମସ୍ତଙ୍କୁ ଯୋଡ଼ିବ। ପିଲାଙ୍କୁ ସ୍କୁଲ ସହିତ, ଚାଷୀକୁ ମାର୍କେଟ ସହିତ ଆଉ ମା ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ।
କଳାହାଣ୍ଡିର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ । ଶିକ୍ଷା ,ସ୍ୱାସ୍ଥ୍ୟ ଯୋଗାଯୋଗ, ଭିତ୍ତିଭୂମି ଶିଳ୍ପ କୃଷି ସବୁ କ୍ଷେତ୍ରରେ ଉନ୍ନତି କଳାହାଣ୍ଡି ବାସୀଙ୍କ ସପନକୁ ସାକାର କରିଛି। କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି। ସଫଳତାର ନୂଆ କାହାଣୀ ଯୋଡ଼ିଛି। ବିକାଶର ଯାତ୍ରାରେ ଆଗକୁ ବଢ଼ିଛି। ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଦଉଛି ବୋଲି ସେ କହିଥିଲେ।
ଇନ୍ଦ୍ରାବତୀ ପ୍ରୋଜେକ୍ଟ କଳାହାଣ୍ଡି ବିକାଶର ଇଞ୍ଜିନ ବୋଲି ମତଦେଇ ସେ କହିଥିଲେ ଯେ ଏହି ପ୍ରୋଜେକ୍ଟ କଳାହାଣ୍ଡିର ଚେହେରାକୁ ଉଜ୍ଜଳ କରିଛି। ଖୁବ୍ ଶୀଘ୍ର ଏଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହେବ। ସବୁ ପଞ୍ଚାୟତକୁ ମିଳିବ ପଚାଶ ଲକ୍ଷ ଟଙ୍କା। ଆମ ସଂସ୍କୃତି ଓ ଆଧୁନିକ ଭିତ୍ତିଭୂମି ପାଇଁ ଏହି ଟଙ୍କା ଖର୍ଚ୍ଚ ହେବ ବୋଲି ସେ କହିଥିଲେ।
ସମସ୍ତଙ୍କ ସହଯୋଗରେ ଆଗାମୀ ଦିନରେ କଳାହାଣ୍ଡିର ବିକାଶ ଯାତ୍ରା ଆହୁରି ଆଗକୁ ଯିବ ବୋଲି ସେ ମତ ଦେଇଥିଲେ।
ଆଜି କଳାହାଣ୍ଡିରେ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ମଧ୍ୟ ଉଦ୍‌ଘାଟିତ ହେଇଥିଲା। ଏହି  ଅବସରରେ ମୁଖ୍ୟମନ୍ତ୍ରୀ ସହିଦ ରେଣ୍ଡୋ ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଜଳସଂପଦ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଯୋଗ ଦେଇ କହିଲେ ଯେ  ଲକ୍ଷ୍ମୀ ଯୋଜନା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଇତିହାସ ରଚନା କରିଛନ୍ତି । ଯେଉଁ ପଞ୍ଚାୟତ ଗୁଡିକରେ ଲୋକମାନେ ସ୍ବପ୍ନରେ ସୁଦ୍ଧା ପରିବହନ ସୁବିଧା ପାଇବେ ବୋଲି ଭାବି ନ ଥିଲେ, ଆଜି ସେମାନଙ୍କ ପାଇଁ ସୁନ୍ଦର ଆଧୁନିକ ବସ୍‌ ପରିବହନ ବ୍ୟବସ୍ଥା ଉପଲବ୍‌ଧ ହୋଇଛି ।
ଏହି କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ଲୋକସଭା ସାଂସଦ ଶ୍ର ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ  ସୁଜିତ କୁମାର, ବିଧାୟକଗଣ  ଭୂପିନ୍ଦର ସିଂ,  ଦିବ୍ୟଶଂକର ମିଶ୍ର, ମୌଷଧି ବାଗ,ପ୍ରଦୀପ କୁମାର ଦିଶାରୀ ପ୍ରମୁଖ ଯୋଗ ଦେଇ ଓଡିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ ।
ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ ଭର୍ଚ୍ୟୁଆଲ ପ୍ଲାଟଫର୍ମରେ ଉପସ୍ଥିତ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟା ସହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣେ ଛାତ୍ର ପ୍ରତୀଶ କୁମାର କୁମ୍ଭାରଙ୍କ ସହିତ ବାର୍ତ୍ତାଳାପ କରିଥିଲେ ।  ପାଠ ପଢିବାର ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରିବା ପରେ ସେ କହିଥିଲେ ଯେ ଏଠାରେ ପାଠ ପଢିବା ପାଇଁ ସବୁପ୍ରକାର ସୁବିଧା ସୁଯୋଗ ମିଳୁଛି ଏବଂ ଆମେ ଖୁସିରେ ପାଠ ପଢୁଛୁ । କେନ୍ଦ୍ରମନ୍ତ୍ରୀ ଶ୍ରୀ ମାଣ୍ଡଭିୟା ଦୁଇ ଜଣ ଛାତ୍ରୀ ଅନୁପ୍ରିୟା କୁମାରୀ ଓ ଅନୁଷ୍କା ସିଂଙ୍କ ସହିତ ଆଲୋଚନା କରିଥିଲେ।
ସୂଚନାଯୋଗ୍ୟ ଯେ, ୩୨୫ କୋଟି ଟଙ୍କା ବିନିଯୋଗରେ ନିର୍ମିତ କଳାହାଣ୍ଡିର ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ଚଳିତ ବର୍ଷ ଠାରୁ ପାଠପଢା ଆରମ୍ଭ ହୋଇଛି । ୪୩.୧୮ ଏକର  ପରିମିତ ଅଞ୍ଚଳରେ ନିର୍ମିତ ଏହି କଲେଜରେ ୧୦୦ ଜଣ ଛାତ୍ର ପାଠ ପଢା ଆରମ୍ଭ କରିଛନ୍ତି। ଏଥିରେ ରାଜ୍ୟ ସରକାରୀ ସ୍କୁଲରୁ ୧୩ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ଏହାଦ୍ବାରା ସ୍ବାସ୍ଥ୍ୟ ଶିକ୍ଷାରେ ଉନ୍ନତି ଆସିବା ସହିତ ସ୍ଥାନୀୟ ଅଞ୍ଚଳରେ ଉନ୍ନତ ମାନର ସ୍ବାସ୍ଥ୍ୟ ସେବା ମିଳିପାରିବ।
ମେଡିକାଲ କଲେଜ ସହିତ ରାଜ୍ୟ ସରକାର ନିଜ ଖର୍ଚ୍ଚରେ ୨୦୬ କୋଟି ଟଙ୍କା ବିନିଯୋଗରେ ଏକ ୬୫୦ ଶଯ୍ୟାବିଶିଷ୍ଟ ଟିଚିଂ ହସ୍‌ପିଟାଲ ମଧ୍ୟ ନିର୍ମାଣ କରୁଛନ୍ତି । ଏହା ବର୍ତ୍ତମାନ ନିର୍ମଣାଧୀନ ।
କଳାହାଣ୍ଡି: କଳାହାଣ୍ଡି ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଭେଟି। ଆଜି କଳାହାଣ୍ଡି ପାଇଁ ଖୁସିର ଦିନ। ଗମନା ଗମନ ସୁବିଧାରେ ଯୋଡି ହେଲା ନୂଆ ଅଧ୍ୟାୟ । କଳାହାଣ୍ଡି ଜିଲ୍ଲାରେ ଗଡ଼ିଲା ଐତିହାସିକ ଲକ୍ଷ୍ମୀ ବସ । ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଛଡ଼ା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି ନବୀନ। ଜିଲ୍ଲା ପାଇଁ ୧୨୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ରୂପାନ୍ତରଣରେ କଳାହାଣ୍ଡି ସାଜିଛି ଉଦାହରଣ । କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି । ସଫଳତାର ନୂଆ କାହାଣୀ ଯୋଡ଼ିଛି । ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଯୋଗାଉଛି । ଇନ୍ଦ୍ରାବତୀ ପ୍ରକଳ୍ପ ବିକାଶର ଇଞ୍ଜିନ ସାଜିଛି। ଏହି ପ୍ରକଳ୍ପ କଳାହାଣ୍ଡିର ଭବିଷ୍ୟତକୁ ଉଜ୍ବଳ କରିଛି । ଖୁବ୍ ଶୀଘ୍ର ଜିଲ୍ଲାରେ ନବୀନ ଓଡ଼ିଶା କାର୍ୟ୍ୟକାରୀ ହେବ । ସଂସ୍କୃତି ଓ ଆଧୁନିକ ଭିତ୍ତିଭୂମି ଲାଗି ଏହି ଟଙ୍କା ଖର୍ଚ୍ଚ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ କରିଛି ଲକ୍ଷ୍ମୀ । ଏହା ଗାଁକୁ ଗାଁ ଯୋଡିବା ସହ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ । ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ । ପିଲାଙ୍କ ସ୍କୁଲ ଯିବାଠୁ ଆରମ୍ଭ କରି ଚାଷୀଙ୍କ ପାଇଁ ବଜାର ଓ ରୋଗୀଙ୍କ ପାଇଁ ଡାକ୍ତରଖାନାକୁ ଗାଁ ସହିତ ଯୋଡ଼ିବ ଲକ୍ଷ୍ମୀ । ଏଥିପାଇଁ ସାରା ରାଜ୍ୟରେ ହଜାରେ ବସ ଚଳାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଯାହାକି ଓଡ଼ିଶାର ବିକାଶକୁ ଆହୁରି ଉଜ୍ବଳ କରିବ । ସୁଲଭ ଦର, ସହଜ ଯାତାୟାତ ଏବଂ ଅତ୍ୟାଧୁନିକ ବସ ସେବାକୁ ନେଇ ଉତ୍ସାହିତ ଅଛନ୍ତି ଗାଁ ଲୋକେ ।
ସେହିପରି,  କଳାହାଣ୍ଡି ୟୁନିଭର୍ସିଟି ନାଁ ବଦଳିଛି। କଳାହାଣ୍ଡି ୟୁନିଭର୍ସିଟି ନାଁ ମା’ମାଣିକେଶ୍ୱରୀ ୟୁନିଭର୍ସିଟି ନାଁରେ ନାମିତ ହୋଇଛି। ଏ ନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
କଳାହାଣ୍ଡିରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ପାଠପଢ଼ା ସହିତ ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ । ଦୀର୍ଘ ଦୁଇ ଦଶନ୍ଧି ଧରି ଜିଲ୍ଲାବାସୀଙ୍କ ମେଡିକାଲ କଲେଜ ଆଶା ପୂରଣ ହୋଇଛି ।
୯୪୮୧ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଛି ଭବାନୀପାଟଣା ମେଡିକାଲ କଲେଜ ଓ ହସ୍ପିଟାଲ । ୧୦୦ ସିଟରେ ନାମଲେଖା ପାଇଁ NMC ଠାରୁ ଅନୁମତି ଦେଇଛି । ଏହି ମେଡିକାଲ କଲେଜ ଓ ହସ୍ପିଟାଲଟିର ନାମ କଳାହାଣ୍ଡି ଜିଲ୍ଲାର ମହାନ ସ୍ଵାଧୀନତା ସଂଗ୍ରାମୀ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ହସ୍ପିଟାଲ ରଖାଯାଇଛି ।
