SUM Hospital - The Sakala

ସମ୍ ହସ୍ପିଟାଲରେ ସଫଳ ଅସ୍ତ୍ରୋପଚାର: ଶିଶୁ ପେଟରୁ ବାହାରିଲା ସାଢେ ୭ କେଜି ଓଜନର ଟ୍ୟୁମର୍
ଭୁବନେଶ୍ୱର: ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲର ଶୈଲ୍ୟ ଚିକିତ୍ସା ବିଭାଗର ଚିକିତ୍ସକ ମାନେ ଏକ ୨୦ ମାସ ବୟସର ଶିଶୁ ପୁତ୍ର ପେଟରୁ ଏକ ଜଟିଳ ଅସ୍ତ୍ରୋପଚାର ମାଧ୍ୟମରେ ସାଢେ ୭ କିଲୋଗ୍ରାମ ଓଜନର ଏକ ଟ୍ୟୁମର ସଫଳତାର ସହ ବାହାର କରିପାରିଛନ୍ତି ।

ଗଞ୍ଜାମ ଜିଲ୍ଲାରୁ ଆସିଥିବା ଏହି ଶିଶୁଟି ପ୍ରାୟ ଏକ ବର୍ଷ ଧରି ଅସମ୍ଭବ ଭାବେ ଫୁଲି ରହିଥିଲା । ଚିକିତ୍ସକ ମାନେ ଏହାକୁ ନ୍ୟୁରୋବ୍ଲାଷ୍ଟୋମା ସମସ୍ୟା ବୋଲି ପୂର୍ବରୁ କହିଥିଲେ ଯେଉଁଥି ପାଇଁ ଅସ୍ତ୍ରୋପଚାର ଆବଶ୍ୟକ ଥିଲା । ଶିଶୁଟିର ପରିବାର ଅନେକ ଗୁଡିଏ ଡାକ୍ତରଖାନାକୁ ଯାଇଥିଲେ ମଧ୍ୟ ସେଠାରେ ଏହି ଅସ୍ତ୍ରୋପଚାର ସମ୍ଭବ ହୋଇ ନଥିଲା । ଶେଷରେ ସେମାନେ ସମ୍ ହସ୍ପିଟାଲର ପେଡିଆଟ୍ରିକ୍ ଅଙ୍କୋଲୋଜି ବିଭାଗରେ ଶିଶୁକୁ ଦେଖାଇଥିଲେ । ଯଦିଓ ଏହି ଚିକିତ୍ସା ଜଟିଳ ଓ ବିପଦପୂର୍ଣ୍ଣ ଥିଲା ତଥାପି ଏହି ଅସ୍ତ୍ରୋପଚାର କରିବା ନିମନ୍ତେ ସର୍ଜିକାଲ ଅଙ୍କୋଲୋଜିଷ୍ଟ ଡାକ୍ତର ସଂଗ୍ରାମ କେଶରୀ ପଣ୍ଡାଙ୍କ ନେତୃତ୍ୱରେ ଏକ ମେଡିକାଲ ଟିମ୍ ଗଠନ କରାଯାଇଥିଲା ।

ଏହି ଡାକ୍ତରୀ ଦଳରେ ପେଡିଆଟ୍ରିକ୍ ସର୍ଜନ୍ ଡାକ୍ତର ଅନ୍ତର୍ଯ୍ଯାମୀ ପ୍ରଧାନ, ପେଡିଆଟ୍ରିକ୍ ଅଙ୍କୋଲୋଜିଷ୍ଟ ଡାକ୍ତର ସରୋଜ ପଣ୍ଡା, ଆନେସ୍‌ଥେସିଓଲଜିଷ୍ଟ ଡାକ୍ତର ଡେଜି କରନ୍‌, ଡାକ୍ତର ସ୍ୱର୍ଣ୍ଣ ବାନାର୍ଜୀ, ଡାକ୍ତର ସୁଲୋଚନା ଦାଶ, ଡାକ୍ତର ସୌମ୍ୟା ସାମଲ, ଡାକ୍ତର ନୁପୁର ମୋଡା, ନର୍ସ, ଫାର୍ମାସିଷ୍ଟ ଓ ଅନ୍ୟାନ୍ୟ କର୍ମଚାରୀ ରହିଥିଲେ । ଚାରି ଘଣ୍ଟା ଧରି ହୋଇଥିବା ଏହି ଅସ୍ତ୍ରୋପଚାର ପରେ ସାଢ଼େ ୭ କିଲୋଗ୍ରାମ୍‌ର ଟ୍ୟୁମରଟିକୁ ସଫଳତାର ସହ ବାହାର କରାଯାଇଥିଲା । ଏହା ଶରୀରର ଅନ୍ୟାନ୍ୟ ଶିରାପ୍ରଶିରା ଓ ଅଙ୍ଗ ସହିତ ଜଡିତ ହୋଇ ରହିଥିବାରୁ ଏହି ଅସ୍ତ୍ରୋପଚାର ଜଟିଳ ହୋଇପଡ଼ିଥିଲା ।

