V. Sugnana Kumari Deo - The Sakala

ଆଜି ଖଲ୍ଲିକୋଟ ରାଜପରିବାରର ଶ୍ମଶାନ ଘାଟରେ ହେବ ପୂର୍ବତନ ବିଧାୟିକା ସୁଜ୍ଞାନ କୁମାରୀ ଦେଓଙ୍କ ଶେଷକୃତ୍ୟ
ଭୁବନେଶ୍ୱର: ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଅନ୍ତିମ ଯାତ୍ରା । ଆଜି ଖଲ୍ଲିକୋଟ ରାଜପରିବାରର ଶ୍ମଶାନ ଘାଟରେ ହେବ ଶେଷକୃତ୍ୟ । ରମ୍ଭା ରାଜପ୍ରାସାଦରେ ଚାଲିଛି ସୁଜ୍ଞାନ କୁମାରୀଙ୍କ ଶେଷ ଦର୍ଶନ । କାଲି ଚେନ୍ନାଇରୁ ସ୍ୱତନ୍ତ୍ର ବିମାନ ଯୋଗେ ତାଙ୍କ ମର ଶରୀର ଭୁବନେଶ୍ୱର ଅଣାଯାଇଥିଲା । ପରେ ଏୟାରପୋର୍ଟରୁ ଶୋଭାଯାତ୍ରାରେ ଆସିଥିଲେ ରାଣୀ ମାଆ। ସେଠାରୁ ଶଙ୍ଖ ଭବନକୁ ଆସିଥିଲା ପାର୍ଥିବ ଶରୀର। ସେଠାରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ରାଣୀଙ୍କର ଅନ୍ତିମ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବିଜେଡି ନେତାମାନେ ତାଙ୍କର ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ବିଧାନସଭା ପରିସରକୁ ନିଆଯାଇ ସେଠାରେ ଗାର୍ଡଅଫ ଅନର ପ୍ରଦାନ କରାଯାଇଥିଲା । ସେଠାରେ ସବୁ ଦଳର ବିଧାୟକ, ମନ୍ତ୍ରୀ ଉପସ୍ଥିତ ରହି ଖଲ୍ଲିକୋଟ ରାଣୀଙ୍କୁ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ଗତକାଲି ସକାଳେ ୮୬ ବର୍ଷ ବୟସରେ ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା । ୧୦ ଥରର ବିଧାୟିକା ଥିବା ସୁଜ୍ଞାନ କୁମାରୀ ଏକାଧାରର ନେତ୍ରୀ, ସମାଜସେବୀ, ଆସୁ ଲେଖିକା, ଷ୍ଟାମ୍ପ ସଂଗ୍ରାହକ ଥିଲେ । ୧୯୩୭ ମସିହା ଅଗଷ୍ଟ ୫ରେ ଜନ୍ମଗ୍ରହଣ କରିଥିଲେ ସୁଜ୍ଞାନ। ପିତା ରାଜା ଆର.ଭି.ଏମ ନୀଳାଦ୍ରି ଦେଓଙ୍କ କନ୍ଯା ଭାବେ ସେ ରାଜକାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ ବି ସମାଜସେବାକୁ କରିଥିଲେ ଜୀବନର ବ୍ରତ। ସ୍ୱାମୀ ପୂର୍ଣ୍ଣଚନ୍ଦ୍ର ମର୍ଦ୍ଦରାଜ ଦେଓ ବହୁବର୍ଷ ଆଗରୁ ଇହଲୀଳା ସାଂଗ କରିଥିଲେ। ୧୯୬୧ ମସିହାରେ ଭି. ସୁଜ୍ଞାନ ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ। ୧୯୬୧, ୧୯୭୪, ୧୯୭୭, ୧୯୮୫, ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ରେ ବିଧାୟିକା ନିର୍ବାଚିତ ହୋଇଥିଲେ । ପ୍ରବାଦପୁରୁଷ ବିଜୁବାବୁଙ୍କ ଅନ୍ୟତମ ଘନିଷ୍ଠ ସହଯୋଗୀ ଥିଲେ।

ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ
ଭୁବନେଶ୍ବର: ଖଲ୍ଲିକୋଟ ରାଣୀ ତଥା କବିସୂର୍ଯ୍ୟନଗର ଓ ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ୮୭ ବର୍ଷ ବୟସରେ ପରଲୋକ ହୋଇଯାଇଛି। ତାମିଲନାଡୁର ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିିଛି। ତାଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତି ଶୋକ ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ‘ଏକ୍ସ’ରେ ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ଅନୁଗାମୀଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।ଓଡ଼ିଶାର ଲୋକକ୍ଷେତ୍ରକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ ବୋଲି କହିଛନ୍ତି।

ଖଲ୍ଲିକୋଟ ରାଣୀ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ଅନୁଗାମୀଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି l ଓଡ଼ିଶାର ଲୋକକ୍ଷେତ୍ରକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ ବୋଲି କହିଛନ୍ତି। pic.twitter.com/EbElsdnbD3

— Governor Odisha (@GovernorOdisha) February 10, 2024

ସେହିପରି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ,  ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି। ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୦ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି। ଏହା ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି। ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୦ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର… pic.twitter.com/O2A6al1fS6

— Naveen Patnaik (@Naveen_Odisha) February 10, 2024

ସେହିପରି, ଶୋକ ପ୍ରକାଶ କରିଛନ୍ତି ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ।  ଆମ ଦଳର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ଖବର ଶୁଣି ଗଭୀର ମର୍ମାହତ ବୋଲି ସେ କହିଛନ୍ତି । ଖଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ଥର ବିଧାୟିକା ହେବା ସହ ଦଳର ସଙ୍ଗଠନକୁ ସୁଦୃଢ କରିବା କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ। ତାଙ୍କର ବିୟୋଗ ଓଡ଼ିଶା ରାଜନୀତିରେ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଖଲିକୋଟର ରାଣୀଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସେ  ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

ଆମ ଦଳର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ଖବର ଶୁଣି ଗଭୀର ମର୍ମାହତ। ଖଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ଥର ବିଧାୟିକା ହେବା ସହ ଦଳର ସଙ୍ଗଠନକୁ ସୁଦୃଢ କରିବା କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ।

ତାଙ୍କର ବିୟୋଗ ଓଡ଼ିଶା ରାଜନୀତିରେ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଖଲିକୋଟର ରାଣୀଙ୍କ ଅମର…

— Pranab Prakash Das (@pranabpdas) February 10, 2024

ଶୋକ ପ୍ରକାଶ କରିଛନ୍ତି ସାଂସଦ ମାନସ ମଙ୍ଗରାଜ । ବରିଷ୍ଠ ବିଜେଡି ନେତ୍ରୀଙ୍କ ଦେହାନ୍ତରେ ସେ ମର୍ମାହତ ବୋଲି କହିଛନ୍ତି। ସମାଜସେବା କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିିଥିଲେ। ରାଜନୀତି ଛଡା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ସମାଜସେବାରେ ସ୍ବତନ୍ତ୍ର ପରିଚୟ ରହିଛି ବୋଲି ସାଂସଦ ମାନସ ମଙ୍ଗରାଜ କହିଛନ୍ତି।

End of an Era!

Deeply saddened to know about the passing away of veteran BJD leader, 10-time MLA and Queen of Khallikote V Sugnana Kumari Deo.

She was 8 times MLA from Khallikote constituency and 2 times MLA from Kabisuryanagar constituency.

Apart from a politician, Deo has… pic.twitter.com/AKD0YmZvs0

— Manas Mangaraj (@manasrmangaraj) February 10, 2024

ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ତଥା ଖଲିକୋଟ ଓ କବିସୂର୍ଯ୍ୟନଗର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ ପ୍ରଗତି ଓ ଉନ୍ନତି କ୍ଷେତ୍ରରେ କରିଯାଇଥିବା କାର୍ଯ୍ୟ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବେ। ତାଙ୍କର ବିୟୋଗ ବିଜୁ ଜନତା ଦଳ ପାଇଁ ଅପୂରଣୀୟ କ୍ଷତି।ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ସଞ୍ଜୟ କୁମାର ଦାସବର୍ମା ।

ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି।

— Sanjay Kumar Das Burma (@BurmaSanjay) February 10, 2024

ଖଲ୍ଲିକୋଟ ରାଣୀ ପୂର୍ବତନ ବରିଷ୍ଠ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଅର୍ଥମନ୍ତ୍ରୀ  ବିକ୍ରମ କେଶରୀ ଆରୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତା ରେ ସେ କହିଛନ୍ତି ଯେ, ଖଲ୍ଲିକୋଟ ରାଣୀ ପୂର୍ବତନ ବରିଷ୍ଠ ବିଧାୟିକା ଭି ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ମୁଁ ଗଭୀର ମର୍ମାହତ। ତାଙ୍କ ଦୀର୍ଘ ଦିନର ରାଜନୈତିକ ଯାତ୍ରା ଥିଲା ଅବିସ୍ମରଣୀୟ । ୧୦ ଥର ବିଧାୟିକା ଭାବେ ନିର୍ବାଚିତ ହେବା ତାଙ୍କ ଜନପ୍ରିୟତାର ପ୍ରମାଣ ଥିଲା। ଜଣେ ସ୍ପଷ୍ଟବାଦୀ, କ୍ଷମତା ପ୍ରତି ଚିର ଅନାସକ୍ତ ରାଜନେତ୍ରୀ ଭାବେ ସେ ଜନମାନସରେ ସୁପରିଚିତ ଥିଲେ। ୫ ଦଶନ୍ଧି ଧରି ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ବିଧାୟିକାଭାବେ ସେ ଜନସାଧାରଣଙ୍କ ସେବାରେ ଆଜୀବନ ବ୍ରତୀ ଥିଲେ ଓ ଅଞ୍ଚଳର ସାମଗ୍ରିକ ବିକାଶରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନେଇଥିଲେ। ତାଙ୍କ ବିୟୋଗରେ ଓଡ଼ିଶାର ରାଜନୀତି କ୍ଷେତ୍ରରେ ଏକ ଦାରୁଣ ଓ ଅପୂରଣୀୟ କ୍ଷତି ହୋଇଛି। ମନ୍ତ୍ରୀ ଶ୍ରୀ ଆରୁଖ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଖଲ୍ଲିକୋଟ ରାଣୀ ତଥା ବର୍ଷୀୟାନ ନେତ୍ରୀ, ୧୦ ଥରର ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଗଭୀର ଶୋକ ପ୍ରକାଶକ କହିଛନ୍ତି । ତାଙ୍କ ରାଜନୈତିକ କ୍ୟାରିୟରର ବିଶେଷତ୍ୱ ହେଉଛି ଯେ ସେ କେବେ କୌଣସି ଉଚ୍ଚ ପଦପଦବୀ ଚାହୁଁ ନ ଥିଲେ । ବିଜୁ ବାବୁ ଓ ନବୀନ ବାବୁ ତାଙ୍କୁ ଅତ୍ୟନ୍ତ ସମ୍ମାନ କରୁଥିଲେ । ତାଙ୍କୁ ବାରମ୍ବାର ମନ୍ତ୍ରୀ ପଦ ଯଚା ଯାଉଥିଲେ ମଧ୍ୟ ସେ ବିନମ୍ରତାର ସହ ତାହାକୁ ଗ୍ରହଣ କରି ନ ଥିଲେ । ଏହି ମହାନ୍ ନେତ୍ରୀଙ୍କ ବିୟୋଗ କେବଳ ଗଞ୍ଜାମ ଜିଲ୍ଲା ନୁହେଁ, ଓଡ଼ିଶା ରାଜନୈତିକ ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବୋଲି ମନ୍ତ୍ରୀ ଶ୍ରୀ ନାୟକ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି l ମନ୍ତ୍ରୀ ଶ୍ରୀ ନାୟକ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିବା ସହ ସ୍ଵର୍ଗତଃ ଆତ୍ମାର ସଦ୍ଗତିଃ ପାଇଁ ପ୍ରାର୍ଥନା କରିଛନ୍ତି ।

ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ
ଗଞ୍ଜାମ: ପ୍ରବାଦପୁରୁଷ ବିଜୁବାବୁଙ୍କ ଅନ୍ୟତମ ଘନିଷ୍ଠ ସହଯୋଗୀ, ବିଶିଷ୍ଟ ରାଜନୀତିଜ୍ଞ ତଥା ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଚେନ୍ନାଇର ଏକ ଘରୋଇ ହସପିଟାଲରେ ତାଙ୍କର ପରଲୋକ ହୋଇଛି। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇରେ ଚିକିତ୍ସାଧୀନ ସୁଜ୍ଞାନଙ୍କୁ ଭେଟି ତାଙ୍କର ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ବିଧାନସଭାକୁ ଦଶଥର ନିର୍ବାଚିତ ହୋଇଥିଲେ ଭି. ସୁଜ୍ଞାନ କୁମାରୀ ଦେଓ। ବିଜୁ ପଟ୍ଟନାୟକଙ୍କ ସମୟରୁ ସେ ରାଜନୀତିରେ ଯୋଗ ଦେଇଛନ୍ତି। ଖଲିକୋଟ ଓ କବିସୂର୍ଯ୍ୟ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସେ ରାଜ୍ୟ ବିଧାନସଭାକୁ ୧୦ଥର ନିର୍ବାଚିତ ହୋଇଛନ୍ତି।

