Suravi 2023 - The Sakala

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଉଦଯାପିତ, ଛାତ୍ରଛାତ୍ରୀମାନଙ୍କ ବିଭିନ୍ନ ଷ୍ଟଲ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ତିନି ଦିନ ଧରି ଚାଲିଥିବା ପିଲାଙ୍କ ମହୋତ୍ସବ ସୁରଭି ଆଜି ଉଦ୍‌ଯାପିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କୁ ନିଜ ଚିନ୍ତାଧାରାକୁ ଉଚ୍ଚ କରିବାକୁ ପ୍ରେରଣା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରୁ ୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।

ସ୍ଥାନୀୟ ୟୁନିଟ-୯ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ କହିଥିଲେ ଯେ ଆମ ପିଲାମାନଙ୍କ ଭିତରେ ଅସୀମ ପ୍ରତିଭା ରହିଛି । ପାଠ ସହିତ ନାଚ, ଗୀତ, କ୍ରୀଡା, କଳା, ଅଭିନବ ବୈଜ୍ଞାନିକ ଚିନ୍ତାଧାରା (Innovation) ସବୁ କ୍ଷେତ୍ରରେ ଆମ ଛାତ୍ରଛାତ୍ରୀମାନଙ୍କର ପ୍ରତିଭା ଅଛି । ଆଗକୁ ବଢିବା ପାଇଁ କଠିନ ପରିଶ୍ରମ କର, ଚିନ୍ତାଧାରାକୁ ବଡ କର। ନିଜର ସାମର୍ଥ୍ୟକୁ ବିଶ୍ୱ ସ୍ତରକୁ ନେବା ପାଇଁ ଚେଷ୍ଟା କର। ଦେଖିବ, ତୁମେ ଅସୀମିତ ସଫଳତା ପାଇ ସାରା ଦେଶରେ, ବିଶ୍ବରେ ସୁନାମ ଅର୍ଜନ କରିବ।

ଓଡିଶାର ରୂପାନ୍ତର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ରୂପାନ୍ତରର ଯୁଗ ପିଲାମାନଙ୍କ ସ୍କୁଲରୁ ହିଁ ଆରମ୍ଭ ହୋଇଛି । ପିଲାମାନେ ଏବେ ଡିଜିଟାଲ୍ ଟେକ୍ନୋଲୋଜି ଜରିଆରେ ପାଠ ପଢୁଛନ୍ତି । ସ୍କୁଲର ପରିବେଶ ମଧ୍ୟ ବେଶ୍ ସୁନ୍ଦର ହୋଇଯାଇଛି । ସୁନ୍ଦର ଖେଳ ପଡିଆ ମଧ୍ୟ ହୋଇଛି । ତୁମେ ଏବେ କାହା ଠାରୁ କମ୍‌ ନୁହଁ।

ପିଲାମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ମୋର ପୁରା ବିଶ୍ବାସ, ତୁମର ଭବିଷ୍ୟତ ଖୁବ ଉଜ୍ଜଳ ହେବ। ମୋର ଆଶୀର୍ବାଦ ମଧ୍ୟ ତୁମ ସାଥିରେ ଅଛି ଓ ରହିବ।”‘ସୁରଭି’ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ଏକ ଖୁବ ସୁନ୍ଦର ଉତ୍ସବ। ରାଜ୍ୟର ବିଭିନ୍ନ ସ୍ଥାନରୁ ପିଲାମାନେ ଆସି ଏଠାରେ ଏକାଠି ହୋଇଛନ୍ତି। ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ନିଜର ପ୍ରତିଭା ଦେଖାଇଛନ୍ତି। ନୂଆ ସାଙ୍ଗସାଥୀ ମଧ୍ୟ ପାଇଛନ୍ତି । ଏଠାରୁ ମିଳିଥିବା ଅଭିଜ୍ଞତା ସାରା ଜୀବନ ପାଇଁ ପିଲାମାନଙ୍କୁ ପ୍ରେରଣା ଦେବ ବୋଲି ସେ କହିଥିଲେ । ପୁରସ୍କାର ପାଇଥିବା ସବୁ ପିଲାଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ।

