Ama Odisha Naveen Odisha - The Sakala
ରୋଗୀଙ୍କ ପାଇଁ ଅଭିଶାପ ପାଲଟିଛି ‘ଆୟୁଷ୍ମାନ’; ଝିଅର ମୃତ୍ୟୁ ହେଲେ ଦାୟୀ ରହିବେ ସରକାର: ପରିବାର
ଭୁବନେଶ୍ୱର: ଆୟୁଷ୍ମାନ କାର୍ଡକୁ ନେଇ ପ୍ରତିଦିନ ବଢ଼ିବାରେ ଲାଗିଛି ଅଭିଯୋଗ। ପୂର୍ବରୁ ବିଏସ୍‌କେୱାଇରେ ବିନା ଦ୍ୱିଧାରେ ଚିକିତ୍ସା ପାଉଥିବା ଗରିବ ରୋଗୀମାନଙ୍କ ପାଇଁ ବିଜେପି ସରକାରଙ୍କ ‘ଆୟୁଷ୍ମାନ’ ଅଭିଶାପ ପାଲଟିଛି। ଚିକିତ୍ସା ସୁବିଧାସୁଯୋଗରୁ ବଞ୍ଚିତ ରୋଗୀମାନେ ଏବେ ନବୀନ ସରକାରଙ୍କ ଦ୍ୱାରା ପ୍ରଚଳିତ ବିଏସ୍‌କେୱାଇକୁ ଝୁରୁଛନ୍ତି। କୋରାପୁଟ, ରାୟଗଡ଼ାର ରୋଗୀମାନେ ବିଶାଖାପାଟଣାରେ ଚିକିତ୍ସା ନ ପାଇ ହନ୍ତସନ୍ତ ହୋଇଥିବାବେଳେ ଏବେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଅନୁରୂପ ଘଟଣା ଦେଖିବାକୁ ମିଳିଛି। ବିଏସ୍‌କେୱାଇରେ ବିନା ମୂଲ୍ୟରେ ହୃଦରୋଗର ଚିକିତ୍ସା କରିଥିବା ଗରିବ ଝିଅଟି ଏବେ ଅନ୍ୟଏକ ବ୍ୟାଧିରେ ମୃତ୍ୟୁସହ ସଂଘର୍ଷ କରୁଥିଲେ ହେଁ ଆୟୁଷ୍ମାନ ଯୋଜନାରେ ଚିକିତ୍ସା ସୁଯୋଗ ପାଇପାରୁ ନାହିଁ। ଯାହାକୁ ନେଇ ପରିବାର ଲୋକମାନେ ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି। ଆୟୁଷ୍ମାନ କାର୍ଡ ସେମାନଙ୍କ ଚିକିତ୍ସାରେ ଲାଗି ପାରୁ ନ ଥିବା ଅଭିଯୋଗ କରି ଯଦି ତାଙ୍କ ଝିଅର କିଛି ହୋଇଯାଏ ତେବେ ଏଥିପାଇଁ ସରକାର ଦାୟୀ ରହିବେ ବୋଲି ପରିବାର ସଦସ୍ୟମାନେ ଚେତାବନୀ ଦେଇଛନ୍ତି ।
ସାଲିଆ ସାହିର ଝିଅ ରାଧିକା (ଛଦ୍ମନାମ)ର ପରିବାର ଅତ୍ୟନ୍ତ ଗରିବ। ପୂର୍ବରୁ ବିଏସ୍‌କେୱାଇରେ ନିଜର ହୃଦ୍‌ରୋଗର ଚିକିତ୍ସା କରି ସୁସ୍ଥ ହୋଇଥିଲେ। ମାତ୍ର ଏବେ ସେ ଆଉଏକ ଦୂରାରୋଗ୍ୟ ବ୍ୟାଧିରେ ପୀଡ଼ିତ ଓ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ମାତ୍ର ପୂର୍ବରୁ ବିଏସ୍‌କେୱାଇରେ ସେ ଘରୋଇ ହସ୍ପିଟାଲ୍‌ରେ ଯେଉଁ ଚିକିତ୍ସା ସେବା ପାଇଥିଲେ, ଏବେ ଆୟୁଷ୍ମାନ୍‌ର ତାହା ପାଉନାହାନ୍ତି। ତେଣୁ ଝିଅଟି ଏବେ ଜୀବନ-ମରଣ ସହ ସଂଘର୍ଷ କରୁଛି। ତାଙ୍କ ପରିବାର ମଧ୍ୟ ଏହାକୁ ନେଇ ବେଶ୍‌ ଚିନ୍ତିତ। ଆୟୁଷ୍ମାନ କାର୍ଡ ତାଙ୍କ ପାଇ ଅଭିଶାପ ପାଲଟିଛି ବୋଲି ଉଲ୍ଲେଖ କରି ସରକାରଙ୍କୁ ନିନ୍ଦା କରିଛନ୍ତି । ଚିକିତ୍ସା ନ ପାଇ ତାଙ୍କ ଝିଅ ଯଦି ମୃତ୍ୟୁବରଣ କରେ ତେବେ ସରକାର ଦାୟୀ ରହିବେ ବୋଲି ରାଧିକାର ବାପା କହିଛନ୍ତି। ଆୟୁଷ୍ମାନ ଯୋଜନାରେ ବିଭିନ୍ନ ରୋଗ ପାଇଁ ଅପେକ୍ଷାକୃତ କମ୍‌ ଅର୍ଥ ବରାଦ ଯୋଗୁଁ ଚିକିତ୍ସା ସେବା ବ୍ୟାହତ ହେଉଛି। ଏତେ କମ୍‌ ଅର୍ଥ ବରାଦରେ ବଡ଼ ରୋଗର ଚିକିତ୍ସା କରାଯାଇ ପାରିବ ନାହିଁ ବୋଲି ଘରୋଇ ଡାକ୍ତରଖାନା ଗୁଡ଼ିକ ସଫା ସଫା ଶୁଣାଇ ଦେଇଛନ୍ତି। ଯାହାକୁ ନେଇ ଅକଳରେ ପଡ଼ିଛନ୍ତି ରାଜ୍ୟ ସରକାର। ଏ ସମ୍ପର୍କରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ମଧ୍ୟ କୌଣସି ସ୍ପଷ୍ଟ ଉତ୍ତର ଦେଇପାରୁନାହାନ୍ତି। ସାରା ଦେଶରେ ଆୟୁଷ୍ମାନ ଭାରତର ଗୋଟିଏ ପ୍ୟାକେଜ୍‌ ଲାଗୁ କରାଯାଇଛି। ବିଏସ୍‌କେୱାଇ ପ୍ୟାକେଜ୍‌ ଓ ସାମ୍ପ୍ରତିକ ବଜାର ଚିକିତ୍ସା ମୂଲ୍ୟ ତୁଳନାରେ ଆୟୁଷ୍ମାନ ଭାରତର ଚିକିତ୍ସା ପ୍ୟାକେଜ୍‌ ବହୁତ କମ୍‌ ରହିଛି। ବିଏସ୍‌କେୱାଇରେ ସରକାର ଦେଉଥିବା ଚିକିତ୍ସା ପ୍ୟାକେଜ୍‌କୁ ନେଇ ଘରୋଇ ଡାକ୍ତରଖାନା କେବେ ଅଭିଯୋଗ ଆଣି ନ ଥିଲେ। ବଜାର ମୂଲ୍ୟ ବୃଦ୍ଧି ହେତୁ ପ୍ୟାକେଜ୍‌ ଗୁଡିକରେ ଅନ୍ୟୂନ ୨୦ ପ୍ରତିଶତ ବୃଦ୍ଧି କରାଯାଉ ବୋଲି ସ୍ୱାସ୍ଥ୍ୟ ବିଭାଗ ପାଖରେ ଦାବି କରୁଥିଲେ; କିନ୍ତୁ ଆୟୁଷ୍ମାନ ଭାରତରେ ଶତାଧିକ ରୋଗକୁ ଚିକିତ୍ସା ତାଲିକାରୁ ବାଦ୍‌ ଦିଆଯାଇ ଥିବା ବେଳେ ପ୍ୟାକେଜ୍‌ ୫୦ ପ୍ରତିଶତକୁ ଖସି ଆସିଛି।
କିଛି ରୋଗର ପ୍ୟାକେଜ୍‌ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ପାଇଛି। ସିଟି ସ୍କାନ, ଏମ୍‌ଆରଆଇ, ପିଏଫ୍‌ଟି, ଏନ୍‌ସିଭି, ଇଏମ୍‌ଜି ଭଳି ବ୍ୟୟବହୁଳ ନିଦାନ ବ୍ୟବସ୍ଥା ଚିକିତ୍ସା ପ୍ୟାକେଜରେ ନାହିଁ। ହୃଦରୋଗୀଙ୍କ ଜୀବନ ରକ୍ଷା ପାଇଁ ପ୍ରତିରୋପଣ ହେଉଥିବା ପେସ୍‌ ମେକର୍‌ ଦାମ୍‌ ଦେଢ଼ ଲକ୍ଷ ଟଙ୍କା। ମାତ୍ର ଆୟୁଷ୍ମାନରେ ମାତ୍ର ୭୫ ହଜାର ଟଙ୍କା ଦିଆଯାଉଛି। ସେହିପରି କାର୍ଡିଓଟୋକୋଗ୍ରାଫୀ (ସିଟିଜି), ମେରୁଦଣ୍ଡ ଚିକିତ୍ସା, ମସ୍ତିଷ୍କ ରୋଗ, କିଡ୍‌ନୀ ରୋଗ, ସ୍ନାୟୁ ରୋଗ, ବିଭିନ୍ନ ପ୍ରକାର ଅସ୍ତ୍ରୋପଚାର ଭଳି ଗୁରୁତର ମାମଲାରେ ଚିକିତ୍ସା ଖର୍ଚ୍ଚ ବହୁତ କମ୍‌ ରହିଛି।  ଗୋଟିଏପଟେ ଆୟୁଷ୍ମାନ ପ୍ୟାକେଜ୍‌ ବୃଦ୍ଧି କରାଯାଇ ପାରୁନି। ଅନ୍ୟପକ୍ଷରେ ରୋଗୀଙ୍କ ପାଇଁ ଆବଶ୍ୟକ ଅତିରିକ୍ତ ଖର୍ଚ୍ଚକୁ ରାଜ୍ୟ ସରକାର ବହନ କରିବାକୁ ଚାହୁନାହାନ୍ତି। ଏଥିରେ କେବଳ ସାଧାରଣ ଗରିବ ରୋଗୀ ଦହଗଞ୍ଜ ହେଉଛି। ଗତ କିଛି ବର୍ଷ ହେଲା ରାଜ୍ୟବାସୀ ମାଗଣା ସ୍ୱାସ୍ଥ୍ୟ ସେବା ପାଇଁ ବେଶ ଉପକୃତ ହେଉଥିବାବେଳେ ଏବେ ଚିକିତ୍ସା ପାଇଁ ସେମାନଙ୍କୁ ଜମି ଘର ବିକିବାକୁ ପଡ଼ୁଛି।
ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୦ମ ଦିନରେ ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।
ଏଥିପାଇଁ ମୟୁରଭଞ୍ଜ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୦.୫୦ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଯଶିପୁର, କରଞ୍ଜିଆ, ସାରସକଣା ଓ ରାଇରଙ୍ଗପୁର । ଏହିସବୁ ନିର୍ବାଚନ ମଣ୍ଡଳୀର ୧୩ଟି ବ୍ଲକ୍‌‌ର ୧୮୧ଟି ଗ୍ରାମ ପଞ୍ଚାୟତରେ ୨୪୨୭ଟି ପ୍ରକଳ୍ପ ହେବ। ସେହିପରି ସମ୍ବଲପୁର ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀ ପାଇଁ ୬୯ କୋଟି ଟଙ୍କା ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରେଢାଖୋଲ, ରେଙ୍ଗାଲି ଓ କୁଚିଣ୍ଡା। ଏଥିରେ ୯ଟି ବ୍ଲକ୍‌ର ୧୩୮ଟି ଗ୍ରାମପଞ୍ଚାୟତରେ ୧୮୦୧ଟି ପ୍ରକଳ୍ପ କରାଯିବ। ସେହିପରି ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି ୫୫.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଚିତ୍ରକୋଣ୍ଡା ଓ ମାଲକାନଗିରି। ଏହିସବୁ ନିର୍ବାଚନମଣ୍ଡଳୀର ୭ଟି ବ୍ଲକ୍‌‌ର ୧୧୧ଟି ଗ୍ରାମ ପଞ୍ଚାୟତରେ ୧୪୩୦ଟି ପ୍ରକଳ୍ପ ହେବ।
ଆଜିର କାର୍ଯ୍ୟକ୍ରମ ପାଇଁ ମୟୁରଭଞ୍ଜ ଜିଲ୍ଲାର ୪ଟି, ସମ୍ବଲପୁର ଜିଲ୍ଲାର ୩ଟି ଓ ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଗ୍ରାମବିକାଶ କ୍ଷେତ୍ରରେ ସାରା ଭାରତବର୍ଷପାଇଁ ପଥ ପ୍ରଦର୍ଶକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ ପୁଣି କହିଲେ ଯେ ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।
ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ।
ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ।