୧୯୩୭ ମସିହା ଅଗଷ୍ଟ ୫ରେ ଜନ୍ମଗ୍ରହଣ କରିଥିଲେ ସୁଜ୍ଞାନ କୁମାରୀ। ସୁଜ୍ଞାନ କୁମାରୀଙ୍କ ବାପାଙ୍କ ନାମ ରାଜା ଆର.ଭି.ଏମ୍ ନିଳାଦ୍ରୀ ଦେଓ ଏବଂ ସ୍ୱାମୀଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ମର୍ଦ୍ଦରାଜ ଦେଓ।

୧୯୭୪, ୧୯୭୭, ୧୯୮୫, ୧୯୯୦, ୧୦୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ରେ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ ସୁଜ୍ଞାନ। ପ୍ରଥମ ଥର ପାଇଁ ସେ ୧୯୬୧-୬୭ ପର୍ଯ୍ୟନ୍ତ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକଟରେ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ଦ୍ୱିତୀୟ ଥର ପାଇଁ ଉତ୍କଳ କଂଗ୍ରେସ ତରଫରୁ ୧୯୭୪-୧୯୭୭ ପର୍ଯ୍ୟନ୍ତ ହୋଇଥିଲେ ବିଧାୟିକା। ତୃତୀୟ ଥର ପାଇଁ ଜନତା ଟିକଟରେ ବିଜୟ ଲାଭ କରି ୧୯୭୭-୧୯୮୦ ପର୍ଯ୍ୟନ୍ତ ଖଲ୍ଲିକୋଟର ବିଧାୟିକା ହୋଇଥିଲେ ସୁଜ୍ଞାନ।

ଏହାପରେ ଜନତା ପାର୍ଟିରୁ ୧୯୮୫-୧୯୯୦ ଯାଏଁ ଚତୁର୍ଥ ଥର ପାଇଁ ବନିଥିଲେ ବିଧାୟିକା। ସେ ୧୯୯୦-୯୫ ପର୍ଯ୍ୟନ୍ତ ଜନତା ଦଳ ତରଫରୁ ଖଲ୍ଲିକୋଟରୁ ପଞ୍ଚମ ଥର ଲାଗି ନିର୍ବାଚିତ ହୋଇଥିଲେ । ସେ ୧୯୯୫-୨୦୦୦ ପର୍ଯ୍ୟନ୍ତ ପୁଣି ଥରେ ଜନତା ଦଳ ତରଫରୁ ନିର୍ବାଚନ ଲଢି ସେ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳ ତରଫରୁ ୨୦୦୯ରୁ ୨୦୧୪ ଏବଂ ୨୦୧୪ରୁ ୨୦୧୯ ଯାଏଁ ବିଧାୟିକା ଭାବେ ନିର୍ବାଚିତ ହୋଇଛନ୍ତି ସୁଜ୍ଞାନ। ଏହାସହ ସେ ବିଧାନସଭାର ବିଭିନ୍ନ କମିଟିରେ ସଦସ୍ୟ ରହିଆସିଥିଲେ।

ଅସୁସ୍ଥ ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀଙ୍କ ଚେନ୍ନାଇ ଯାତ୍ରା
ଭୁବନେଶ୍ଵର: ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଚେନ୍ନାଇ ଯାଇଛନ୍ତି । ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଚେନ୍ନାଇ ଯାଇଛନ୍ତି।

ସୂଚନାଯୋଗ୍ୟ ଯେ, ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ ହୋଇ ବର୍ତ୍ତମାନ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଶ୍ରୀମତୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ ଏବଂ ସେ ୧୦ ଥର ବିଧାୟିକା ଭାବରେ ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଖଲିକୋଟ ରାଣୀ ଭାବେ ମଧ୍ୟ ସେ ସୁପରିଚିତ ଅଟନ୍ତି।