ନଭେମ୍ବର ପହିଲାରୁ କଳାହାଣ୍ଡି ଜିଲ୍ଲାର ଗ୍ରାମାଞ୍ଚଳରେ ଚାଲିବ ଲକ୍ଷ୍ମୀ ବସ୍‌, ପରିବହନ କ୍ଷେତ୍ରର ଉନ୍ନତି ସହ ତ୍ବରାନ୍ବିତ ହେବ ବିକାଶ
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଗ୍ରାମାଞ୍ଚଳରେ ଚାଲିବ ଲକ୍ଷ୍ମୀ ବସ୍‌ । ପରିବହନ କ୍ଷେତ୍ରର ଉନ୍ନତି ସହ ତ୍ବରାନ୍ବିତ ହେବ ବିକାଶ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ ପଦକ୍ଷେପ ଯୋଗୁ ଆଜି ବିକଶିତ ଜିଲ୍ଲାରେ ପରଣିତ ହୋଇଛି କଳାହାଣ୍ଡି । ଏହାର ଆଉ ଏକ ଉଦାହରଣ ସାଜିବ ଏହି ଲକ୍ଷ୍ମୀ ବସ୍‌ ଯୋଜନା । ନଭେମ୍ବର ୧ ତାରିଖରେ କଳାହାଣ୍ଡି ଗସ୍ତରେ ଆସି ଲକ୍ଷ୍ମୀ ବସ୍‌ ଚଳାଚଳ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
କଳାହାଣ୍ଡିରେ ଗଡ଼ିବ ବିକାଶର ଗାଡ଼ି । ଉନ୍ନତିର ନୂଆ ଅଧ୍ୟାୟ ଦେଖିବେ ଜିଲ୍ଲାବାସୀ । ନଭେମ୍ବର ପହିଲାରୁ ପ୍ରତି ପଞ୍ଚାୟତରୁ ବ୍ଲକୁକୁ ଗଡ଼ିବ ଲକ୍ଷ୍ମୀ ବସ୍ । ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଜିଲ୍ଲାରେ ପହଞ୍ଚିଛି‌ ୬୩ଟି ଲକ୍ଷ୍ମୀ ବସ୍‌ । ଏହି ଯୋଜନା ପାଇଁ ଜିଲ୍ଲାରେ ୩୨୬ଟି ବସ ଷ୍ଟପେଜ୍‌ ନିର୍ମାଣ ହୋଇଛି । ଲକ୍ଷ୍ମୀ ବସ ସେବା ଦ୍ବାରା ପରିବହନ ସମସ୍ୟା ଦୂର ହେବା ସହ ବିକାଶ ତ୍ବରାନ୍ବିତ ହେବ । ରାଜଧାନୀ ଭୁବନେଶ୍ବର ଓ ପୁରୀକୁ ଲକ୍ଷ୍ମୀ ବସ୍‌ ଚଳାଚଳ ପାଇଁ ବି ରୋଡମ୍ୟାପ୍‌ ପ୍ରସ୍ତୁତି ଚାଲିଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ପାଇଁ ଧର୍ମଗଡ ଉପଖଣ୍ଡରେ ଉତ୍ସାହ ଦେଖାଦେଇଛି । ଉପଖଣ୍ଡ ଦେଇ ଯାଇଥିବା ଚାରି ଲେନ୍ ବିଶିଷ୍ଟ ବିଜୁ ଏକ୍ସପ୍ରେସ ଦେଇ ଗଡ଼ିବ ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ l ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଜିଲ୍ଲାରେ ୧୦୦ ସିଟ୍‌ ବିଶିଷ୍ଟ ସହିଦ୍ ରେଣ୍ଡୋ ମାଝୀ ମେଡିକାଲ କଲେଜ, ଭବାନୀପାଟଣାରେ ନୂଆ ବସ ଟର୍ମିନାଲ ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବରୁ କଳାହାଣ୍ଡି ଜିଲ୍ଲାକୁ ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ପ୍ରକଳ୍ପ ଭେଟି ଦେଇଥିବା ବେଳେ ଏବେ ଲକ୍ଷ୍ମୀବସ୍ ଉପହାର ଦେବେ । ଏଥିପାଇଁ ଜିଲ୍ଲାରେ ଖୁସିର ଲହରୀ ଖେଳିଯାଇଛି ।