YB Khurania - The Sakala

ଡିଜିପିଙ୍କ ମାଲକାନଗିରି ଜିଲ୍ଲା ଗସ୍ତ: ଆସନ୍ତା ମାର୍ଚ୍ଚ ୨୦୨୬ ସୁଦ୍ଧା ରାଜ୍ୟ ହେବ ମାଓ ମୁକ୍ତ
ମାଲକାନଗିରି: ମାଲକାନଗିରି ଜିଲ୍ଲାକୁ ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ  ପହଞ୍ଚି ବିଭିନ୍ନ ବିଷୟରେ ସମୀକ୍ଷା କରିଛନ୍ତି। ଜିଲ୍ଲା ଗସ୍ତରେ ଆସି ଶ୍ରୀ ଖୁରାନିଆ ପ୍ରଥମେ ମାଓପ୍ରବଣ ଚିତ୍ରକୋଣ୍ଡା ବ୍ଲକସ୍ଥ ସ୍ୱାଭିମାନ ଆଞ୍ଚଳର ଗୋରାସେତୁ ବିଏସଏଫ କ୍ୟାମ୍ପ ପରିଦର୍ଶନ କରିଥିଲେ। ସେଠାରେ ଯବାନ ମାନଙ୍କ ସହ ମାଓ ଦମନକୁ ନେଇ ଆଲୋଚନା କରି ସେମାନଙ୍କ ମନବଳ ବଢାଇଥିଲେ। ଏହାସହ ବିଏସଏଫ ଅଧିକାରୀଙ୍କ ସହିତ ମାଓ ସମସ୍ୟା ନେଇ ଆଲୋଚନା କରିଥିଲେ। ପରେ ମାଲକାନଗିରି ଜିଲ୍ଲା ସଦରରରେ ଥିବା ଏମଭି ୩ ସ୍ଥିତ ବିଏସଏଫ କ୍ୟାମ୍ପରେ ପହଞ୍ଚି ବିଏସଏଫ ଆଇଜି ସି.ଡି ଅଗ୍ରୱାଲ, ଡିଆଇଜି ବିଜୟ ସିହ୍ନା ଓ ଅନ୍ୟ ଅଧିକାରୀଙ୍କ ସହ ଆଲୋଚନା ପରେ ଜିଲ୍ଲା ପୁଲିସ କାର୍ଯ୍ୟାଳୟ ଠାରେ ବିଏସଏଫର ଉଚ୍ଚ ଅଧିକାରୀ ଓ ଅନ୍ୟାନ ପୁଲିସ ଅଧିକାରୀଙ୍କ ସହିତ ମାଓ ଦମନର ରଣନିତି ସମ୍ପର୍କରେ ସମୀକ୍ଷା କରିଥିଲେ। ସ୍ଥାନୀୟ ଅଞ୍ଚଳରେ ଯାହା ସମସ୍ଯା ଅଛି ତାହାକୁ ସମାଧାନ କରାଯିବା ସହ ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମାର୍ଚ୍ଚ ୨୦୨୬ ସୁଦ୍ଧା ରାଜ୍ୟକୁ କିପରି ସମ୍ପୂର୍ଣ ମାଓ ମୁକ୍ତ କରାଯିବ ସେନେଇ ଆଗକୁ ରଣନୀତି ପ୍ରସ୍ତୁତ କରି ପଦକ୍ଷେପ ନିଆଯିବ ବୋଲି ଶ୍ରୀ ଖୁରାନିଆ ପ୍ରକାଶ କରିଥିଲେ।

