New Year 2025 - The Sakala

ବଡ଼ଦିନ ଓ ନୂଆବର୍ଷ ପାଇଁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା, ଜଗିବେ ୧୫ ପ୍ଲାଟୁନ୍ ପୁଲିସ ଫୋର୍ସ...
ଭୁବନେଶ୍ୱର: ବଡ଼ଦିନ ଓ ନୂଆବର୍ଷ ପାଳନ ପାଇଁ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବିଶେଷକରି ଜିରୋ ନାଇଟ୍ ସେଲିବ୍ରେସନ ସମୟରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ସେଥିପାଇଁ କମିଶନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ସହରରେ କଡ଼ା ସୁରକ୍ଷା ବଳୟ ପ୍ରସ୍ତୁତ କରାଯାଇଛି।

ଭିଡ଼ ନିୟନ୍ତ୍ରଣ ଓ ସୁରକ୍ଷା ପାଇଁ ରାଜଧାନୀର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଅତିରିକ୍ତ ୧୫ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବ। ବିଶେଷ ଭାବରେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କ ଉପରେ କଡ଼ା ନଜର ରଖାଯିବ। ସହରର ବିଭିନ୍ନ ଛକରେ ବ୍ଲକିଂ ଓ ଚେକିଂକୁ ଜୋରଦାର କରାଯିବ। ତେଣୁ ନିଶାସକ୍ତ ଅବସ୍ଥାରେ ଗାଡ଼ି ଚାଳନା ନକରିବାକୁ କମିଶନରେଟ ପୁଲିସ ପକ୍ଷରୁ ସାଧାରଣ ଜନତାଙ୍କୁ ପରାମର୍ଶ ଦିଆଯାଇଛି।

ଉତ୍ସବ ସମୟରେ ମହିଳା ଓ ଯୁବତୀମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ହାଇ ଏଫିସିଏନ୍ସି ରେସପନ୍ସ (HER) ଟିମ୍ ମୁତୟନ ରହିବେ। ଏହାସହ ସାଦା ପୋଷାକରେ ପୁଲିସ କର୍ମଚାରୀମାନେ ବିଭିନ୍ନ ସ୍ଥାନରେ ପଇଁତରା ମାରିବେ, ଯାହାଦ୍ୱାରା ଅସାମାଜିକ କାର୍ଯ୍ୟକଳାପ ଉପରେ ରୋକ୍ ଲଗାଯାଇପାରିବ। ସମଗ୍ର ସହର ଉପରେ ସିସିଟିଭି କ୍ୟାମେରା ମାଧ୍ୟମରେ ତୀକ୍ଷ୍ଣ ନଜର ରଖାଯିବ।

ବିଭିନ୍ନ ହୋଟେଲ ଏବଂ କିଛି ଖୋଲା ସ୍ଥାନରେ ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଅନୁମତି ପ୍ରଦାନ କରାଯାଇଛି। ତେବେ ଏଥିପାଇଁ ଅଗ୍ନିଶମ ବିଭାଗର ଅନୁମତିକୁ ବାଧ୍ୟତାମୂଳକ କରାଯାଇଛି। ବାର୍ ଓ ପବ୍ ଗୁଡ଼ିକର ପ୍ରବେଶ ଓ ପ୍ରସ୍ଥାନ ପଥରେ ପୋଲିସ ମୁତୟନ ରହିବେ। ବାର୍ ଓ ପବ୍ ଖୋଲିବା ନେଇ ସମୟ ସୀମା ନିର୍ଦ୍ଧାରଣ କରିବା ପାଇଁ ଅବକାରୀ ବିଭାଗ ସହ ଆଲୋଚନା ଚାଲିଛି ଏବଂ ଖୁବଶୀଘ୍ର ଏନେଇ ବିସ୍ତୃତ ନିୟମାବଳୀ ଜାରି କରାଯିବ ବୋଲି ପୁଲିସ କମିଶନର ଏସ୍. ଦେବଦତ୍ତ ସିଂ ସୂଚନା ଦେଇଛନ୍ତି।

ନୂଆ ବର୍ଷ ପାଳିବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ୱର: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଆସନ୍ତକାଲି ନୂଆ ବର୍ଷ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ।  ତେଣୁ ଅଭିନନ୍ଦନ ପାଇଁ ଆସନ୍ତକାଲି ନବୀନ ନିବାସକୁ ନ ଆସିବା ପାଇଁ ଶ୍ରୀ ପଟ୍ଟନାୟକ ଶୁଭେଛୁ ମାନଙ୍କୁ ଅନୁରୋଧ ଜଣାଇଛନ୍ତି।