ITEES - The Sakala

ବିଶ୍ୱ ଦକ୍ଷତା କେନ୍ଦ୍ରର ଦ୍ୱିତୀୟ କ୍ୟାମ୍ପସ ପରିଚାଳନା ପାଇଁ ସିଙ୍ଗାପୁରସ୍ଥିତ ଆଇଟିଇ ଏଜୁକେସନ ସର୍ଭିସେସ୍ ସହ ଏମଓୟୁ ସ୍ୱାକ୍ଷରିତ
ଭୁବନେଶ୍ୱର: ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶାର ଅଭିଯାନ ଆଉ ଗୋଟିଏ ପାଦ ଆଗକୁ ବଢ଼ିଛି। ରାଜ୍ୟର ଯୁବକ ଯୁବତୀଙ୍କୁ ଅତ୍ୟାଧୁନିକ ତଥା ଶିଳ୍ପ-ଉପଯୋଗୀ ତାଲିମ ଦେବା ପାଇଁ ରାଜ୍ୟ ସରକାର ବିଶ୍ୱ ଦକ୍ଷତା କେନ୍ଦ୍ର କାର୍ଯ୍ୟ ପରିସରକୁ ବ୍ୟାପକ କରିବାକୁ ଯାଉଛନ୍ତି। ଏହାର ଦ୍ୱିତୀୟ କ୍ୟାମ୍ପସର ପରିଚାଳନା ଲାଗି ସିଙ୍ଗାପୁରସ୍ଥିତ ଆଇଟିଇ ଏଜୁକେସନ ସର୍ଭିସେସ୍ (ଆଇଟିଇଇଏସ୍) ସହ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।

ଗୁରୁବାର ଦିନ ଭୁବନେଶ୍ୱରଠାରେ ଏହି ବୁଝାମଣାପତ୍ର ସ୍ୱାକ୍ଷର କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ପ୍ରମୁଖ ସଚିବ ଊଷା ପାଢ଼ୀ ଏବଂ ଆଇଟିଇଇଏସର ସିଇଓ ବ୍ରୁସ୍ ପୋହ ଦସ୍ତଖତ କରିଥିଲେ। ଏହି କାର୍ଯ୍ୟକ୍ରମ ବେଳେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ଅନୁ ଗର୍ଗ ଏବଂ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ଉପସ୍ଥିତ ଥିଲେ।

ବିଶ୍ୱ ଦକ୍ଷତା କେନ୍ଦ୍ରର ଦ୍ୱିତୀୟ କ୍ୟାମ୍ପସ ଖୁବଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେଠାରେ ୯ଟି ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଦିଆଯିବ। ଏଥିରେ ରହିଛି ହସ୍ପିଟାଲିଟି – ଫୁଡ୍ ଆଣ୍ଡ ବେଭେରେଜ୍ ଅପରେସନସ୍, ହସ୍ପିଟାଲିଟି – ହୋଟେଲ ଅପରେସନସ୍, ଡିଜିଟାଲ ଆନିମେସନ, ହେଲଥ କେୟାର ଆସିଷ୍ଟାଣ୍ଟ ଟ୍ରେନିଙ୍ଗ, ଲଜିଷ୍ଟିକ୍ସ ଆଣ୍ଡ ସପ୍ଲାଏ ଚେନ୍ ମ୍ୟାନେଜମେଣ୍ଟ, ଏରୋସ୍ପେସ୍ ଟେକ୍ନୋଲୋଜି, ଏରୋସ୍ପେସ୍ ଆଭିଓନିକ୍ସ, ମେରାଇନ ଇଞ୍ଜିନିୟରିଂ ଏବଂ ନର୍ସିଂ ଆଦି ବିଷୟ।

ବୈଷୟିକ ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଅନ୍ତର୍ଜାତୀୟ ସ୍ତରରେ ପରିଚିତ ସିଙ୍ଗାପୁରସ୍ଥିତ ଆଇଟିଇଇଏସ୍ ସଂସ୍ଥାର ସହଯୋଗକ୍ରମେ ବିଶ୍ୱ ଦକ୍ଷତା କେନ୍ଦ୍ରର ପାଠ୍ୟକ୍ରମ ଓ ତାଲିମ କାର୍ଯ୍ୟକ୍ରମ ପରିଚାଳନା କରାଯାଉଛି। ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରିବା ଲାଗି ଆଇଟିଇଇଏସ୍ ସହ ବିଶ୍ୱ ଦକ୍ଷତା କେନ୍ଦ୍ରର ଦ୍ୱିତୀୟ କ୍ୟାମ୍ପସ ଲାଗି ରାଜ୍ୟ ସରକାର ଏମଓୟୁ କରିଛନ୍ତି।

