Renovation work - The Sakala

ଆସନ୍ତାକାଲିଠାରୁ ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ପୁରୀ: ଆସନ୍ତାକାଲିଠାରୁ ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ବଡଦିନ ଏବଂ ନବବର୍ଷ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖାଯାଇ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା। ଡିସେମ୍ବର ୨୫ ରୁ ଜାନୁଆରୀ ୨ ପର୍ଯ୍ୟନ୍ତ ସ୍ଥଗିତ ରହିଛି ମରାମତି କାର୍ଯ୍ୟ। ତେବେ ଆସନ୍ତାକାଲି ଠାରୁ ପୁନର୍ବାର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ। ଏନେଇ ସମସ୍ତ ପ୍ରସ୍ତୁତି ହୋଇଥିବା ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି।

ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇ ଦିଆଯାଇଛି । ରତ୍ନ ଭଣ୍ଡାର ଭିତରେ ୨୦ ଫୁଟ ଉଚ୍ଚର ଲୁହା ଭାରା ବନ୍ଧାଯାଇ ଡି ପ୍ଲାଷ୍ଟରିଂ ବା ଚୂନ ଛଡ଼ାଇବା କାର୍ଯ୍ୟ କରାଯାଇଥିଲା । ଅଧିକାଂଶ ଡି ପ୍ଲାଷ୍ଟରିଙ୍ଗ କାର୍ଯ୍ୟ ସରିଛି । କାଲିଠୁ ଷ୍ଟୋନ ବା ପଥର ମରାମତି କାର୍ଯ୍ୟ ଆରମ୍ଭ ହେବ । ଆବଶ୍ୟକ ସ୍ଥଳେ ଫାଟ ଫାଟ ଥିବା ପଥର ପରିବର୍ତ୍ତନ ହେବ। ମାର୍ଗଦର୍ଶିକା ଆଧାରରେ କାଲି ଦ୍ଵିତୀୟ ଭୋଗ ମଣ୍ଡପ ପରେ ଅର୍ଥାତ୍ ଅପରାହ୍ନ ୧୨ ଟା ୩୦ ଠାରୁ ପ୍ରାୟ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ମରାମତି କାମ ଚାଲିବ ।

ସୂଚନାଯୋଗ୍ୟ, ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଗତ ୧୭ ତାରିଖଠାରୁ ଆରମ୍ଭ ହୋଇଥିଲା । ପ୍ରାଥମିକ ପର୍ଯ୍ୟାୟରେ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ନିୟୋଜିତ କୁଶଳୀ ଶ୍ରମିକମାନେ ଭିତର ରତ୍ନଭଣ୍ଡାରରେ ଲୁହା ପାଇପ୍‌ ଭାରାବନ୍ଧା କାମ ଶେଷ କରିଥିଲେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ପାଇଁ ୧୮ ତାରିଖ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରଖାଯାଇଥିଲା । ୧୯ ତାରିଖଠାରୁ ପୁଣି ମରାମତି କାମ ଆରମ୍ଭ ହୋଇଥିଲା ।