EX MLA Bijay Mohanty - The Sakala

ପରଲୋକରେ ପୂର୍ବତନ ବିଜେଡି ବିଧାୟକ ବିଜୟ ମହାନ୍ତି
ଭୁବନେଶ୍ୱର: ପୂର୍ବତନ ବିଜେଡି ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ। ୬୦ ବର୍ଷ ବୟସରେ ବିଜୟ ମହାନ୍ତିଙ୍କ ଦେହାନ୍ତ ହୋଇଛି । କିଛି ଦିନ ପୂର୍ବରୁ ତାଙ୍କୁ ହୃଦଘାତ ହୋଇଥିଲା । ସେବେଠୁ ସେ ଅସୁସ୍ଥ ରହିଆସୁଥିଲେ । ଆଜି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ହେଲେ ହସ୍ପିଟାଲରେ ପହଞ୍ଚିବାବେଳେକୁ ତାଙ୍କର ଦେହାନ୍ତ ହୋଇଥିଲା ବୋଲି ସୂଚନା ରହିଛି । ବିଜେଡି ଟିକେଟ୍‌ରେ ଦୁଇଥର ବିଧାୟକ ନିର୍ବାଚିତ ହୋଇଥିଲେ ବିଜୟ ମହାନ୍ତି । ଭୁବନେଶ୍ବର (ମଧ୍ୟ)ରୁ ୨୦୦୯ ଓ ୨୦୧୪ରେ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ ବିଜୟ ।

ସୂଚନାଯୋଗ୍ୟ, ବିଜୟ ଗେଷ୍ଟ ହାଉସରେ ଥିଲେ । ହଠାତ କିଛି ରେସପନ୍ସ ନକରିବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବିଜୟ ମହାନ୍ତିଙ୍କ ଶେଷ ଦର୍ଶନ କରିବାକୁ ଗେଷ୍ଟ ହାଉସରେ ପହଞ୍ଚିଛନ୍ତି ବିଜେଡି ଏବଂ ବିଜେପି ବିଧାୟକ।

ବିଜୟ ସବୁବେଳେ ଗରିବ ଲୋକଙ୍କ ସହ ଥିଲେ । ସର୍ବଦା ଗରିବଙ୍କ ଲାଗି ସହାୟତାର ହାତ ବଢ଼ାଉଥିଲେ । ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ନେଉଥିଲେ ପ୍ରମୁଖ ଭୂମିକା । ୧୯୮୨ରେ ଥିଲେ ଭୁବନେଶ୍ବର ଛାତ୍ର ଜନତା ଦଳର ସମ୍ପାଦକ । ୧୯୮୮ରୁ ୧୯୯୨ ପର୍ଯ୍ୟନ୍ତ ଥିଲେ ଭୁବନେଶ୍ବର ବିଜେଡି ସଭାପତି । ସେହିପରି ୧୯୯୨ରୁ ୧୯୯୮ ପର୍ଯ୍ୟନ୍ତ ଥିଲେ ବିଜେଡି ରାଜ୍ଯ ସମ୍ପାଦକ । ୧୯୯୮ରୁ ୨୦୦୦ ଥିଲେ ବିଜୁ ଯୁବ ଜନତା ଦଳର ସାଧାରଣ ସମ୍ପାଦକ । ୨୦୦୨ରୁ ୨୦୦୭ ପର୍ଯ୍ୟନ୍ତ ଥିଲେ ଓଡିଶା ଯୁବ ପରିଷଦର ସଭାପତି । ଏହାସହ ବିଧାୟକ ଥିବା ବେଳେ ବିଭିନ୍ନ କମିଟିର ସଦସ୍ଯ ଥିଲେ ।