‘‘ମହାରାଷ୍ଟ୍ର ପରେ ଓଡ଼ିଶା ଆଜି ଶିଳ୍ପ ବିକାଶ କ୍ଷେତ୍ରରେ ଭାରତର ଦ୍ୱିତୀୟ ରାଜ୍ୟ ଭାବେ ପରିଚିତ ହୋଇଛି। ରାଜ୍ୟ ସରକାରଙ୍କ ଶିଳ୍ପ ନୀତି ତଥା ଶିଳ୍ପ ପ୍ରତିଷ୍ଠା ପାଇଁ ଅନୁକୂଳ ପରିବେଶ ଛଡ଼ା ଓଡ଼ିଶାର ତାଲିମପ୍ରାପ୍ତ ଓ ଦକ୍ଷ ମାନବ ସମ୍ବଳ ଏହି ସଫଳତା ପଛର ଅନ୍ୟତମ କାରଣ। ‘ସ୍କିଲ୍ଡ ଇନ ଓଡ଼ିଶା’ ଆଜି ସାରା ଦେଶରେ ଏକ ବିଶେଷ ପରିଚୟ ସୃଷ୍ଟି କରିଛି। ଓଡ଼ିଶାର ଯୁବପିଢ଼ିଙ୍କୁ ବିଶ୍ୱସ୍ତରୀୟ ତାଲିମ ଦେଇ ସେମାନଙ୍କ ସ୍ୱପ୍ନକୁ ସାକାର କରିବାରେ ଏହା ହୋଇଛି ଏକ ନୂଆ ବାଟ’’, କହିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ଅନୁ ଗର୍ଗ।

ଏହି ଅବସରରେ ଆଇଟିଇ ଏଜୁକେସନ ସର୍ଭିସେସର ସିଇଓ ଏବଂ ଅନ୍ୟ ସଦସ୍ୟମାନେ ବିଶ୍ୱ ଦକ୍ଷତା କେନ୍ଦ୍ରର ବିଭିନ୍ନ ଲାବୋରେଟୋରି ବୁଲି ଦେଖିଥିଲେ। ଛାତ୍ରଛାତ୍ରୀମାନଙ୍କ ତାଲିମ ଓ ଦକ୍ଷତା ବିକାଶରେ ଏହା କିପରି ବିଶେଷ ସହାୟକ ହେଉଛି ସେ ବିଷୟରେ ସେମାନେ ପ୍ରଶିକ୍ଷକମାନଙ୍କଠାରୁ ପଚାରି ବୁଝିଥିଲେ।

ଏମଓୟୁ ସ୍ୱାକ୍ଷର ବେଳେ ସୂଚନା ଓ ଲୋକସମ୍ପର୍କ ତଥା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ସଞ୍ଜୟ ସିଂ, ଉଚ୍ଚଶିକ୍ଷା ବିଭାଗର ସଚିବ ଅରବିନ୍ଦ ଅଗ୍ରୱାଲ, ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ଅଶ୍ୱଥୀ ଏସ୍, ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରେଘୁ ଜି, ଅତିରିକ୍ତ ସଚିବ ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ପିନାକୀ ପଟ୍ଟନାୟକ, ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ସଙ୍ଗରଣ ଗୋପାଳ, ଉପାଧ୍ୟକ୍ଷ ଡକ୍ଟର ଶୁଭଙ୍ଗ କିଶୋର ଦାସ ପ୍ରମୁଖ ଯୋଗ ଦେଇଥିଲେ।

ଅତ୍ୟାଧୁନିକ ତଥା ଶିଳ୍ପ ଉପଯୋଗୀ ପାଠ୍ୟକ୍ରମ, ବିଶ୍ୱସ୍ତରୀୟ ଲାବୋରେଟୋରି, ୮୦ ପ୍ରତିଶତ ପ୍ରାକ୍ଟିକାଲ ତାଲିମ ବ୍ୟବସ୍ଥା ସହ ଛାତ୍ରଛାତ୍ରୀଙ୍କୁ ଆବଶ୍ୟକ ଜୀବନ କୌଶଳ ତାଲିମ ବିଶ୍ୱ ଦକ୍ଷତା କେନ୍ଦ୍ରର ପ୍ରମୁଖ ଆକର୍ଷଣ। ତେଣୁ ଏହାର ଦ୍ୱିତୀୟ କ୍ୟାମ୍ପସ ଏବେ ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତାକୁ ସମସାମୟିକ ଏବଂ ପ୍ରତିଯୋଗିତାମୂଳକ କରିବାରେ ଆଉ ଏକ ପାହାଚ ହେବ।

ରାଜ୍ୟ ସରକାରଙ୍କ ‘ସ୍କିଲ୍ଡ ଇନ୍ ଓଡ଼ିଶା’ ଅଭିଯାନ ଅଧୀନରେ ଭୁବନେଶ୍ୱରଠାରେ ୨୦୨୧ରୁ ଚାଲିଛି ବିଶ୍ୱ ଦକ୍ଷତା କେନ୍ଦ୍ର। ‘ଫିନିସିଙ୍ଗ୍ ସ୍କୁଲ’ ଢାଞ୍ଚାରେ ପରିଚାଳିତ ଏହି କେନ୍ଦ୍ର ଓଡ଼ିଶାର ଯୁବକ ଯୁବତୀମାନଙ୍କୁ ବିଭିନ୍ନ ବିଷୟରେ ତାଲିମ ଦେଇ ସେମାନଙ୍କୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ କାମ କରିବା ପାଇଁ ପ୍ରସ୍ତୁତ କରୁଛି। ଏଠାରେ ବର୍ତ୍ତମାନ ସ୍କୁଲ ଅଫ୍ ଇଞ୍ଜିନିୟରିଂ ଓ ସ୍କୁଲ ଅଫ୍ ସର୍ଭିସେସ୍ ବିଭାଗ ଅଧୀନରେ ମୋଟ ୭ଟି ବିଷୟରେ ବିଭିନ୍ନ ତାଲିମ ପାଠ୍ୟକ୍ରମ ରହିଛି।