Former Brahmagiri MLA Ajay Kumar Jena - The Sakala

ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ
ପୁରୀ: ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ଦେହାନ୍ତ ହୋଇଛି।

ସେ ଜନତା ଦଳ ଟିକେଟରେ ଦୁଇ ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ଅଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ବିଭିନ୍ନ ନେତା ଓ ମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

୧୯୪୩ ମସିହା ଜୁଲାଇ ୨୭ ତାରିଖରେ ସେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ତିତିପ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଅଜୟ କୁମାର ଜେନା ୧୯୭୭ ମସିହାରେ ବ୍ରହ୍ମଗିରି ବିଧାନସଭା ଆସନରେ ଜନତା ଦଳରୁ ପ୍ରଥମେ ସପ୍ତମ ଓଡ଼ିଶା ବିଧାନସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ ମସିହାରେ ଦ୍ୱିତୀୟ ଥର ପାଇଁ ଦଶମ ଓଡ଼ିଶା ବିଧାନସଭା ସଦସ୍ୟ ଭାବରେ ବ୍ରହ୍ମଗିରି ବିଧାନସଭା ଆସନରୁ ଜନତା ଦଳ ତରଫରୁ ନିର୍ବାଚିତ ହୋଇ ବିଧାନସଭାକୁ ଆସିଥିଲେ। ଏଥର ତାଙ୍କୁ ସରକାରୀ ଦଳର ମୁଖ୍ୟ ସଚେତକ ଦାୟିତ୍ବ ଦିଆଯାଇଥିଲା।