ଭୁବନେଶ୍ବର: ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର ସହ ପ୍ରତି ପୂଜାସ୍ଥଳୀର ହେଉଛି ବିକାଶ । ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରୁଛି ଆମ ଓଡିଶା ନବୀନ ଓଡିଶା । ରାଜ୍ୟ ସରକାରଙ୍କ ଏହି ଐତିହାସିକ ଯୋଜନାରେ ଆଣି ପୁଣି ସାମିଲ ହେବେ ଆଉ ଦୁଇଟି ଜିଲ୍ଲା । କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଆମ ଓଡ଼ିଶା ନବୀନ ଓଡ଼ିଶାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଉଭୟ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପ ପାଇଁ ୨୪୯ କୋଟି ୫୦ ଲକ୍ଷ ଟଙ୍କା ଭେଟିଦେବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡିରେ ୪ ହଜାର ୬୭୮ଟି ପ୍ରକଳ୍ପ ପାଇଁ ୧୫୫ କୋଟି ଟଙ୍କା ମଞ୍ଜୁର ହେବାକୁ ଥିବାବେଳେ ନବରଙ୍ଗପୁର ଜିଲ୍ଲାରେ ୨ ହଜାର ୯୪୨ଟି ପ୍ରକଳ୍ପ ପାଇଁ ୪୯କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରିବେ ମୁଖ୍ୟମନ୍ତ୍ରୀ । ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା ।
ରାଜ୍ୟରେ ସବୁ ଗାଁର ବିକାଶ ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଗାଁରେ ଲୋକଙ୍କୁ ମିଳୁଛି ବିକାଶର ଗ୍ୟାରେଣ୍ଟି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ଓ ପ୍ରତି ପୂଜାସ୍ଥଳୀର ବିକାଶ କରାଯାଉଛି । ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍ ସଂଯୋଗ, ବିଜ୍ଞାନ ପାର୍କ, ଦକ୍ଷତା ବିକାଶ କେନ୍ଦ୍ର , ବ୍ୟାଙ୍କିଙ୍ଗ ସୁବିଧା ଆଦି ଯୋଗାଇ ଦେଇ ସବୁ ବର୍ଗଙ୍କ ପାଇଁ ସୁଯୋଗ ସୃଷ୍ଟି କରାଯାଉଛି ।
ନବୀନ ନିବାସରେ ୫ଟି ଓ ନବୀନ ଓଡିଶାର ଅଧକ୍ଷ ଭି.କେ ପାଣ୍ଡିଆନଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ବିଭିନ୍ନ ସଂଘର କର୍ମକର୍ତ୍ତା
ଭୁବନେଶ୍ବର: ନବୀନ ନିବାସରେ ୫ଟି ଓ ନବୀନ ଓଡିଶାର ଅଧକ୍ଷ ଭି.କେ ପାଣ୍ଡିଆନଙ୍କୁ ଭେଟିଛନ୍ତି ରାଜ୍ୟର ବିଭିନ୍ନ ସଂଘର କର୍ମକର୍ତ୍ତା । ଏଥିସହ ବିଜୁ ଯୁବ ଓ ଛାତ୍ର ଜନତା ଦଳର ରାଜ୍ୟ ସଭାପତିଙ୍କ ନେତୃତ୍ବରେ ବହୁ ଯୁବ-ଛାତ୍ର ନେତାମାନେ ଭେଟି ନୂଆ ଦାୟିତ୍ବ ପାଇଁ ୫ଟି ଓ ନବୀନ ଓଡିଶାର ଅଧକ୍ଷଙ୍କୁ  ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।
ଟ୍ରାନ୍ସଜେଣ୍ଡର ଶାଖାର ଉହଦେଷ୍ଟା ମିରା ପରିଡ଼ା, ଓଡ଼ିଶା ଶିଶୁ ସୁରକ୍ଷା ଅଧିକାରୀ ଏବଂ କର୍ମଚାରୀ ସଂଘ, ଓଡ଼ିଆ ମହାମଞ୍ଚ ନୂଆଦିଲ୍ଲୀ, ରାଜ୍ୟ ବିଡ଼ିଓ ସଂଘର କର୍ମକର୍ତା, ପଞ୍ଜାବୀ ଗ୍ଲୋବାଲ୍ ଫାଉଣ୍ଡେସନ୍, ବିଧାୟକ ତଥା ବିଜୁ ଯୁବା ଜନତା ଦଳର ରାଜ୍ୟ ସଭାପତି ବ୍ୟମୋକେଶ ରାୟ ଓ ବିଧାୟକ ତଥା ବିିଜୁ ଛାତ୍ର ଜନାତ ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀଙ୍କ ନେତୃତ୍ବରେ ବହୁ ଯୁବ ଓ ଛାତ୍ର ନେତା ମାନେ ଭେଟି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
୫ଟି ଅଧ୍ୟକ୍ଷଙ୍କ ନେତୃତ୍ବରେ ରାଜ୍ୟରେ ରୁପାନ୍ତରଣ ପ୍ରକ୍ରିୟା ଆହୁରି କ୍ରିୟାଶୀଳ ହେବା ସହ ରାଜ୍ୟର ଦ୍ରୁତ ବିକାଶ ହେବ ବୋଲି ଆଶା ପ୍ରକାଶ କରିଛନ୍ତି ରାଜ୍ୟର ବିଭିନ୍ନ  ସଂଘ । ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କ ସହ ଓଡ଼ିଶାର ବିକାଶରେ ସମ୍ପୂର୍ଣ ସହଯୋଗ କରିବେ ବୋଲି ସମସ୍ତେ ପ୍ରତିଶୃତି ଦେଇଛନ୍ତି। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କସୁସ୍ଥ ଜୀବନ କାମନା କରିଛନ୍ତି।
ଭେଟିବାକୁ ଆସିଥିବା ସମସ୍ତ ସଂଗଠନ ଗୁଡ଼ିକୁ ଧନ୍ୟବାଦ ଜଣାଇଛନ୍ତି ଭି.କେ ପାଣ୍ଡିଆନ୍। ଏଥିସହ ରାଜ୍ୟର ଉଦ୍ୟମରେ ସେମାନଙ୍କର ସହଯୋଗ ଲୋଡିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏକ ନୂତନ ତଥା ସଶକ୍ତ ଓଡିଶା ଗଠନରେ ସେମାନଙ୍କୁ ଏହି ରୂପାନ୍ତର ଡ୍ରାଇଭ୍ରରେ ଅଂଶୀଦାର ଭାବରେ କାର୍ଯ୍ୟ କରିବାକୁ କହିଥିଲେ।
ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ସପ୍ତମ ଦିନରେ ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।
ଏଥିପାଇଁ ବାଲେଶ୍ୱର ଜିଲ୍ଲାର  ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୭୮ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରେମୁଣା, ଭୋଗରାଇ, ଜଳେଶ୍ୱର, ବାଲେଶ୍ୱର, ସିମୁଳିଆ, ବସ୍ତା, ସୋର ଓ ନୀଳଗିରି ।  ଏହିସବୁ ନିର୍ବାଚନମଣ୍ଡଳୀର ୧୨ଟି ବ୍ଲକ୍‌‌ର ୩୫୬ଟି  ଗ୍ରାମ ପଞ୍ଚାୟତରେ ୪୪୬୫ଟି ପ୍ରକଳ୍ପ ହେବ। ସେହିପରି ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୫୮.୫୦ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଲାଙ୍ଗୀର, ଟିଟିଲାଗଡ, ପାଟଣାଗଡ, କଣ୍ଟାବାଞ୍ଜି ଓ ଲୋଇସିଙ୍ଗା।  ଏଥିରେ ୧୪ଟି ବ୍ଲକ୍‌ର ୩୧୭ଟି   ଗ୍ରାମପଞ୍ଚାୟତରେ ୩୯୧୧ଟି ପ୍ରକଳ୍ପ କରାଯିବ।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି  କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ।
ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।
ଆଜିର କାର୍ଯ୍ୟକ୍ରମ ପାଇଁ ବାଲେଶ୍ୱର ଜିଲ୍ଲାର ୮ଟି ଓ ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।
5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଗ୍ରାମାଞ୍ଚଳର ନୂଆ ରୂପ ଓଡିଶା ରୂପାନ୍ତରର ହେବ ପ୍ରକୃତ ଚିତ୍ର ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।
ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ, ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।
