Rajasthan assembly election - The Sakala

ରାଜସ୍ଥାନରେ ବିଧାନସଭା ମତଦାନ ଜାରି, ୧୮୬୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୫ କୋଟିରୁ ଉର୍ଦ୍ଧ୍ବ ଭୋଟର
ଜୟପୁର: ରାଜସ୍ଥାନ ବିଧାନସଭା ଲାଗି ଆଜି ସକାଳୁ ମତଦାନ ଆରମ୍ଭ ହୋଇଛି । ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଭୋଟ ଗ୍ରହଣ । ୧୯୯ଟି ବିଧାନସଭା ଆସନରେ ୧୮୬୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୫ କୋଟି ୨୫ ଲକ୍ଷ ଭୋଟର । ନିର୍ବାଚନରେ କଂଗ୍ରେସ ଓ ବିଜେପି ମୁଖ୍ୟ ପ୍ରତିଦ୍ବନ୍ଦୀ ରହିଥିବାବେଳେ ବିଏସପି ଓ ଆପ୍ ମଧ୍ୟ ପ୍ରାର୍ଥୀ ଦେଇଛନ୍ତି।

ଗୋଟିଏ ପର୍ଯ୍ୟାୟରେ ମୋଟ ୨୦୦ ଆସନରୁ ୧୯୯ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେଉଛି। ଗଙ୍ଗାନଗର ଆସନରେ କଂଗ୍ରେସ ପ୍ରାର୍ଥୀ ଗୁରୁମିତ ସିଂ କନୌରଙ୍କ ପରଲୋକ ଯୋଗୁଁ ସେଠାରେ ନିର୍ବାଚନ ସ୍ଥଗିତ ରଖାଯାଇଛି। ମତଦାନ ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ୧ ଲକ୍ଷ ୭୦ହଜାରରୁ ଅଧିକ ସୁରକ୍ଷାକର୍ମୀ ମୁତୟନ ହୋଇଛନ୍ତି । ଯେଉଁଥିରେ ରାଜସ୍ଥାନ ପୋଲିସର ୭୦ ହଜାରରୁ ଅଧିକ ଯବାନ ରହିଛନ୍ତି । ସେହିପରି ୧୮ ହଜାର ହୋମଗାର୍ଡ, ୨ ହଜାର ରାଜସ୍ଥାନ ବୋର୍ଡର ହୋମଗାର୍ଡ, ଅନ୍ୟ ରାଜ୍ୟ ତଥା ଉତ୍ତର ପ୍ରଦେଶ, ଗୁଜରାଟ, ହରିୟାଣା, ମଧ୍ୟପ୍ରଦେଶରୁ ୧୫ ହଜାର ହୋମଗାର୍ଡ ଏବଂ ଆରଏସିର ୧୨୦ କମ୍ପାନୀ ସାମିଲ୍ ରହିଛନ୍ତି ।

ରାଜ୍ୟରେ ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ମୋଟ ୧ଲକ୍ଷ ୨ହଜାର ୨୯୦ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି । ୫ ବର୍ଷ ଧରି ଏଠାରେ କଂଗ୍ରେସ କ୍ଷମତାରେ ରହିଆସିଛି । ପୁଣିଥରେ ଦଳ ସରକାର ଗଠନ ପାଇଁ ସବୁ ଜୋର ଲଗାଇ ଦେଇଛି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ. ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ଅଶୋକ ଗେହଲଟ୍ ବହୁ ନିର୍ବାଚନୀ ରାଲି କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ବିଜେପି ନିର୍ବାଚନୀ ମଇଦାନକୁ ଓହ୍ଲାଇଥିଲା । ଡିସେମ୍ବର ୩ ତାରିଖରେ ନିର୍ବାଚନ ଫଳାଫଳ ଆସିବ ।

ବଦଳିଲା ରାଜସ୍ଥାନ ବିଧାନସଭା ନିର୍ବାଚନ ତାରିଖ
ନୂଆଦିଲ୍ଲୀ: ବଦଳିଳା ରାଜସ୍ଥାନ ବିଧାନସଭା ନିର୍ବାଚନ ତାରିଖ। ପୂର୍ବରୁ ନଭେମ୍ବର ୨୩ରେ ମତଦାନ ହେବ ବୋଲି ସ୍ଥିର କରାଯାଇଥିଲା। ବର୍ତ୍ତମାନ ଏହି ତାରିଖକୁ ପରିବର୍ତ୍ତନ କରାଯାଇଛି। ନିର୍ବାଚନ ଆୟୋଗ ଏବେ ନଭେମ୍ବର ୨୫ରେ ମତଦାନ କରିବାକୁ ଘୋଷଣା କରିଛନ୍ତି। ମତଦାନର ତାରିଖ ବଦଳି ଥିଲେ ହେଁ ଭୋଟ ଗଣତି ଓ ଫଳାଫଳ ବାକି ୪ ରାଜ୍ୟ ସହ ଡିସେମ୍ବର ୩ ତାରିଖରେ ପ୍ରକାଶ ପାଇବ।

ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି ହୋଇଥିବା ବିବୃତିରେ କୁହାଯାଇଛି ଯେ ନଭେମ୍ବର ୨୩ ତାରିଖରେ ଏକାଧିକ ବାହାଘର ଓ ସାମାଜିକ କାର୍ଯ୍ୟ ସବୁ ରହିଛି। ତେଣୁ ଭୋଟିଂ ଉପରେ ଏହା ପ୍ରଭାବ ପକାଇପରେ। ଭୋଟିଂ ହାର କମି ପାରେ। ତେଣୁ ଏହାକୁ ଦୃଷ୍ଟିରେ ରଖି ତାରିଖ ପରିବର୍ତ୍ତନ କରାଯାଇଛି।

ଗତ ୯ ତାରିଖରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ୫ ରାଜ୍ୟ ମିଜୋରାମ, ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ତେଲେଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ଘୋଷଣା କରିଥିଲେ।

ମିଜୋରାମରେ ନଭେମ୍ବର ୭ ତାରିଖରେ ଭୋଟ୍ ଗ୍ରହଣ କରାଯିବ। ମଧ୍ୟ ପ୍ରଦେଶରେ ନଭେମ୍ବର ୧୭ ତାରିଖରେ ଭୋଟ୍ ହେବାକୁ ଥିବା ବେଳେ ରାଜସ୍ଥାନରେ ନଭେମ୍ବର ୨୩ ତାରିଖ ପିରବର୍ତ୍ତେ ୨୫ରେ ହେବ  ଓ ତେଲେଙ୍ଗାନାରେ ନଭେମ୍ବର ୩୦ ତାରିଖରେ ମତଦାନ ହେବ। ଏଥିସହ କେବଳ ଛତିଶଗଡ଼ରେ ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ। ଏଠାରେ ନଭେମ୍ବର ୭ରେ ପ୍ରଥମ ପର୍ଯ୍ୟାୟ ଓ ନଭେମ୍ବର ୧୭ରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ହେବ।