Governer - The Sakala

ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ପ୍ରସଙ୍ଗ: ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବହିଷ୍କାର ଦାବିରେ ରାଜ୍ୟପାଳଙ୍କୁ ବିଜେଡିର ସ୍ମାରକପତ୍ର
ଭୁବନେଶ୍ୱର: ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିଧାନସଭାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ ମହିଳାଙ୍କ ପ୍ରତି ତାଙ୍କର ଅଭୋଦ୍ରଚିତ ଆଚରଣ ପାଇଁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ଅଶାନ୍ତ ମାଲକାନଗିରିର ସ୍ଥିତିକୁ ନିୟନ୍ତ୍ରଣ କରିବା ନିମନ୍ତେ ମହାମହିମ ରାଜ୍ୟପାଳଙ୍କ ହସ୍ତକ୍ଷେପ ପାଇଁ ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ମହାମହିମ ରାଜ୍ୟପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛି ।

ମହାମହିମ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରି ବିଜେଡି କହିଛି ଯେ, ବିଧାନସଭାର ପବିତ୍ର ଗୃହରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତି ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ଅଶୋଭନୀୟ ମନ୍ତବ୍ୟ ଦେଶବାସୀଙ୍କୁ ଆଘାତ ଦେଇଛି । ପୂର୍ବରୁ ଶ୍ରୀ ଖଟୁଆ ଗଣମାଧ୍ୟମରେ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ଆଶାଳୀନ ଓ ଅଭୋଦ୍ରଚିତ ମନ୍ତବ୍ୟ ଦେଇ ଡ଼ ସାମନ୍ତସିଂହାରଙ୍କ ଚରିତ୍ର ସଂହାର କରିଥିଲେ । ଏହାର ପ୍ରତିବାଦରେ ରାଜ୍ୟ ମହିଳା କମିଶନ, ପୋଲିସ୍ ମହାନିଦେ୍ର୍ଦଶକ, ଜାତୀୟ ମହିଳା କମିଶନ ଏବଂ ମହାମହିମ ରାଷ୍ଟ୍ରପତିଙ୍କ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ଏଯାବତ ବିଜେପି ବିଧାୟକ ଶ୍ରୀ ଖଟୁଆଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ଶ୍ରୀ ଖଟୁଆଙ୍କ ବିରୋଧରେ ଓଡ଼ିଶା ବିଧାନସଭାରେ ଏଥିକ୍ସ କମିଟି ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ଅଦ୍ୟାବଧି କୌଣସି ଉତ୍ତର ମିଳିପାରି ନାହିଁ । ଅନ୍ୟ ରାଜ୍ୟରେ ଜନପ୍ରତିନିଧିଙ୍କ ଏଭଳି ଆଚରଣ ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାର ନଜିର ରହିଥିବା ବେଳେ ଓଡ଼ିଶା କ୍ଷେତ୍ରରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉନଥିବା ବିଷୟ ମହାମହିମ ରାଜ୍ୟପାଳଙ୍କୁ ବିଜେଡି ପ୍ରତିନିଧି ମଣ୍ଡଳୀ ଅବଗତ କରିଥିଲେ । ଯଦି ଶ୍ରୀ ଖଟୁଆଙ୍କ ଭଳି ଅଭ୍ୟାସଗତ ଅପରାଧୀଙ୍କ ବିରୁଦ୍ଧରେ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥାଆନ୍ତା, ତେବେ ପୁଣି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତି ସେ ଅସମ୍ମାନ ପ୍ରଦର୍ଶନ କରିବା ପାଇଁ ସାହସ କରିନଥାନ୍ତେ । ତେଣୁ ତୁରନ୍ତ ଶ୍ରୀ ଖଟୁଆଙ୍କୁ ବିଧାନସଭାରୁ ବହିଷ୍କାର କରିବା ପାଇଁ ମହାମହିମ ରାଜ୍ୟପାଳ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ବିଜୁ ଜନତା ଦଳ ଦାବି କରିଛି ।