ବାଲେଶ୍ୱର ଜିଲ୍ଲାର ରେମୁଣା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୬୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୩.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରେମୁଣାବହୁମୁଖୀ କମ୍ୟୁନିଟି ହଲ୍‌, କଣ୍ଟିଆଚୋରା ନଦୀର ପୁନରୁଦ୍ଧାର, କ୍ଷୀରଚୋରା ଗୋପିନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ଆଉ କେତେକ ସ୍କୁଲ ଓ କଲେଜର ରୂପାନ୍ତର। ସେହିପରି ଭୋଗରାଇ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୩ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୧୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୬୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ଚନ୍ଦନେଶ୍ୱର ମନ୍ଦିରର ସୌନ୍ଦର୍ଯ୍ୟକରଣ, ରଣସିଂହପୁର ଆଶ୍ରମ ସ୍କୁଲର ଉନ୍ନତୀକରଣ, ବାସୁଳୀ ମା’ ମନ୍ଦିରର ସୌନ୍ଦର୍ଯ୍ୟକରଣ, Rural Institute of Higher Studies କଲେଜର ରୂପାନ୍ତର। ସେହିପରି ଜଳେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ଜଳେଶ୍ୱର ପୌରାଞ୍ଚଳରେ କ୍ରୀଡାର ବିକାଶ ପାଇଁ ଏକ ସ୍କେଟିଙ୍ଗ ରିଙ୍ଗ୍‌ । ଏହା ଦ୍ୱାର ଜିଲ୍ଲାରେ କ୍ରୀଡାର ବିକାଶରେ ଏକ ନୂଆ ଫର୍ଦ୍ଦ ଯୋଡି ହେବ। ଏହା ସହିତ ସିଦ୍ଧେଶ୍ୱର କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ, ଦିନକୃଷ୍ଣ କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ ଏବଂ ଜଳେଶ୍ୱର ମହିଳା କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ । ସେହିପରି ସୋର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୯୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୭୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବାହନାଗା ହାଇସ୍କୁଲର ନିର୍ମାଣ ଓ ଅଧୁନିକୀକରଣ ଏବଂ ବାହନଗା ଗ୍ରାମପଞ୍ଚାୟତକୁ ଏକ ମଡେଲ ପଞ୍ଚାୟତ ଭାବେ ନିର୍ମାଣ, ବାହନାଗା ପ୍ରାଥମିକ ଚିକିତ୍ସାଳୟକୁ ‘ଆମ ହସ୍ପିଟାଲ’ ଭାବେ ଉନ୍ନତୀକରଣ, ଏହା ସହିତ ଦୁଇଟି ବୃହତ ସେତୁ ଏବଂ ୩ଟି ଡିଗ୍ରୀ ଓ ଯୁକ୍ତ ଦୁଇ କଲେଜ। ବସ୍ତା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୭ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୨.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦୭.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବାହରଦା ମାଛ ମାର୍କେଟର ଉନ୍ନତୀକରଣ, ଜଳକା ଡ୍ରେନେଜ୍ ସିଷ୍ଟମର ଉନ୍ନତୀକରଣ, ଡଗର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ସେତୁ, ସ୍କୁଲ ଓ କଲେଜ। ବାଲେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୮.୭୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୦୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଚାନ୍ଦିପୁର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ଝାଡେଶ୍ୱର ମନ୍ଦିର, ଫକିରମୋହନ କଲେଜ, ବଳାଙ୍ଗି କଲେଜ ଓ ନୀଳମଣି କଲେଜ । ସେହିପରି ନୀଳଗିରି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୦୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ୱର ପୀଠର ଉନ୍ନତୀକରଣ, ନୀଳଗିରି ରିସିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଖୁମୁକୁଟ ଜଳପ୍ରକଳ୍ପ, ନୀଳଗିରି ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ ଏବଂ କେତେକ ସ୍କୁଲ ଓ କଲେଜ। ସେହିପରି ସିମୁଳିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ସିନ୍ଧୁଆ ଡ୍ୟାମଠାରେ ଏକ ପର୍ଯ୍ୟଟନ କେନ୍ଦ୍ର, କୁପାରୀ MSME Park, କୁପାରୀ ST Hostel, ଅନେକ ସେତୁ ଓ ସିମୁଳିଆଠାରେ ନଦୀବନ୍ଧର ଉନ୍ନତୀକରଣ। ଏହି ପରି ବାଲେଶ୍ୱର ୫୯ ପ୍ରକଳ୍ପ ପାଇଁ ୨୨୪.୨୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।
ସେହିପରି ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୪ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭୮.୮୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ତୁସୁରାଠାରେ Air Strip,  ୨ଟି Mega Lift ପ୍ରକଳ୍ପ, ତୁସୁରା ସମଲାଇ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ସ୍କୁଲ ଓ କଲେଜ। ପାଟଣାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୧ଟି ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୧୪.୫୭ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୭୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ହରିଶଙ୍କର ମନ୍ଦିର ଉନ୍ନତୀକରଣରେ କେତେକ ନୂତନ ପ୍ରକଳ୍ପ ଯଥା :- ନୂଆ ପ୍ରବେଶ ପଥ, ଚେକ ଡ୍ୟାମ୍, କଲଭର୍ଟ, ପୋଲିସ ଆଉଟପୋଷ୍ଟ ଇତ୍ୟାଦି, ଖପ୍ରାଖୋଲରେ ଏକ ନୂଆ ସଡକ ଏବଂ କେତେକ କଲେଜ। ବଲାଙ୍ଗୀର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୫୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୧.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ସମଲେଇଙ୍କ ମନ୍ଦିର, ଗୋପାଳଜୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, କୋଶଳ କଳାମଣ୍ଡଳ ଗ୍ରାଉଣ୍ଡର ବିକାଶ, ଚାନ୍ଦିଲି ପାହାଡ ପର୍ଯ୍ୟଟନ ପ୍ରକଳ୍ପ ଏବଂ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସହିତ ସ୍କୁଲ ଓ କଲେଜ, ଲୋୟର ସୁକତେଲ କଲୋନୀରେ ପ୍ରାଥମିକ ବିଦ୍ୟାଳୟର ରୂପାନ୍ତର, ବଲାଙ୍ଗୀର CNI Churchର ଉନ୍ନତୀକରଣ। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରାଣିପୁର ଝରିଆଲ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ୩ଟି ଡିଗ୍ରୀ କଲେଜର ଉନ୍ନତୀକରଣ। ଲୋଇସିଙ୍ଗା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଯୋଗେଶ୍ୱର ମନ୍ଦିର, ସ୍ୱାଧୀନତା ସଂଗ୍ରାମୀ ମାଝୀ ମାନ୍ଧାତାଙ୍କ ସ୍ମୃତିରେ ଏକ ଐତିହ୍ୟ କେନ୍ଦ୍ର ସ୍ଥାପନ ଏବଂ ୩ଟି ଡିଗ୍ରୀ କଲେଜ। ଏହି ପରି ବଲାଙ୍ଗୀର ଜିଲ୍ଲାରେ ୩୨ଟି ପ୍ରକଳ୍ପ ପାଇଁ ୨୩୪.୭୦ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଅଶ୍ୱିନୀ ପାତ୍ର, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ  ଟୁକୁନି ସାହୁ,  ବିଧାୟକ ଅନନ୍ତ ଦାସ, ବିଧାୟକ ନିତ୍ୟାନନ୍ଦ ସାହୁ, ବିଧାୟକ ସ୍ୱରୂପ ଦାସ, ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ସରୋଜ ମେହେରଙ୍କ ସମେତ  ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ ।
ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି । ବିକାଶର ଏହି କାର୍ଯ୍ୟକ୍ରମ ଆମ ଗାଁଗୁଡିକୁ ସହର ସହିତ ସମାନ କରିବ ଏବଂ ଆମ ଭଳି ଗ୍ରାମାଞ୍ଚଳ ଲୋକଙ୍କ ଜୀବନ ଧାରାରେ ଆଣିବ ବଡ ପରିବର୍ତ୍ତନ ବୋଲି ସେମାନେ କହିଥିଲେ।
କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।
5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ ଶୁଭେଚ୍ଛାର ସୁଅ
