Covid Help - The Sakala

କଥା ଦେଇ କଥା ରଖିଲେ ନବୀନ; ‘ଆଶୀର୍ବାଦ’ ଯୋଜନାରେ ୧୧୭ ପିଲାଙ୍କୁ ସହାୟତା
ଭୁବନେଶ୍ୱର: ରାଜ୍ୟ ସରକାର ଆଶୀର୍ବାଦ ଯୋଜନା ଅଧିନରେ ୧୧୭ ଶିଶୁଙ୍କୁ ସହାୟତା ପ୍ରଦାନ କରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଶନିବାର ଟୁଇଟ୍‍ କରି ଏହି ସୂଚନା ଦେଇଛନ୍ତି। କରୋନା ମହାମାରୀର ନିଜ ପିତାମାତା କିମ୍ବା ସେମାନଙ୍କ ମଧ୍ୟରୁ ଜଣଙ୍କୁ ହରାଇଥିବା ପିଲାମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଉଛି।

ଗତ ଜୁନ୍‍ ମାସ ୨୦ ତାରିଖରେ ଆଶୀର୍ବାଦ ଯୋଜନାରେ ଅନାଥ ପିଲାମାନଙ୍କୁ ସହାୟତା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। ଗତବର୍ଷ ଅର୍ଥାତ ୨୦୨୦ ମସିହା ଏପ୍ରିଲ ପହିଲା ଏବଂ ତା’ପରେ ଉଭୟ ପିତାମାତା କିମ୍ବା ସେମାନଙ୍କ ମଧ୍ୟରୁ ଜଣଙ୍କୁ ହରାଇଥିବା ପିଲାମାନଙ୍କୁ ସହାୟତା ନେଇ ଘୋଷଣା କରାଯାଇଥିଲା। ଏହି ପିଲାମାନଙ୍କ ଭରଣପୋଷଣ ପାଇଁ ମାସିକ ୨୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ଏହି ଟଙ୍କା ପିଲାମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଓ ଅନ୍ୟ ଭରଣପୋଷଣରେ ଖର୍ଚ୍ଚ କରାଯିବା ନେଇ ଘୋଷଣା କରାଯାଇଥିଲା। ଏହି ସହାୟତା ରାଶି ଅନାଥ ପିଲାଟିକୁ ୧୮ ବର୍ଷ ଯାଏ ନିୟମିତ ପ୍ରଦାନ କରାଯିବ। ଏହା ପୂର୍ବରୁ ଯଦି ସେହି ପିଲାଙ୍କୁ କେହି ସହୃଦୟ ବ୍ୟକ୍ତି ପୋଷ୍ୟ ରୂପେ ଗ୍ରହଣ କରନ୍ତି, ତେବେ ସହାୟତା ରାଶି ପ୍ରଦାନ କରାଯିବ ନାହିଁ ବୋଲି କୁହାଯାଇଥିଲା। ଏହି ପିଲାମାନେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଚଳିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଅନୁସାରେ ମାଗଣା ଚିକିତ୍ସା ସୁବିଧା ମଧ୍ୟ ପାଇବେ। ଏଥିସହିତ ସ୍ୱତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ମଧ୍ୟ ସାମିଲ କରାଯିବା ନେଇ ନିଷ୍ପତ୍ତି ନିଆଯାଇଥିଲା।

ବାପାମାଆଙ୍କ ମୃତ୍ୟୁ ପୂର୍ବରୁ ପିଲାମାନେ ଯେଉଁ ସ୍କୁଲରେ ପାଠ ପଢ଼ୁଥିଲେ, ସେମାନେ ସେଠାରେ ପାଠ ପଢ଼ିପାରିବେ। ତାଙ୍କ ଦାୟିତ୍ୱ ନେଉଥିବା ଆତ୍ମୀୟ ଯଦି ଅନ୍ୟ ସ୍ଥାନରେ ଥାଆନ୍ତି, ତେବେ ସେଠାରେ ପିଲାମାନଙ୍କ ପଢ଼ିବା ବ୍ୟବସ୍ଥା କରାଯିବ। ପିଲାଙ୍କ ଦାୟିତ୍ୱ ନେଇଥିବା ଆତ୍ମୀୟମାନେ ଚାହିଁବେ ଯଦି ଶିକ୍ଷା ଅଧିକାର ଆଇନ୍‍ ବଳରେ ଜିଲ୍ଲାପାଳଙ୍କ ସହଯୋଗରେ ପିଲାଙ୍କୁ ଅନ୍ୟତ୍ର ପଢ଼ାଇପାରିବେ। ଉଚ୍ଚଶିକ୍ଷା ପାଇଁ ପିଲାମାନଙ୍କୁ ଗ୍ରୀନ୍‍ ପାସେଜ୍‍ ଯୋଜନାରେ ସହାୟତା କରାଯିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ସେହିପରି କୌଣସି ପିଲା ଯଦି ସେମାନଙ୍କ ଆତ୍ମୀୟଙ୍କ ନିକଟରେ ନ ରହି ଶିଶୁ ସୁରକ୍ଷା କେନ୍ଦ୍ରରେ ରହୁଥିବ, ତେବେ ସେହି ଅନାଥ ପିଲାମାନଙ୍କ ଆକାଉଣ୍ଟକୁ ମାସିକ ହଜାରେ ଟଙ୍କା ପଠାଯିବ। ଜିଲ୍ଲାସ୍ତରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‍ , ଚାଇଲ୍ଡ ଲାଇନ୍‍ , ପଞ୍ଚାୟତ ଏବଂ ବ୍ଲକସ୍ତରୀୟ କମିଟି ଦ୍ୱାରା ଏହି ଅନାଥ ଶିଶୁ ମାନଙ୍କୁ ଚିହ୍ନଟ କରାଯାଇ ରାଜ୍ୟ ସରକାରଙ୍କୁ ତାଲିକା ପ୍ରଦାନ କରାଯାଇଥିଲା।

ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ କୋଭିଡ ସହାୟତା ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କଲେ କୋଭିଡ ପାଇଁ ସହାୟତା ପ୍ୟାକେଜ । ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ଗରିବ ଲୋକ, ଆଦିମ ଜନଜାତି, ଏନ୍‌.ଆର.ଇ.ଜି.ଏ ଶ୍ରମିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଉପକୃତ ହେବେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଦ୍ବାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି । କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। କୋଭିଡ ମହାମାରୀର ପ୍ରଥମ ଲହର ସମୟରେ ଗତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ ମହାମାରୀର ପ୍ରତିକୂଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ବସ୍ତି ଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ସେ ପୁଣି କହିଛନ୍ତି କୋଭିଡର ଦ୍ବିତୀୟ ଲହର ଯୋଗୁ ରାଜ୍ୟର ବିଭିନ୍ନ ଅଂଚଳରେ ପର୍ଯ୍ୟାୟକ୍ରମେ ଗତ ଦୁଇ ମାସ ହେଲା ଲକ୍‌ଡାଉନ ଜାରି ରହିଛି ।

ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି। ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଚ୍ଛା ୧୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସେହିପରି କୋଭିଡ ଲକ୍‌ଡାଉନ ସମୟରେ ସହରାଂଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥା ମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ । NREGS ଯୋଜନାରେ କାମ କରୁଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀ ଙ୍କ ସହାୟତା ଭାବରେ ଦିଆଯିବ । ଅପ୍ରେଲ ୨୧ରୁ ଜୁନ୍‌ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ । ସୂଚନାଯୋଗ୍ୟ ଯେ ଏହି ସମୟ ମଧ୍ୟରେ NREGS ଯୋଜନାରେ ୬ କୋଟି ମାନବ ଦିବସ ସୃଷ୍ଟି କରାଯାଇଛି ।

ଖାଦ୍ୟ ନିରାପତ୍ତା ସବୁବେଳେ ରାଜ୍ୟ ସରକାରଙ୍କର ପ୍ରାଥମିକତା ରହିଆସିଛି । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଓଡିଶାରେ ଆମର ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତି ବାସ କରୁଛନ୍ତି । ସେମାନଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଅପ୍ରେଲରୁ ୨୧ରୁ ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ସେମାନଙ୍କ pre-matric ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଏବଂ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ । ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏ ବାବଦରେ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ସ୍ବତନ୍ତ୍ର ବିଦ୍ୟାଳୟ ମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ ଏବଂ ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ଯ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ । ଏହାଦ୍ବାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଘରେ ରହି ଅନ୍‌ଲାଇନ ଜରିଆରେ ପାଠ ପଢୁଥିବା ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କର ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ।

ଏହାଦ୍ବାରା ୬୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ଅପ୍ରେଲ ୨୧ରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ୩୭୦ ଟଙ୍କା ଲେଖାଏ ମାସିକ ଅନୁଦାନ ଯୋଗାଇ ଦିଆଯିବ । ଏଥିପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାଯାଇଛି ।

କରୋନା ମୁକାବିଲା ପାଇଁ ବଲାଙ୍ଗିରକୁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଓଡ଼ିଶାରେ କରୋନା ମହାମାରୀର ଭୟଙ୍କର ସ୍ଥିତି ରହିଛି। ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କୋଭିଡ୍ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, କୋଭିଡର ପ୍ରଥମ ଲହରରେ ଗତବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ ।

ବଲାଙ୍ଗିର ଜିଲ୍ଲାରେ ଏଯାବତ୍ ୧୬ ହଜାର ୯୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୪ ହଜାର ୩୧୬ ଜଣ ଆକ୍ରାନ୍ତ କରୋନାକୁ ମାତ୍ ଦେଇଥିବା ବେଳେ ଏବେ ଜିଲ୍ଲାରେ ୨୫୭୦ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି । ଜିଲ୍ଲାରେ ୫୪ ଜଣଙ୍କ କରୋନାରେ ମୃତ୍ୟୁ ହେଲାଣି ।

ବଲାଙ୍ଗିର ଜିଲ୍ଲାରେ ୨ଟି କୋଭିଡ୍ ହସ୍ପିଟାଲ୍ ସହ ୪ଟି କୋଭିଡ୍ କେୟାର ସେଣ୍ଟର ରହିଛି । ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜର କୋଭିଡ୍ ୱାର୍ଡରେ ୪୦ଟି ବେଡ୍ ସହ ୫୦ଟି ଆଇସିୟୁ ବେଡ୍ ରହିଛି । ସେହିଭଳି କିସ୍ କ୍ୟାମ୍ପସରେ ୮୦ଟି ବେଡ୍ ସହ ୨୦ଟି ଆଇସିୟୁ ବେଡ୍ ରହିଛି । ତା’ଛଡ଼ା ଟିଟିଲାଗଡ଼ ସିସିସିରେ ୧୩୦ଟି ବେଡ୍ ଥିବାବେଳେ କଣ୍ଟାବାଞ୍ଜି ଓ ବଲାଙ୍ଗିର ସରକାରୀ ପଲିଟେକନିକରେ ୧୫୦ଟି ଲେଖାଏଁ ଶଯ୍ୟା ରହିଛି ।