ମାଓବାଦୀଙ୍କ ପ୍ରୋତ୍ସାହନରେ ରାଜ୍ୟରେ ଗଞ୍ଜେଇ ଚାଷ ହେଉଥିଲା, ଏବେ ମାଓବାଦୀଙ୍କ ସଂଖ୍ୟା ହ୍ରାସ ପାଇଥିବାରୁ ବେଇଆଇନ ଗଞ୍ଜେଇ ଚାଷ ଓ ଚାଲାଣ ମଧ୍ୟ କମିଛି। ଆସନ୍ତା ୨୦୨୬ ମସିହା ମାର୍ଚ୍ଚ ମାସ ସୁଦ୍ଧା ଜିଲ୍ଲାରୁ ମାଓବାଦୀ ନିପାତ ହେବା ସହିତ ବେଆଇନ ଗଞ୍ଜେଇ ଚାଷକୁ ରୋକାଯିବ ବୋଲି ସେ ପ୍ରକାଶ କରିଛନ୍ତି। ତେବେ ଜିଲ୍ଲାରୁ ବିଏସଏଫ ଯବାନଙ୍କୁ ସ୍ଥାନାନ୍ତର ବିଷୟରେ ସେ ପ୍ରକାଶ କରିଛନ୍ତି ଯେ, ସ୍ଵାଭିମାନ ଅଞ୍ଚଳରେ ଯେଉଁ ଶାନ୍ତି ଫେରି ଆସିଛି ତାହା ସବୁବେଳେ ରହିବା ପାଇଁ ଆମର ପ୍ରୟାସ ରହିବ। ସ୍ଵାଭିମାନ ଅଞ୍ଚଳରେ ସବୁବେଳେ ସୁରକ୍ଷା ବଳର ସ୍ଵତନ୍ତ୍ର କ୍ୟାମ୍ପ ରହିବ, ତେଣୁ ଏହାକୁ ନେଇ ଚିନ୍ତିତ ହେବାର ଆବଶ୍ୟକତା ନାହି ବୋଲି ଶ୍ରୀ ଖୁରାନିଆ ଲୋକଙ୍କୁ ଅପିଲ କରିଥିଲେ। ତେବେ ଡିଜିପିଙ୍କ ଏହି ଗସ୍ତ ସମୟରେ ଡିଆଇଜି ଅପରେସନ ଅଖିଳେଶ୍ଵର ସିଂ, ଡିଆଇଜି ଏସଆଇଡବ୍ଲ୍ୟୁ କେଭି ସିଂ, କୋରାପୁଟ ଏସପି ରୋହିତ ବର୍ମା, ମାଲକାନଗିରି ଅତିରିକ୍ତ ଏସପି ତପନ ନାରାୟଣ ରଥ ପ୍ରମୁଖଙ୍କ ସହ ଅନ୍ୟ ପୁଲିସ ଅଧିକାରୀ ଉପସ୍ଥିତ ଥିଲେ।

ବୌଦ୍ଧ ଗସ୍ତରେ ଯାଇ ମାଓ ଦମନ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କଲେ ପୋଲିସ ଡିଜି ୱାଇ. ବି. ଖୁରାନିଆ
ବୌଦ୍ଧ : ବୌଦ୍ଧ ଜିଲ୍ଲା ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ । ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ମାଓ ଦମନ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଛନ୍ତି ପୋଲିସ ଡିଜି । ତାଙ୍କ ସହ ଆଇଜି ଅପରେସନ୍ ଜୟନାରାୟଣ ପଙ୍କଜ, ଦକ୍ଷିଣାଞ୍ଚଳ ଡିଆଇଜି ସାର୍ଥକ ସଡ଼ଙ୍ଗୀ, ବୌଦ୍ଧ ଏସପି ନାଗରାଜ ଦେବରକୋଣ୍ଡା ମଧ୍ୟ ଉପସ୍ଥିତ ଥିଲେ।

ମାଓ ସମୀକ୍ଷା ପାଇଁ କନ୍ଧମାଳରେ ପହଞ୍ଚିଛନ୍ତି ସିଆରପିଏଫ ଆଇଜି । ପଡୋଶୀ ଛତିଶଗଡ଼ରେ ମାଓବାଦୀଙ୍କୁ ଦମନ ପରେ ଯବାନଙ୍କ ମନୋବଳ ବଢାଇବା ଏବଂ ମାଓବାଦୀଙ୍କ ମୂଳୋତ୍ପାଟନ ପାଇଁ କନ୍ଧମାଳ ଜିଲ୍ଲାରେ ମାଓ ଗତିବିଧିର ସମୀକ୍ଷା ପାଇଁ ଯାଇଛନ୍ତି । ସିଆରପିଏଫ ଆଇଜି ଅର୍ଚ୍ଚନା ସିଭାରେ ଛତିଶଗଡରୁ ହେଲିକପ୍ଟରରେ ଆସି ବାଲିଗୁଡ଼ା ମିନି ଷ୍ଟାଡିୟମରେ ପହଞ୍ଚିଛନ୍ତି ।