ଅସ୍ତ୍ରୋପଚାର ପରେ ଶିଶୁଟିର ଅବସ୍ଥା ଆହ୍ୱାନପୂର୍ଣ୍ଣ ଥିଲେ ମଧ୍ୟ ସେ ଧୀରେ ଧୀରେ ସୁସ୍ଥତା ଲାଭ କରିଥିଲା । ୧୫ ଦିନ ପରେ ସେ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଥିଲା । ଡାକ୍ତର ପଣ୍ଡା କହିଥିଲେ ଯେ ଶିଶୁଟି ଏମ୍ବ୍ରିଓନାଲ୍ ରାବଡୋମାଇଓସାରକୋମା ସମସ୍ୟାରେ ଆକ୍ରାନ୍ତ ହୋଇଥିଲା । ଏହି ରୋଗ ଶୀଘ୍ର ଜଣା ପଡ଼ିଲେ କେମୋଥେରାପି ଓ ଅସ୍ତ୍ରୋପଚାର ଦ୍ୱାରା ଏହାର ସଫଳ ଉପଚାର କରାଯାଇପାରିବ । ମାତ୍ର ଏହି କ୍ଷେତ୍ରରେ ଏହି ରୋଗ ଆଗକୁ ବଢ଼ି ଯାଇଥିଲା ବୋଲି ସେ କହିଥିଲେ ।

ବିରଳ ଅସ୍ତ୍ରୋପଚାର କରି ୧୨ ଦିନର ଶିଶୁର ଜୀବନ ବଞ୍ଚାଇଲେ ସମ୍ ଏବଂ ଆଇଏମ୍‌ଏସ୍ ଡାକ୍ତର
ଭୁବନେଶ୍ୱର: ଜନ୍ମଗତ ତ୍ରୁଟି ଥିବା ୧୨ ଦିନର ଶିଶୁର ଜୀବନ ବଞ୍ଚାଇଲେ ସମ୍ ଏବଂ ଆଇଏମ୍‌ଏସ୍ ଡାକ୍ତର । ଏକ ଜଟିଳ ଅସ୍ତ୍ରୋପଚାର ଦ୍ୱାରା ଜନ୍ମଗତ ତ୍ରୁଟି ଥିବା ମାତ୍ର ୧୨ ଦିନର ନବଜାତ ଶିଶୁର ଜୀବନ ବଞ୍ଚାଇବାରେ ସକ୍ଷମ ହୋଇପାରିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ସମ୍ ହସ୍ପିଟାଲ ଡାକ୍ତର । ଶିଶୁଟିର ଜନ୍ମରୁ ହିଁ ନିଶ୍ୱାସ ନେବାରେ ସମସ୍ୟା ରହିଥିଲା । ଶିଶୁ ଶରୀରର ଛାତି ଓ ପେଟ ମଧ୍ୟରେ ଥିବା ଡାୟାଫ୍ରାମରେ ଏକ ବଡ଼ ଛିଦ୍ର ଥିବା ଯୋଗୁଁ ଏଭଳି ସମସ୍ୟା ଦେଖାଦେଇଥିଲା । ଏହା ଏକ ଜନ୍ମଗତ ତ୍ରୁଟି ହୋଇଥିବା ବେଳେ ତଳିପେଟରେ ଥିବା ଅନ୍ତ୍ର ଇତ୍ୟାଦି ଛାତିକୁ ଚାଲିଯାଉଥିଲା ବୋଲି ଏହି ବିରଳ ଅସ୍ତ୍ରୋପଚାର ସମ୍ପାଦନ କରିଥିବା ହସ୍ପିଟାଲର ପେଡିଆଟ୍ରିକ୍ ସର୍ଜରୀ ବିଭାଗର ଆସୋସିଏଟ ପ୍ରଫେସର ଡାକ୍ତର ଅନ୍ତର୍ଯ୍ୟାମୀ ପ୍ରଧାନ ସୂଚନା ଦେଇଛନ୍ତି । ଡକ୍ଟର ପ୍ରଧାନ କହିଛନ୍ତି ଯେ ସମ୍‌କୁ ଆସିବା ପୂର୍ବରୁ ଶିଶୁଟିର ୧୦ ଦିନ ଧରି ବାହାରେ ଚିକିତ୍ସା ହୋଇଥିଲେ ମଧ୍ୟ ହସ୍ପିଟାଲକୁ ଆସିବା ସମୟରେ ତାର ଅବସ୍ଥା ଖୁବ ସଂକଟାପନ୍ନ ଥିଲା । ମେ’ ୧୦ ତାରିଖ ଦିନ ହସ୍ପିଟାଲରେ ଭର୍ତ୍ତି ହେବା ସମୟରେ ସେ ନିଶ୍ୱାସ ନେବାରେ ଖୁବ କଷ୍ଟ ଅନୁଭବ କରୁଥିଲା ବୋଲି ଡକ୍ଟର ପ୍ରଧାନ କହିଛନ୍ତି । ଶିଶୁଟିର ଅମ୍ଳଜାନ ସ୍ତର ୪୦ ପ୍ରତିଶତକୁ ଖସିଆସିଥିବାରୁ ଏଭଳି ପରିସ୍ଥିତିରେ ଶିଶୁର ଜୀବନ ବଞ୍ଚାଇବା ଏକ ବଡ଼ ଆହ୍ବାନ ଥିଲା । ଶିଶୁଟିକୁ ଈଂଟ୍ୟୁବ୍ୱେଟେଡ଼ କରାଯାଇ ତାର ଅବସ୍ଥା ସ୍ଥିର କରାଯିବା ପରେ ମେ ୧୨ ତାରିଖ ଦିନ ଅସ୍ତ୍ରୋପଚାର କରାଯାଇଥିଲା ବୋଲି ସେ କହିଥିଲେ । ଅପରେସନ ଦ୍ୱାରା ଶିଶୁର ଜୀବନ ବଞ୍ଚି ଯାଇଥିବା ବେଳେ ସେ ସୁସ୍ଥ ହୋଇ ଗୁରୁବାର ଦିନ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛି ।

