chief screatery - The Sakala

ବାତ୍ୟା-ଋତୁ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଓଡ଼ିଶାର ଭୌଗଳିକ ସ୍ଥିତି ଓ ଜଳବାୟୁ ସର୍ବଦା ବନ୍ୟା, ବାତ୍ୟା ପ୍ରବଣ ହୋଇ ରହିଛି । ଚଳିତ ମାସ ଠାରୁ ଫେରନ୍ତା ଦକ୍ଷିଣ ପଶ୍ଚିମ ମୌସୁମୀ-ବାୟୁ ପ୍ରଭାବରେ (ବିଶେଷତଃ ଅକ୍ଟୋବର ଓ ନଭେମ୍ବର ମାସରେ) ଓଡ଼ିଶାରେ ଭୀଷଣ ବାତ୍ୟା ଅନୁଭୁତ ହୁଏ। ବେଳେବେଳେ ଏହି ସମୟ ଅବଧି ଡିସେମ୍ବର ୧୫ ପର୍ଯ୍ୟନ୍ତ ମଧ୍ୟ ରହିଥାଏ । ବେଳେବେଳେ ଏହି ସମୟ ଅବଧି ଡିସେମ୍ବର ୧୫ ପର୍ଯ୍ୟନ୍ତ ମଧ୍ୟ ରହିଥାଏ ।

ଏସବୁକୁ ବିଚାରକରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର “ବାତ୍ୟା-ଋତୁ ପାଇଁ ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି” । ନିର୍ଦ୍ଧାରିତ ଏସ୍.ଓ.ପି. ଅନୁସାରେ ଆବଶ୍ୟକୀୟ ପଦାର୍ଥ, ଯନ୍ତ୍ରପାତି, ଉପକରଣ ଏବଂ ମାନବ ସମ୍ବଳ ଆଦିର ମାନଚିତ୍ର ପ୍ରସ୍ତୁତ ସହ ସେସବୁକୁ ପୂର୍ଣ୍ଣ କର୍ମକ୍ଷମ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ରାଜ୍ୟ ସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ଶ୍ରୀ ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି ।

ରାଜ୍ୟ ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ସମ୍ଭ୍ୟାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତିର ବିଭିନ୍ନ ଦିଗ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।

ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ଏଚ୍.ଆର.ବିଶ୍ୱାସ ଜଣାଇଥିଲେ ଯେ ଓଡ଼ିଶାର ବର୍ତ୍ତମାନ ଜଳବାୟୁସ୍ଥିତି ବାତ୍ୟା ଅନୁକୂଳ ରହିଛି ହେଲେ ଆସନ୍ତା ୧୫ ଦିନ ଭିତରେ ବାତ୍ୟାର ସୂଚନା ମିଳିନାହିଁ ।

ବୈଠକର ଆଲୋଚନାରୁ ଜଣାପଡ଼ିଥିଲା ଯେ ଇତିମଧ୍ୟରେ ଓଡ଼ିଶାରେ ବାତ୍ୟାର ପୂର୍ବାନୁମାନ ଏବଂ ଆଗୁଆ ସତର୍କ ସୂଚନା ପ୍ରସାରଣ ଭିତ୍ତିଭୂମିକୁ ସୁଦୃଢ କରାଯାଇଛି । ଜିଲ୍ଲା ଓ ଅଞ୍ଚଳଭିତ୍ତିକ ପାଣିପାଗ ସୂଚନା ଦିଆଯାଉଛି । ଏକ ବାତ୍ୟାର ପ୍ରଭାବ ଭିତ୍ତିକ ପୂର୍ବାନୁମାନ ବ୍ୟବସ୍ଥା କରାଯାଇଛି ।