ଭଦ୍ରକରେ ହିଂସା ଘଟଣାର ସ୍ଥିତି ସମୀକ୍ଷା କଲେ ପୁଲିସ ଡିଜି ୱାଇ.ବି ଖୁରାନିଆ, ସୋସିଆଲ ମିଡିଆରୁ ଦୂରେଇ ରହିବାକୁ ଅପିଲ୍‌ କଲେ
ଭଦ୍ରକ: ଭଦ୍ରକରେ ଶାନ୍ତି ଫେରାଇ ଆଣିବାକୁ ପୋଲିସର ଉଦ୍ୟମ। ଏପଟେ ଆଜି ଭଦ୍ରକରେ ପହଞ୍ଚି ହିଂସା ଘଟଣାର ସ୍ଥିତି ସମୀକ୍ଷା କରିଛନ୍ତି ପୋଲିସ ଡିଜି ୱାଇ.ବି.ଖୁରାନିଆ। ଭଦ୍ରକ ଓ ଧାମନଗରରେ ସ୍ଥିତି ସମୀକ୍ଷା କରିଛନ୍ତି ପୋଲିସ ଡିଜି। ତାଙ୍କ ସହ ବରିଷ୍ଠ ଅଧିକାରୀଙ୍କ ସମେତ ଭଦ୍ରକ ଜିଲ୍ଲାପାଳ ଏବଂ ଏସପି ଉପସ୍ଥିତ ଅଛନ୍ତି। ଆଇନଶୃଙ୍ଖଳା ସ୍ଥିତି ଅନୁଧ୍ୟାନ ପରେ DG ପ୍ରତିକ୍ରିୟା ରଖିଛନ୍ତି । ପରିସ୍ଥିତି ଏବେ ନିୟନ୍ତ୍ରଣରେ ରହିଛି ବୋଲି କହିଛନ୍ତି ଡିଜିପି ୱାଇ.ବି. ଖୁରାନିଆ । ସୋସିଆଲ ମିଡିଆରେ ହେଉଥିବା ମିଥ୍ୟା ଅପପ୍ରଚାର ଓ ଗୁଜବଠୁ ଦୂରେଇ ରହିବା ସହ ଅଯଥା କମେଣ୍ଟ ନ କରିବାକୁ ଜନସାଧାରଣଙ୍କୁ ଅପିଲ୍‌ କରିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି କି, ସାଧାରଣ ଲୋକ ଭୟଭୀତ ହେବା ଆବଶ୍ୟକ ନାହିଁ । ପୁଲିସ ଗୁରୁଦାୟିତ୍ୱ ତୁଲାଉଛି, ସ୍ଥିତିରେ ନିଶ୍ଚିତ ସୁଧାର ଆସିବ। ସ୍ଥିତି ନିୟନ୍ତ୍ରଣରେ ଅଛି । ଦିନେ ଦୁଇ ଦିନରେ ସ୍ଵାଭାବିକ ହେବ । ଅଧିକାରୀଙ୍କ ସହ ଆଲୋଚନା କରିଛି । ୨୨ ତାରିଖରେ ଘଟଣା ପରେ ପୋଲିସ ସଜାଗ ହୋଇଛି । ୫ଟି ଥାନା ଅଞ୍ଚଳ ପ୍ରଭାବିତ ହୋଇଛି । ପୋଲିସ ଓ ରାପିଡ ଆକ୍ସନ ଫୋର୍ସ ନିୟମିତ ପାଟ୍ରୋଲିଂ କରୁଛନ୍ତି । ସୋସିଆଲ ମିଡ଼ିଆରେ ଭୁଲ୍ ପୋଷ୍ଟ ହେଉଥିବା ଆମ ନଜରକୁ ଆସୁଛି । ଆପତ୍ତିଜନକ ପୋଷ୍ଟ ଦେଖିଲେ ପୋଲିସକୁ ଜଣାନ୍ତୁ । ପୋଲିସ କାର୍ଯ୍ୟାନୁଷ୍ଠାନ ନେବ ବୋଲି ଡିଜିପି କହିଛନ୍ତି ।