୯୮ ବର୍ଷୀୟା ବୃଦ୍ଧାଙ୍କ ଆଗରେ ହାର ମାନିଲା କରୋନା
ଭୁବନେଶ୍ୱର : ମହାମାରୀ କରୋନାର ଦ୍ଵିତୀୟ ଲହର ଏବେ ସାରା ଭାରତକୁ କବଳିତ କରି ରଖିଛି । କରୋନା ଭୟରେ ଲୋକମାନେ ବାହାରକୁ ବାହାରୁ ନାହାନ୍ତି । ତେବେ ଏ ସମସ୍ତ ଭୟ ଓ ଆଶଙ୍କା ମଧ୍ୟରେ ଭୁବନେଶ୍ୱରରୁ ଆସିଛି ଗୋଟେ ଖୁସିର ଖବର । ଯେଉଁଠି ପରିଣତ ବୟସ ଓ ଦୃଢ ମନୋବଳ ଆଗରେ ହାର ମାନିଛି କରୋନା । କେଭିଡ୍‌-୧୯ର ଦ୍ୱିତୀୟ ଲହରକୁ ଚିରି ବିଜୟୀ ହୋଇଛନ୍ତି ଜଣେ ୯୮ ବର୍ଷୀୟା ବୃଦ୍ଧା । କରୋନାରେ ସଂକ୍ରମିତ ହୋଇ ଏହି ବୃଦ୍ଧା ଜଣକ ଭୁବନେଶ୍ୱର ସ୍ଥିତ ସମ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

ଚନ୍ଦ୍ରଶେଖରପୁରରେ ରହୁଥିବା ଅନ୍ନପୂର୍ଣ୍ଣା ବିଶ୍ୱାଳ ନାମକ ବୃଦ୍ଧା ଗତ ୫ ତାରିଖରେ କରୋନା କବଳରେ ପଡିଥିଲେ । ପୂର୍ବରୁ ବୃଦ୍ଧା ଜଣକ ଫାଇଲେରିଆ, ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ପୀଡିତ ଥିଲେ । ଏପରି ସ୍ଥିତିରେ କରୋନା ସଂକ୍ରମଣ ତାଙ୍କୁ ଅଧିକ ଅସୁସ୍ଥ କରିଦେଇଥିଲା । ତୁରନ୍ତ ପରିବାର ଲୋକେ ତାଙ୍କୁ ସମ୍ କୋଭିଡ ହସ୍ପିଟାଲରେ ଭର୍ତି କରାଇଥିଲେ । ସମ୍ କୋଭିଡ୍ ହସ୍ପିଟାଲର ଡାକ୍ତର, ନର୍ସ ଏବଂ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କର୍ମୀ ଓ କର୍ମକର୍ତାଙ୍କ ଅପ୍ରାଣ ଉଦ୍ୟମ, ସେବା, ଯତ୍ନ ଓ ଚିକିତ୍ସା ଫଳରେ ଅନ୍ନପୂର୍ଣ୍ଣା ସୁସ୍ଥ ହୋଇ ଘରକୁ ଫେରିଥିବାର ତାଙ୍କ ପୁଅ କୁଳମଣି ବିଶ୍ୱାଳ କହିଛନ୍ତି । ଜେଜେମା ଘରକୁ ଫେରିବା ପରେ ଖୁସିରେ ଆତ୍ମହରା ହୋଇଉଠିଛି ପୂରା ପରିବାର । ଅନ୍ନପୂର୍ଣ୍ଣାଙ୍କୁ ନେଇ ତାଙ୍କ ପରିବାର ଲୋକେ ବେଶ ଖୁସୀ ଥିବାବେଳେ ସମ୍ ହସ୍ପିଟାଲର ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ ହେଲ୍ପଲାଇନ୍ କର୍ମକର୍ତ୍ତାଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି ।