ananta das - The Sakala

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ନବୀନଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ ସଂଗଠକ, ଅଭିଜ୍ଞ ପ୍ରଶାସକ ଥିଲେ ଓ ଲୋକପ୍ରିୟ ରାଜନେତା ଥିଲେ । ଓଡିଶା ସରକାରଙ୍କ ମନ୍ତ୍ରୀ ଭାବରେ ସେ ଶିଳ୍ପ, ଉଚ୍ଚଶିକ୍ଷା ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରି ରାଜ୍ୟର ବିକାଶରେ ଉଲ୍ଲେଖନୀୟ ଯୋଗଦାନ ରଖି ଯାଇଛନ୍ତି । ବିଜୁ ଜନତା ଦଳ ବାଲେଶ୍ୱର ଜିଲ୍ଲା ସଭାପତି ଭାବରେ ମଧ୍ୟ ସେ କାର୍ଯ୍ୟ କରିଥିଲେ । ତାଙ୍କ ବିୟୋଗରେ ରାଜ୍ୟ ଜଣେ ଅଭିଜ୍ଞ ରାଜନେତାଙ୍କୁ ହରାଇଲା ଏବଂ ବିଜୁ ଜନତା ଦଳ ଜଣେ ନିଷ୍ଠାପର ସଂଗଠକକୁ ହରାଇଲା ବୋଲି ନବୀନ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ନବୀନ ।

ସୂଚନାଯୋଗ୍ୟ, ଭୋଗରାଇର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସ ୨୦୦୪ ମସିହାରୁ ପ୍ରଶାସନିକ ସେବାରୁ ରାଜନୀତିକୁ ଆସିଥିଲେ । ୨୦୦୪ ମସିହାରୁ ଲଗାତାର ୪ଥର ବିଜେଡି ଦଳରୁ ଭୋଗରାଇର ବିଧାୟକ ହୋଇଥିଲେ । ୨୦୦୪ ରୁ ୨୦୦୯ରେ ପ୍ରଥମେ ବିଧାୟକ । ୨୦୦୯ରୁ ୨୦୧୪ ବିଧାନସଭାର ମୁଖ୍ୟ ସଚେତକ । ୨୦୧୪ରୁ ୨୦୧୯ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ । ୨୦୧୯ରୁ ୨୦୨୪ରେ ଜିଲ୍ଲା ଯୋଜନା ବୋଡ଼ର ଅଧ୍ୟକ୍ଷ ଥିଲେ ।

ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ
ଭୁବନେଶ୍ବର: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ରବିବାର ଭୋର ୩ଟା ୩୦ ସମୟରେ ଭୂବନେଶ୍ବର ସ୍ଥିତ ବାସଭବନରେ ୮୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉ ଥିଲେ। ତାଙ୍କ ପୁଅ ବିଶ୍ବଜିତ୍ ଦାସ ବିୟୋଗ ଖବର ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ତାଙ୍କ ବିୟୋଗ ଖବରରେ ରାଜନୈତକ ମହଲରେ ଶୋକର ଛାୟା ଖେଳିଯାଇଛି ।

ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ଥିଲେ ଅନନ୍ତ । ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ । ନବୀନ ପଟ୍ଟନାୟକଙ୍କ ସରକାର ସମୟରେ ଅନନ୍ତ ଦାସ ଉଚ୍ଚ ଶିକ୍ଷା ଏବଂ ଶିଳ୍ପ ମନ୍ତ୍ରୀ ଥିଲେ । ୧୯୪୦ ମସିହା ଅଗଷ୍ଟ ୨୮ରେ ଭୋଗରାଇ ବ୍ଲକ ଅନ୍ତର୍ଗତ ବାଲିମ ପଞ୍ଚାୟତ କୁରୁଟିଆ ଗାଁରେ ଜନ୍ମଗ୍ରହଣ କରିଥିଲେ ଅନନ୍ତ ଦାସ । ଏମଏ ଏଲଏଲବି କରିବା ପରେ ସରକାରୀ ଚାକିରି କରିଥିଲେ । ଚାକିରି ଜୀବନରେ ସେ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଭାବେ କାର୍ଯ୍ୟ ତୁଲାଇଥିଲେ ।

ଏହା ସହ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ବ ତୁଲାଇଥିଲେ । ଜଣେ ଦକ୍ଷ ସଂଗଠକ ସହ ବାଲେଶ୍ବର ଜିଲ୍ଲା ବିଜେଡିରେ ଜଣେ ଟାଣୁଆ ନେତା ଥିଲେ ଅନନ୍ତ । ଅନେକ ସମୟରେ ସେ ଦଳ ପାଇଁ ସଂଗଠନ ଦାୟିତ୍ବ ତୁଲାଇ ସଫଳ ହୋଇଛନ୍ତି । ବାଲେଶ୍ବରରେ ବିଜେଡିକୁ ଶକ୍ତିଶାଳୀ କରିବାରେ ତାଙ୍କର ବେଶ ଗୁରୁତ୍ବପୂର୍ଣ୍ଣ ଅବଦାନ ଥିଲା ।