ଅନ୍ୟପଟେ ୪ ଦିନ ପରେ ବି ଚାପା ଉତ୍ତେଜନା ଥିବାରୁ ୧୬୩ ଧାରା ବଳବତ୍ତର ରହିଛି। ଇଣ୍ଟରନେଟ ସେବାକୁ ବନ୍ଦ ରଖାଯାଇଥିବା ବେଳେ ଧାମନଗର ଓ ଦୋବଲରେ ଧାରା ୧୬୩କୁ ସାମାନ୍ୟ କୋହଳ କରାଯାଇଛି। ସକାଳ ୬ଟାରୁ ରାତି ୮ଟା ଯାଏଁ କଟକଣା ମଧ୍ୟରେ ଦୋକାନବଜାର ଖୋଲିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି। କୌଣସି ସ୍ଥାନରେ ୨ରୁ ଅଧିକ ଲୋକ ଭିଡ଼ ନଜମାଇବା, ମିଟିଂ ଓ ରାଲି ନକରିବାକୁ କଡା ନିର୍ଦ୍ଦେଶ ଦିଆଯାଇଛି। ପରିସ୍ଥିତିକୁ ଦେଖି ଇଣ୍ଟରନେଟ ସେବା ଉପରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ପୂର୍ବାଞ୍ଚଳ ଡିଆଇଜି।

ବଢିଲା ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ଯକାଳ
ଭୁବନେଶ୍ବର: ବଢିଲା ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ଯକାଳ । ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢାଇଛନ୍ତି ରାଜ୍ୟ ସରକାର । ସର୍ବନିମ୍ନ ୨ ବର୍ଷ କାର୍ଯ୍ୟ କରିବା ନେଇ କାର୍ଯ୍ୟକାଳ ବଢାଯାଇଛି ।

ସୂଚନାଯୋଗ୍ୟ ଗତ ମାସରେ ପୁଲିସ ମହାନିର୍ଦ୍ଦେଶକ ଭାବେ ୧୯୯୦ ବ୍ୟାଚର ଭାରତୀୟ ପୁଲିସ ସେବା ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆ ଦାୟିତ୍ବ ଗ୍ରହଣ କରିଛନ୍ତି । ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ କାର୍ଯ୍ୟକାରୀ ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀଙ୍କଠାରୁ ଦାୟିତ୍ବ ଗ୍ରହଣ କରିଥିଲେ ।

ଉଲ୍ଳେଖଯୋଗ୍ୟ, ହରିଆଣା କୈଥଲ ଜିଲା ବାସିନ୍ଦା ଯୋଗେଶ ବାହାଦୁର ଖୁରାନିଆ ୧୯୯୦ ମସିହାରେ ଆଇପିଏସ ପାଇଥିଲେ । ଓଡିଶା କ୍ୟାଡର ଚୟନ କରିଥିବା ଖୁରାନିଆ ନୟାଗଡ଼, ଯାଜପୁର, ରାଉରକେଲା , ମୟୂରଭଞ୍ଜ, ଗଞ୍ଜାମ ଭଳି ବିଭିନ୍ନ ଜିଲ୍ଲାରେ ଏସପି ଭାବେ କାର୍ଯ୍ୟ କରିଥିଲେ । ଏହା ପରେ ଡିଆଇଜି ପଦକୁ ପଦୋନ୍ନତି ପାଇ ସେ ଡିଆଇଜି ବ୍ରହ୍ମପୁର, ଭୁବନେଶ୍ବର ଓ ଅତିରିକ୍ତ ପୋଲିସ କମିଶନର ଏବଂ ଡିଆଇଜି ସମ୍ବଲପୁର ଭାବେ କାର୍ଯ୍ୟ କରିଥିଲେ। ଏହା ସହ ସେ ବିଜୁ ପଟ୍ଟନାୟକ ପେୁଲିସ ଏକାଡେମୀର ନିର୍ଦ୍ଦେଶକ ଓ କ୍ରାଇମବ୍ରାଞ୍ଚ ଆଇଜି ଭାବେ କାର୍ଯ୍ୟ କରିଥିଲେ ।