ସୂଚନାଯୋଗ୍ୟ ଯେ, ଏ ବର୍ଷ ୩୫୪୯ ଜଣ ପିଲାଙ୍କୁ ‘ଓଡିଆ ଭାଷା ବୃତ୍ତି’ ପ୍ରଦାନ କରାଯାଇଥିଲା। ପ୍ରତ୍ୟେକ ପିଲା ୫୦୦୦ ଟଙ୍କାର ଏକକାଳୀନ ବୃତ୍ତି ପାଇଲେ। ଏହି ବୃତ୍ତି ରାଶି ଅନଲାଇନ୍ ଜରିଆରେ ସେମାନଙ୍କ ଆକାଉଣ୍ଟକୁ ପଠା ଯାଇଥିଲା। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାରେ ଓଡିଆ ଭାଷାରେ ଅଧିକ ନମ୍ବର ରଖିଥିବା ପିଲାମାନଙ୍କୁ ଏହି ବୃତ୍ତି ପ୍ରଦାନ କରାଯାଇଛି। ରାଜ୍ୟସ୍ତରରେ ଶ୍ରେଷ୍ଠ ପାଞ୍ଚଜଣଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ। ଏହି ପାଞ୍ଚ ଜଣ ହେଲେ ବାଲେଶ୍ୱର ଏସ୍.ବି.ଏସ୍ ନିଖିରେଶ୍ୱର ନୋଡାଲ ହାଇସ୍କୁଲର ଶୁଭସ୍ମିତା ଦାସ, ବରଗଡ କାମଗାଁ ସରକାରୀ ନୋଡାଲ ହାଇସ୍କୁଲର ନୈନା ପ୍ରଧାନ, ଯାଜପୁର ଅରେଇ ବରୁଣେଶ୍ୱର ହାଇସ୍କୁଲର ପ୍ରଭାସିନୀ ମିଶ୍ର, ମୟୁରଭଞ୍ଜ ଗଡିଆ ଚିନ୍ତାମଣୀ ନୋଡାଲ ବିଦ୍ୟାପୀଠର ଶୁଭଙ୍କର ପଟବନ୍ଧ ଏବଂ ବାଲେଶ୍ୱର ବନବିଷ୍ଣୁପୁର ହାଇସ୍କୁଲର ଦିବ୍ୟାଶା ପଲେଇ। ଏଥି ସହିତ ମୁଖ୍ୟମନ୍ତ୍ରୀ ୩ ଜଣ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଯଥା- କେନ୍ଦ୍ରାପଡାର ଉମାକାନ୍ତ ଦାଶ, ସୁନ୍ଦରଗଡର ରଶ୍ମି ମାହାଳି ଓ ସମ୍ବଲପୁରର ପୂର୍ଣ୍ଣିମା ଭୁଏଙ୍କୁ ସୁରଭି ପୁରସ୍କାର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋ ସ୍କୁଲ କଫି ଟେବୁଲ୍ ବୁକ୍ ଏବଂ ଏକ ନିୟୁଜ ଲେଟର ଉନ୍ମୋଚନ କରିଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି କହିଲେ ଯେ ମୁଖ୍ୟମନ୍ତ୍ରୀ ସବୁବେଳେ ପିଲାମାନଙ୍କୁ ଗୁରୁତ୍ୱ ଦିଅନ୍ତି। ଆଜିର ଶିଶୁ ଆଗାମୀ କାଲିର ଭବିଷ୍ୟତ। ପିଲାମାନଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆରମ୍ଭ କରିଥିଲେ 5T ସ୍କୁଲ ରୂପାନ୍ତର। ମୁଖ୍ୟମନ୍ତ୍ରୀଙ୍କ ତୁମମାନଙ୍କ ପାଇଁ ଯେଉଁ ଚିନ୍ତାଧାରା ଅଛି ତାକୁ ସଫଳ କରିବା ପାଇଁ ତୁମେମାନେ ପ୍ରତିବଦ୍ଧ ହୁଅ ବୋଲି ସେ କହିଥିଲେ।

