Former Minister - The Sakala

ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ
ଭୁବନେଶ୍ବର: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ରବିବାର ଭୋର ୩ଟା ୩୦ ସମୟରେ ଭୂବନେଶ୍ବର ସ୍ଥିତ ବାସଭବନରେ ୮୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉ ଥିଲେ। ତାଙ୍କ ପୁଅ ବିଶ୍ବଜିତ୍ ଦାସ ବିୟୋଗ ଖବର ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ତାଙ୍କ ବିୟୋଗ ଖବରରେ ରାଜନୈତକ ମହଲରେ ଶୋକର ଛାୟା ଖେଳିଯାଇଛି ।

ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ଥିଲେ ଅନନ୍ତ । ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ । ନବୀନ ପଟ୍ଟନାୟକଙ୍କ ସରକାର ସମୟରେ ଅନନ୍ତ ଦାସ ଉଚ୍ଚ ଶିକ୍ଷା ଏବଂ ଶିଳ୍ପ ମନ୍ତ୍ରୀ ଥିଲେ । ୧୯୪୦ ମସିହା ଅଗଷ୍ଟ ୨୮ରେ ଭୋଗରାଇ ବ୍ଲକ ଅନ୍ତର୍ଗତ ବାଲିମ ପଞ୍ଚାୟତ କୁରୁଟିଆ ଗାଁରେ ଜନ୍ମଗ୍ରହଣ କରିଥିଲେ ଅନନ୍ତ ଦାସ । ଏମଏ ଏଲଏଲବି କରିବା ପରେ ସରକାରୀ ଚାକିରି କରିଥିଲେ । ଚାକିରି ଜୀବନରେ ସେ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଭାବେ କାର୍ଯ୍ୟ ତୁଲାଇଥିଲେ ।

ଏହା ସହ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ବ ତୁଲାଇଥିଲେ । ଜଣେ ଦକ୍ଷ ସଂଗଠକ ସହ ବାଲେଶ୍ବର ଜିଲ୍ଲା ବିଜେଡିରେ ଜଣେ ଟାଣୁଆ ନେତା ଥିଲେ ଅନନ୍ତ । ଅନେକ ସମୟରେ ସେ ଦଳ ପାଇଁ ସଂଗଠନ ଦାୟିତ୍ବ ତୁଲାଇ ସଫଳ ହୋଇଛନ୍ତି । ବାଲେଶ୍ବରରେ ବିଜେଡିକୁ ଶକ୍ତିଶାଳୀ କରିବାରେ ତାଙ୍କର ବେଶ ଗୁରୁତ୍ବପୂର୍ଣ୍ଣ ଅବଦାନ ଥିଲା ।

ପୂର୍ବତନ ମନ୍ତ୍ରୀ ଡମ୍ବୁରୁଧର ଉଲାକାଙ୍କ ପରଲୋକ
ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବୁରୁଧର ଉଲାକାଙ୍କ ପରଲୋକ ଘଟିଛି। ୮୭ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ଅସୁସ୍ଥତା କାରଣରୁ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ ଡମ୍ବୁରୁଧର ଉଲାକା। ଗତ ରାତି ପ୍ରାୟ ୧୧ ଟା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ପୁତ୍ର ନୀଳମାଧବ ଉଲାକା ସୂଚନା ଦେଇଛନ୍ତି।

ବିଷମକଟକରୁ ୫ଥର କଂଗ୍ରେସ ବିଧାୟକ ଥିଲେ ଡମ୍ବୁରୁଧର ଉଲାକା। ଏହାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ମଧ୍ୟ ଥିଲେ। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁରରେ ୧୯୩୭ ମସିହାରେ ଜନ୍ମ ଗ୍ରହଣ କରିଥିଲେ ଡମ୍ବୁରୁଧର ଉଲାକା।