ପରବର୍ତ୍ତି ସମୟରେ ଅତିରିକ୍ତ ଡିଜି ପଦକୁ ପଦୋନ୍ନତି ପାଇ ଭିଜିଲାନ୍ସ ନିର୍ଦ୍ଦେଶକ ଓ ପୁଲିସ କମିଶନର ଭାବେ କାର୍ଯ୍ୟ କରିଥିଲେ । ଓଡ଼ିଶା ପୁଲିସ ଜଣେ ଦକ୍ଷ ଅଫିସର ଭାବେ ପରିଗଣିତ ହେଉଥିବା ଓ୍ବାଇ ବି ଖୁରାନିଆ ନିଜ କାର୍ଯ୍ୟକାଳ ମଧ୍ୟରେ ଅନେକ ସଫଳତା ହାସଲ କରିଛନ୍ତି । ବିଶେଷ କରି ମୟୁରଭଞ୍ଜ ଏସପି ଭାବେ କାର୍ଯ୍ୟକରୁଥିବା ସମୟରେ ସେ ବହୁଚର୍ଚ୍ଚିତ ଅଷ୍ଟ୍ରେଲିୟ ଧର୍ମପ୍ରଚାରକ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କ ଦୁଇ ଶିଶୁପୁତ୍ର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଧରିବାରେ ପ୍ରମୁଖ ଭୁମିକା ନେଇଥିଲେ । ସେହିଭଳି ଭାବେ ପୁଲିସ କମିଶନର ଭାବେ କାର୍ଯ୍ୟ କରିବା ସମୟରେ ସେ ଟୁଇନ ସିଟିକୁ ଅପରାଧି ମୁକ୍ତ କରିବା ପାଇଁ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଥିଲେ ଏବଂ ଏହି କ୍ରମରେ ଡି ବ୍ରଦର୍ସ , ଟିଟୋ, ହାଇଦର ଭଳି କୁଖ୍ୟାତ ଅପରାଧୀଙ୍କ ଗ୍ୟାଙ୍ଗକୁ ସମୁଳେ ବିନାଶ ମଧ୍ୟ କରିଥିଲେ ।

ଖୁବଶୀଘ୍ର ଶ୍ରୀମନ୍ଦିରରେ କରାଯିବ ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି: ୱାଇ.ବି.ଖୁରାନିଆ
ପୁରୀ: ଖୁବଶୀଘ୍ର ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି କରାଯିବା ନେଇ ପ୍ରତିକ୍ରିୟା ରଖିଲେ ପୋଲିସ ଡିଜି ୱାଇ. ବି. ଖୁରାନିୟା । ଶ୍ରୀମନ୍ଦିରର ସୁରକ୍ଷା ସହ ଶ୍ରଦ୍ଧାଳୁଙ୍କ ସୁରକ୍ଷା ସର୍ବାଧିକ ପ୍ରାଥମିକତା ବୋଲି କହିଛନ୍ତି ପୋଲିସ ମହାନିର୍ଦ୍ଦେଶକ । ଆଜି ଶ୍ରୀ ମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଏକଥା କହିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି.ଖୁରାନିଆ । ନୂଆ କରି ଦାୟିତ୍ୱ ନେବା ପରେ ଆଜି ଶ୍ରୀ ମନ୍ଦିର ଆସି ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବା ସହ, ଲଷ୍ମୀ ମନ୍ଦିର, ବଟ ଗଣେଶ, ଅନାନ୍ୟ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନ କରିଥିଲେ । ପୋଲିସ ଡ଼ିଜିଙ୍କ ସହ ତାଙ୍କ ଧର୍ମ ପତ୍ନୀ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଥିଲେ l ଦର୍ଶନ କରିସାରିବା ପରେ ପୁରୀ ପୋଲିସ ପକ୍ଷରୁ ମହାପ୍ରଭୁଙ୍କ ଖଣ୍ଡୁଆ ପ୍ରଦାନ କରାଯାଇଥିଲା ।