ଭୁବନେଶ୍ବର: ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କୁ ୧୪ଟି ସରକାରୀ କର୍ମଚାରୀ ସଂଘ ନବୀନ ନିବାସରେ ଭେଟି ଶୁଭେଛା ଜଣାଇଛନ୍ତି । ରୁପାନ୍ତରଣ ଓଡିଶା ଆଗେଇ ଚାଲିଥିବାରୁ ଭିକେ ପାଣ୍ଡିଆନଙ୍କ ନୂଆ ନିଯୁକ୍ତିକୁ ନେଇ ଉତ୍ସାହିତ ହୋଇଛନ୍ତି ବିଭିନ୍ନ ସଂଗଠନର କର୍ମକର୍ତ୍ତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନରେ ମୁଖ୍ୟ ସେନାପତି ସାଜିଥିବା ଭିକେ ପାଣ୍ଡିଆନଙ୍କୁ ସାକ୍ଷାତ କରିଛନ୍ତି ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ।  କର୍ମଚାରୀ ମାନେ ବେଶ ଉତ୍ସାହିତ ହୋଇଛନ୍ତି । ଆଗାମୀ ଦିନରେ ଓଡିଶା ବିକାଶକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ସ୍ବପ୍ନ ଦେଖିଛନ୍ତି ତାହାକୁ ସାକାର କରିବାରେ ଲାଗିଛନ୍ତି ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ । ବିଭିନ୍ନ କର୍ମଚାରୀ ସଂଘର କର୍ମକର୍ତ୍ତା ମାନେ ଭେଟିବା ସହ, ଆଗାମୀ ଦିନରେ ସେମାନଙ୍କ ସମସ୍ୟା ପୁରଣ ହେବା ଦିଗରେ  ଆଶା ରଖିଛନ୍ତି ।
ସବୁ ଗାଁର ବିକାଶ ହେବ, ଶୀଘ୍ର ହେବ, ଠିକ୍‌ ସମୟରେ ହେବ ଏବଂ ସ୍ବଚ୍ଛତାର ସହ ହେବ: ଭି.କେ ପାଣ୍ଡିଆନ
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ପଞ୍ଚମ ଦିନରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।   ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।
ଏଥିପାଇଁ ଖୋର୍ଦ୍ଧା ଜିଲ୍ଲାର  ୭ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୫ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଜୟଦେବ,   ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା ଓ ଚିଲିକା ।  ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକ୍‌‌ରେ ୧୯୦ଟି   ଗ୍ରାମ ପଞ୍ଚାୟତରେ ୨୭୬୩ଟି ପ୍ରକଳ୍ପ ହେବ। ସେହିପରି ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୯ କୋଟି ଟଙ୍କା  ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା ଓ ଜଗତସିଂହପୁର।  ଏଥିରେ ୮ଟି ବ୍ଲକ୍‌ର ୧୯୮ଟି   ଗ୍ରାମପଞ୍ଚାୟତରେ ୨୯୨୨ ଟି ପ୍ରକଳ୍ପ କରାଯିବ।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।
ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।
ଆଜିର କାର୍ଯ୍ୟକ୍ରମ ପାଇଁ ଖୋର୍ଦ୍ଧା ଜିଲ୍ଲାର ୭ଟି ଓ ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।  5T ତଥା ନବୀନ ଓଡିଶା ଅଧ୍ୟକ୍ଷ  ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ।
5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଥିଲେ ଯେ, ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ସରକାରୀ ହସ୍‌ପିଟାଲ ଯେପରି ବେସରକାରୀ ହସ୍‌ପିଟାଲ ଭଳି ଆଧୁନିକ ଚିକିତ୍ସା ଯୋଗାଇ ଦେବେ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଆମ ହସ୍‌ପିଟାଲ ଯୋଜନା ଆରମ୍ଭ କରିଛନ୍ତି। ସ୍କୁଲ କଲେଜ ଆଦି ଶିକ୍ଷାନୁଷ୍ଠାନ ଗୁଡିକରେ ମଧ୍ୟ ରୂପାନ୍ତର କାର୍ଯ୍ୟକ୍ରମ ଚାଲିଛି । ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଏଥିସହ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ ପଣ୍ଡା, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ,  ସାଂସଦ ମାନସ ମଙ୍ଗରାଜ, ବିଧାୟକ ତଥା ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ବିଧାୟକ ରାଜେନ୍ଦ୍ର କୁମାର ସାହୁ, ବିଧାୟକ ଅରବିନ୍ଦ ଢାଲି, ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର , ବିଧାୟକ ସୁଶାନ୍ତ ରାଉତ, ବିଧାୟକ ରଘୁନନ୍ଦନ ଦାସ, ବିଧାୟକ ବିଜୟ ଶଂକର ଦାସ, ବିଧାୟକ ସମ୍ବିତ ରାଉତରାୟଙ୍କ ସମେତ  ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ ।
ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ। 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ।
ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ୮ଟି ପ୍ରକଳ୍ପ ପାଇଁ ୩୪.୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।  ଏହା ସହିତ ବେଗୁନିଆ ହସ୍‌ପିଟାଲକୁ ଉପଖଣ୍ଡ ହସ୍‌ପିଟାଲ ଭାବେ ଉନ୍ନୀତ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ବୋଲି ସେ ସୂଚନା ଦେଇଥିଲେ । ସେହିପରି ବୋଲଗଡର ପରମାନନ୍ଦ ମହାବିଦ୍ୟାଳୟର ରୂପାନ୍ତର ପାଇଁ ୨.୨୫ କୋଟି ଟଙ୍କା ଓ ବେଗୁନିଆ କଲେଜ ପାଇଁ ୧.୭୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି ସେ କହିଥିଲେ । ସେହିପରି ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୫୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ସେ ସୂଚନା ଦେଇଥିଲେ । ଏଥିରେ ବରମୁଣ୍ଡା ବସ୍‌ ଟର୍ମିନାଲ ସହିତ ବିଜେବି କଲେଜ, ରାଜଧାନୀ କଲେଜ ଓ କମଳାନେହେରୁ କଲେଜର ରୂପାନ୍ତର ପାଇଁ ୬.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସେହିପରି ଜୟଦେବ ନିର୍ବାଚନ ମଣ୍ଡଳୀରେ ୧୧ଟି ପ୍ରକଳ୍ପ ପାଇଁ ୧୬୮.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ଶିଶୁଅନନ୍ତ ମହାବିଦ୍ୟାଳୟ, ପ୍ରତାପ ଶାସନ କଲେଜ, ବୁଦ୍ଧନାଥ ମନ୍ଦିର, କୁଆଖାଇ ଜଗନ୍ନାଥ ମନ୍ଦିର ଓ ଶିଶୁ ଅନନ୍ତ ପୀଠର ରୂପାନ୍ତର ପ୍ରଭୃତି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଖୋର୍ଦ୍ଧା ଜିଲ୍ଲାରେ ୮ଟି ପ୍ରକଳ୍ପ ପାଇଁ ୪୦.୬୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ପାଇକ ଏକାଡେମୀ ତଥା ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରାଣନାଥ କଲେଜ, ନିରାକାରପୁର କ୍ଷେତ୍ରବାସୀ ଡିଏଭି କଲେଜ ଓ କାଇପଦର ଶ୍ରୀଜଗନ୍ନାଥ ମନ୍ଦିରର ରୂପାନ୍ତର ପାଇଁ ମଧ୍ୟ ଅର୍ଥ ମଞ୍ଜୁର କରାଯାଇଛି । ଭୁବନେଶ୍ବର ଉତ୍ତର ନିର୍ବାଚନମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୩ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ବିଜୁ ପଟ୍ଟନାୟକ କଲେଜ, ଜୟଦେବ କଲେଜ ଓ ରାଜା ମଧୁସୂଦନ ଦେବ ଡିଗ୍ରୀ କଲେଜ ଭଳି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଚିଲିକା ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୬୨.୪୩ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ଶ୍ରୀ ଚଣ୍ଡେଶ୍ବର ଦେବ ମନ୍ଦିର, ଗୋଦାବରିଶ ମହାବିଦ୍ୟାଳୟ ଓ ବାଲୁଗାଁ ମହାବିଦ୍ୟାଳୟ ଆଦି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଜଟଣୀ ନିର୍ବାଚନମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୮୧.୧୪ କୋଟି ଟଙ୍କା ମଂଜୁର ହୋଇଥିବା ବେଳେ ଜଟଣୀ କଲେଜର ରୂପାନ୍ତର ଏବଂ ବିଭିନ୍ନ ବେସରକାରୀ ଗୃହନିର୍ମାଣ ପ୍ରକଳ୍ପ ଗୁଡିକୁ ରାସ୍ତା ସଂଯୋଗ ପାଇଁ ଅର୍ଥ ମଞ୍ଜୁର କରାଯାଇଛି । ଏହାସହିତ ଜଟଣୀ ଓ  ଖୋର୍ଦ୍ଧାର ଖାସମାହାଲ ଜମି ଗୁଡିକର ସମାଧାନ କରି ପଟ୍ଟା ଯୋଗାଇ ଦେବାପାଇଁ ବ୍ୟବସ୍ଥା କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ । ବେସରକାରୀ ଗୃହ ନିର୍ମାଣ ପ୍ରକଳ୍ପ ଗୁଡିକୁ ରାସ୍ତା ସଂଯୋଗୀକରଣ ଯୋଗୁ ଦେଢ ଲକ୍ଷ ଲୋକ ଉପକାର ପାଇବେ ବୋଲି ସେ ସୂଚନା ଦେଇଥିଲେ । ସେହିପରି ଖୋର୍ଦ୍ଧା ଜିଲ୍ଲାରେ ୫୭ଟି ପ୍ରକଳ୍ପ ପାଇଁ ୧୧୬୦.୫୦ କୋଟି ଟଙ୍କା ମଂଜୁର କରାଯାଇଛି ।