ଗୋପାଳପୁର ଓ ପାରାଦ୍ୱୀପଠାରେ ଡପଲର ପାଣିପାଗ ରାଡାର ଷ୍ଟେସନ ସହ ବାଲେଶ୍ୱର, ଚାନ୍ଦବାଲି, ପୁରୀ, ଭୁବନେଶ୍ୱର, ଗୋପାଳପୁର ଏବଂ ପାରାଦ୍ୱୀପ ଆଦି ସ୍ଥାନରେ ଉଚ୍ଚକ୍ଷମତା ସମ୍ପନ୍ନ ବାୟୁଗତି ପରିମାପକ ଯନ୍ତ୍ରମାନ ( ହାଇ ଓ୍ୱିଣ୍ଡ୍ ସ୍ପିଡ୍ ରେକର୍ଡର) ସ୍ଥାପନ କରାଯାଇଛି । ଏହି ଯନ୍ତ୍ର ଘଣ୍ଟା ପ୍ରତି ପ୍ରାୟ ୩୦୦ କି.ମି. ପବନ ସ୍ଥିତିରେ ମଧ୍ୟ କାର୍ଯ୍ୟକରିପାରିବ । ଏସବୁ ଆଧୂନିକ ଭିତ୍ତିଭୂମି ସ୍ଥିତିର ପର୍ଯ୍ୟବେକ୍ଷଣ କରିବାସହ ପାଗ ପୂର୍ବାନୁମାନ ଅନୁଶୀଳନରେ ସହାୟକ ହେଉଛି ।

ବତ୍ୟାରେ ଟେଲିଫୋନ୍ ଏବଂ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ଅଧିକ କ୍ଷତିଗ୍ରସ୍ତ ହେଉଥିବାରୁ ମୋବାଇଲ୍ ଟେଲିକମ୍-ଟାଓ୍ୱାର,ସାଟେଲାଇଟ୍ ଫୋନ୍ ଜେନେରେଟର, ବିଦ୍ୟୁତ ଖୁଣ୍ଟ, କଣ୍ଡକ୍ଟର, ସବ୍ଷ୍ଟେସନ୍, ଏବଂ ଯଥେଷ୍ଟ ସଂଙ୍ଖ୍ୟକ ମାନବ ସମ୍ବଳ ଆଦିର ଆକଳନ ଏବଂ ଆବଶ୍ୟକ ବେଳେ ତୁରନ୍ତ ନିୟୋଜିତ ପାଇଁ ପ୍ରସ୍ତୁତ ରହିବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

ଏହାଛଡା ପାନୀୟ ଜଳ ପାଇଁ ଗ୍ରାମ ଓ ସହରାଞ୍ଚଳରେ ଥିବା ହ୍ୟାଣ୍ଡ ପମ୍ପ ଗୁଡିକୁ କର୍ମକ୍ଷମ ରଖିବା ସହ ବାତ୍ୟା ଅତିକ୍ରାନ୍ତ ହେବା ସଂଙ୍ଗେ ସଂଙ୍ଗେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କର୍ମକ୍ଷମ କରିବାକୁ ପୂର୍ଣ୍ଣ ପ୍ରସ୍ତୁତି ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଯଥେଷ୍ଟ ପରିମାଣର ବ୍ଲିଚିଂ, ହେଲୋଜେନ୍ ବଟିକା, ଔଷଧ, ଆମ୍ବୁଲାନ୍ସ୍ ଏବଂ ଡ଼ାକ୍ତରୀ ଟିମ୍ ଆଦି ବିଷୟରେ ପୂର୍ବ ପ୍ରସ୍ତୁତି କରିବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ଓଡ଼୍ରାଫ୍ ଏବଂ ଅଗ୍ନିଶ୍ରମ ସଂସ୍ଥା ଟିମ୍ମାନଙ୍କର ସବୁ ଉପକରଣକୁ ସଠିକ୍ଭାବେ ଯାଞ୍ଚ୍ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ।

ବାତ୍ୟା ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମମାନଙ୍କରେ ବାତ୍ୟା ପ୍ରସ୍ତୁତି ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ସହ ଆସନ୍ନ ପ୍ରସବ, ବୟସ୍କ, ଦିବ୍ୟାଙ୍ଗ, ଅସହାୟମାନଙ୍କର ତାଲିକା ପ୍ରସ୍ତୁତ ରଖିବାକୁ ମହିଳା ଏବଂ ଶିଶୁ ବିକାଶ ବିଭାଗଙ୍କୁ କୁହାଯାଇଥିଲା । ଆବଶ୍ୟକ ବେଳେ ନିରାପଦ ସ୍ଥାନକୁ ସହାୟତା-ଭିତ୍ତିକ ସ୍ଥାନାନ୍ତର କରିବାରେ ଏହି ତାଲିକା ବହୁ ପରିମାଣରେ ଫଳପ୍ରଦ ହେବ ।

