Manoj Das - The Sakala

ମନୋଜ ଦାସଙ୍କ ସ୍ମୃତିରେ ଆନ୍ତର୍ଜାତୀୟ ପୁରସ୍କାର ନିୟମାବଳୀରେ ପରିବର୍ତ୍ତନ
ଭୁବନେଶ୍ୱର: ଯଶସ୍ୱୀ ସାରସ୍ୱତ ସାଧକ ସ୍ୱର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବା ନେଇ ୨୦୨୧ ମେ’ ମାସରେ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତା’ସହ ନିୟମାବଳୀ ମଧ୍ୟ ପ୍ରକାଶିତ ହୋଇଥିଲା । ତେବେ ବିଭିନ୍ନ ସ୍ତରରେ ସାହିତ୍ୟିକ ଓ ବିଶିଷ୍ଟ ବ୍ୟକ୍ତିଙ୍କର ମତାମତ ସଂଗ୍ରହ କରାଯାଇ ଏହି ପୁରସ୍କାରରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି ।

ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ ସାହିତ୍ୟିକ ମାନଙ୍କୁ ଆନ୍ତର୍ଜାତୀୟ ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଥିଲା । ନୂତନ ନିଷ୍ପତ୍ତି ଅନୁଯାୟୀ ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଭାରତୀୟ ସାହିତ୍ୟିକ ମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ ।

ସେହିପରି ଯୁବପିଢ଼ି ମଧ୍ୟରେ ଉଭୟ ଇଂରାଜୀ ଓ ଓଡ଼ିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା । ଏଥି ନିମନ୍ତେ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଗୋଟିଏ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ । ପୁରସ୍କାର ବାବଦରେ ଏକ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା ।

ନୂତନ ନିଷ୍ପତ୍ତି ଅନୁଯାୟୀ , ଉଭୟ ଇଂରାଜୀ ଓ ଓଡ଼ିଆ ଗଳ୍ପ ବିଭାଗରେ ରାଜ୍ୟସ୍ତରରେ ପ୍ରଥମ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୩୦ ହଜାର ଟଙ୍କା, ଦ୍ୱିତୀୟ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୨୦ ହଜାର ଟଙ୍କା ଏବଂ ତୃତୀୟ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ପୁରସ୍କାର ଦିଆଯିବା ସହ ମନୋଜ ଦାସଙ୍କ ପୁସ୍ତକ, ତୈଳଚିତ୍ର, ଅଙ୍ଗବସ୍ତ୍ର ଓ ତାମ୍ରଫଳକ ପ୍ରଦାନ କରାଯିବ । ପ୍ରଥମ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ଜଣଙ୍କୁ, ଦ୍ୱିତୀୟ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ଦୁଇ ଜଣଙ୍କୁ ଓ ତୃତୀୟ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ତିନି ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ଏଥିନିମନ୍ତେ ପ୍ରତିବର୍ଷ ୨ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ ।

ସେହିପରି,  ମନୋଜ ଦାସଙ୍କ ପରିବାର ସଦସ୍ୟ ମାନଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର ତାଙ୍କର ଜନ୍ମସ୍ଥାନ ବାଲେଶ୍ୱର ଜିଲ୍ଲା ଶଂଖାରୀ ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନକୁ ହାତକୁ ନେବେ ଏବଂ ତାହାକୁ ପ୍ରଥିତଯଶା ଭାତୃଦ୍ବୟ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ, ଏହି ଦୁଇ ଭାଇଙ୍କ ନାମରେ ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା । ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ୱାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ ଓ ବାସଭବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା ।

ଏଥିପାଇଁ ତାଙ୍କ ପରିବାର ତରଫରୁ ଆବଶ୍ୟକ ପୈତୃକ ଜମି ଓ ଘର ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି । ଏହି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି ଖୁବଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।