Biju Patnaik Jayanti celebration - The Sakala

ଶଙ୍ଖ ଭବନରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଶଙ୍ଖ ଭବନରେ ବି ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଯୋଗ ଦେଇ ଦେଶ ଜାତି ପ୍ରତି ବିଜୁ ବାବୁଙ୍କ ଅବଦାନ ସ୍ମରଣ କରିଥିଲେ। ଏହି ଅବସରରେ ବିଜେଡିର ବହୁ ନେତା, ବିଧାୟକ, କର୍ମୀ ଯୋଗ ଦେଇଥିଲେ। ଶହ ଶହ ବିଜେଡି କର୍ମୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ସେପଟେ ଆଜି ସକାଳେ ନବୀନ ପଟ୍ଟନାୟକ ଭୁବନେଶ୍ଵର ଫରେଷ୍ଟ ପାର୍କରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହି ଅବସରରେ ବିଜେଡିର ଅନ୍ୟମାନେ ମଧ୍ୟ ଥିଲେ। ସେମାନେ ମଧ୍ୟ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଦେଶ ଓ ରାଜ୍ୟ ପ୍ରତି ବିଜୁ ବାବୁଙ୍କ ଅବଦାନକୁ ମନେ ପକାଇଛନ୍ତି ସମସ୍ତେ। ସୋସିଆଲ ମିଡିଆ ଏକ୍ସ ରେ ମଧ୍ୟ ବିଜୁ ବାବୁଙ୍କୁ ସ୍ମରଣ କରି ନବୀନ ପଟ୍ଟନାୟକ ଲେଖିଛନ୍ତି, ମହାନ ଜନନାୟକ, ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କ ପରାକ୍ରମ, ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବଳିଷ୍ଠ ଅବଦାନ, ନାରୀ ସଶକ୍ତିକରଣ ଏବଂ ଓଡ଼ିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବାରେ ବହୁମୂଲ୍ୟ ଯୋଗଦାନ ଆମକୁ ପ୍ରେରଣା ଯୋଗାଇ ଆସିଛି। ତାଙ୍କ ପ୍ରଦର୍ଶିତ ମାର୍ଗରେ ଓଡ଼ିଆ ସ୍ୱାଭିମାନ ରକ୍ଷା ସହ ଲୋକଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ଆମେ ବଦ୍ଧପରିକର ।