ତୁରନ୍ତ ଗମନା ଗମନ ସୁବିଧାର ପୁନଃ ସ୍ଥାପନ, ରାସ୍ତା ଓ ନଦୀବନ୍ଧ ମରାମତି, ବାତ୍ୟା ସମୟରେ ଲୁଣାଘେରି ବନ୍ଧର ସୁରକ୍ଷା, ପାନୀୟ ଜଳ, ସହରାଞ୍ଚଳରେ ଉଦ୍ବୃତ ବର୍ଷା ଜଳ ନିଷ୍କାସନ, ହସ୍ପିଟାଲ୍ ଗୁଡିକରେ ବିକଳ୍ପ ବିଦ୍ୟୁତ ବ୍ୟବସ୍ଥା, ଗୋ ଖାଦ୍ୟ ଯୋଗାଣ, ପରିମଳ ବ୍ୟବସ୍ଥା ପାଇଁ କଣ୍ଟିଜେଣ୍ଟ୍ ପ୍ଲାନ୍ ସହ ଆବଶ୍ୟକୀୟ ସାମଗ୍ରୀ ଓ ମାନବ ସମ୍ବଳ, କୃଷକମାନଙ୍କୁ ଉପଯୁକ୍ତ ପରାମର୍ଶ ଓ ସୂଚନା ପ୍ରଦାନ, ଧାନ-କିଣା ମଣ୍ଡିରେ ସଂଗୃହିତ ଧାନର ସୁରକ୍ଷା ଓ ପରିବହନ ଆଦି କାମ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ତଦନୁଯାୟୀ କ୍ଷେତ୍ରସ୍ତରୀୟ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ସଜାଗ ରଖିବା ପାଇଁ ମଧ୍ୟ ବିଭାଗମାନଙ୍କୁ କୁହାଯାଇଥିଲା ।

ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ମୋନା ଶର୍ମା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ସମେତ ବାତ୍ୟା ପରିଚାଳନା ସହ ସଂପୃକ୍ତ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଆବଶ୍ୟକୀୟ ତଥ୍ୟ ଉପସ୍ଥାପନ କରିଥିଲେ । ନାଭାଲ୍, ଆର୍ମି, କୋଷ୍ଟଗାର୍ଡ଼ ଓ ଭାରତୀୟ ପାଣିପାଗ ବିଭାଗ ଆଦିର ବରିଷ୍ଠ ଅଧିକାରୀମାନେ ମଧ୍ୟ ବୈଠକରେ ନିଜ ନିଜ ବିଭାଗର ପ୍ରସ୍ତୁତି ଓ ଆବଶ୍ୟକତା ସଂପର୍କିତ ସୂଚନା ଦେଇଥିଲେ ।

ସ୍ୱାଭିମାନ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନତିମୂଳକ ଯୋଜନାର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ମାଲକାନଗିରି: ବିକାଶ ପଥେ ସ୍ୱାଭିମାନ ଅଞ୍ଚଳ। ଜାରି ରହିଛି ସ୍ୱାସ୍ଥ୍ୟ, ଶିକ୍ଷା, ପାନୀୟ ଜଳ ନିମନ୍ତେ ମେଗା ପ୍ରକଳ୍ପ । ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ଗସ୍ତରେ ଯାଇ ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ସ୍ୱାଭିମାନ ଅଞ୍ଚଳର ବଡ଼ପଡ଼ ଜାନବାଇ ହାନ୍ତାଳଗୁଡ଼ା, ଲୁଚାପାଣି ଆଦି ସ୍ଥାନ ପରିଦର୍ଶନ କରି ବିଭିନ୍ନ ଉନ୍ନତିମୂଳକ ଯୋଜନାର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ପାନୀୟଜଳ ନିମନ୍ତେ ମେଗା ପ୍ରକଳ୍ପ, ଉଠା ଜଳସେଚନ, ଗମନାଗମନ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି ।