ମାଲକାନଗିରିର ଅଶାନ୍ତ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାରଙ୍କ ବିଫଳତା ବିଷୟରେ ବିଜେଡି ପ୍ରତିନିଧି ମଣ୍ଡଳୀ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ପୋଲିସ୍ ଓ ପ୍ରଶାସନର ଉପସ୍ଥିତିରେ ମାଲକାନଗିରିରେ ଯେଭଳି ସଂଗଠିତ ହିଂସା ଘଟିଲା ତାହା ଅବର୍ଣ୍ଣନୀୟ । ଏହି ଘଟଣା ଶାନ୍ତିପି୍ରୟ ଓଡ଼ିଶାର ଗାରିମା କ୍ଷୂଣ୍ଣ କରିଛି । ଘଟଣାସ୍ଥଳକୁ ପୋଲିସ୍ ମହାନିଦେ୍ର୍ଦଶକଙ୍କ ଗସ୍ତ ପରେ ମଧ୍ୟ ଜିଲ୍ଲାରେ ପରିସ୍ଥିତି ସ୍ୱାଭାବିକ ହୋଇପାରି ନାହିଁ । ମହାମହିମ ରାଜ୍ୟପାଳ ଏହି ଘଟଣାରେ ହସ୍ତକ୍ଷେପ କରି, ରାଜ୍ୟବାସୀଙ୍କୁ ଆଶ୍ୱସ୍ଥ ପ୍ରଦାନ କରନ୍ତୁ ବୋଲି ବିଜେଡି ପ୍ରତିନିଧି ମଣ୍ଡଳୀ ଦାବି କରିଛି ।
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ସାଧାରଣ ସମ୍ପାଦିକା ଶ୍ରୀମତୀ ଟୁକୁନି ସାହୁଙ୍କ ନେତୃତ୍ୱରେ ଯାଇଥିବା ବିଜେଡିର ଏହି ପ୍ରତିନିଧି ମଣ୍ଡଳୀରେ ପୂର୍ବତନ ସାଂସଦ ତଥା ବରିଷ୍ଠ ସାଧାରଣ ସମ୍ପାଦିକା ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ପୂର୍ବତନ ସାଂସଦ ତଥା ସାଧାରଣ ସମ୍ପାଦିକା ଶ୍ରୀମତୀ ଶର୍ମିଷ୍ଠା ସେଠୀ, ଦଳର ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାର, ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି, ଯୁବ ବିଜେଡି ସଭାପତି ଶ୍ରୀ ଚିନ୍ମୟ ସାହୁ, ଛାତ୍ର ବିଜେଡି ସଭାନେତ୍ରୀ ଇପ୍ସୀତା ସାହୁ ପ୍ରମୁଖ ଲୋକଭବନରେ ମହାମହିମ ରାଜ୍ୟପାଳଙ୍କ ସହ ଆଲୋଚନା କରି ଦାବିପତ୍ର ପ୍ରଦାନ କରିଥିଲେ ।

ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ଓ ପଦକ୍ଷେପ ପାଇଁ ରାଜ୍ୟ ସରକାରଙ୍କୁ ଭୁରି ଭୁରି ପ୍ରଶଂସା କଲେ ରାଜ୍ୟପାଳ
ଭୁବନେଶ୍ୱର: ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇଥିଲା ଆଜିର ଅଧିବେଶନ। ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କଲେ ରାଜ୍ୟପାଳ ରଘୁବର ଦାସ । ଏହାପରେ ଗୃହରେ ନିଜର ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ । ସମସ୍ତ ସଦସ୍ୟଙ୍କୁ ନୂଆବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ନିଜ ଅଭିଭାଷଣରେ ରାଜ୍ୟ ସରକାରଙ୍କ ଉପଲବ୍ଧିକୁ ବିଧାନସଭାରେ ରଖିଛନ୍ତି । ଅଭିଭାଷଣରେ ବିଭିନ୍ନ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ସଫଳତା ଓ ଯୋଜନାର ସଫଳ କାର୍ଯ୍ୟକାରିତା ସଂପର୍କରେ ଉଲ୍ଲେଖ କରିଛନ୍ତି ରାଜ୍ୟପାଳ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି ରାଜ୍ୟପାଳ। ୮ ଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଶ୍ରଦ୍ଧାଳୁଙ୍କୁ ବିଭିନ୍ନ ସୁବିଧା ଦେବ । ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ମଧ୍ୟ ଆରମ୍ଭ ହୋଇଛି ‌ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ବି ଲୋକାର୍ପିତ ହୋଇଛି ବୋଲି ରାଜ୍ୟପାଳ ଅଭିଭାଷଣରେ କହିଛନ୍ତି। ‘୫-ଟି’ ଓ ‘ମୋ ସରକାର’ ରୂପାନ୍ତରିତ ପ୍ରାଶାସନିକ ବ୍ୟବସ୍ଥାରେ ନୂଆ ଯୁଗ ଆରମ୍ଭ ହୋଇଛି।

ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜିତ ହୋଇଛି ବୋଲି ରାଜ୍ୟପାଳ ଅଭିଭାଷଣରେ କହିଛନ୍ତି। ସୁପରଫୁଡ ଭାବେ ମାଣ୍ଡିଆକୁ ଗୁରୁତ୍ୱ ଦିଆଯାଇଛି । ୨୦୨୨-୨୩ରେ ୬.୦୩ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ ହୋଇଛି ।

୧୧୩.୭୬ ରେସନକାର୍ଡଧାରୀଙ୍କୁ ୪ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଦିଆଯାଇଛି । କାଳିଆ ସହାୟତା ମଧ୍ୟ ରାଜ୍ୟପାଳଙ୍କ ଅଭିଭାଷଣରେ ସ୍ଥାନ ପାଇଛି । ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ମିଳିଥିବା ରାଜ୍ୟପାଳ ଉଲ୍ଲେଖ କରିଛନ୍ତି।

ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି । ଏଥିସହ ରାଜ୍ୟରେ ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି ବୋଲି ରାଜ୍ୟପାଳ କହିଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି । ୭୫୦ କୋଟି ଟଙ୍କା ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ ହୋଇଛି।

ଦୁର୍ବଳ ଓ ଅଭାବଗ୍ରସ୍ତ ପରିବାରକୁ ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମାଗଣା ମିଳୁଛି । ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ମାସିକ ୩୫ କେଜି ଚାଉଳ ମାଗଣା ମିଳୁଛି । ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍‌ ପରିବାରକୁ ରାଜ୍ୟ ଚାଉଳ ଦେଉଛି । ୩.୧୫ ଲକ୍ଷ ପରିବାରର ୯.୯୭ ଲକ୍ଷ ଲୋକଙ୍କୁ ରାଜ୍ୟ ଚାଉଳ ଦେଉଛି ବୋଲି ରାଜ୍ୟପାଳ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ୧୭.୧୧ ଲକ୍ଷ ଚାଷୀଙ୍କଠାରୁ ୭୯.୧୬ ଲକ୍ଷ ଟନ୍‌ ଧାନ ସଂଗ୍ରହ ହୋଇଛି ।

ରାଜ୍ୟର ପ୍ରତିଶତ ଅଂଶଧନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚାଲିଛି । ୨୦୧୪-୧୫ରୁ ଏଯାଏଁ ୩୪.୨୫ ଲକ୍ଷ ପକ୍କା ଘର ନିର୍ମାଣ ହୋଇଛି ।ସମୟ ପୂର୍ବରୁ ଘର ସାରିଥିବାରୁ ୧୩୮୭ କୋଟିର ପ୍ରୋତ୍ସାହନ ଦିଆଯାଇଛି। ମଧ୍ୟବିତ୍ତ ପରିବାରର ଗୃହ ନିର୍ମାଣ ସ୍ୱପ୍ନ ସାକାର ପାଇଁ ‘ମୋ ଘର’ ଯୋଜନା ଆରମ୍ଭ କରାଯାଇଛି ।