ଜଗତସିଂହପୁର ଜିଲ୍ଲାର ଜଗତସିଂହପୁର ନିର୍ବାଚନମଣ୍ଡଳୀରେ ୧୫ଟି ଶିକ୍ଷାନୁଷ୍ଠାନ ପାଇଁ ୧୦ କୋଟି ଓ ୯୧ଟି ଧାର୍ମିକ ଅନୁଷ୍ଠାନ ରୂପାନ୍ତର ପାଇଁ ୪ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହାସହିତ ସ୍ବାମୀ ବିବେକାନନ୍ଦ କଲେଜ, ସ୍ବାମୀ ବିବେକାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗାଦିବ୍ରହ୍ମ ମହିଳା ମହାବିଦ୍ୟାଳୟ ଓ ମାଛଗାଁ ମୁଖ୍ୟ କେନାଲ ଉପରେ Box Conduit ପ୍ରଭୃତି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୧.୨୫ କୋଟି ଟଙ୍କା ମଂଜୁର କରାଯାଇଛି । ବାଲିକୁଦା ନିର୍ବାଚନ ମଣ୍ଡଳୀରେ ୭ଟି ପ୍ରମୁଖ ପ୍ରକଳ୍ପ ପାଇଁ ୪୯.୬୨ କୋଟି ଟଙ୍କା ମଂଜୁର କରାଯାଇଛି । ଏଥିରେ ଏରସମା କୁଞ୍ଜବିହାରୀ ମନ୍ଦିର, ବନ୍ଦର ପର୍ଯ୍ୟଟନ ପ୍ରକଳ୍ପ, ବାଲିକୁଦା ଡିଗ୍ରୀ କଲେଜ, ଶିଆଳୀ ବେଳାଭୂମୀର ଉନ୍ନତିକରଣ ଆଦି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଏହାସହିତ ୭୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନର ଉନ୍ନତିକରଣ ପାଇଁ ୧୧.୫୨ କୋଟି ଟଙ୍କା ମଂଜୁର କରାଯାଇଛି । ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ୮ଟି ପ୍ରମୁଖ ପ୍ରକଳ୍ପ ପାଇଁ ୨୭.୪୫ କୋଟି ଟଙ୍କା ମଂଜୁର କରାଯାଇଛି । ଏଥିରେ ପଞ୍ଚଶଖା ଧ୍ୟାନପୀଠ, ଶ୍ରୀ ଶ୍ରୀ ଗୋରଖନାଥ ମନ୍ଦିର, ଧଲତାନଗଡ  ଜୈବ ବିବିଧତା ପ୍ରକଳ୍ପ, ଆଦିକବି ସାରଳା ଦାସ ଡିଗ୍ରୀ କଲେଜ ଆଦି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଏହାସହିତ ୧୨୧ଟି ଶିକ୍ଷାନୁଷ୍ଠାନ ଏବଂ ଧାର୍ମିକ ଅନୁଷ୍ଠାନ ପାଇଁ ୧୩.୨୫ କୋଟି ଟଙ୍କା ମଂଜୁର କରାଯାଇଛି । ପାରାଦୀପ ନିର୍ବାଚନମଣ୍ଡଳୀରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୪.୫୮ କୋଟି ଟଙ୍କା  ମଂଜୁର କରାଯାଇଛି । ଏଥିରେ କୁଜଙ୍ଗ ଡିଗ୍ରୀ କଲେଜ, ପାରାଦୀପ ଡିଗ୍ରୀ କଲେଜ, ତାଳଦଣ୍ଡା କେନାଲର ଉନ୍ନତିକରଣ ଆଦି ପ୍ରମୁଖ ପ୍ରକଳ୍ପ ରହିଛି । ସେହିପରି ୫୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୫୦ କୋଟି ଟଙ୍କା ମଂଜୁର କରାଯାଇଛି ।  ଏହିପରି ୩୫ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ସମୁଦାୟ ୧୬୧.୧୭ କୋଟି ଟଙ୍କା ମଂଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ ।
କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।
‘ଆମ ଓଡିଶା ନବୀନ ଓଡିଶା’ ସବୁ ଗାଁର ଲୋକଙ୍କ ପାଇଁ ହେବ ବିକାଶର ଗ୍ୟାରେଣ୍ଟି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ପଞ୍ଚମ ଦିନରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।
ଏଥିପାଇଁ ଖୋର୍ଦ୍ଧା ଜିଲ୍ଲାର ୭ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୫ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଜୟଦେବ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା ଓ ଚିଲିକା । ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକ୍‌‌ରେ ୧୯୦ଟି ଗ୍ରାମ ପଞ୍ଚାୟତରେ ୨୭୬୩ଟି ପ୍ରକଳ୍ପ ହେବ। ସେହିପରି ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୯ କୋଟି ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା ଓ ଜଗତସିଂହପୁର। ଏଥିରେ ୮ଟି ବ୍ଲକ୍‌ର ୧୯୮ଟି ଗ୍ରାମପଞ୍ଚାୟତରେ ୨୯୨୨ ଟି ପ୍ରକଳ୍ପ କରାଯିବ।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ।
ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।
ଆଜିର କାର୍ଯ୍ୟକ୍ରମ ପାଇଁ ଖୋର୍ଦ୍ଧା ଜିଲ୍ଲାର ୭ଟି ଓ ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।
5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।
5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ସରକାରୀ ହସ୍‌ପିଟାଲ ଯେପରି ବେସରକାରୀ ହସ୍‌ପିଟାଲ ଭଳି ଆଧୁନିକ ଚିକିତ୍ସା ଯୋଗାଇ ଦେବେ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଆମ ହସ୍‌ପିଟାଲ ଯୋଜନା ଆରମ୍ଭ କରିଛନ୍ତି। ସ୍କୁଲ କଲେଜ ଆଦି ଶିକ୍ଷାନୁଷ୍ଠାନ ଗୁଡିକରେ ମଧ୍ୟ ରୂପାନ୍ତର କାର୍ଯ୍ୟକ୍ରମ ଚାଲିଛି । ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ ।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ସାଂସଦ ଶ୍ରୀ ମାନସ ମଙ୍ଗରାଜ, ବିଧାୟକ ତଥା ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ, ବିଧାୟକ ଶ୍ରୀ ଅରବିନ୍ଦ ଢାଲି, ବିଧାୟକ ଶ୍ରୀ ଜ୍ୟୋତିରିନ୍ଦ୍ର ନାଥ ମିତ୍ର , ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ବିଧାୟକ ଶ୍ରୀ ରଘୁନନ୍ଦନ ଦାସ, ବିଧାୟକ ଶ୍ରୀ ବିଜୟ ଶଂକର ଦାସ, ବିଧାୟକ ଶ୍ରୀ ସମ୍ବିତ ରାଉତରାୟଙ୍କ ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ ।
ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ । । 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ।
ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।
ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ୮ଟି ପ୍ରକଳ୍ପ ପାଇଁ ୩୪.୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହା ସହିତ ବେଗୁନିଆ ହସ୍‌ପିଟାଲକୁ ଉପଖଣ୍ଡ ହସ୍‌ପିଟାଲ ଭାବେ ଉନ୍ନୀତ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ବୋଲି ସେ ସୂଚନା ଦେଇଥିଲେ । ସେହିପରି ବୋଲଗଡର ପରମାନନ୍ଦ ମହାବିଦ୍ୟାଳୟର ରୂପାନ୍ତର ପାଇଁ ୨.୨୫ କୋଟି ଟଙ୍କା ଓ ବେଗୁନିଆ କଲେଜ ପାଇଁ ୧.୭୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ବୋଲି ସେ କହିଥିଲେ । ସେହିପରି ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୫୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ସେ ସୂଚନା ଦେଇଥିଲେ । ଏଥିରେ ବରମୁଣ୍ଡା ବସ୍‌ ଟର୍ମିନାଲ ସହିତ ବିଜେବି କଲେଜ, ରାଜଧାନୀ କଲେଜ ଓ କମଳାନେହେରୁ କଲେଜର ରୂପାନ୍ତର ପାଇଁ ୬.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସେହିପରି ଜୟଦେବ ନିର୍ବାଚନ ମଣ୍ଡଳୀରେ ୧୧ଟି ପ୍ରକଳ୍ପ ପାଇଁ ୧୬୮.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ଶିଶୁଅନନ୍ତ ମହାବିଦ୍ୟାଳୟ, ପ୍ରତାପ ଶାସନ କଲେଜ, ବୁଦ୍ଧନାଥ ମନ୍ଦିର, କୁଆଖାଇ ଜଗନ୍ନାଥ ମନ୍ଦିର ଓ ଶିଶୁ ଅନନ୍ତ ପୀଠର ରୂପାନ୍ତର ପ୍ରଭୃତି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଖୋର୍ଦ୍ଧା ଜିଲ୍ଲାରେ ୮ଟି ପ୍ରକଳ୍ପ ପାଇଁ ୪୦.୬୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ପାଇକ ଏକାଡେମୀ ତଥା ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରାଣନାଥ କଲେଜ, ନିରାକାରପୁର କ୍ଷେତ୍ରବାସୀ ଡିଏଭି କଲେଜ ଓ କାଇପଦର ଶ୍ରୀଜଗନ୍ନାଥ ମନ୍ଦିରର ରୂପାନ୍ତର ପାଇଁ ମଧ୍ୟ ଅର୍ଥ ମଞ୍ଜୁର କରାଯାଇଛି । ଭୁବନେଶ୍ବର ଉତ୍ତର ନିର୍ବାଚନମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୩ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ବିଜୁ ପଟ୍ଟନାୟକ କଲେଜ, ଜୟଦେବ କଲେଜ ଓ ରାଜା ମଧୁସୂଦନ ଦେବ ଡିଗ୍ରୀ କଲେଜ ଭଳି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଚିଲିକା ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୬୨.୪୩ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ଶ୍ରୀ ଚଣ୍ଡେଶ୍ବର ଦେବ ମନ୍ଦିର, ଗୋଦାବରିଶ ମହାବିଦ୍ୟାଳୟ ଓ ବାଲୁଗାଁ ମହାବିଦ୍ୟାଳୟ ଆଦି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଜଟଣୀ ନିର୍ବାଚନମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୮୧.୧୪ କୋଟି ଟଙ୍କା ମଂଜୁର ହୋଇଥିବା ବେଳେ ଜଟଣୀ କଲେଜର ରୂପାନ୍ତର ଏବଂ ବିଭିନ୍ନ ବେସରକାରୀ ଗୃହନିର୍ମାଣ ପ୍ରକଳ୍ପ ଗୁଡିକୁ ରାସ୍ତା ସଂଯୋଗ ପାଇଁ ଅର୍ଥ ମଞ୍ଜୁର କରାଯାଇଛି । ଏହାସହିତ ଜଟଣୀ ଓ ଖୋର୍ଦ୍ଧାର ଖାସମାହାଲ ଜମି ଗୁଡିକର ସମାଧାନ କରି ପଟ୍ଟା ଯୋଗାଇ ଦେବାପାଇଁ ବ୍ୟବସ୍ଥା କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ । ବେସରକାରୀ ଗୃହ ନିର୍ମାଣ ପ୍ରକଳ୍ପ ଗୁଡିକୁ ରାସ୍ତା ସଂଯୋଗୀକରଣ ଯୋଗୁ ଦେଢ ଲକ୍ଷ ଲୋକ ଉପକାର ପାଇବେ ବୋଲି ସେ ସୂଚନା ଦେଇଥିଲେ । ସେହିପରି ଖୋର୍ଦ୍ଧା ଜିଲ୍ଲାରେ ୫୭ଟି ପ୍ରକଳ୍ପ ପାଇଁ ୧୧୬୦.୫୦ କୋଟି ଟଙ୍କା ମଂଜୁର କରାଯାଇଛି ।
ଜଗତସିଂହପୁର ଜିଲ୍ଲାର ଜଗତସିଂହପୁର ନିର୍ବାଚନମଣ୍ଡଳୀରେ ୧୫ଟି ଶିକ୍ଷାନୁଷ୍ଠାନ ପାଇଁ ୧୦ କୋଟି ଓ ୯୧ଟି ଧାର୍ମିକ ଅନୁଷ୍ଠାନ ରୂପାନ୍ତର ପାଇଁ ୪ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହାସହିତ ସ୍ବାମୀ ବିବେକାନନ୍ଦ କଲେଜ, ସ୍ବାମୀ ବିବେକାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗାଦିବ୍ରହ୍ମ ମହିଳା ମହାବିଦ୍ୟାଳୟ ଓ ମାଛଗାଁ ମୁଖ୍ୟ କେନାଲ ଉପରେ Box Conduit ପ୍ରଭୃତି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୧.୨୫ କୋଟି ଟଙ୍କା ମଂଜୁର କରାଯାଇଛି । ବାଲିକୁଦା ନିର୍ବାଚନ ମଣ୍ଡଳୀରେ ୭ଟି ପ୍ରମୁଖ ପ୍ରକଳ୍ପ ପାଇଁ ୪୯.୬୨ କୋଟି ଟଙ୍କା ମଂଜୁର କରାଯାଇଛି । ଏଥିରେ ଏରସମା କୁଞ୍ଜବିହାରୀ ମନ୍ଦିର, ବନ୍ଦର ପର୍ଯ୍ୟଟନ ପ୍ରକଳ୍ପ, ବାଲିକୁଦା ଡିଗ୍ରୀ କଲେଜ, ଶିଆଳୀ ବେଳାଭୂମୀର ଉନ୍ନତିକରଣ ଆଦି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଏହାସହିତ ୭୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନର ଉନ୍ନତିକରଣ ପାଇଁ ୧୧.୫୨ କୋଟି ଟଙ୍କା ମଂଜୁର କରାଯାଇଛି । ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ୮ଟି ପ୍ରମୁଖ ପ୍ରକଳ୍ପ ପାଇଁ ୨୭.୪୫ କୋଟି ଟଙ୍କା ମଂଜୁର କରାଯାଇଛି । ଏଥିରେ ପଞ୍ଚଶଖା ଧ୍ୟାନପୀଠ, ଶ୍ରୀ ଶ୍ରୀ ଗୋରଖନାଥ ମନ୍ଦିର, ଧଲତାନଗଡ ଜୈବ ବିବିଧତା ପ୍ରକଳ୍ପ, ଆଦିକବି ସାରଳା ଦାସ ଡିଗ୍ରୀ କଲେଜ ଆଦି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି । ଏହାସହିତ ୧୨୧ଟି ଶିକ୍ଷାନୁଷ୍ଠାନ ଏବଂ ଧାର୍ମିକ ଅନୁଷ୍ଠାନ ପାଇଁ ୧୩.୨୫ କୋଟି ଟଙ୍କା ମଂଜୁର କରାଯାଇଛି । ପାରାଦୀପ ନିର୍ବାଚନମଣ୍ଡଳୀରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ୪.୫୮ କୋଟି ଟଙ୍କା ମଂଜୁର କରାଯାଇଛି । ଏଥିରେ କୁଜଙ୍ଗ ଡିଗ୍ରୀ କଲେଜ, ପାରାଦୀପ ଡିଗ୍ରୀ କଲେଜ, ତାଳଦଣ୍ଡା କେନାଲର ଉନ୍ନତିକରଣ ଆଦି ପ୍ରମୁଖ ପ୍ରକଳ୍ପ ରହିଛି । ସେହିପରି ୫୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୫୦ କୋଟି ଟଙ୍କା ମଂଜୁର କରାଯାଇଛି । ଏହିପରି ୩୫ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ସମୁଦାୟ ୧୬୧.୧୭ କୋଟି ଟଙ୍କା ମଂଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ । କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।
5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ବିଜେଡି ସାଂସଦ ମାନସ ମଙ୍ଗରାଜଙ୍କ ଶୁଭେଚ୍ଛା
ଭୁବନେଶ୍ବର: ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ଭି.କେ. ପାଣ୍ଡିଆନଙ୍କୁ ନୂଆ ନିଯୁକ୍ତି ମିଳିଛି । 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ହୋଇଛନ୍ତି ଭି.କେ ପାଣ୍ଡିଆନ। ନୂଆ ଦାୟିତ୍ବ ମିଳିବା ପରେ ଭି.କେ. ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ ।
ମାନସ କହିଛନ୍ତି ଯେ, ନୂଆ ଭୂମିକା ଓ ନୂଆ ଦାୟିତ୍ବ ପାଇଁ ଆପଣଙ୍କୁ ଶୁଭେଚ୍ଛା । ଓଡ଼ିଶା ରୂପାନ୍ତରଣର ମଙ୍ଗୁଆଳ ହେଉଛନ୍ତି ଭି.କେ. ପାଣ୍ଡିଆନ । 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ହେବା ପରେ ବିକାଶ କାର୍ଯ୍ୟ ଆହୁରି ତ୍ବରାନ୍ବିତ ହେବ । ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ରିପୋର୍ଟ ଦ୍ବାରା ବିକାଶ ଧାରା କ୍ଷୀପ୍ର ହେବ ବୋଲି  ସାଂସଦ ମାନସ ମଙ୍ଗରାଜ କହିଛନ୍ତି।
‘ଆମ ଓଡିଶା ନବୀନ ଓଡିଶା’: ଚତୁର୍ଥ ପର୍ଯ୍ୟାୟରେ କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଚତୁର୍ଥ ଦିନରେ କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।  ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।