ସେତୁ ଯୋଜନା ଅନ୍ତର୍ଗତ କାର୍ଯ୍ଯ ଜାରି ରହିଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ । ପାନୀୟ ଜଳ ଯୋଗାଣ, ଉଠାଜଳ ସେଚନ ସହ ୩୩ କେଭି ବିଜୁଳି ଯୋଗାଣ ଦ୍ୱାରା ସ୍ୱାଭିମାନ ଅଞ୍ଚଳରେ ଭୋଲଟେଜ୍ ସମସ୍ୟା ଦୂର ହେବ । ଏହା ସହ ଆରଡି ଓ ପିଡବ୍ଲୁଡି ବିଭାଗ ଦ୍ଵାରା ରାସ୍ତା ନିର୍ମାଣ କାର୍ଯ୍ଯ ଚାଲିଛି । ଭିତ୍ତିଭୂମି ଓ ଜୀବିକା ଉପରେ ଆଉ କିଛି କାମ କରିବାର ଅଛି ବୋଲି କହିଛନ୍ତି ସୁରେଶ ମହାପାତ୍ର ।

ସମ୍ବଲପୁରରେ କରୋନା ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ, ୧୦ ଦିନ ମଧ୍ୟରେ ଭୀମସାରରେ ଦ୍ବିତୀୟ କୋଭିଡ ହସ୍ପିଟାଲ ନିଷ୍ପତ୍ତି
ସମ୍ବଲପୁର: ଭୀମସାରରେ କରୋନା ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ଭୀମସାର ଆସି ପ୍ରଥମେ କୋଭିଡ ହସ୍ପିଟାଲ ଗସ୍ତ କରିବା ପରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ଏହି ସମୀକ୍ଷା ପରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଭୀମସାରରେ ୧୨୦ ବେଡ କୋଭିଡ ହସ୍ପିଟାଲ କାର୍ଯ୍ଯ କରୁଥିବାବେଳେ ଏଥିରେ ୧୦୫ଟି ବେଡ ବୃଦ୍ଧି ହୋଇ ୨୨୫ରେ ପହଁଚିଛି । ଏଥିର ୫୦ଟି ଆଇସିୟୁ ଓ ୧୭୫ଟି ସାଧାରଣ ବେଡ ରହିବ। ତେବେ ଭୀମସାରର ମେଡିସିନ କୋଠାରେ ୧୦ ଦିନ ମଧ୍ୟରେ ଦ୍ବିତୀୟ କୋଭିଡ ହସ୍ପିଟାଲ ଆରମ୍ଭ ହେବା ନେଇ ନିଷ୍ପତ୍ତି ହୋଇଛି।

ନୂତନ କୋଭିଡ ହସ୍ପିଟାଲରେ ୫୦ଟି ଆଇସିୟୁ ଓ ୨୫୦ ସାଧାରଣ ବେଡ ରହିବ। ତେବେ ଦୁଇଟି କୋଭିଡ ହସ୍ପିଟାଲରେ ସମୁଦାୟ ୫୨୫ ବେଡ କାର୍ୟ୍ୟ କରିବ। ଏହା ସହ ଝାରସୁଗୁଡା ଓ ଦେବଗଡ ଜିଲ୍ଲାର ମଧ୍ୟ ସମୀକ୍ଷା କରିଛନ୍ତି ଏହି ଟିମ୍ । ତେବେ ଛତିଶଗଡ ସଂକ୍ରମଣ ବଢୁଥିବାରୁ ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ।

ଆଜିର ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପ୍ରମୁଖ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ଡିଏମଇଟି ସିବିକେ ମହାନ୍ତି, ସମ୍ବଲପୁର ଜିଲ୍ଲାପାଳ ଶୁଭମ ସକ୍ସେନା, ଝାରସୁଗୁଡା ଜିଲ୍ଲାପାଳ ସରୋଜ ସାମାଲ, ବରଗଡ ଜିଲ୍ଲାପାଳ ଜ୍ୟୋତିରଂଜନ ପ୍ରଧାନ, ଉତ୍ତରାଂଚଳ ଆଇଜି ନରସିଂହ ଭୋଳ, ସମ୍ବଲପୁର ଏସପି ବାତୁଲା ଗଙ୍ଗାଧର ଉପସ୍ଥିତ ରହିଥିଲେ।