ଓଡ଼ିଶା ଫେରିବେ ୱାଇ.ବି. ଖୁରାନିଆ, ବିଏସ୍‌ଏଫ୍‌ ସ୍ବତନ୍ତ୍ର ଡିଜି ପଦରୁ ଅବ୍ୟାହତି
ଭୁବନେଶ୍ୱର: ସୀମା ସୁରକ୍ଷା ବାହିନୀ (ବିଏସ୍‌ଏଫ୍‌)ର ସ୍ୱତନ୍ତ୍ର ମହାନିର୍ଦ୍ଦେଶକ (ପଶ୍ଚିମ) ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆ ଓଡ଼ିଶା ଫେରିବେ। କେନ୍ଦ୍ର ଗୃହ ମନ୍ତ୍ରାଳୟର ସୁପାରିସ କ୍ରମେ କ୍ୟାବିନେଟର ନିଯୁକ୍ତି କମିଟି ଶ୍ରୀ ଖୁରାନିଆଙ୍କୁ କେନ୍ଦ୍ରୀୟ ଡେପୁଟେସନ୍‌ ଅବଧି ଶେଷ ହେବା ପୂର୍ବରୁ ଓଡିଶା ପ୍ରତ୍ୟାବର୍ତ୍ତନ ପାଇଁ ଅନୁମୋଦନ କରିଛନ୍ତି। ଆଜି ଏ ସଂକ୍ରାନ୍ତରେ କାର୍ମିକ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ବିଏସ୍‌ଏଫ୍‌ ଡିଜି ଭାବେ ୧୯୮୯ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ନିତିନ୍‌ ଅଗ୍ରୱାଲ୍‌ଙ୍କୁ କେରଳ ଏବଂ ଶ୍ରୀ ଖୁରାନିଆଙ୍କୁ ଓଡ଼ିଶା ପଠାଇଦେଇଛନ୍ତି କେନ୍ଦ୍ର ସରକାର। କାଶ୍ମୀର ସୀମାରେ ଅନୁପ୍ରବେଶ ବଢ଼ିବା ସହ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ହେତୁ କେନ୍ଦ୍ର ସରକାର ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଅପରପକ୍ଷେ ୧୯୮୯ ବ୍ୟାଚ୍‌ର ଆଇପିଏସ୍‌ ଅମ୍ରିତ ମୋହନ ପ୍ରସାଦଙ୍କୁ ସିଆର୍‌ପିଏଫ୍‌ର ସ୍ବତନ୍ତ୍ର ଡିଜି ଭାବେ ନିଯୁକ୍ତ କରାଯାଇଛି। ୨୦୨୫ ଅଗଷ୍ଟ ମାସ ପର୍ଯ୍ୟନ୍ତ ସେ ଏହି ଦାୟିତ୍ବରେ ରହିବେ। ସମ୍ପ୍ରତି ଶ୍ରୀ ପ୍ରସାଦ କାରାଗାର ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି।

ଓଡ଼ିଶା କ୍ୟାଡ଼ର ଆଇପିଏସ୍‌ ଶ୍ରୀ ଖୁରାନିଆ ରାଜ୍ୟର ନୟାଗଡ଼, ଯାଜପୁର, ରାଉରକେଲା, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ଏସ୍‌ପି ଭାବେ କାର୍ଯ୍ୟ କରିଛନ୍ତି। ସେହିପରି କଟକ-ଭୁବନେଶ୍ୱର ପୁଲିସ କମିଶନର ଏବଂ ଦକ୍ଷିଣ ଓ ଉତ୍ତରାଞ୍ଚଳ ଡିଆଇଜି, ପରବର୍ତ୍ତୀ ସମୟରେ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଛନ୍ତି ।