ବିଧାୟକ ଅନନ୍ତ ନାରାୟଣ ଜେନା ଓ ବିଧାୟକ ସୁଶାନ୍ତ ରାଉତ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ରାଜ୍ୟରେ ପିଲାମାନଙ୍କ ଶିକ୍ଷା ପାଇଁ ବିଶ୍ୱସ୍ତରୀୟ ପରିବେଶ ସୃଷ୍ଟି ହୋଇ ପାରିଛି। ଆଜିର ଏହି କାର୍ଯ୍ୟକ୍ରମରେ ପିଲାମାନଙ୍କ ସ୍ମାର୍ଟନେସ୍ ହିଁ 5T ସ୍କୁଲ ରୂପାନ୍ତରଣର ସଫଳତା ଦର୍ଶାଉଛି। ଶିକ୍ଷା, କ୍ରୀଡା ସହିତ କଳା ସଂସ୍କୃତି କ୍ଷେତ୍ରରେ ଯେଉଁ ସୁବିଧା ସୁଯୋଗ ମିଳିଛି ତାହା ଦ୍ୱାରା ଆମ ପିଲାମାନେ ସବୁ କ୍ଷେତ୍ରରେ ଦକ୍ଷତା ହାସଲ କରି ଦେଶ ବିଦେଶରେ ସୁନାମ କରି ଓଡିଶା ପାଇଁ ଗୌରବ ଆଣିବେ ବୋଲି ସେମାନେ କହିଥିଲେ।

ବିଭାଗୀୟ ସଚିବ ଅଶ୍ୱଥି ଏସ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା ଧନ୍ୟବାଦ ଅର୍ପଣ କରିଥିଲେ।

ଆଜିଠୁ ଶିଶୁ ମହୋତ୍ସବ ‘ସୁରଭି’: ‘ଆକାଂକ୍ଷୀ ପାଭିଲିୟନ୍‌‌’ରେ ପ୍ରଦର୍ଶିତ ହେବ ବିଦ୍ୟାଳୟ ରୂପାନ୍ତରଣ ଚିତ୍ର
ଭୁବନେଶ୍ୱର: ‘ସୁରଭି’ କହିବ ବିଦ୍ୟାଳୟ ରୂପାନ୍ତରଣ ଗାଥା। ଆଜି ଠାରୁ ୟୁନିଟ୍‌‌-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆରମ୍ଭ ହେବାକୁ ଯାଉଥିବା ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ରେ ‘୫-ଟି’ ବିଦ୍ୟାଳୟ ରୂପାନ୍ତରଣର ଅନେକ ସଫଳ ଚିତ୍ର ଦେଖିବାକୁ ମିଳିବ। ଏଥିପାଇଁ ଚଳିତ ବର୍ଷ ‘ଆକାଂକ୍ଷୀ ପାଭିଲିୟନ୍‌‌’ ତିଆରି ହୋଇଛି। ଏଠାରେ ଛାତ୍ରଛାତ୍ରୀ, ଶିକ୍ଷକ/ଶିକ୍ଷୟିତ୍ରୀ ଓ ଅଭିଭାବକମାନେ ‘୫-ଟି’ ବିଦ୍ୟାଳୟ ରୂପାନ୍ତରଣ ଅଧୀନରେ ଗ୍ରହଣ କରାଯାଇଥିବା ଅଭିନବ ପଦକ୍ଷେପଗୁଡ଼ିକୁ ଦେଖିବାକୁ ପାଇବେ।

ଗଣଶିକ୍ଷା ବିଭାଗ ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ବ୍ଲକ୍‌ ଓ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିବେ। ଉଦ୍‌‌ଘାଟନୀ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ ଓ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଦ୍ୱିତୀୟ ଦିନରେ ଛାତ୍ରଛାତ୍ରୀମାନେ ବିଭିନ୍ନ କୀର୍ତ୍ତିରାଜି ଓ ଶିକ୍ଷଣୀୟ ସ୍ଥାନ ପରିଦର୍ଶନ କରିବେ। ଅପରାହ୍‌ଣରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ‘ଛାୟା ମିଳିତ ଜାତିସଂଘ’ ପରିବେଷଣ କରାଯିବ। ଏଥିରେ ମୁଖ୍ୟ ଅତିଥି ଭାବେ ବାଚସ୍ପତି ପ୍ରମିଳା ମଲ୍ଲିକ ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ମାର୍ଣ୍ଡିଙ୍କ ସହ ବୈଦ୍ୟୁତିକ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶିକ୍ଷା ପରାମର୍ଶଦାତା ତଥା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ ଯୋଗଦେବେ। ଉଦ୍‌‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପ୍ରେରଣାଦାୟୀ ବାର୍ତ୍ତା ଦେବାର କାର୍ଯ୍ୟକ୍ରମ ରହିଛି।