ଆମ ଓଡ଼ିଶା ନବୀନ ଓଡ଼ିଶା’ରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଦିଆଯାଉଛି । ରାଜ୍ୟର ୧୦ଟି ସହର ବସ୍ତିମୁକ୍ତ ମାନ୍ୟତା ଲାଭ କରିସାରିଛି ୨୦୨୪ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳ ବସ୍ତିମୁକ୍ତ ହେବ ନ୍ୟୁୟର୍କ, ଟୋକିଓ, ସିଙ୍ଗାପୁର ଭଳି ଓଡ଼ିଶାରେ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ଚାଲିଛି ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ରେ ପୁରୀ ଓ ଗୋପାଳପୁର ଯଥାକ୍ରମେ ଦେଶର ପ୍ରଥମ ଓ ଦ୍ୱିତୀୟ ସହର ହୋଇଛନ୍ତି। ୨୪ ସହରାଞ୍ଚଳର ୨୩ ଲକ୍ଷ ବାସିନ୍ଦା ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ସୁବିଧା ପାଉଛନ୍ତି ବୋଲି ଅଭିଭାଷଣରେ ଉଲ୍ଲେଖ କରିଛନ୍ତି ରାଜ୍ୟପାଳ ରଘୁବର ଦାସ।

ସେହିପରି ଓଡ଼ିଶା ମିଲେଟସ ମିଶନ ଆରମ୍ଭ କରିବାରେ ଦେଶରେ ଅଗ୍ରଣୀ ରାଜ୍ୟ ହୋଇଛି ଓଡ଼ିଶା। ସାଧାରଣ ବଣ୍ଟନ ବ୍ୟବସ୍ଥାରେ ୧୧୩ ଲକ୍ଷରୁ ଅଧିକ ରାସନକାର୍ଡଧାରୀଙ୍କୁ ୧ ଟଙ୍କାରେ ୪ ଲକ୍ଷ କ୍ଵିଣ୍ଟାଲ ମାଣ୍ଡିଆ ଯୋଗାଇ ଦିଆଯାଇଛି। ଭାରତୀୟ କୃଷି ଗବେଷଣା ପରିଷଦ ପକ୍ଷରୁ ଓଡ଼ିଶାକୁ ସର୍ବଶ୍ରେଷ୍ଠ ମିଲେଟସ ପ୍ରୋତ୍ସାହନକାରୀ ରାଜ୍ୟ ଭାବେ ପୋଷକ ଅନାଜ ଆଵାର୍ଡରେ ସମ୍ମାନିତ କରାଯାଇଛି। କାଳିଆ ଯୋଜନା ମାଧ୍ୟମରେ ୬୦ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସହାୟତା ପ୍ରଦାନ କରାଯାଇଛି।  ୩୧୪ ବ୍ଲକରେ ୩୧୪ଟି ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା ୟୁନିଟ ମାଧ୍ୟମରେ ପ୍ରାଣୀଧନ ପଶୁପାଳକଙ୍କ ଘରେ ମିଳୁଛି ପ୍ରାଣୀ ଚିକିତ୍ସା ସେବା। ରାଜ୍ୟରେ ମତ୍ସ୍ୟ ଉତ୍ପାତନ ୧୦.୫୨ ଲକ୍ଷ ମେଟ୍ରିକ ଟନକୁ ବୃଦ୍ଧି ପାଇଛି। ଜଳସେଚନ ଭିତ୍ତିଭୂମି ନିର୍ମାଣକୁ ଗୁରୁତ୍ଵ ଦେଇଛନ୍ତି ସରକାର। ଜଳ ସଂରକ୍ଷଣ ଓ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଚତୁର୍ଥ ଜାତୀୟ ଜଳ ପୁରସ୍କାର ମିଳିଛି।