ଏଥିପାଇଁ କଟକ ଜିଲ୍ଲାର  ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୮୬ କୋଟି  ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଡମ୍ବା, ଚୌଦ୍ୱାର-କଟକ, ବାଙ୍କୀ, ଆଠଗଡ, ନିଆଳି, କଟକ ସଦର, ସାଲେପୁର ଓ ମାହାଙ୍ଗା।  ଏହିସବୁ ନିର୍ବାଚନମଣ୍ଡଳୀର ୩୭୩ଟି ଗ୍ରାମ ପଞ୍ଚାୟତରେ ୫୩୫୧ଟି ପ୍ରକଳ୍ପ ହେବ। ସେହିପରି କେନ୍ଦ୍ରାପଡା ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୪ କୋଟି ୫୦ ଲକ୍ଷ ଟଙ୍କା  ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ମହାକାଳପଡା, କେନ୍ଦ୍ରାପଡା, ପାଟକୁରା, ରାଜନଗର ଓ ଆଳି।  ଏଥିରେ ୨୪୯ଟି ଗ୍ରାମପଞ୍ଚାୟତରେ ୩୩୫୩ ଟି ପ୍ରକଳ୍ପ କରାଯିବ।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ,  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।
ଆଜିର କାର୍ଯ୍ୟକ୍ରମ ପାଇଁ କଟକ ଜିଲ୍ଲାର ୮ଟି ଓ କେନ୍ଦ୍ରାପଡା ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।
5T ସଚିବ  ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସ୍ରୁଷ୍ଟି କରିଛି ବୋଲି କହିଥିଲେ।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ  ଅତନୁ ସବ୍ୟସଚୀ ନାୟକ, ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଧାୟକ ଶଶୀଭୂଷଣ ବେହେରା, ବିଧାୟିକ ସାବିତ୍ରୀ ଅଗ୍ରୱାଲ, ବିଧାୟକ ଧୃବଚରଣ ସାହୁ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ବିଧାୟକ ସୌଭିକ୍ ବିଶ୍ୱାଳ, ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ବିଧାୟକ ଡ. ପ୍ରମୋଦ ମଲ୍ଲିକ, ବିଧାୟକ ଚନ୍ଦ୍ର ସାରଥୀ ବେହେରା, ବିଧାୟକ ପ୍ରଶାନ୍ତ ବେହେରା, ବିଧାୟକ ପ୍ରତାପ ଜେନା, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ ।
ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାର ସବୁ ଲୋକଙ୍କ ପାଖରେ ବିକାଶ ପହଞ୍ଚି ପାରିଛି। ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ବିକାଶମୁଖୀ କାର୍ଯ୍ୟକ୍ରମର କିଛି ନା କିଛି ପ୍ରଭାବ ପଡିଛି ବୋଲି ସମସ୍ତେ ମତ ଦେଇଥିଲେ। 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ।
5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଯୋଗୁ ଓଡିଶାର ଗାଁ ଗୁଡିକ ହେବ ବିକାଶର କେନ୍ଦ୍ର। ଗାଁ ଲୋକଙ୍କୁ ଆଉ ସହର ଉପରେ ନିର୍ଭର କରିବାକୁ ପଡିବ ନାହିଁ। ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି ।
ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। କଟକ ଜିଲ୍ଲାର ବଡମ୍ବା ଅଞ୍ଚଳରେ ସାତକୋଶିଆ ଜୈବ ବିବିଧତା ପର୍ଯ୍ୟଟନ କେନ୍ଦ୍ର ପାଇଁ ୯.୮୫ କୋଟି, ମା’ ପ୍ରଗଳା ପୀଠ ପାଇଁ ୫.୨୭ କୋଟି, ମା’ ଭଟ୍ଟାରିକା ପୀଠ ପାଇଁ ୮.୫୭ କୋଟି, ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଡାଏଲିସିସ୍ କେନ୍ଦ୍ର ପାଇଁ ୧୫.୬୬ କୋଟି, ବଡମ୍ବା ମୋହନ ସୁବୁଧି ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ନରସିଂହପୁର ଜୁନିୟର କଲେଜ ପାଇଁ ୧.୨୫ କୋଟି, କାନପୁର ଆଞ୍ଚଳିକ ମହାବିଦ୍ୟାଳୟ ପାଇଁ ୧.୨୫ କୋଟି, ବାଣେଶ୍ୱରୀ ପର୍ଯ୍ୟଟନ କ୍ଷେତ୍ର ପାଇଁ ୧.୮୦ କୋଟି, ନରସିଂହପୁର ଆମ ହସ୍ପିଟାଲ ପାଇଁ ୪.୧୬ କୋଟି ଟଙ୍କା ମଞ୍ଜୁର ହୋଇଛି । ବାଙ୍କୀ ଅଞ୍ଚଳରେ ମା’ ଚର୍ଚ୍ଚିକା ପୀଠ ଉନ୍ନତିକରଣ ପାଇଁ ୧୧.୦୩ କୋଟି, ବାଙ୍କୀ ଅଟୋନମସ୍ ଡିଗ୍ରୀ କଲେଜ ପାଇଁ ୧.୫୦ କୋଟି, କଳାପଥର ଧଳାପଥର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୦.୫୦ କୋଟି, ଅଂଶୁପା ଡିଗ୍ରୀ କଲେଜ ପାଇଁ ୦.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଆଠଗଡ ଅଞ୍ଚଳରେ ବାବା ଧବଳେଶ୍ୱର ମନ୍ଦିର ପାଇଁ ୧୭.୫୦ କୋଟି, ସାପୁଆ ନଦୀର ସେତୁ ପାଇଁ ୬.୧୪ କୋଟି, ଗୋପବନ୍ଧୁ ଡିଗ୍ରୀ ବିଜ୍ଞାନ କଲେଜ ପାଇଁ ୧ କୋଟି, ନୂଆପାଟଣା ଚୈତନ ସାହୁ ଯୁକ୍ତ ଦୁଇ କଲେଜ ପାଇଁ ୦.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି । ନିଆଳି ଅଞ୍ଚଳରେ ମାଧବାନନ୍ଦ ଜୀଉ ମନ୍ଦିର ପାଇଁ ୪.୮୪ କୋଟି, ଗୋବିନ୍ଦପୁର ଡିଗ୍ରୀ କଲେଜ ପାଇଁ ୧.୫୦ କୋଟି, ବ୍ରାହ୍ମଣଝରିଲୋ ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ଦୋଳ ଗୋବିନ୍ଦ ବ୍ରଜ କିଶୋର ଡିଗ୍ରୀ କଲେଜ କସର୍‌ଦା ପାଇଁ ୧ କୋଟି, ଅଡସପୁର ଉଦୟନାଥ ସ୍ୱୟଂଶାସିତ ମହାବିଦ୍ୟାଳୟ ପାଇଁ ୧.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି। କଟକ ସଦର ଅଞ୍ଚଳରେ ନେମାଳ ଅଚ୍ୟୁତାନନ୍ଦ ଦାସ ପୀଠ ପାଇଁ ୨୩.୦୩ କୋଟି, ପରମହଂସ ପୀଠର ଉନ୍ନତିକରଣ ପାଇଁ ୪.୯୬ କୋଟି, ଚିତ୍ରୋତ୍ପଳା ନଦୀ ଉପରେ ସେତୁ ପାଇଁ ୫୩.୦୪ କୋଟି, କନ୍ଦରପୁର ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ମହାପୁରୁଷ ଅଚ୍ୟୁତାନନ୍ଦ ମହାବିଦ୍ୟାଳୟ ପାଇଁ ୧ କୋଟି ଟଙ୍କା ମଞ୍ଜୁର ହୋଇଛି । ସେହିପରି ସାଲେପୁର ଅଞ୍ଚଳରେ ମଧୁବାବୁଙ୍କ ଜନ୍ମସ୍ଥଳୀର ବିକାଶ ପାଇଁ ୨୧.୦୨ କୋଟି, ସାଲେପୁର ସ୍ୱୟଂଶାସିତ କଲେଜ ପାଇଁ ୧.୫୦ କୋଟି, ବହୁଗ୍ରାମ କଲେଜ ପାଇଁ ୨ କୋଟି, ଟାଙ୍ଗୀ ମହାବିଦ୍ୟାଳୟ ପାଇଁ ୦.୫୦ କୋଟି, ଟାଙ୍ଗୀଠାରେ ଆମ ହସ୍ପିଟାଲ ପାଇଁ ୩.୬୦ କୋଟି ଟଙ୍କା ମଞ୍ଜୁର ହୋଇଛି । ଏହିପରି କଟକ ଜିଲ୍ଲାରେ ସମୁଦାୟ ୩୨ଟି ପ୍ରକଳ୍ପ ପାଇଁ ୨୧୩.୫୫ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି 5T ସଚିବ ପ୍ରକାଶ କରିଥିଲେ।
କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ଅଞ୍ଚଳରେ ମା’ ରାମଚଣ୍ଡୀ ମନ୍ଦିର ପାଇଁ ୫.୮୭ କୋଟି, ଜମ୍ବୁ ଲକ୍ ଏରିଆ ସୌନ୍ଦର୍ଯ୍ୟକରଣ ପାଇଁ ୭.୫୦ କୋଟି, ମାର୍ଶାଘାଇ ଡିଗ୍ରୀ କଲେଜ ଓ ଉଚ୍ଚ ମାଧ୍ୟମିକ ସ୍କୁଲ ପାଇଁ ୨ କୋଟି, ବାୟାବାବା ଡିଗ୍ରୀ କଲେଜ ପାଇଁ ୧ କୋଟି, ହୁକିଟୋଲା ପର୍ଯ୍ୟଟନ କ୍ଷେତ୍ର ପାଇଁ ୧.୮୭ କୋଟି ଟଙ୍କା ମଞ୍ଜୁର ହୋଇଛି। କେନ୍ଦ୍ରାପଡା ଅଞ୍ଚଳରେ କେନ୍ଦ୍ରାପଡା ସ୍ୱୟଂଶାସିତ କଲେଜ ଓ ଉଚ୍ଚ ମାଧ୍ୟମିକ ସ୍କୁଲ ପାଇଁ ୨.୭୫ କୋଟି, ତୁଳସୀ ମହିଳା ମହାବିଦ୍ୟାଳୟ ପାଇଁ ୧.୭୫ କୋଟି, ବିରୂପା କଲେଜ ପାଇଁ ୧ କୋଟି, ବଳଦେବ ଜୀଉ ମନ୍ଦିର ପାଇଁ ୫.୯୫ କୋଟି ଟଙ୍କା ମଞ୍ଜୁର ହୋଇଛି। ପାଟକୁରା ଅଞ୍ଚଳରେ ଦଧିବାମନ ଜୀଉ ପାଇଁ ୪.୯୬ କୋଟି, ଲୋକନାଥ ଡିଗ୍ରୀ କଲେଜ ଓ ଉଚ୍ଚମାଧ୍ୟମିକ ସ୍କୁଲ ପାଇଁ ୨ କୋଟି, କରିଲୋପାଟଣା ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, କରିଲୋପାଟଣା ଉଚ୍ଚମାଧ୍ୟମିକ ସ୍କୁଲ ପାଇଁ ୧ କୋଟି, ଉତ୍କଳ ଗ୍ରାମୀଣ ପ୍ରଡ୍ୟୁସର ଗ୍ରୁପ ୦.୨୫ କୋଟି ଟଙ୍କା ମଞ୍ଜୁର ହୋଇଛି। ରାଜନଗର ଅଞ୍ଚଳରେ ସାତଭାୟା ଲୋକଙ୍କ ଥଇଥାନ ପାଇଁ ୨୨.୫୨ କୋଟି, କେରଡାଗଡ ବାୟାବାବା ମଠ ପାଇଁ ୪.୯୬ କୋଟି, ବଗପାଟିଆ ପଞ୍ଚୁବରାହୀ ମନ୍ଦିର ପାଇଁ ୪.୯୪ କୋଟି, କେରଡାଗଡ ଜଗନ୍ନାଥ ମନ୍ଦିର ପାଇଁ ୩.୦୩ କୋଟି, ବ୍ରାହ୍ମଣୀ ସେତୁ ପାଇଁ ୫୯.୮୭ କୋଟି ଟଙ୍କା ମଞ୍ଜୁର ହୋଇଛି। ଆଳି ଅଞ୍ଚଳରେ ଲକ୍ଷ୍ମୀବରାହ ଜୀଉ ମନ୍ଦିର ପାଇଁ ୭.୯୬ କୋଟି ଟଙ୍କା ମଞ୍ଜୁର କାରାଯାଇଛି। ଏହିପରି କେନ୍ଦ୍ରାପଡା ଜିଲ୍ଲାରେ ୨୧ଟି ପ୍ରକଳ୍ପ ପାଇଁ ୧୪୨.୪୩ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି 5T ସଚିବ ପ୍ରକାଶ କରିଥିଲେ।
କେନ୍ଦ୍ରାପଡା ଜିଲ୍ଲାର ସିକିମ୍ ରୟତ ମାନଙ୍କୁ ଖୁବ ଶୀଘ୍ର ଜମିପଟ୍ଟା ଦିଆଯିବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ଏହା ଦ୍ୱାରା ଜିଲ୍ଲାର ୫୦ ହଜାର ପରିବାର ଉପକୃତ ହେବେ। ସେମାନଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହେବ। କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।
ମୟୂରଭଂଜର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୧୧ କୋଟି ୫୦ ଲକ୍ଷ – ୩୦୮୧ ପ୍ରକଳ୍ପ
ବରଗଡର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ – ୩୧୩୫ ପ୍ରକଳ୍ପ
ଦେବଗଡର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି – ୯୯୧ ପ୍ରକଳ୍ପ
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଞ୍ଜ,, ବରଗଡ ଓ ଦେବଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।   ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ମୟୂରଭଂଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୧୧ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଡସାହି, ବାଙ୍ଗିରୀପୋଷି, ବାରିପଦା, ମୋରଡା ଏବଂ ଉଦଳା।  ଏହିସବୁ ନିର୍ବାଚନମଣ୍ଡଳୀର ୨୨୩ଟି ଗ୍ରାମ ପଞ୍ଚାୟତରେ ୩୦୮୧ ଟି ପ୍ରକଳ୍ପ ହେବ। ସେହିପରି ବରଗଡ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା  ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଅତାବିରା, ବିଜେପୁର, ବରଗଡ, ପଦମପୁର ଓ ଭଟଲି।  ଏଥିରେ ୨୫୩ଟି ଗ୍ରାମପଞ୍ଚାୟତରେ ୩୧୩୫ ଟି ପ୍ରକଳ୍ପ କରାଯିବ। ସେହିପରି ଦେବଗଡ ଜିଲ୍ଲାର  ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି ଏବଂ ଏଥିରେ ୭୦ଟି ଗ୍ରାମପଞ୍ଚାୟତରେ  ୯୯୧ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।
ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ,  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଆଜିର କାର୍ଯ୍ୟକ୍ରମ ପାଇଁ ମୟୂରଭଂଜ ଜିଲ୍ଲାର ୫ଟି, ବରଗଡ ଜିଲ୍ଲାର ୫ଟି ଓ ଦେବଗଡ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।
5T ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସ୍ରୁଷ୍ଟି କରିଛି ବୋଲି କହିଥିଲେ।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମନ୍ତ୍ରୀ  ରୀତା ସାହୁ, ସାଂସଦ ଶ୍ରୀମତୀ ମମତା ମହନ୍ତ, ବିଧାୟକ ରାଜକିଶୋର ଦାସ, ବିଧାୟକ ସ୍ନେହାଙ୍ଗିନୀ ଛୁରିଆ, ବିଧାୟକ ଦେବେଶ ଆଚାର୍ଯ୍ୟ, ବିଧାୟକ ବର୍ଷା ସିଂ ବରିହା, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ । 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ ।
ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି ।
ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। ମୟୂରଭଂଜ ଜିଲ୍ଲାରେ ବାରିପଦା ସହରର ରିଂଗ ରୋଡ ତଥା ବନ୍ୟା ନିୟନ୍ତ୍ରଣ ବନ୍ଧ ପାଇଁ ୧୫୪.୧୨ କୋଟି, ବାରିପଦା MPC College ର ଉନ୍ନତିକରଣ ପାଇଁ ୧.୫୦ କୋଟି ଟଙ୍କା, ମାଣତ୍ରୀଠାରେ ବାବା କଖାରୁଆ ବୈଦନାଥ ଶିବ ମନ୍ଦିରର ଉନ୍ନତିକରଣ ପାଇଁ ୧ କୋଟି, ବାରିପଦାରୁ ପ୍ରତାପପୁର ବଡସାହି ଦେଇ ମାଣିତ୍ରୀ ପର୍ଯ୍ୟନ୍ତ ରାସ୍ତାର ଉନ୍ନତିକରଣ ପାଇଁ ୩୭.୦୪ କୋଟି, ବେତନଟୀ-ବଡସାହି ରାସ୍ତାର ଉନ୍ନତିକରଣ ପାଇଁ ୧୯.୪୪ କୋଟି – ଏହିପରି ଜିଲ୍ଲାର ୫ଟି ପ୍ରକଳ୍ପ ପାଇଁ ୨୧୩.୧୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ ।
ସେହିପରି ବରଗଡ ଜିଲ୍ଲାରେ ତୁରୁଙ୍ଗା ବୈଷ୍ଣୋଦେବୀ ମନ୍ଦିର ପାଇଁ ୧.୩୬ କୋଟି, ବରଗଡ ମହିଳା କଲେଜ ପାଇଁ ୧.୨୫ କୋଟି, ବରଗଡ ପଞ୍ଚାୟତ କଲେଜ ପାଇଁ ୧.୨୫ କୋଟି, ସରଣ୍ଡା ବିଶେଷ୍ବର ମନ୍ଦିର ପାଇଁ ୨.୬୦ କୋଟି, ପପଙ୍ଗା ପାହାଡ ପର୍ଯ୍ୟଟନ କେନ୍ଦ୍ର ପାଇଁ ୧.୮୦ କୋଟି, ଅତାବିରା ରାମଚଣ୍ଡୀ ମନ୍ଦିର ପାଇଁ ୧.୪୦ କୋଟି, ଲରମ୍ଭା କଲେଜ ପାଇଁ ୧.୨୫ କୋଟି – ଏହିପରି ୭ଟି ପ୍ରକଳ୍ପ ପାଇଁ ୧୦.୯୧ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।
ସେହିପରି ଦେବଗଡ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିବା ବିକାଶମୂଳକ କାମ ସଂପର୍କରେ ସୂଚନା ଦେଇ ଶ୍ରୀ ପାଣ୍ଡିଆନ କହିଲେ ଯେ ଗୋହିରା ଡ୍ୟାମ୍‌ର କେନାଲ ଲାଇନିଂ ପାଇଁ ୧୭.୬୮ କୋଟି, ତିଲେଇବଣି ହକି ଟ୍ରେନିଂ ସେଣ୍ଟରରେ ସିନ୍ଥେଟିକ ଟର୍ଫ ପାଇଁ ୧୨ କୋଟି ଟଙ୍କା, ଝାଡେଶ୍ବର ମନ୍ଦିରର ବିକାଶ ପାଇଁ ୩.୧୦ କୋଟି, ଦେବଗଡ ମଡେଲ ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ଦେବଗଡ କଲେଜ ପାଇଁ ୧ କୋଟି, ପ୍ରଧାନପାଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୯୨ କୋଟି, କୁରୁଡକୋଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୫ କୋଟି, ଦେଓଝରଣ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୭ କୋଟି, ଗୋହିରା ନିକଟରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୦.୬୨ କୋଟି, ରିଆମାଳ ଯୋଗୀହୁଲି ପର୍ଯ୍ୟଟନ କ୍ଷେତ୍ର ପାଇଁ ୦.୬ କୋଟି ଏବଂ ରିଆମାଳ ଭିତରପଡା ଠାରେ ଡୋକ୍ରା କାରିଗର ମାନଙ୍କ ପାଇଁ Common Facility Centreର ବିକାଶ ପାଇଁ ୦.୪୦ କୋଟି ଟଙ୍କା – ଏହିପରି ୧୧ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୯ କୋଟି ୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।
କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।